Biblia Todo Logo
Bib sou entènèt

- Piblisite -




ପ୍ରେରିତ 2:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 କାରଣ ତୁମ୍ଭେ ମୋହର ପ୍ରାଣକୁ ପାତାଳରେ ପରିତ୍ୟାଗ କରିବ ନାହିଁ, କିଅବା ଆପଣା ପବିତ୍ର ଜଣକୁ କ୍ଷୟ ପାଇବାକୁ ଦେବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 କାରଣ ତୁମ୍ଭେ ମୋହର ପ୍ରାଣକୁ ପାତାଳରେ ପରିତ୍ୟାଗ କରିବ ନାହିଁ, କିଅବା ଆପଣା ଭକ୍ତକୁ କ୍ଷୟ ପାଇବାକୁ ଦେବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

27 କାରଣ ତୁମ୍ଭେ ମୋହର ପ୍ରାଣକୁ ପାତାଳରେ ପରିତ୍ୟାଗ କରିବ ନାହିଁ, କିଅବା ଆପଣା ପବିତ୍ର ଜଣକୁ କ୍ଷୟ ପାଇବାକୁ ଦେବ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

27 କାରଣ ତୁମେ ମୋତେ ମୃତମାନଙ୍କ ଜଗତରେ ପରିତ୍ୟାଗ କରିବ ନାହିଁ; ତୁମେ ତୁମର ବିଶ୍ୱସ୍ତ ସେବକଙ୍କୁ କବର ମଧ୍ୟରେ କ୍ଷୟ ପାଇବାକୁ ଛାଡ଼ି ଦେବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

27 ମୋ’ ଶରୀର ମଧ୍ୟ ଭରସାରେ ବଞ୍ଚି ରହିବ, ଯେହେତୁ ତୁମ୍ଭେ ମୋର ଆତ୍ମାକୁ ମୃତ୍ୟୁ ସ୍ଥାନରେ ଛାଡ଼ିଦେବ ନାହିଁ। ତୁମ୍ଭେ ନିଜର ପବିତ୍ର ବ୍ୟକ୍ତିକୁ କବରରେ କ୍ଷୟ ହେବାକୁ ଦେବ ନାହିଁ।

Gade chapit la Kopi




ପ୍ରେରିତ 2:27
26 Referans Kwoze  

କାରଣ ତୁମ୍ଭେ ମୋʼ ପ୍ରାଣକୁ ପାତାଳରେ ପରିତ୍ୟାଗ କରିବ ନାହିଁ; କିଅବା ତୁମ୍ଭେ ଆପଣା ପବିତ୍ର ଜନକୁ କ୍ଷୟ ପାଇବାକୁ ଦେବ ନାହିଁ।


ଏହା ଜାଣିବାରୁ ସେ ଭବିଷ୍ୟତ ଦର୍ଶନ ଦ୍ୱାରା ଖ୍ରୀଷ୍ଟଙ୍କର ପୁନରୁତ୍ଥାନ ବିଷୟରେ କହିଥିଲେ, କାରଣ ସେ ପାତାଳରେ ପରିତ୍ୟକ୍ତ ହେଲେ ନାହିଁ, କିଅବା ତାହାଙ୍କ ଶରୀର କ୍ଷୟ ପାଇଲା ନାହିଁ।


“ଭୟ କର ନାହିଁ, ଆମ୍ଭେ ପ୍ରଥମ ଓ ଶେଷ, ପୁଣି, ସ୍ୱୟଂଜୀବୀ; ଆମ୍ଭେ ମୃତ ହେଲୁ, ଆଉ ଦେଖ, ଆମ୍ଭେ ଯୁଗେ ଯୁଗେ ଜୀବିତ ଅଟୁ, ପୁଣି, ଆମ୍ଭର ହସ୍ତରେ ମୃତ୍ୟୁ ଓ ପାତାଳର ଚାବି ଅଛି।


ସମୁଦ୍ର ଆପଣାର ମଧ୍ୟବର୍ତ୍ତୀ ମୃତମାନଙ୍କୁ ସମର୍ପଣ କଲା, ଆଉ ମୃତ୍ୟୁ ଓ ପାତାଳ ସେମାନଙ୍କ ମଧ୍ୟବର୍ତ୍ତୀ ମୃତମାନଙ୍କୁ ସମର୍ପଣ କଲେ; ପୁଣି, ସେମାନେ ପ୍ରତ୍ୟେକେ ଆପଣା ଆପଣା କର୍ମାନୁସାରେ ବିଚାରିତ ହେଲେ।


“ଜୟ ମୃତ୍ୟୁକୁ ଗ୍ରାସ କରିଅଛି।” “ରେ ମୃତ୍ୟୁ, କାହିଁ ତୋର ଜୟ? ରେ ମୃତ୍ୟୁ, କାହିଁ ତୋର ନାହୁଡ଼?”


କିନ୍ତୁ ଏକ ମୁହୂର୍ତ୍ତରେ, ଚକ୍ଷୁର ପଲକରେ, ଶେଷ ତୂରୀଧ୍ୱନୀରେ ଆମ୍ଭେମାନେ ସମସ୍ତେ ପରିବର୍ତ୍ତିତ ହେବା; କାରଣ ତୂରୀ ବାଜିବ, ଆଉ ମୃତମାନେ ଅକ୍ଷୟ ହୋଇ ଉତ୍ଥିତ ହେବେ, ପୁଣି, ଆମ୍ଭେମାନେ ପରିବର୍ତ୍ତିତ ହେବା।


ଯୀଶୁ କହିଲେ, “ଏହି ପଥର ଘୁଞ୍ଚାଇଦିଅ।” ମୃତ ବ୍ୟକ୍ତିଙ୍କ ଭଉଣୀ ମାର୍ଥା ତାହାଙ୍କୁ କହିଲେ, ପ୍ରଭୁ, ସେ ବାସିଗଲାଣି, କାରଣ ସେ ଚାରି ଦିନ ହେଲା ମଲାଣି।


କାରଣ ମୋʼ ପ୍ରତି ତୁମ୍ଭର ଦୟା ମହତ୍; ପୁଣି, ତୁମ୍ଭେ ନୀଚସ୍ଥ ପାତାଳରୁ ମୋʼ ପ୍ରାଣକୁ ଉଦ୍ଧାର କରିଅଛ।


“ଫିଲାଦେଲ୍‌ଫିଆ ମଣ୍ଡଳୀର ଦୂତ ନିକଟକୁ ଲେଖ: ଯେ ପବିତ୍ର ଓ ସତ୍ୟ, ଯାହାଙ୍କ ହସ୍ତରେ ଦାଉଦଙ୍କର ଚାବି ଅଛି, ଯେ ଫିଟାଇଲେ କେହି ବନ୍ଦ କରି ନ ପାରେ, ଆଉ ବନ୍ଦ କଲେ କେହି ଫିଟାଇ ନ ପାରେ,


ଆଉ ତୁମ୍ଭେମାନେ ସେହି ପବିତ୍ର ବ୍ୟକ୍ତିଙ୍କଠାରୁ ଅଭିଷେକ ପାଇଥିବାରୁ ତୁମ୍ଭେ ସମସ୍ତେ ଜ୍ଞାନ ପ୍ରାପ୍ତ ହୋଇଅଛ।


ଆଃ, ନାଜରିତୀୟ ଯୀଶୁ, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କର କଅଣ ଅଛି? ତୁମ୍ଭେ କି ଆମ୍ଭମାନଙ୍କୁ ବିନାଶ କରିବାକୁ ଆସିଲ? ତୁମ୍ଭେ କିଏ ତାହା ମୁଁ ଜାଣେ; ତୁମ୍ଭେ ଈଶ୍ବରଙ୍କର ସେହି ପବିତ୍ର ବ୍ୟକ୍ତି।


ଦୂତ ତାହାଙ୍କୁ ଉତ୍ତର ଦେଲେ, ପବିତ୍ର ଆତ୍ମା ତୁମ୍ଭ ଉପରେ ଅବତରଣ କରିବେ ଓ ମହାନ ଈଶ୍ବରଙ୍କ ଶକ୍ତି ତୁମ୍ଭକୁ ଆବୋରିବ, ଏଣୁ ଯେ ଜାତ ହେବେ, ସେ ପବିତ୍ର ଓ ଈଶ୍ବରଙ୍କ ପୁତ୍ର ବୋଲି ଖ୍ୟାତ ହେବେ।


ହେ ନାଜରିତୀୟ ଯୀଶୁ, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କର କଅଣ ଅଛି? ତୁମ୍ଭେ କି ଆମ୍ଭମାନଙ୍କୁ ବିନାଶ କରିବାକୁ ଆସିଲ? ତୁମ୍ଭେ କିଏ, ତାହା ମୁଁ ଜାଣେ; ତୁମ୍ଭେ ଈଶ୍ବରଙ୍କ ସେହି ପବିତ୍ର ବ୍ୟକ୍ତି।


ଆଉ ରେ କଫର୍ନାହୂମ, ତୁ କଅଣ ସ୍ୱର୍ଗ ପର୍ଯ୍ୟନ୍ତ ଉନ୍ନତ ହେବୁ? ପାତାଳ ପର୍ଯ୍ୟନ୍ତ ତୋର ଅଧୋଗତି ହେବ, କାରଣ ତୋʼ ମଧ୍ୟରେ ଯେଉଁ ଯେଉଁ ମହତର କାର୍ଯ୍ୟ କରାଯାଇଅଛି, ସେହିସବୁ ଯେବେ ସଦୋମରେ କରାଯାଇଥାଆନ୍ତା, ତେବେ ତାହା ଆଜି ପର୍ଯ୍ୟନ୍ତ ରହିଥାଆନ୍ତା।


ମୁଁ ପର୍ବତଗଣର ମୂଳ ପର୍ଯ୍ୟନ୍ତ ତଳକୁ ଗଲି; ମୋʼ ପଶ୍ଚାତ୍‍ ପୃଥିବୀ ଆପଣାର ଅର୍ଗଳସକଳ ଚିରକାଳ ନିମନ୍ତେ ରୁଦ୍ଧ କଲା; ତଥାପି ହେ ସଦାପ୍ରଭୁ, ମୋʼ ପରମେଶ୍ୱର, ତୁମ୍ଭେ ଗର୍ତ୍ତରୁ ମୋʼ ପ୍ରାଣକୁ ବାହାର କରି ଆଣିଲ।


ମୃତ୍ୟୁର ରଜ୍ଜୁ ମୋତେ ଘେରିଲା, ପାତାଳର ଯନ୍ତ୍ରଣା ମୋତେ ଧରିଲା; ମୁଁ ସଙ୍କଟ ଓ ଦୁଃଖରେ ପଡ଼ିଲି।


ସେସମୟରେ ତୁମ୍ଭେ ଆପଣା ସଦ୍‍ଭକ୍ତମାନଙ୍କୁ ଦର୍ଶନ ଦେଇ କଥା କହିଲ, ପୁଣି, କହିଲ, “ଆମ୍ଭେ ଏକ ବିକ୍ରମୀ ଉପରେ ସାହାଯ୍ୟ କରିବାର ଭାର ଦେଇଅଛୁ; ଆମ୍ଭେ ଲୋକମାନଙ୍କ ମଧ୍ୟରୁ ମନୋନୀତ ଏକ ଜଣକୁ ଉନ୍ନତ କରିଅଛୁ।


ମାତ୍ର ପରମେଶ୍ୱର ପାତାଳର ପରାକ୍ରମରୁ ମୋହର ପ୍ରାଣ ମୁକ୍ତ କରିବେ; କାରଣ ସେ ମୋତେ ଗ୍ରହଣ କରିବେ। [ସେଲା]


କାରଣ ତୁମ୍ଭର ଯେଉଁ ପବିତ୍ର ଦାସ ଯୀଶୁଙ୍କୁ ତୁମ୍ଭେ ଅଭିଷିକ୍ତ କଲ, ପ୍ରକୃତରେ ତାହାଙ୍କ ବିରୁଦ୍ଧରେ ହେରୋଦ ଏବଂ ପନ୍ତିୟ ପୀଲାତ ଉଭୟ ଅଣଯିହୁଦୀ ଓ ଇସ୍ରାଏଲ ଲୋକମାନଙ୍କ ସହିତ ଏହି ନଗରରେ,


ଆପଣମାନେ ସେହି ପବିତ୍ର ଓ ଧାର୍ମିକ ବ୍ୟକ୍ତିଙ୍କୁ ଅସ୍ୱୀକାର କଲେ, ଆଉ ଜଣେ ନରଘାତକ ଯେପରି ଆପଣମାନଙ୍କ ନିମନ୍ତେ ମୁକ୍ତ କରାଯାଏ, ଏହା ଆପଣ ପୀଲାତଙ୍କ ନିକଟରେ ପ୍ରାର୍ଥନା କଲେ,


ଆଉ, ସେ ନର୍କ-ଯନ୍ତ୍ରଣାରେ କଲବଲ ହୋଇ ଉପରକୁ ଚାହିଁ ଦୂରରେ ଅବ୍ରହାମ ଓ ତାହାଙ୍କ କୋଳରେ ଲାଜାରକୁ ଦେଖିଲା।


ପୁଣି, ସେ ସେମାନଙ୍କୁ କହିଲେ, “ମୋଶାଙ୍କ ବ୍ୟବସ୍ଥାରେ ଏବଂ ଭାବବାଦୀମାନଙ୍କ ଓ ଗୀତସଂହିତା ଧର୍ମଶାସ୍ତ୍ରରେ ମୋʼ ବିଷୟରେ ଯାହା ଯାହା ଲେଖାଅଛି, ସେହିସବୁ ସଫଳ ହେବା ଆବଶ୍ୟକ, ମୁଁ ତୁମ୍ଭମାନଙ୍କ ସଙ୍ଗରେ ଥିବା ସମୟରେ ତୁମ୍ଭମାନଙ୍କୁ ଏହି ସମସ୍ତ କଥା କହିଥିଲି।”


ତେଣୁ ମୋହର ହୃଦୟ ପ୍ରଫୁଲ୍ଲ ଓ ମୋହର ଜିହ୍ୱା ଉଲ୍ଲସିତ ହେଲା, ଆହୁରି ମୋହର ଶରୀର ମଧ୍ୟ ଭରସାରେ ବାସ କରିବ,


ତୁମ୍ଭେ ମୋତେ ଜୀବନର ପଥ ଜ୍ଞାତ କରାଇଅଛ, ତୁମ୍ଭେ ଆପଣା ଛାମୁରେ ମୋତେ ଆନନ୍ଦରେ ପୂର୍ଣ୍ଣ କରିବ।’”


Swiv nou:

Piblisite


Piblisite