Biblia Todo Logo
Bib sou entènèt

- Piblisite -




ପ୍ରେରିତ 2:45 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

45 ପୁଣି, ସେମାନେ ଆପଣା ଆପଣା ସ୍ଥାବର ଅସ୍ଥାବର ସମ୍ପତ୍ତି ବିକ୍ରୟ କରି, ଯାହାର ଯେପରି ପ୍ରୟୋଜନ ସେହି ଅନୁସାରେ ସମସ୍ତଙ୍କୁ ବାଣ୍ଟିଦେବାକୁ ଲାଗିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

45 ପୁଣି ସେମାନେ ଆପଣା ଆପଣା ସ୍ଥାବର ଅସ୍ଥାବର ସମ୍ପତ୍ତି ବିକ୍ରୟ କରି, ଯାହାର ଯେପରି ପ୍ରୟୋଜନ, ସେହି ଅନୁସାରେ ସମସ୍ତଙ୍କୁ ବାଣ୍ଟିଦେବାକୁ ଲାଗିଲେ।

Gade chapit la Kopi

ଓଡିଆ ବାଇବେଲ

45 ପୁଣି, ସେମାନେ ଆପଣା ଆପଣା ସ୍ଥାବର ଅସ୍ଥାବର ସମ୍ପତ୍ତି ବିକ୍ରୟ କରି, ଯାହାର ଯେପରି ପ୍ରୟୋଜନ ସେହି ଅନୁସାରେ ସମସ୍ତଙ୍କୁ ବାଣ୍ଟିଦେବାକୁ ଲାଗିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

45 ସେମାନେ ନିଜ ନିଜର ସ୍ଥାବର ଓ ଅସ୍ଥାବର ସମ୍ପତ୍ତିକୁ ବିକ୍ରୟ କରି, ଲବ୍ଧ ଧନ ପ୍ରତ୍ୟେକଙ୍କର ଆବଶ୍ୟକ ଅନୁସାରେ ପରସ୍ପର ମଧ୍ୟରେ ବିତରଣ କଲେ।

Gade chapit la Kopi

ପବିତ୍ର ବାଇବଲ

45 ସେମାନେ ନିଜ ନିଜର ସବୁ ସମ୍ପତ୍ତି ଓ ଜିନିଷପତ୍ର ବିକି ଦେଲେ ଓ ସମସ୍ତ ଲୋକମାନଙ୍କୁ ସେମାନଙ୍କ ନିଜ ନିଜ ଆବଶ୍ୟକତା ଅନୁସାରେ ବାଣ୍ଟି ଦେଲେ।

Gade chapit la Kopi




ପ୍ରେରିତ 2:45
20 Referans Kwoze  

କିନ୍ତୁ ଯେ ସଂସାର ଅନୁସାରେ ଧନଶାଳୀ ହୋଇ ଆପଣା ଭାଇକୁ ଅଭାବଗ୍ରସ୍ତ ଦେଖିଲେ ହେଁ ତାହା ପ୍ରତି ଆପଣା ଦୟା ରୁଦ୍ଧ କରେ, ତାହାଠାରେ ଈଶ୍ବରଙ୍କ ପ୍ରେମ କିପରି ରହିପାରେ?


ଯେଣୁ ସେମାନଙ୍କ ମଧ୍ୟରେ କାହାରି କୌଣସି ଅଭାବ ନ ଥିଲା, କାରଣ ଯେତେ ଲୋକଙ୍କର ଭୂମି ବା ଗୃହ ଥିଲା, ସେମାନେ ତାହା ବିକ୍ରୟ କରି ବିକ୍ରୀତ ସମ୍ପତ୍ତିର ମୂଲ୍ୟ ଆଣି ପ୍ରେରିତମାନଙ୍କର ପାଦ ତଳେ ରଖୁଥିଲେ,


ଯୀଶୁ ଏହା ଶୁଣି ତାହାଙ୍କୁ କହିଲେ, “ତୁମ୍ଭର ଆଉ ଗୋଟିଏ ବିଷୟ ଉଣା ଅଛି; ତୁମ୍ଭେ ନିଜର ସବୁ ବିକି ଦେଇ ଗରିବମାନଙ୍କୁ ବାଣ୍ଟିଦିଅ, ଆଉ ତୁମ୍ଭେ ସ୍ୱର୍ଗରେ ଧନ ପାଇବ; ପୁଣି, ଆସି ମୋହର ଅନୁଗମନ କର।”


ଯେ ଦରିଦ୍ରକୁ ଦୟା କରେ, ସେ ସଦାପ୍ରଭୁଙ୍କୁ ଋଣ ଦିଏ; ପୁଣି, ସେ ତାହାର ଉତ୍ତମ କର୍ମର ପରିଶୋଧ କରିବେ।


ଯେପରି ଶାସ୍ତ୍ରରେ ଲେଖାଅଛି, “ସେ ମୁକ୍ତ ହସ୍ତରେ ବିତରଣ କରିଅଛି, ସେ ଦରିଦ୍ରମାନଙ୍କୁ ଦାନ ଦେଇଅଛି, ତାହାର ଧାର୍ମିକତା ଅନନ୍ତକାଳସ୍ଥାୟୀ।”


ସେଥିରେ ଶିଷ୍ୟମାନେ ପ୍ରତ୍ୟେକ ଜଣ ଆପଣା ଶକ୍ତି ଅନୁସାରେ ଯିହୂଦିୟା ପ୍ରଦେଶ ନିବାସୀ ଭାଇମାନଙ୍କ ନିମନ୍ତେ ସାହାଯ୍ୟ ପ୍ରେରଣ କରିବାକୁ ସ୍ଥିର କଲେ,


ଯୀଶୁ ତାହାଙ୍କୁ କହିଲେ, “ଯଦି ତୁମ୍ଭେ ସିଦ୍ଧ ହେବାକୁ ଇଚ୍ଛା କର, ତେବେ ଯାଇ ଆପଣାର ସର୍ବସ୍ୱ ବିକ୍ରୟ କରି ଦରିଦ୍ରମାନଙ୍କୁ ଦାନ କର, ଆଉ ତୁମ୍ଭେ ସ୍ୱର୍ଗରେ ଧନ ପାଇବ; ପୁଣି, ଆସି ମୋହର ଅନୁଗମନ କର।”


କିନ୍ତୁ ଜଖୀୟ ଠିଆ ହୋଇ ପ୍ରଭୁଙ୍କୁ କହିଲେ, ହେ ପ୍ରଭୁ, ଦେଖନ୍ତୁ, ମୋହର ସମ୍ପତ୍ତିର ଅଧା ମୁଁ ଗରିବମାନଙ୍କୁ ଦାନ କରୁଅଛି, ଆଉ ଯଦି ଅନ୍ୟାୟରେ କାହାରିଠାରୁ କିଛି ନେଇଥାଏ, ତେବେ ଚାରି ଗୁଣରେ ତାହା ଫେରାଇ ଦେଉଅଛି।


ସେ ବିତରଣ କରିଅଛି, ସେ ଦୀନହୀନମାନଙ୍କୁ ଦାନ କରିଅଛି; ତାହାର ଧର୍ମ ସଦାକାଳସ୍ଥାୟୀ; ସମ୍ଭ୍ରମରେ ତାହାର ଶୃଙ୍ଗ ଉନ୍ନତ ହେବ।


ମୁଁ ମଧ୍ୟ ତୁମ୍ଭମାନଙ୍କୁ କହୁଅଛି, ଅଧର୍ମ ଧନରେ ଆପଣା ଆପଣା ନିମନ୍ତେ ବନ୍ଧୁ ଲାଭ କର, ଯେପରି ତାହା ଶେଷ ହେଲେ ସେମାନେ ତୁମ୍ଭମାନଙ୍କୁ ନିତ୍ୟସ୍ଥାୟୀ ବାସସ୍ଥାନରେ ଗ୍ରହଣ କରିବେ।


ପ୍ରକୃତରେ ସାଧୁମାନଙ୍କ ସେବା ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ ଲେଖିବା ମୋʼ ପକ୍ଷରେ ବାହୁଲ୍ୟମାତ୍ର;


ଆଉ ପ୍ରତ୍ୟେକ ଜଣକୁ ତାହାର ଅଭାବ ଅନୁସାରେ ତାହା ବିତରଣ କରାଯାଉଥିଲା।


Swiv nou:

Piblisite


Piblisite