Biblia Todo Logo
Bib sou entènèt

- Piblisite -




ପ୍ରେରିତ 20:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଈଶ୍ବରଙ୍କ ପ୍ରତି ମନ-ପରିବର୍ତ୍ତନ ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପ୍ରତି ବିଶ୍ୱାସ ବିଷୟରେ ଯିହୁଦୀ ଓ ଗ୍ରୀକ୍‍ମାନଙ୍କ ପାଖରେ ସାକ୍ଷ୍ୟ ଦେଉଥିଲି, ତାହା ତୁମ୍ଭେମାନେ ଜାଣ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଶିକ୍ଷା ଦେବାକୁ ସଙ୍କୁଚିତ ନ ହୋଇ ଈଶ୍ଵରଙ୍କ ପ୍ରତି ମନ ପରିବର୍ତ୍ତନ, ପୁଣି ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ପ୍ରତି ବିଶ୍ଵାସ ବିଷୟରେ ଯିହୁଦୀ ଓ ଗ୍ରୀକ୍ମାନଙ୍କ ନିକଟରେ ସାକ୍ଷ୍ୟ ଦେଉଥିଲି ତାହା ତୁମ୍ଭେମାନେ ଜାଣ।

Gade chapit la Kopi

ଓଡିଆ ବାଇବେଲ

21 ଶିକ୍ଷା ଦେବାକୁ ସଙ୍କୁଚିତ ନ ହୋଇ ଈଶ୍ୱରଙ୍କ ପ୍ରତି ମନ ପରିବର୍ତ୍ତନ ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ପ୍ରତି ବିଶ୍ୱାସ ବିଷୟରେ ଯିହୂଦୀ ଓ ଗ୍ରୀକ୍‌ମାନଙ୍କ ପାଖରେ ସାକ୍ଷ୍ୟ ଦେଉଥିଲି,ତାହା ତୁମ୍ଭେମାନେ ଜାଣ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 ଇହୁଦୀ ଓ ଅଣଇହୁଦୀ ସମସ୍ତଙ୍କୁ ମୁଁ ଦୃଢ଼ ସତର୍କ ବାଣୀ ଶୁଣାଇଥିଲି ଯେ, ସେମାନେ ପାପରୁ ବିମୁଖ ହୋଇ ଈଶ୍ୱରଙ୍କ ପ୍ରତି ମନ ଫେରାଇବେ ଏବଂ ପ୍ରଭୁ ଯୀଶୁଙ୍କଠାରେ ବିଶ୍ୱାସ କରିବେ।

Gade chapit la Kopi

ପବିତ୍ର ବାଇବଲ

21 ମୁଁ ଯିହୂଦୀ ଓ ଗ୍ରୀକ ଏବଂ ସମସ୍ତ ଲୋକମାନଙ୍କୁ ମନ ପରିବର୍ତ୍ତନ କରି ପରମେଶ୍ୱରଙ୍କ ନିକଟକୁ ଆସିବା ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କଠାରେ ବିଶ୍ୱାସ କରିବା ନିମନ୍ତେ ଚେତାଇ ଦେଇଅଛି।

Gade chapit la Kopi




ପ୍ରେରିତ 20:21
51 Referans Kwoze  

ସେଥିରେ ପିତର ସେମାନଙ୍କୁ କହିଲେ, ଆପଣମାନେ “ମନ-ପରିବର୍ତ୍ତନ କରନ୍ତୁ, ଆଉ ନିଜ ନିଜ ପାପ କ୍ଷମା ନିମନ୍ତେ ପ୍ରତ୍ୟେକ ଜଣ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ବାପ୍ତିଜିତ ହେଉନ୍ତୁ; ତାହାହେଲେ ଆପଣମାନେ ପବିତ୍ର ଆତ୍ମାଙ୍କର ଦାନ ପ୍ରାପ୍ତ ହେବେ।


ଏହି ସମସ୍ତ କଥା ଶୁଣିବାରୁ ସେମାନେ ନିରୁତ୍ତର ହେଲେ ଓ ଈଶ୍ବରଙ୍କର ପ୍ରଶଂସା କରି କହିଲେ, ତେବେ ଈଶ୍ବର ଅଣଯିହୁଦୀମାନଙ୍କୁ ମଧ୍ୟ ଜୀବନପ୍ରାପ୍ତି ନିମନ୍ତେ ମନ-ପରିବର୍ତ୍ତନ ଦାନ କରିଅଛନ୍ତି।


କିନ୍ତୁ ମୁଁ ଯେପରି ମୋହର ନିରୂପିତ ପଥର ଶେଷ ଯାଏ ଦୌଡ଼ି ପାରେ, ଆଉ ଈଶ୍ବରଙ୍କ ଅନୁଗ୍ରହର ସୁସମାଚାର ପକ୍ଷରେ ସାକ୍ଷ୍ୟ ଦେବା ନିମନ୍ତେ ଯୀଶୁଙ୍କଠାରୁ ଯେଉଁ ସେବାର କାର୍ଯ୍ୟ ପାଇଅଛି, ତାହା ଯେପରି ସମ୍ପୂର୍ଣ୍ଣ କରିପାରେ, ଏଥିପାଇଁ ମୁଁ ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ ନ କରି ତାହା ଛୋଟ ମନେ କରୁଅଛି।


ମୁଁ ତୁମ୍ଭମାନଙ୍କୁ କହୁଅଛି, ନା, କିନ୍ତୁ ମନ-ପରିବର୍ତ୍ତନ ନ କଲେ ତୁମ୍ଭେମାନେ ସମସ୍ତେ ସେହି ପ୍ରକାରେ ବିନଷ୍ଟ ହେବ।


କାରଣ ଈଶ୍ବରଙ୍କ ଇଚ୍ଛାନୁସାରେ ଯେଉଁ ଦୁଃଖ, ତାହା ପରିତ୍ରାଣ ନିମନ୍ତେ ଏପରି ମନ-ପରିବର୍ତ୍ତନ ଜନ୍ମାଏ, ଯାହା ସକାଶେ ଅନୁତାପ କରିବାକୁ ପଡ଼େ ନାହିଁ; ମାତ୍ର ସାଂସାରିକ ଦୁଃଖ ମୃତ୍ୟୁ ଜନ୍ମାଏ।


ଯେଣୁ ତୁମ୍ଭେ ଯଦି ମୁଖରେ ଯୀଶୁଙ୍କୁ ପ୍ରଭୁ ବୋଲି ସ୍ୱୀକାର କରିବ, ଆଉ ଈଶ୍ବର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି ବୋଲି ହୃଦୟରେ ବିଶ୍ୱାସ କରିବ, ତେବେ ପରିତ୍ରାଣ ପ୍ରାପ୍ତ ହେବ;


ସେଥିପାଇଁ ସେମାନଙ୍କ ଚକ୍ଷୁ ଉନ୍ମୋଚନ କରିବା ନିମନ୍ତେ ଆମ୍ଭେ ତୁମ୍ଭକୁ ସେମାନଙ୍କ ନିକଟକୁ ପଠାଉଅଛୁ, ଆଉ ଆମ୍ଭେ ତୁମ୍ଭକୁ ସେମାନଙ୍କଠାରୁ ରକ୍ଷା କରିବୁ।”


ପୁଣି, ଯିରୂଶାଲମ ସହରରୁ ଆରମ୍ଭ କରି ସମସ୍ତ ଜାତିଙ୍କ ନିକଟରେ ତାହାଙ୍କ ନାମରେ ପାପ କ୍ଷମା ନିମନ୍ତେ ମନ-ପରିବର୍ତ୍ତନର ପ୍ରସଙ୍ଗ ଘୋଷଣା କରାଯିବ।


ଯୀଶୁ ଈଶ୍ବରଙ୍କ ପୁତ୍ର, ଏହା ଯେ ବିଶ୍ୱାସ କରେ, ତାହା ଛଡ଼ା ଆଉ କିଏ ଜଗତକୁ ଜୟ କରେ?


କିନ୍ତୁ ପ୍ରଥମେ ଦମ୍ମେଶକର ଓ ଯିରୂଶାଲମ ସହରର ଲୋକମାନଙ୍କ ନିକଟରେ, ପରେ ଯିହୂଦିୟା ପ୍ରଦେଶର ସମସ୍ତ ଅଞ୍ଚଳରେ, ପୁଣି, ଅଣଯିହୁଦୀମାନଙ୍କ ନିକଟରେ ମଧ୍ୟ ପ୍ରଚାର କରିବାକୁ ଲାଗିଲି, ଯେପରି ସେମାନେ ମନ-ପରିବର୍ତ୍ତନ କରି ଈଶ୍ବରଙ୍କ ପ୍ରତି ଫେରିଆସନ୍ତି ଓ ମନ-ପରିବର୍ତ୍ତନର ଉପଯୁକ୍ତ କାର୍ଯ୍ୟ କରନ୍ତି।


ଯେ କେହି ଯୀଶୁଙ୍କୁ ଖ୍ରୀଷ୍ଟ ବୋଲି ବିଶ୍ୱାସ କରେ, ସେ ଈଶ୍ବରଙ୍କଠାରୁ ଜାତ; ଆଉ, ଯେ କେହି ଜନ୍ମଦାତାଙ୍କୁ ପ୍ରେମ କରେ, ସେ ତାହାଙ୍କଠାରୁ ଜାତ ହୋଇଥିବା ସନ୍ତାନମାନଙ୍କୁ ମଧ୍ୟ ପ୍ରେମ କରେ।


ମୁଁ ମୋହର ପ୍ରାର୍ଥନାରେ ତୁମ୍ଭର ନାମ ଉଲ୍ଲେଖ କରି ସର୍ବଦା ମୋହର ଈଶ୍ବରଙ୍କୁ ଧନ୍ୟବାଦ ଦେଉଅଛି,


ଏହି କାରଣରୁ ପ୍ରଭୁ ଯୀଶୁଙ୍କଠାରେ ତୁମ୍ଭମାନଙ୍କର ଯେଉଁ ବିଶ୍ୱାସ ଓ ସମସ୍ତ ସାଧୁଙ୍କ ପ୍ରତି ଯେଉଁ ପ୍ରେମ,


ମୁଁ ଖ୍ରୀଷ୍ଟଙ୍କ ସହିତ କ୍ରୁଶରେ ହତ ହୋଇଅଛି; ମୁଁ ଆଉ ଜୀବିତ ନୁହେଁ, ମାତ୍ର ଖ୍ରୀଷ୍ଟ ମୋʼ ଠାରେ ଜୀବିତ ଅଛନ୍ତି; ପୁଣି, ମୁଁ ଶରୀରରେ ଥାଇ ବର୍ତ୍ତମାନ ଯେଉଁ ଜୀବନଯାପନ କରୁଅଛି, ତାହା ବିଶ୍ୱାସରେ, ଅର୍ଥାତ୍‍, ଈଶ୍ବରଙ୍କ ପୁତ୍ର ମୋତେ ପ୍ରେମ କରି ମୋʼ ନିମନ୍ତେ ଆପଣାକୁ ଉତ୍ସର୍ଗ କଲେ, ତାହାଙ୍କଠାରେ ବିଶ୍ୱାସ କରି ଯାପନ କରୁଅଛି।


ଅତଏବ, ବିଶ୍ୱାସ ଦ୍ୱାରା ଧାର୍ମିକ ଗଣିତ ହେବାରୁ ଆମ୍ଭେମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ବରଙ୍କ ସହିତ ଶାନ୍ତିରେ ଅଛୁ;


ମାତ୍ର ଆମ୍ଭମାନଙ୍କ ନିମନ୍ତେ ମଧ୍ୟ ଲେଖା ହୋଇଅଛି; କାରଣ ଯେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କୁ ମୃତମାନଙ୍କ ମଧ୍ୟରୁ ଉତ୍ଥାପନ କଲେ, ତାହାଙ୍କଠାରେ ବିଶ୍ୱାସ କରୁଅଛୁ ଯେ ଆମ୍ଭେମାନେ, ଆମ୍ଭମାନଙ୍କ ପକ୍ଷରେ ମଧ୍ୟ ତାହା ଗଣିତ ହେବ;


କାରଣ ମୁଁ ସୁସମାଚାର ସମ୍ବନ୍ଧରେ ଲଜ୍ଜାବୋଧ କରେ ନାହିଁ, ଯେଣୁ ତାହା ବିଶ୍ୱାସ କରୁଥିବା ପ୍ରତ୍ୟେକଙ୍କ ପକ୍ଷରେ ପରିତ୍ରାଣ ନିମନ୍ତେ ଈଶ୍ବରଙ୍କ ଶକ୍ତି ଅଟେ, ପ୍ରଥମତଃ ଯିହୁଦୀ ପକ୍ଷରେ, ଆଉ ମଧ୍ୟ ଗ୍ରୀକ୍‍ ପକ୍ଷରେ।


ଈଶ୍ବର ସେହି ଅଜ୍ଞାନତାର କାଳ ଉପେକ୍ଷା କରିଅଛନ୍ତି ସତ୍ୟ, କିନ୍ତୁ ଏବେ ସେ ସର୍ବତ୍ର ସମସ୍ତ ମନୁଷ୍ୟଙ୍କୁ ମନ-ପରିବର୍ତ୍ତନ କରିବା ନିମନ୍ତେ ଜଣାନ୍ତି;


ସେଥିରେ ସେମାନେ ପ୍ରସ୍ଥାନ କରି ମନ-ପରିବର୍ତ୍ତନ କରିବା ଯେ କର୍ତ୍ତବ୍ୟ, ଏହା ପ୍ରଚାର କଲେ,


“କାଳ ସମ୍ପୂର୍ଣ୍ଣ ହେଲାଣି, ଈଶ୍ବରଙ୍କ ରାଜ୍ୟ ସନ୍ନିକଟ; ମନ-ପରିବର୍ତ୍ତନ କର ଓ ସୁସମାଚାରରେ ବିଶ୍ୱାସ କର।”


ସେହି ସମୟଠାରୁ ଯୀଶୁ ଘୋଷଣା କରିବାକୁ ଆରମ୍ଭ କରି କହିବାକୁ ଲାଗିଲେ, “ମନ-ପରିବର୍ତ୍ତନ କର, କାରଣ ସ୍ୱର୍ଗରାଜ୍ୟ ସନ୍ନିକଟ।”


କିନ୍ତୁ ଯେପରି ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ହେତୁ ପ୍ରତିଜ୍ଞା ବିଶ୍ୱାସ କରୁଥିବା ଲୋକମାନଙ୍କୁ ଦିଆଯାଏ, ଏଥିପାଇଁ ଧର୍ମଶାସ୍ତ୍ର ସମସ୍ତ ବିଷୟକୁ ପାପର ଅଧୀନ ବୋଲି ଗଣନା କରିଅଛି।


ତଥାପି ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା ମନୁଷ୍ୟ ଧାର୍ମିକ ଗଣିତ ନ ହୋଇ କେବଳ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଯେ ଧାର୍ମିକ ଗଣିତ ହୁଏ, ଏହା ଜାଣି ଆମ୍ଭେମାନେ ମଧ୍ୟ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିଅଛୁ, ଯେପରି ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା ଧାର୍ମିକ ଗଣିତ ନ ହୋଇ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଧାର୍ମିକ ଗଣିତ ହେଉ; କାରଣ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା କୌଣସି ମନୁଷ୍ୟ ଧାର୍ମିକ ଗଣିତ ହେବ ନାହିଁ।


କାରଣ ଯିହୁଦୀମାନେ ଚିହ୍ନ ଲୋଡ଼ନ୍ତି, ଆଉ ଗ୍ରୀକ୍‍ମାନେ ଜ୍ଞାନ ଅନ୍ୱେଷଣ କରନ୍ତି,


କିମ୍ବା ଈଶ୍ବରଙ୍କ କୃପା ଯେ ତୁମ୍ଭକୁ ମନ-ପରିବର୍ତ୍ତନ ଆଡ଼କୁ ଘେନିଯିବାକୁ ଚେଷ୍ଟା କରେ, ଏହା ନ ଜାଣି ତୁମ୍ଭେ କି ତାହାଙ୍କର ଉତ୍ତମତା, ଧୈର୍ଯ୍ୟ ଓ ଚିରସହିଷ୍ଣୁତାରୂପ ଧନସବୁ ତୁଚ୍ଛ କରୁଅଛ?


ଗ୍ରୀକ୍‍ କି ବର୍ବର, ଶିକ୍ଷିତ କି ଅଶିକ୍ଷିତ, ସମସ୍ତଙ୍କ ନିକଟରେ ମୁଁ ଋଣୀ।


ଏଥିରେ ସେମାନେ ତାହାଙ୍କ ସହିତ ଗୋଟିଏ ଦିନ ନିରୂପଣ କରି ବହୁସଂଖ୍ୟାରେ ତାହାଙ୍କ ବସାକୁ ଆସିଲେ, ଆଉ ସେ ସକାଳୁ ସନ୍ଧ୍ୟା ପର୍ଯ୍ୟନ୍ତ ସେମାନଙ୍କ ନିକଟରେ ବ୍ୟାଖ୍ୟା କରି ଈଶ୍ବରଙ୍କ ରାଜ୍ୟ ସମ୍ବନ୍ଧରେ ସାକ୍ଷ୍ୟ ଦେଲେ, ପୁଣି, ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀଙ୍କ ଶାସ୍ତ୍ର ନେଇ ଯୀଶୁଙ୍କ ସମ୍ବନ୍ଧରେ ସେମାନଙ୍କ ବିଶ୍ୱାସ ଜନ୍ମାଇବାକୁ ଚେଷ୍ଟା କଲେ।


ସେମାନେ କହିଲେ, ପ୍ରଭୁ ଯୀଶୁଙ୍କଠାରେ ବିଶ୍ୱାସ କର, ତାହାହେଲେ ତୁମ୍ଭେ ଏବଂ ତୁମ୍ଭ ସପରିବାର ପରିତ୍ରାଣ ପାଇବ।


ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ଯେ ତାହାଙ୍କ ନାମରେ ପାପ କ୍ଷମା ପାଇବ, ଏହା ସମସ୍ତ ଭାବବାଦୀ ତାହାଙ୍କ ବିଷୟରେ ସାକ୍ଷ୍ୟ ଦିଅନ୍ତି।


ଏହି ପ୍ରକାରେ ସେମାନେ ସାକ୍ଷ୍ୟ ଦେଇ ଓ ପ୍ରଭୁଙ୍କ ବାକ୍ୟ କହି ଶମିରୋଣୀୟମାନଙ୍କ ଅନେକ ଗ୍ରାମରେ ସୁସମାଚାର ପ୍ରଚାର କରୁ କରୁ ଯିରୂଶାଲମ ସହରକୁ ବାହୁଡ଼ିଗଲେ।


ଅତଏବ, ଯେପରି ଆପଣମାନଙ୍କର ପାପମୋଚନ ହୋଇପାରେ, ଏଥିନିମନ୍ତେ ମନ-ପରିବର୍ତ୍ତନ କରି ଫେରି ଆସନ୍ତୁ,


ପୁଣି, ଅନ୍ୟାନ୍ୟ ଅନେକ କଥା ଦ୍ୱାରା ସେ ସାକ୍ଷ୍ୟ ଦେବାକୁ ଲାଗିଲେ ଓ ସେମାନଙ୍କୁ ଉପଦେଶ ଦେଇ କହିଲେ, “ଏହି କୁଟିଳ ବଂଶଠାରୁ ଆପଣମାନେ ରକ୍ଷା ପ୍ରାପ୍ତ ହେଉନ୍ତୁ।”


କିନ୍ତୁ ତୁମ୍ଭେମାନେ ଯେପରି ବିଶ୍ୱାସ କର ଯେ, ଯୀଶୁ ଈଶ୍ବରଙ୍କ ପୁତ୍ର ଖ୍ରୀଷ୍ଟ ଅଟନ୍ତି, ପୁଣି, ବିଶ୍ୱାସ କରି ଯେପରି ତୁମ୍ଭେମାନେ ତାହାଙ୍କ ନାମରେ ଜୀବନ ପ୍ରାପ୍ତ ହୁଅ, ଏଥିନିମନ୍ତେ ଏସମସ୍ତ ଲେଖାଯାଇଅଛି।


ଯେ ପୁତ୍ରଙ୍କଠାରେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ମାତ୍ର ଯେ ପୁତ୍ରଙ୍କୁ ଅମାନ୍ୟ କରେ, ସେ ଜୀବନ ଦେଖିବ ନାହିଁ, କିନ୍ତୁ ସେ ଈଶ୍ବରଙ୍କ କ୍ରୋଧର ପାତ୍ର ହୋଇ ରହିଥାଏ।


ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ପ୍ରକାରେ ଯେ ମନ-ପରିବର୍ତ୍ତନ କରେ, ଏପରି ଜଣେ ପାପୀ ନିମନ୍ତେ ଈଶ୍ବରଙ୍କ ଦୂତମାନଙ୍କ ଆଗରେ ଆନନ୍ଦ ହୁଏ।”


ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ପ୍ରକାରେ ଯେଉଁମାନଙ୍କର ମନ-ପରିବର୍ତ୍ତନ କରିବାର ଆବଶ୍ୟକ ନାହିଁ, ଏପରି ଅନେଶତ ଧାର୍ମିକ ଲୋକମାନଙ୍କ ଅପେକ୍ଷା, ଯେ ମନ-ପରିବର୍ତ୍ତନ କରେ, ଏପରି ଜଣେ ପାପୀର ନିମନ୍ତେ ସ୍ୱର୍ଗରେ ଅଧିକ ଆନନ୍ଦ ହେବ।”


ମୁଁ ତୁମ୍ଭମାନଙ୍କୁ କହୁଅଛି, ନା, କିନ୍ତୁ ମନ-ପରିବର୍ତ୍ତନ ନ କଲେ ତୁମ୍ଭେମାନେ ସମସ୍ତେ ସେହିପରି ବିନଷ୍ଟ ହେବ।”


“ମନ-ପରିବର୍ତ୍ତନ କର, କାରଣ ସ୍ୱର୍ଗରାଜ୍ୟ ସନ୍ନିକଟ।”


କାରଣ ଯଦ୍ୟପି ମୁଁ ଶରୀରରେ ଅନୁପସ୍ଥିତ, ତଥାପି ମୁଁ ମୋହର ଆତ୍ମାରେ ତୁମ୍ଭମାନଙ୍କ ସହିତ ଥାଇ ତୁମ୍ଭମାନଙ୍କର ସୁଗଠନ ଓ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସର ଦୃଢ଼ତା ଦେଖି ଆନନ୍ଦ କରୁଅଛି।


କେତେକ ଦିନ ପରେ ଫେଲୀକ୍ସ୍‌ ଦ୍ରୂସିଲ୍ଲା ନାମ୍ନୀ ଆପଣା ଯିହୁଦୀୟା ଭାର୍ଯ୍ୟାଙ୍କ ସହିତ ଆସି ପାଉଲଙ୍କୁ ଡକାଇ ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସ ବିଷୟ ତାଙ୍କଠାରୁ ଶୁଣିଲେ।


ଏହି କଥା ଏଫିସ ନିବାସୀ ଯିହୁଦୀ ଓ ଗ୍ରୀକ୍‍ ସମସ୍ତେ ଜାଣିଲେ। ସେଥିରେ ସମସ୍ତେ ଭୀତ ହେଲେ, ଆଉ ପ୍ରଭୁ ଯୀଶୁଙ୍କ ନାମ ମହିମାନ୍ୱିତ ହେବାକୁ ଲାଗିଲା।


କାରଣ ମୋହର ପାଞ୍ଚ ଭାଇ ଅଛନ୍ତି; ସେମାନେ ମଧ୍ୟ ଯେପରି ଏହି ଯନ୍ତ୍ରଣାମୟ ସ୍ଥାନକୁ ନ ଆସିବେ, ସେଥିପାଇଁ ସେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବେ।’


ମୋ ପାଇଁ ଯେ ବନ୍ଧନ ଓ କ୍ଲେଶ ରହିଅଛି, କେବଳ ଏତିକି ଜାଣେ, ଏହା ପବିତ୍ର ଆତ୍ମା ନଗରେ ନଗରେ ସାକ୍ଷ୍ୟ ଦେଉଅଛନ୍ତି।


Swiv nou:

Piblisite


Piblisite