Biblia Todo Logo
Bib sou entènèt

- Piblisite -




ପ୍ରେରିତ 2:46 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

46 ଆଉ, ସେମାନେ ଏକଚିତ୍ତ ହୋଇ ପ୍ରତିଦିନ ମନ୍ଦିରରେ ସମବେତ ହୋଇ ରହୁଥିଲେ ଓ ଘରେ ଘରେ ରୁଟି ଭାଙ୍ଗି ଆନନ୍ଦରେ ଓ ସରଳ ହୃଦୟରେ ଭୋଜନପାନ କରି ଈଶ୍ବରଙ୍କ ପ୍ରଶଂସା କରୁଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

46 ଆଉ, ସେମାନେ ଏକଚିତ୍ତ ହୋଇ ପ୍ରତିଦିନ ମନ୍ଦିରରେ ସମବେତ ହୋଇ ରହୁଥିଲେ ଓ ଘରେ ଘରେ ରୋଟୀ ଭାଙ୍ଗି ଆନନ୍ଦରେ ଓ ସରଳ ହୃଦୟରେ ଭୋଜନପାନ କରି ଈଶ୍ଵରଙ୍କ ପ୍ରଶଂସା କରୁଥିଲେ ପ୍ରେରିତ. ୧:୧୪ ଲୂକ. ୨୪:୫୩

Gade chapit la Kopi

ଓଡିଆ ବାଇବେଲ

46 ଆଉ, ସେମାନେ ଏକଚିତ୍ତ ହୋଇ ପ୍ରତିଦିନ ମନ୍ଦିରରେ ସମବେତ ହୋଇ ରହୁଥିଲେ ଓ ଘରେ ଘରେ ରୁଟି ଭାଙ୍ଗି ଆନନ୍ଦରେ ଓ ସରଳ ହୃଦୟରେ ଭୋଜନପାନ କରି ଈଶ୍ୱରଙ୍କ ପ୍ରଶଂସା କରୁଥିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

46 ସେମାନେ ପ୍ରତିଦିନ ଉପାସନା ମନ୍ଦିରରେ ଗୋଟିଏ ଦଳ ରୂପେ ଏକତ୍ରିତ ହେଉଥିଲେ ଏବଂ ଆନନ୍ଦ ମନରେ ଓ ନମ୍ରଚିତ୍ତରେ

Gade chapit la Kopi

ପବିତ୍ର ବାଇବଲ

46 ପ୍ରତିଦିନ ସେମାନେ ଏକାଠି ହୋଇ ଉପାସନା ମନ୍ଦିରରେ ପରସ୍ପରକୁ ଭେଟୁଥିଲେ। ସେ ସମସ୍ତଙ୍କର ଲକ୍ଷ୍ୟ ଏକ ଥିଲା। ସେମାନେ ସେମାନଙ୍କ ଘରେ ଏକତ୍ର ଖାଉଥିଲେ, ଏବଂ ଆନନ୍ଦପୂର୍ଣ୍ଣ ହୃଦୟରେ ପରସ୍ପରକୁ ଏଥିର ଅଂଶୀ କରାଉଥିଲେ।

Gade chapit la Kopi




ପ୍ରେରିତ 2:46
25 Referans Kwoze  

ଆଉ ସେମାନେ ପ୍ରତିଦିନ ମନ୍ଦିରରେ ଓ ଘରେ ଘରେ ଶିକ୍ଷା ଦେବାକୁ ଓ ଯୀଶୁ ଯେ ଖ୍ରୀଷ୍ଟ, ଏହି ସୁସମାଚାର ପ୍ରଚାର କରିବାକୁ ବନ୍ଦ କଲେ ନାହିଁ।


ସେମାନେ ପ୍ରେରିତମାନଙ୍କର ଶିକ୍ଷାରେ, ସହଭାଗିତାରେ, ରୁଟି ଭାଙ୍ଗିବାରେ ଓ ପ୍ରାର୍ଥନା କରିବାରେ ନିବିଷ୍ଟ ଚିତ୍ତ ହୋଇ ରହିଲେ।


ଆମ୍ଭେମାନେ ସପ୍ତାହର ପ୍ରଥମ ଦିନରେ ଯେତେବେଳେ ରୁଟି ଭାଙ୍ଗିବାକୁ ଏକତ୍ରିତ ହୋଇଥିଲୁ, ପାଉଲ ସେତେବେଳେ ଆରଦିନ ଯିବେ ବୋଲି ଉଦ୍ୟତ ହେଉଥିବାରୁ, ସେମାନଙ୍କୁ ଉପଦେଶ ଦେବାକୁ ଲାଗିଲେ ଓ ମଧ୍ୟରାତ୍ର ଯାଏ ଦୀର୍ଘ ଭାଷଣ ଦେଲେ।


ହେ ସଦାପ୍ରଭୋ, ତୁମ୍ଭର ପଥ ମୋତେ ଶିଖାଅ, ମୁଁ ତୁମ୍ଭ ସତ୍ୟତାରେ ଗମନ କରିବି; ତୁମ୍ଭ ନାମକୁ ଭୟ କରିବା ପାଇଁ ମୋତେ ଏକମନା କର।


ଜଗତରେ, ବିଶେଷତଃ ତୁମ୍ଭମାନଙ୍କ ପ୍ରତି, ଆମ୍ଭେମାନେ ସାଂସାରିକ ଜ୍ଞାନରେ ଆଚରଣ ନ କରି ବରଂ ଈଶ୍ବରଙ୍କ ଅନୁଗ୍ରହରେ, ତାହାଙ୍କ ପବିତ୍ର ଓ ସରଳ ଭାବାନୁସାରେ ଆଚରଣ କରିଥିଲୁ ବୋଲି ଆମ୍ଭମାନଙ୍କର ବିବେକ ଯେ ସାକ୍ଷ୍ୟ ଦେଉଅଛି, ଏହା ଆମ୍ଭମାନଙ୍କ ଦର୍ପର ବିଷୟ।


ସେଥିରେ ସେ ସେମାନଙ୍କୁ ଆପଣା ଗୃହକୁ ଘେନିଯାଇ ଖାଦ୍ୟ ପରିବେଷଣ କଲେ, ଆଉ ସମସ୍ତ ପରିବାର ସହିତ ଈଶ୍ବରଙ୍କଠାରେ ବିଶ୍ୱାସ କରି ଅତ୍ୟନ୍ତ ଆନନ୍ଦିତ ହେଲେ।


ହେ ଦାସମାନେ, ମନୁଷ୍ୟକୁ ସନ୍ତୁଷ୍ଟ କଲା ପରି ଦୃଷ୍ଟି ଆଗରେ କର୍ମ ନ କରି ବରଂ ପ୍ରଭୁଙ୍କୁ ଭୟ କରି ହୃଦୟର ସରଳତାରେ ସବୁ ବିଷୟରେ ତୁମ୍ଭମାନଙ୍କ ଜାଗତିକ କର୍ତ୍ତାମାନଙ୍କ ଆଜ୍ଞାବହ ହୁଅ।


ଅବା ଯେ ଶିକ୍ଷା ଦିଏ, ସେ ଶିକ୍ଷାଦାନରେ, ବା ଯେ ଉପଦେଶ ଦିଏ, ସେ ଉପଦେଶ ଦାନରେ ନିବିଷ୍ଟ ରହୁ; ଯେ ଦାନ କରେ, ସେ ଉଦାର ଭାବରେ ଦାନ କରୁ; ଯେ ତତ୍ତ୍ୱାବଧାନ କରେ, ସେ ଯତ୍ନ ସହକାରେ ତତ୍ତ୍ୱାବଧାନ କରୁ; ଯେ ଦୟା କରେ, ସେ ହୃଷ୍ଟଚିତ୍ତରେ ତାହା କରୁ।


ଆଉ, ନିହିମୀୟା ସେମାନଙ୍କୁ କହିଲା, “ଆପଣା ଆପଣା ପଥରେ ଯାଅ, ଚିକଣ ଦ୍ରବ୍ୟ ଭୋଜନ କର ଓ ମିଠା ଦ୍ରବ୍ୟ ପାନ କର ଓ ଯାହା ନିମନ୍ତେ କିଛି ପ୍ରସ୍ତୁତ ହୋଇ ନାହିଁ, ତାହା ନିକଟକୁ କିଛି ଅଂଶ ପଠାଅ; କାରଣ ଆଜିର ଦିନ ଆମ୍ଭମାନଙ୍କ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ, ତୁମ୍ଭେମାନେ ଦୁଃଖିତ ନ ହୁଅ; ଯେଣୁ ସଦାପ୍ରଭୁ ବିଷୟକ ଆନନ୍ଦ ତୁମ୍ଭମାନଙ୍କର ବଳ ଅଟେ।”


ପୁଣି, ସର୍ବଦା ମନ୍ଦିରରେ ରହି ଈଶ୍ବରଙ୍କ ସ୍ତବ କରିବାକୁ ଲାଗିଲେ।


ତୁମ୍ଭେ ଆପଣା ମାର୍ଗରେ ଯାଅ, ଆନନ୍ଦରେ ଆପଣା ଆହାର ଭୋଜନ କର ଓ ହୃଷ୍ଟଚିତ୍ତରେ ଆପଣା ଦ୍ରାକ୍ଷାରସ ପାନ କର; କାରଣ ପରମେଶ୍ୱର ତୁମ୍ଭର କାର୍ଯ୍ୟ ଗ୍ରହଣ କରି ସାରିଲେଣି।


ଆଉ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ପ୍ରତିଷ୍ଠା କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ; ସେହି ସ୍ଥାନରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତୁମ୍ଭେ, ତୁମ୍ଭ ପୁତ୍ର, ତୁମ୍ଭ କନ୍ୟା, ତୁମ୍ଭ ଦାସ, ତୁମ୍ଭ ଦାସୀ ଓ ତୁମ୍ଭ ନଗରଦ୍ୱାରବର୍ତ୍ତୀ ଲେବୀୟ ଲୋକ ଓ ତୁମ୍ଭ ମଧ୍ୟରେ ଥିବା ବିଦେଶୀୟ ଲୋକ ଓ ପିତୃହୀନ ଓ ବିଧବା (ତୁମ୍ଭେ) ସମସ୍ତେ ଆନନ୍ଦ କରିବ।


କିନ୍ତୁ ସର୍ପ ଆପଣା ଧୂର୍ତ୍ତତାରେ ହବାଙ୍କୁ ଯେପରି ଭୁଲାଇଲା, ସେହିପରି କାଳେ ତୁମ୍ଭମାନଙ୍କ ମନ ଖ୍ରୀଷ୍ଟଙ୍କ ପ୍ରତି ସରଳତା ଓ ପବିତ୍ରତାରୁ ଭ୍ରଷ୍ଟ ହୁଏ, ମୋହର ଏହି ଭୟ ହେଉଅଛି।


ଏହା ଶୁଣି ସେମାନେ ପ୍ରଭାତ ସମୟରେ ମନ୍ଦିରରେ ପ୍ରବେଶ କରି ଶିକ୍ଷା ଦେବାକୁ ଲାଗିଲେ। ଇତିମଧ୍ୟରେ ମହାଯାଜକ ଓ ତାହାଙ୍କ ସଙ୍ଗୀମାନେ ଆସି ମହାସଭା ଓ ଇସ୍ରାଏଲ ସନ୍ତାନମାନଙ୍କର ପ୍ରାଚୀନବର୍ଗଙ୍କୁ ଡାକି ଏକତ୍ର କଲେ, ପୁଣି, ସେମାନଙ୍କୁ ଆଣିବା ନିମନ୍ତେ କାରାଗାରକୁ ଲୋକ ପଠାଇଲେ।


ଦିନେ ପ୍ରାର୍ଥନାର ନିର୍ଦ୍ଧିଷ୍ଟ ସମୟରେ, ଅର୍ଥାତ୍‍ ଅପରାହ୍ନ ତିନି ଘଣ୍ଟା ବେଳେ ପିତର ଓ ଯୋହନ ମନ୍ଦିରକୁ ଯାଉଥିଲେ।


ଆଉ ସେମାନଙ୍କ ସହିତ ଭୋଜନରେ ବସିଲା ଉତ୍ତାରେ ସେ ରୁଟି ଘେନି ଆଶୀର୍ବାଦ କଲେ, ପୁଣି, ତାହା ଭାଙ୍ଗି ସେମାନଙ୍କୁ ଦେବାକୁ ଲାଗିଲେ।


ଚକ୍ଷୁ ଶରୀରର ପ୍ରଦୀପ। ଏଣୁ ତୁମ୍ଭର ଚକ୍ଷୁ ଯେବେ ନିର୍ମଳ ଥାଏ, ତେବେ ତୁମ୍ଭର ସମସ୍ତ ଶରୀର ଆଲୋକମୟ ହେବ।


ଆଉ ତୁମ୍ଭେମାନେ, ତୁମ୍ଭମାନଙ୍କ ପୁତ୍ରଗଣ, ତୁମ୍ଭମାନଙ୍କ କନ୍ୟାଗଣ, ତୁମ୍ଭମାନଙ୍କ ଦାସଗଣ ଓ ତୁମ୍ଭମାନଙ୍କ ଦାସୀଗଣ, ପୁଣି ତୁମ୍ଭମାନଙ୍କ ନଗରଦ୍ୱାରବର୍ତ୍ତୀ ଲେବୀୟ ଲୋକର କୌଣସି ଅଂଶ କି ଅଧିକାର ତୁମ୍ଭମାନଙ୍କ ମଧ୍ୟରେ ନ ଥିବା ସକାଶୁ ସେ ଏବଂ ତୁମ୍ଭେ ସମସ୍ତେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ଆନନ୍ଦ କରିବ।


ହେ ଦାସମାନେ, ତୁମ୍ଭେମାନେ ଯେପରି ଖ୍ରୀଷ୍ଟଙ୍କର ଆଜ୍ଞାବହ ଅଟ, ସେହିପରି ଭୟ ଓ କମ୍ପ ସହ ହୃଦୟର ସରଳତାରେ ତୁମ୍ଭମାନଙ୍କ ଜାଗତିକ କର୍ତ୍ତାମାନଙ୍କର ଆଜ୍ଞାବହ ହୁଅ;


ବରଂ ଭିତରେ ଯାହା ଯାହା ଅଛି, ସେହିସବୁ ଦାନ କର; ଆଉ ଦେଖ, ତୁମ୍ଭମାନଙ୍କ ପକ୍ଷରେ ସମସ୍ତ ପରିଷ୍କୃତ।


ପୁଣି ସେହି ସ୍ଥାନରେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ଭୋଜନ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ଯେଉଁ ବିଷୟରେ ତୁମ୍ଭକୁ ଆଶୀର୍ବାଦ କରିଅଛନ୍ତି, ଏପରି ଯେକୌଣସି ବିଷୟରେ ତୁମ୍ଭେମାନେ ହାତ ଦେବ, ତହିଁରେ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ପରିବାର ଆନନ୍ଦ କରିବ।


ଯେଉଁ ଆଶୀର୍ବାଦର ପାତ୍ରକୁ ଆମ୍ଭେମାନେ ଆଶୀର୍ବାଦ କରୁ, ତାହା କି ଖ୍ରୀଷ୍ଟଙ୍କ ରକ୍ତର ସହଭାଗିତା ନୁହେଁ? ଯେଉଁ ରୁଟି ଆମ୍ଭେମାନେ ଭାଙ୍ଗୁ, ତାହା କି ଖ୍ରୀଷ୍ଟଙ୍କ ଶରୀରର ସହଭାଗିତା ନୁହେଁ?


Swiv nou:

Piblisite


Piblisite