Biblia Todo Logo
Bib sou entènèt

- Piblisite -




ପ୍ରେରିତ 20:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ପାଉଲ ସେଥିରେ ତଳକୁ ଓହ୍ଲାଇ ଆସି ତାହା ଉପରେ ପଡ଼ି ତାହାକୁ ଆଲିଙ୍ଗନ କରି କହିଲେ, କୋଳାହଳ କର ନାହିଁ, କାରଣ ଏହାଠାରେ ଜୀବନ ଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ସେଥିରେ ପାଉଲ ତଳକୁ ଓହ୍ଲାଇଆସି ତାʼ ଉପରେ ପଡ଼ି ତାକୁ ଆଲିଙ୍ଗନ କରି କହିଲେ, କୋଳାହଳ କର ନାହିଁ, କାରଣ ଏହାଠାରେ ଜୀବନ ଅଛି।

Gade chapit la Kopi

ଓଡିଆ ବାଇବେଲ

10 ପାଉଲ ସେଥିରେ ତଳକୁ ଓହ୍ଲାଇ ଆସି ତାହା ଉପରେ ପଡି ତାହାକୁ ଆଲିଙ୍ଗନ କରି କହିଲେ, କୋଳାହଳ କର ନାହିଁ, କାରଣ ଏହାଠାରେ ଜୀବନ ଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 କିନ୍ତୁ ପାଉଲ ତଳକୁ ଓହ୍ଲାଇ ଆସି ତାକୁ କୁଣ୍ଢାଇ ଧରି କହିଲେ, “ବ୍ୟସ୍ତ ହୁଅ ନାହିଁ। ସେ ବଞ୍ଚିଛି।”

Gade chapit la Kopi

ପବିତ୍ର ବାଇବଲ

10 ପାଉଲ ତଳକୁ ଆସି ଆଣ୍ଠେଇ ପଡ଼ିଲେ, ଓ ତାହାକୁ ନିଜ ହାତରେ ଟେକିନେଲେ ଓ କହିଲେ, “ତୁମ୍ଭେମାନେ ବ୍ୟସ୍ତ ହୁଅ ନାହିଁ। ସେ ଏବେ ଜୀବିତ ହେବ।”

Gade chapit la Kopi




ପ୍ରେରିତ 20:10
8 Referans Kwoze  

ପୁଣି, ଭିତରକୁ ଯାଇ ସେମାନଙ୍କୁ କହିଲେ, “କାହିଁକି କୋଳାହଳ ଓ ରୋଦନ କରୁଅଛ? ପିଲାଟି ମରି ନାହିଁ, ମାତ୍ର ଶୋଇପଡ଼ିଅଛି।” ସେଥିରେ ସେମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ।


ଯୀଶୁ ତାହାଙ୍କୁ କହିଲେ, “ଯଦି ତୁମ୍ଭେ ବିଶ୍ୱାସ କର, ତାହାହେଲେ ଈଶ୍ବରଙ୍କ ମହିମା ଦେଖିବ, ଏହା କଅଣ ମୁଁ ତୁମ୍ଭକୁ କହିଲି ନାହିଁ?” ସେଥିରେ ସେମାନେ ପଥର ଘୁଞ୍ଚାଇଦେଲେ।


ସେ ଏସମସ୍ତ କଥା କହିଲା ଉତ୍ତାରେ ସେମାନଙ୍କୁ ଆହୁରି କହିଲେ, “ଆମ୍ଭମାନଙ୍କ ବନ୍ଧୁ ଲାଜାର ନିଦ୍ରା ଯାଇଅଛନ୍ତି, କିନ୍ତୁ ତାହାଙ୍କୁ ନିଦ୍ରାରୁ ଉଠାଇବା ନିମନ୍ତେ ମୁଁ ଯାଉଅଛି।”


ତାହାକୁ ଦେଖି ପ୍ରଭୁ ତାହା ପ୍ରତି ଦୟାରେ ବିଗଳିତ ହୋଇ ତାହାକୁ କହିଲେ, “ରୋଦନ କର ନାହିଁ।”


ଆଉ, ଝରକା ଉପରେ ଇଉତୁଖ ନାମକ ଜଣେ ଯୁବା ଲୋକ ବସିଥିଲା, ତାହାକୁ ଭାରୀ ନିଦ ଲାଗୁଥିଲା; ପୁଣି, ପାଉଲ ଆପଣା ଉପଦେଶ ଆହୁରି ଦୀର୍ଘ କରିବାରୁ ସେ ନିଦ୍ରା ମଗ୍ନ ହୋଇ ତୃତୀୟ ମହଲାରୁ ତଳେ ପଡ଼ିଗଲା, ଆଉ ତାହାକୁ ଉଠାଇଲା ବେଳକୁ, ସେ ମୃତ ବୋଲି ଜଣାଗଲା।


Swiv nou:

Piblisite


Piblisite