Biblia Todo Logo
Bib sou entènèt

- Piblisite -




ପ୍ରେରିତ 2:41 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

41 ସେଥିରେ ଯେଉଁମାନେ ତାହାଙ୍କ ବାକ୍ୟ ଗ୍ରହଣ କଲେ, ସେମାନେ ବାପ୍ତିଜିତ ହେଲେ, ଆଉ ସେହି ଦିନ ପ୍ରାୟ ତିନି ସହସ୍ର ଲୋକ ମଣ୍ଡଳୀ ସହିତ ସଂଯୁକ୍ତ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

41 ସେଥିରେ ଯେଉଁମାନେ ତାହାଙ୍କ ବାକ୍ୟ ଗ୍ରହଣ କଲେ, ସେମାନେ ବାପ୍ତିଜିତ ହେଲେ, ଆଉ ସେହିଦିନ ପ୍ରାୟ ତିନି ସହସ୍ର ଲୋକ ମଣ୍ତଳୀ ସହିତ ସଂଯୁକ୍ତ ହେଲେ।

Gade chapit la Kopi

ଓଡିଆ ବାଇବେଲ

41 ସେଥିରେ ଯେଉଁମାନେ ତାହାଙ୍କ ବାକ୍ୟ ଗ୍ରହଣ କଲେ, ସେମାନେ ବାପ୍ତିଜିତ ହେଲେ, ଆଉ ସେହି ଦିନ ପ୍ରାୟ ତିନି ସହସ୍ର ଲୋକ ମଣ୍ଡଳୀ ସହିତ ସଂଯୁକ୍ତ ହେଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

41 ସେମାନଙ୍କ ମଧ୍ୟରୁ ଅନେକେ ତାଙ୍କ ବାର୍ତ୍ତାରେ ବିଶ୍ୱାସ କରି ଜଳଦୀକ୍ଷା ଗ୍ରହଣ କଲେ। ସେଦିନ ପ୍ରାୟ ତିନି ହଜାର ଲୋକ ଶିଷ୍ୟମାନଙ୍କ ଦଳଭୁକ୍ତ ହେଲେ।

Gade chapit la Kopi

ପବିତ୍ର ବାଇବଲ

41 ଯେଉଁମାନେ ତାହାଙ୍କର ଏହି କଥା ଗ୍ରହଣ କଲେ ସେମାନେ ବାପ୍ତିଜିତ ହେଲେ। ସେଦିନ ସେହି ବିଶ୍ୱାସୀ ଦଳ ସହିତ ଆହୁରି ପ୍ରାୟ ତିନି ହଜାର ଲୋକ ଯୋଗଦେଲେ।

Gade chapit la Kopi




ପ୍ରେରିତ 2:41
21 Referans Kwoze  

ତଥାପି ବାକ୍ୟ ଶୁଣିବା ଲୋକମାନଙ୍କ ମଧ୍ୟରୁ ଅନେକେ ବିଶ୍ୱାସ କଲେ, ଆଉ ପୁରୁଷମାନଙ୍କର ସଂଖ୍ୟା ପ୍ରାୟ ପାଞ୍ଚ ହଜାର ହେଲା।


ଏବଂ ସମସ୍ତ ଲୋକଙ୍କର ପ୍ରିୟପାତ୍ର ହେଉଥିଲେ ପୁଣି, ପ୍ରଭୁ, ପରିତ୍ରାଣ ପ୍ରାପ୍ତ ହେଉଥିବା ଲୋକଙ୍କୁ ପ୍ରତିଦିନ ମଣ୍ଡଳୀ ସହିତ ସଂଯୁକ୍ତ କରିବାକୁ ଲାଗିଲେ।


ଏହି କଥା ଶୁଣି ସେମାନଙ୍କର ହୃଦୟ ବିଦୀର୍ଣ୍ଣ ହୋଇଗଲା, ପୁଣି, ସେମାନେ ପିତର ଓ ଅବଶିଷ୍ଟ ପ୍ରେରିତମାନଙ୍କୁ କହିଲେ, ଭାଇମାନେ, ଆମ୍ଭେମାନେ କଅଣ କରିବା?


ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମୋʼ ଠାରେ ଯେ ବିଶ୍ୱାସ କରେ, ମୁଁ ଯେଉଁ ଯେଉଁ କର୍ମ କରୁଅଛି, ସେ ମଧ୍ୟ ସେହିସବୁ କରିବ, ଆଉ ସେ ସବୁ ଅପେକ୍ଷା ଅଧିକ ମହତ‍ କର୍ମ କରିବ, କାରଣ ମୁଁ ପିତାଙ୍କ ନିକଟକୁ ଯାଉଅଛି।


ଅଣଯିହୁଦୀମାନେ ଏହା ଶୁଣି ଆନନ୍ଦିତ ହେଲେ ଆଉ ଈଶ୍ବରଙ୍କ ବାକ୍ୟର ଗୌରବ କରିବାକୁ ଲାଗିଲେ, ପୁଣି, ଯେତେ ଲୋକ ଅନନ୍ତ ଜୀବନ ନିମନ୍ତେ ନିରୂପିତ ହୋଇଥିଲେ, ସେମାନେ ବିଶ୍ୱାସ କଲେ,


ତୁମ୍ଭ ପରାକ୍ରମର ଦିନରେ ତୁମ୍ଭ ଲୋକମାନେ ସ୍ୱେଚ୍ଛାରେ ଆପଣାମାନଙ୍କୁ ଉତ୍ସର୍ଗ କରନ୍ତି; ପବିତ୍ରତାର ସୌନ୍ଦର୍ଯ୍ୟରେ ଅରୁଣର ଗର୍ଭରୁ ତୁମ୍ଭର ଯୁବକଗଣ ଶିଶିର ତୁଲ୍ୟ ଉତ୍ପନ୍ନ।


ସେହି ସମୟରେ ପିତର ଭାଇମାନଙ୍କ ମଧ୍ୟରେ ଠିଆ ହୋଇ କହିଲେ; (ସେଠାରେ ଯୀଶୁଙ୍କର ଅନୁଗତ ପ୍ରାୟ ଶହେ କୋଡ଼ିଏ ଜଣ ଥିଲେ),


ପୁଣି, ତୁମ୍ଭେମାନେ ବହୁ କ୍ଲେଶ ଭୋଗ ମଧ୍ୟରେ ପବିତ୍ର ଆତ୍ମାଦତ୍ତ ଆନନ୍ଦ ସହ ସେହି ବାକ୍ୟ ଗ୍ରହଣ କରି ଆମ୍ଭମାନଙ୍କ ଓ ପ୍ରଭୁଙ୍କର ଅନୁକାରୀ ହୋଇଥିଲ,


କିନ୍ତୁ ଏପରି ଘଟିବ ଯେ, ଯେଉଁ ପ୍ରାଣୀ ସେହି ଭାବବାଦୀଙ୍କର କଥା ଶୁଣିବ ନାହିଁ, ସେ ଲୋକମାନଙ୍କ ମଧ୍ୟରେ ବିନଷ୍ଟ ହେବ।


ତାହାପରେ ଯୋଷେଫ ଆପଣା ପିତା ଯାକୁବ ଓ ପଞ୍ଚସ୍ତରି ଜଣ ଜ୍ଞାତିକୁଟୁମ୍ବ ସମସ୍ତଙ୍କୁ ଡକାଇ ପଠାଇଲେ। ସେଥିରେ ଯାକୁବ ମିସରକୁ ଗଲେ,


ଆମ୍ଭେମାନେ ଜାହାଜରେ ସର୍ବସୁଧା ଦୁଇ ଶହ ଛଅସ୍ତରୀ ଜଣ ପ୍ରାଣୀ ଥିଲୁ।


ପ୍ରତ୍ୟେକ ଜଣ ଅଧିକାରପ୍ରାପ୍ତ ଶାସନକର୍ତ୍ତାଙ୍କ ବଶୀଭୂତ ହେଉ, କାରଣ ଅଧିକାର କେବଳ ଈଶ୍ବରଙ୍କଠାରୁ ଆସେ, ଆଉ ଯେ ସମସ୍ତ ଅଧିକାରପ୍ରାପ୍ତ ଶାସନକର୍ତ୍ତା ଅଛନ୍ତି; ସେମାନେ ଈଶ୍ବରଙ୍କ ଦ୍ୱାରା ନିଯୁକ୍ତ।


ପୂର୍ବକାଳରେ ନୋହଙ୍କ ସମୟରେ ଜାହାଜ ନିର୍ମିତ ହେଉଥିବା ବେଳେ, ଯେତେବେଳେ ଈଶ୍ବର ଦୀର୍ଘସହିଷ୍ଣୁ ହୋଇ ଅପେକ୍ଷା କରୁଥିଲେ, ସେହି ସମୟରେ ସେମାନେ ଅବାଧ୍ୟ ହୋଇଥିଲେ। ସେହି ଜାହାଜରେ ପ୍ରବେଶ କରି ଅଳ୍ପ ଲୋକ, ଅର୍ଥାତ୍‍ ଆଠ ପ୍ରାଣୀ, ଜଳ ମଧ୍ୟ ଦେଇ ରକ୍ଷା ପାଇଲେ;


ଦ୍ୱିତୀୟ ଦୂତ ଆପଣା ପାତ୍ର ସମୁଦ୍ର ଉପରେ ଢାଳିଲେ; ତହୁଁ ତାହା ମୃତ ଲୋକର ରକ୍ତ ପରି ହେଲା, ଆଉ ସମୁଦ୍ରରେ ଥିବା ସମସ୍ତ ଜୀବ ମଲେ।


ଶିମୋନ ପିତର ଯାଇ ଏକ ଶହ ତେପନ ବଡ଼ ବଡ଼ ମାଛରେ ଭର୍ତ୍ତି ହୋଇଥିବା ଜାଲ କୂଳକୁ ଟାଣି ଆଣିଲେ; ଆଉ ଏତେ ମାଛରେ ସୁଦ୍ଧା ଜାଲ ଛିଣ୍ଡିଲା ନାହିଁ।


Swiv nou:

Piblisite


Piblisite