Biblia Todo Logo
Bib sou entènèt

- Piblisite -




ପ୍ରେରିତ 2:37 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

37 ଏହି କଥା ଶୁଣି ସେମାନଙ୍କର ହୃଦୟ ବିଦୀର୍ଣ୍ଣ ହୋଇଗଲା, ପୁଣି, ସେମାନେ ପିତର ଓ ଅବଶିଷ୍ଟ ପ୍ରେରିତମାନଙ୍କୁ କହିଲେ, ଭାଇମାନେ, ଆମ୍ଭେମାନେ କଅଣ କରିବା?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

37 ଏହି କଥା ଶୁଣି ସେମାନଙ୍କ ହୃଦୟ ବିଦୀର୍ଣ୍ଣ ହୋଇଗଲା, ପୁଣି ସେମାନେ ପିତର ଓ ଅବଶିଷ୍ଟ ପ୍ରେରିତମାନଙ୍କୁ କହିଲେ, ଭାଇମାନେ, ଆମ୍ଭେମାନେ କଅଣ କରିବା?

Gade chapit la Kopi

ଓଡିଆ ବାଇବେଲ

37 ଏହି କଥା ଶୁଣି ସେମାନଙ୍କର ହୃଦୟ ବିଦୀର୍ଣ୍ଣ ହୋଇଗଲା, ପୁଣି, ସେମାନେ ପିତର ଓ ଅବଶିଷ୍ଟ ପ୍ରେରିତମାନଙ୍କୁ କହିଲେ,ଭାଇମାନେ, ଆମ୍ଭେମାନେ କ'ଣ କରିବା ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

37 ଲୋକମାନେ ଏହି କଥାସବୁ ଶୁଣି ଅତ୍ୟନ୍ତ ଉଦ୍ବିଗ୍ନ ହେଲେ ଏବଂ ପିତର ଓ ଅନ୍ୟ ପ୍ରେରିତ ଶିଷ୍ୟମାନଙ୍କୁ ପଚାରିଲେ, “ଭାଇମାନ, ଆମ୍ଭେମାନେ କ’ଣ କରିବା?”

Gade chapit la Kopi

ପବିତ୍ର ବାଇବଲ

37 ଲୋକମାନେ ଏପ୍ରକାର କଥା ଶୁଣି ବହୁତ ଦୁଃଖିତ ହେଲେ। ସେମାନେ ପିତର ଓ ଅନ୍ୟ ପ୍ରେରିତମାନଙ୍କୁ ପଗ୍ଭରିଲେ, “ଭାଇମାନେ, ଆମ୍ଭେ କ’ଣ କରିବା?”

Gade chapit la Kopi




ପ୍ରେରିତ 2:37
20 Referans Kwoze  

ଏଥିରେ ଲୋକସମୂହ ତାହାଙ୍କୁ ପଚାରିବାକୁ ଲାଗିଲେ, ତାହାହେଲେ ଆମ୍ଭେମାନେ କଅଣ କରିବା?


ସେଥିରେ ମୁଁ କହିଲି, ପ୍ରଭୁ ମୁଁ କଅଣ କରିବି? ପୁଣି, ପ୍ରଭୁ ମୋତେ କହିଲେ, “ଉଠ, ଦମ୍ମେଶକକୁ ଯାଅ, ଆଉ ଯେ ସମସ୍ତ କର୍ମ ସାଧନ କରିବା ନିମନ୍ତେ ତୁମ୍ଭ ପାଇଁ ନିରୂପିତ ଅଛି, ସେ ସବୁ ତୁମ୍ଭକୁ ସେଠାରେ କୁହାଯିବ।”


ସୈନିକମାନେ ମଧ୍ୟ ତାହାଙ୍କୁ ପଚାରିବାକୁ ଲାଗିଲେ, ଆଉ ଆମ୍ଭେମାନେ କଅଣ କରିବା? ସେ ସେମାନଙ୍କୁ କହିଲେ, ବଳରେ କି ଛଳରେ କାହାର ଧନ ହରଣ କର ନାହିଁ, ପୁଣି, ତୁମ୍ଭମାନଙ୍କ ବେତନରେ ସନ୍ତୁଷ୍ଟ ହୋଇଥାଅ।


କରଗ୍ରାହୀମାନେ ମଧ୍ୟ ବାପ୍ତିସ୍ମ ପାଇବାକୁ ଆସି ତାହାଙ୍କୁ ପଚାରିଲେ, ହେ ଗୁରୁ, ଆମ୍ଭେମାନେ କଅଣ କରିବା?


ତାହା ଶୁଣି ସେମାନେ ବଡ଼ଠାରୁ ଆରମ୍ଭ କରି ଜଣ ଜଣ ହୋଇ ବାହାରିଯିବାକୁ ଲାଗିଲେ, ଆଉ କେବଳ ଯୀଶୁ ଓ ମଧ୍ୟସ୍ଥଳରେ ସେହି ସ୍ତ୍ରୀଲୋକ ଅବଶିଷ୍ଟ ରହିଲେ।


ମାତ୍ର ସେମାନଙ୍କ ମଧ୍ୟରୁ ଯେଉଁମାନେ ପଳାନ୍ତି, ସେମାନେ ରକ୍ଷା ପାଇବେ ଓ ଉପତ୍ୟକାର ଘୁଘୁ ପରି ପର୍ବତରେ ସମସ୍ତେ ବିଳାପ କରିବେ, ପ୍ରତ୍ୟେକେ ଆପଣା ଆପଣା ଅଧର୍ମ ହେତୁ ବିଳାପ କରିବେ।


ଆଉ, ମୁଁ ଏ କ ସମୟରେ ବ୍ୟବସ୍ଥା ବିନା ଜୀବିତ ଥିଲି, କିନ୍ତୁ ଆଜ୍ଞା ଆସନ୍ତେ ପାପ ଜୀବିତ ହେଲା, ପୁଣି, ମୁଁ ମୃତ ହେଲି;


ଏହି ସମସ୍ତ କଥା ଶୁଣି ସେମାନେ ଅତିଶୟ ରାଗିଗଲେ, ପୁଣି, ତାହାଙ୍କ ପ୍ରତି ଦାନ୍ତ କଡ଼ମଡ଼ କରିବାକୁ ଲାଗିଲେ।


ଏହି କଥା ଶୁଣି ସେମାନେ ଅତିଶୟ ରାଗିଗଲେ ଓ ସେମାନଙ୍କୁ ବଧ କରିବା ନିମନ୍ତେ ସ୍ଥିର କଲେ।


ପୁଣି, ଆମ୍ଭେ ଦାଉଦ ବଂଶ ଉପରେ ଓ ଯିରୂଶାଲମ ନିବାସୀମାନଙ୍କ ଉପରେ ଅନୁଗ୍ରହ ଓ ବିନତିଜନକ ଆତ୍ମା ବୃଷ୍ଟି କରିବା; ତହିଁରେ ସେମାନେ ଆମ୍ଭ ପ୍ରତି, ଅର୍ଥାତ୍‍, ଯାହାଙ୍କୁ ସେମାନେ ବିଦ୍ଧ କରିଅଛନ୍ତି, ତାହାଙ୍କ ପ୍ରତି ଦୃଷ୍ଟିପାତ କରିବେ; ଆଉ, କେହି ଯେପରି ଆପଣାର ଏକମାତ୍ର ପୁତ୍ର ଲାଗି ଶୋକ କରେ, ସେପରି ସେମାନେ ତାହାଙ୍କ ପାଇଁ ଶୋକ କରିବେ ଓ କେହି ଯେପରି ଆପଣା ପ୍ରଥମଜାତର ନିମନ୍ତେ ବ୍ୟାକୁଳିତ ହୁଏ, ସେପରି ସେମାନେ ତାହାଙ୍କ ପାଇଁ ବ୍ୟାକୁଳିତ ହେବେ।


ମୋହର ଭାଇମାନେ, ଯେଉଁ ଯିହୂଦା ଯୀଶୁଙ୍କୁ ଧରିବା ଲୋକମାନଙ୍କୁ ବାଟ ଦେଖାଇଥିଲା, ତାହା ବିଷୟରେ ପବିତ୍ର ଆତ୍ମା ପୂର୍ବରୁ ଦାଉଦଙ୍କ ମୁଖରେ ଯାହା କହିଥିଲେ, ସେହି ଶାସ୍ତ୍ରୀୟ ବାକ୍ୟ ସଫଳ ହେବା ଆବଶ୍ୟକ ଥିଲା;


ମୋହର ହୃଦୟ ଦୁଃଖିତ ହୋଇଥିଲା ଓ ମୋହର ମର୍ମ ବିଦ୍ଧ ହୋଇଥିଲା।


ଜ୍ଞାନବାନ‍ର ବାକ୍ୟସବୁ ଅଙ୍କୁଶ ସ୍ୱରୂପ ଓ ସଭାପତିଗଣର ବାକ୍ୟ ଦୃଢ଼ବଦ୍ଧ ଲୌହ କଣ୍ଟକ ସ୍ୱରୂପ, ତାହାସବୁ ଏକ ପାଳକ ଦ୍ୱାରା ଦତ୍ତ ହୋଇଅଛି।


ପ୍ରହରୀ କହିଲା, “ପ୍ରଭାତ ଆସୁଅଛି ଓ ରାତ୍ରି ହିଁ ଆସୁଅଛି; ତୁମ୍ଭେମାନେ ଯଦି ପଚାରିବ, ପଚାର; ତୁମ୍ଭେମାନେ ଫେର, ଆସ।”


Swiv nou:

Piblisite


Piblisite