Biblia Todo Logo
Bib sou entènèt

- Piblisite -




ପ୍ରେରିତ 20:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ପୁଣି, ଏବେ ଦେଖ, ଯେଉଁମାନଙ୍କ ମଧ୍ୟରେ ମୁଁ ଈଶ୍ବରଙ୍କ ରାଜ୍ୟ ଘୋଷଣା କରୁ କରୁ ଭ୍ରମଣ କଲି, ଏପରି ଯେ ତୁମ୍ଭେମାନେ ସମସ୍ତେ, ଆଉ ମୋହର ମୁଖ ଦେଖିବ ନାହିଁ ବୋଲି ମୁଁ ଜାଣେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ପୁଣି ଏବେ ଦେଖ, ଯେଉଁମାନଙ୍କ ମଧ୍ୟରେ ମୁଁ ଈଶ୍ଵରଙ୍କ ରାଜ୍ୟ ଘୋଷଣା କରୁ କରୁ ଭ୍ରମଣ କଲି, ଏପରି ଯେ ତୁମ୍ଭେମାନେ ସମସ୍ତେ, ତୁମ୍ଭେମାନେ ଆଉ ମୋର ମୁଖ ଦେଖିବ ନାହିଁ ବୋଲି ମୁଁ ଜାଣେ।

Gade chapit la Kopi

ଓଡିଆ ବାଇବେଲ

25 ପୁଣି, ଏବେ ଦେଖ, ଯେଉଁମାନଙ୍କ ମଧ୍ୟରେ ମୁଁ ଈଶ୍ୱରଙ୍କ ରାଜ୍ୟ ଘୋଷଣା କରୁ କରୁ ଭ୍ରମଣ କଲି, ଏପରି ଯେ ତୁମ୍ଭେମାନେ ସମସ୍ତେ, ଆଉ ମୋହର ମୁଖ ଦେଖିବ ନାହିଁ ବୋଲି ମୁଁ ଜାଣେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

25 “ଈଶ୍ୱରଙ୍କ ରାଜ୍ୟ ବିଷୟରେ ପ୍ରଚାର କରିବା ପାଇଁ ମୁଁ ତୁମ ସମସ୍ତଙ୍କ ନିକଟକୁ ଯାଇଛି। ବର୍ତ୍ତମାନ ମୁଁ ଜାଣେ ଯେ, ତୁମ ମଧ୍ୟରୁ କେହି ମୋତେ ଆଉ ଥରେ ଦେଖିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

25 “ମୁଁ ଯେଉଁମାନଙ୍କ ନିକଟରେ ପରମେଶ୍ୱରଙ୍କ ରାଜ୍ୟ ବିଷୟରେ ଘୋଷଣା କରିଥିଲି, ଅର୍ଥାତ୍ ତୁମ୍ଭେମାନେ, ତୁମ୍ଭମାନଙ୍କ ମଧ୍ୟରୁ କେହିହେଲେ ବର୍ତ୍ତମାନଠାରୁ ମୋତେ ଆଉ କେବେ ହେଲେ ଦେଖିବାକୁ ପାଇବ ନାହିଁ, ଏହା ମୁଁ ଜାଣେ।

Gade chapit la Kopi




ପ୍ରେରିତ 20:25
13 Referans Kwoze  

ପୁଣି, ଯେତେ ଲୋକ ତାହାଙ୍କ ନିକଟକୁ ଆସୁଥିଲେ, ସମସ୍ତଙ୍କୁ ସେ ଗ୍ରହଣ କରି ପୂର୍ଣ୍ଣ ସାହସରେ ଓ ନିର୍ବିଘ୍ନରେ ଈଶ୍ବରଙ୍କ ରାଜ୍ୟର କଥା ପ୍ରଚାର କରୁଥିଲେ ଏବଂ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ସମ୍ବନ୍ଧୀୟ ବିଷୟସବୁ ଶିକ୍ଷା ଦେଉଥିଲେ।


ସେମାନେ ତାହାଙ୍କ ମୁଖ ପୁଣି, ଆଉ ଥରେ ଦେଖିବେ ନାହିଁ ବୋଲି ପାଉଲ ଯେ କଥା କହିଥିଲେ, ସେଥିପାଇଁ ବିଶେଷ ରୂପେ ଦୁଃଖ କଲେ। ପରେ ସେମାନେ ତାହାଙ୍କୁ ଜାହାଜ ପର୍ଯ୍ୟନ୍ତ ଘେନିଗଲେ।


ପରେ ଯୀଶୁ ସେମାନଙ୍କ ସମାଜଗୃହ ସମୂହରେ ଶିକ୍ଷା ଦେଇ ରାଜ୍ୟର ସୁସମାଚାର ଘୋଷଣା କରି ଏବଂ ଲୋକଙ୍କର ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରି ସମୁଦାୟ ଗାଲିଲୀରେ ଭ୍ରମଣ କରିବାକୁ ଲାଗିଲେ,


କାରଣ ତୁମ୍ଭମାନଙ୍କ ଓ ଲାଅଦିକିଆର ଲୋକମାନଙ୍କ, ପୁଣି, ଯେତେ ଲୋକ ମୋହର ମୁଖ ଦେଖି ନାହାନ୍ତି, ସେ ସମସ୍ତଙ୍କ ନିମନ୍ତେ ମୁଁ ଯେ କେତେ ପ୍ରାଣପଣ କରିଥାଏ, ଏହା ତୁମ୍ଭେମାନେ ଜାଣ ବୋଲି ମୋହର ଇଚ୍ଛା;


ଯିହୂଦିୟା ପ୍ରଦେଶର ଖ୍ରୀଷ୍ଟାଶ୍ରିତ ମଣ୍ଡଳୀ-ସମୂହ ନିକଟରେ ମୁଁ ବ୍ୟକ୍ତିଗତ ଭାବରେ ପରିଚିତ ନ ଥିଲି;


କିନ୍ତୁ ଏବେ ଏହିସବୁ ଅଞ୍ଚଳରେ କାର୍ଯ୍ୟ କରିବାକୁ ଆଉ ସ୍ଥାନ ନ ଥିବାରୁ ପୁଣି, ଅନେକ ବର୍ଷ ହେଲା ତୁମ୍ଭମାନଙ୍କ ନିକଟକୁ ଯିବା ନିମନ୍ତେ ଆକାଂକ୍ଷା କରି ଆସୁଥିବାରୁ,


କିନ୍ତୁ ଫିଲିପ୍ପ ଈଶ୍ବରଙ୍କ ରାଜ୍ୟ ଓ ଯୀଶୁ ଖ୍ରୀଷ୍ଟଙ୍କ ନାମ ବିଷୟକ ସୁସମାଚାର ପ୍ରଚାର କରିବାରୁ ସେମାନେ ଯେତେବେଳେ ତାହାଙ୍କ କଥାରେ ବିଶ୍ୱାସ କଲେ, ସେତେବେଳେ ପୁରୁଷ ଓ ସ୍ତ୍ରୀ ଉଭୟ ବାପ୍ତିଜିତ ହେବାକୁ ଲାଗିଲେ।


ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଯୋହନଙ୍କ ପର୍ଯ୍ୟନ୍ତ ପ୍ରଚଳିତ ଥିଲା; ସେହି ସମୟଠାରୁ ଈଶ୍ବରଙ୍କ ରାଜ୍ୟର ସୁସମାଚାର ପ୍ରଚାର ହେଉଅଛି, ଆଉ ପ୍ରତ୍ୟେକ ଲୋକ ପରାକ୍ରମ ପୂର୍ବକ ସେଥିରେ ପ୍ରବେଶ କରୁଅଛନ୍ତି।


ମାତ୍ର ସେ ତାହାଙ୍କୁ କହିଲେ, “ମୃତମାନଙ୍କୁ ଆପଣା ଆପଣା ମୃତ ଲୋକଙ୍କୁ ସମାଧି ଦେବା ପାଇଁ ଛାଡ଼ିଦିଅ, କିନ୍ତୁ ତୁମ୍ଭେ ଯାଇ ଈଶ୍ବରଙ୍କ ରାଜ୍ୟ ପ୍ରଚାର କର।”


ସେଥିରେ ସେ ସେମାନଙ୍କୁ କହିଲେ, “ତେବେ ଯେଉଁ ଗୃହକର୍ତ୍ତା ଆପଣା ଭଣ୍ଡାରରୁ ନୂଆ ଓ ପୁରୁଣା ପଦାର୍ଥ ବାହାର କରେ, ସ୍ୱର୍ଗରାଜ୍ୟର ଶିଷ୍ୟ ହୋଇଥିବା ପ୍ରତ୍ୟେକ ଶାସ୍ତ୍ରୀ ତାହାରି ସଦୃଶ।”


ଯେ କେହି ରାଜ୍ୟର ବାକ୍ୟ ଶୁଣି ନ ବୁଝେ, ପାପାତ୍ମା ଆସି ତାହାର ହୃଦୟରେ ଯାହା ବୁଣାଯାଇଥିଲା, ତାହା ହରଣ କରିନିଏ, ସେ ଜଣକ ବୁଣାଯାଇଥିବା ବାଟ ପାଖ ଭୂମି ସଦୃଶ।


ପୁଣି, ଯାଉ ଯାଉ ସ୍ୱର୍ଗରାଜ୍ୟ ସନ୍ନିକଟ, ଏହି କଥା କହି ଘୋଷଣା କର।


ସେହି ସମୟଠାରୁ ଯୀଶୁ ଘୋଷଣା କରିବାକୁ ଆରମ୍ଭ କରି କହିବାକୁ ଲାଗିଲେ, “ମନ-ପରିବର୍ତ୍ତନ କର, କାରଣ ସ୍ୱର୍ଗରାଜ୍ୟ ସନ୍ନିକଟ।”


Swiv nou:

Piblisite


Piblisite