Biblia Todo Logo
Bib sou entènèt

- Piblisite -




ପ୍ରେରିତ 20:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ଏହେତୁରୁ ମୁଁ ଯେ ପ୍ରତ୍ୟେକଙ୍କ ରକ୍ତର ଦାୟିତ୍ୱରୁ ନିର୍ଦ୍ଦୋଷ, ମୁଁ ଆଜି ଏହି ସାକ୍ଷ୍ୟ ତୁମ୍ଭମାନଙ୍କୁ ଦେଉଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ଏହେତୁରୁ ମୁଁ ଯେ ସମସ୍ତଙ୍କ ରକ୍ତର ଦାୟିତ୍ଵରୁ ମୁକ୍ତ, ଏହା ମୁଁ ଆଜି ତୁମ୍ଭମାନଙ୍କୁ ସାକ୍ଷ୍ୟଦେଉଅଛି।

Gade chapit la Kopi

ଓଡିଆ ବାଇବେଲ

26 ଏ ହେତୁରୁ ମୁଁ ଯେ ପ୍ରତ୍ୟେକଙ୍କ ରକ୍ତର ଦାୟିତ୍ୱରୁ ମୁକ୍ତ, ମୁଁ ଆଜି ଏହି ସାକ୍ଷ୍ୟ ତୁମ୍ଭମାନଙ୍କୁ ଦେଉଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

26 ତେଣୁ ଆଜିର ଏହି ସୁଯୋଗରେ ମୁଁ ଦୃଢ଼ଭାବେ ତୁମ ନିକଟରେ ଘୋଷଣା କରୁଛି ଯେ, ଯଦି ତୁମ ମଧ୍ୟରୁ କେହି ବିନଷ୍ଟ ହୁଏ, ସେଥିପାଇଁ ମୁଁ ଦାୟୀ ନୁହେଁ।

Gade chapit la Kopi

ପବିତ୍ର ବାଇବଲ

26 ତେଣୁ ମୁଁ ଆଜି ତୁମ୍ଭକୁ ଗୋଟିଏ କଥା କହୁଛି। ମୁଁ ତୁମ୍ଭମାନଙ୍କର ରକ୍ତପାତ ଦୋଷର ସମ୍ପୂର୍ଣ୍ଣ ନିର୍ଦ୍ଦୋଷ ଅଟେ।

Gade chapit la Kopi




ପ୍ରେରିତ 20:26
14 Referans Kwoze  

କିନ୍ତୁ ସେମାନେ ପ୍ରତିରୋଧ ଓ ନିନ୍ଦା କରିବାରୁ ସେ ଆପଣା ବସ୍ତ୍ର ଝାଡ଼ି ସେମାନଙ୍କୁ କହିଲେ, ଆପଣମାନଙ୍କ ରକ୍ତ ଆପଣମାନଙ୍କ ମସ୍ତକ ଉପରେ ବର୍ତ୍ତୁ; ମୁଁ ନିର୍ଦ୍ଦୋଷ; ଏଣିକି ମୁଁ ଅଣଯିହୁଦୀମାନଙ୍କ ନିକଟକୁ ଯିବି।


ଆଉ, ସେ ଲାଜାରଙ୍କୁ ସମାଧିରୁ ଡାକି ମୃତମାନଙ୍କ ମଧ୍ୟରୁ ଉଠାଇବା ସମୟରେ ଯେଉଁ ଲୋକସମୂହ ତାହାଙ୍କ ସହିତ ଥିଲେ, ସେମାନେ ସାକ୍ଷ୍ୟ ଦେବାକୁ ଲାଗିଲେ।


କାରଣ ମୁଁ ସାକ୍ଷ୍ୟ ଦେଉଅଛି ଯେ, ସେମାନଙ୍କ ଶକ୍ତି ଅନୁସାରେ, ବରଂ ସେମାନଙ୍କ ଶକ୍ତିର ଅତିରିକ୍ତ ଭାବରେ ସେମାନେ ଦାନ କଲେ;


ତୁମ୍ଭମାନଙ୍କ ହୃଦୟରେ ଆମ୍ଭମାନଙ୍କୁ ସ୍ଥାନ ଦିଅ; ଆମ୍ଭେମାନେ କାହାରି ଅନ୍ୟାୟ କରି ନାହୁଁ, କାହାକୁ ନଷ୍ଟ କରି ନାହୁଁ, କାହାରି କ୍ଷତି କରି ନାହୁଁ।


କିନ୍ତୁ ମୁଁ ଈଶ୍ବରଙ୍କୁ ସାକ୍ଷୀ ମାନି ମୋʼ ପ୍ରାଣର ଶପଥ କରୁଅଛି ଯେ, ତୁମ୍ଭମାନଙ୍କ ପ୍ରତି ଦୟା ବହି ମୁଁ କରିନ୍ଥ ସହରକୁ ପୁନର୍ବାର ଯାଇ ନାହିଁ।


କାରଣ ଈଶ୍ବରଙ୍କ ବିଷୟରେ ଯେ ସେମାନଙ୍କର ଉଦ୍‌ଯୋଗ ଅଛି, ଏହା ମୁଁ ସେମାନଙ୍କ ସପକ୍ଷରେ ସାକ୍ଷ୍ୟ ଦେଉଅଛି, କିନ୍ତୁ ସେହି ଉଦ୍‍ଯୋଗ ଜ୍ଞାନଯୁକ୍ତ ନୁହେଁ।


ଯେ ଦେଖିଅଛି, ସେ ସାକ୍ଷ୍ୟ ଦେଇଅଛି, ଯେପରି ତୁମ୍ଭେମାନେ ମଧ୍ୟ ବିଶ୍ୱାସ କର; ପୁଣି, ତାହାର ସାକ୍ଷ୍ୟ ସତ୍ୟ, ଆଉ ସେ ଯେ ସତ୍ୟ କହୁଅଛି, ଏହା ସେ ଜାଣନ୍ତି।


ଏବେ ମଧ୍ୟ ଦେଖ, ମୋହର ସାକ୍ଷୀ ସ୍ୱର୍ଗରେ ଅଛନ୍ତି ଓ ମୋʼ ପକ୍ଷରେ ପ୍ରମାଣଦାତା ସ୍ୱର୍ଗରେ ଅଛନ୍ତି।


ଏଥିଉତ୍ତାରେ ଦାଉଦ ତାହା ଶୁଣି କହିଲେ, “ନେର୍‍ର ପୁତ୍ର ଅବ୍‍ନରର ରକ୍ତପାତ ବିଷୟରେ ମୁଁ ଓ ମୋହର ରାଜ୍ୟ ସଦାପ୍ରଭୁଙ୍କ ସାକ୍ଷାତରେ ଅନନ୍ତକାଳ ନିର୍ଦ୍ଦୋଷ;


ହଠାତ୍‍ କାହାରି ଉପରେ ହସ୍ତାର୍ପଣ କର ନାହିଁ, କିମ୍ବା ଅନ୍ୟମାନଙ୍କ ପାପର ସହଭାଗୀ ହୁଅ ନାହିଁ; ଆପଣାକୁ ପବିତ୍ର କରି ରଖ।


ପୁଣି, ଆଜି ମୁଁ ତୁମ୍ଭମାନଙ୍କୁ ତାହା ଜଣାଇଲି; ମାତ୍ର ଯେଉଁ ବିଷୟରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇଲେ, ତହିଁର କୌଣସି ବିଷୟରେ ତୁମ୍ଭେମାନେ ତାହାଙ୍କ ରବରେ ମନୋଯୋଗ କଲ ନାହିଁ।


Swiv nou:

Piblisite


Piblisite