Biblia Todo Logo
Bib sou entènèt

- Piblisite -




ପ୍ରେରିତ 21:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ପାଉଲ ସେଥିରେ ଉତ୍ତର ଦେଲେ, ତୁମ୍ଭେମାନେ କ୍ରନ୍ଦନ କରି ଓ ମୋହର ହୃଦୟକୁ ବିଦୀର୍ଣ୍ଣ କରି କଅଣ କରୁଅଛ? କାରଣ ମୁଁ ପ୍ରଭୁ ଯୀଶୁଙ୍କ ନାମ ନିମନ୍ତେ ଯିରୂଶାଲମ ସହରରେ କେବଳ ବନ୍ଧା ହେବାକୁ ପ୍ରସ୍ତୁତ, ତାହା ନୁହେଁ, ମାତ୍ର ମରିବାକୁ ସୁଦ୍ଧା ପ୍ରସ୍ତୁତ ଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ସେଥିରେ ପାଉଲ ଉତ୍ତର ଦେଲେ, ତୁମ୍ଭେମାନେ କ୍ରନ୍ଦନ କରି ଓ ମୋହର ହୃଦୟକୁ ବିଦୀର୍ଣ୍ଣ କରି କʼଣ କରୁଅଛ? କାରଣ ମୁଁ ପ୍ରଭୁ ଯୀଶୁଙ୍କ ନାମ ନିମନ୍ତେ ଯିରୂଶାଲମରେ କେବଳ ବନ୍ଧା ହେବାକୁ ପ୍ରସ୍ତୁତ, ତାହା ନୁହେଁ, ମାତ୍ର ମରିବାକୁ ସୁଦ୍ଧା ପ୍ରସ୍ତୁତ ଅଛି।

Gade chapit la Kopi

ଓଡିଆ ବାଇବେଲ

13 ପାଉଲ ସେଥିରେ ଉତ୍ତର ଦେଲେ, ତୁମ୍ଭେମାନେ କ୍ରନ୍ଦନ କରି ଓ ମୋହର ହୃଦୟକୁ ବିଦୀର୍ଣ୍ଣ କରି କ'ଣ କରୁଅଛ? କାରଣ ମୁଁ ପ୍ରଭୁ ଯୀଶୁଙ୍କ ନାମ ନିମନ୍ତେ ଯିରୂଶାଲମରେ କେବଳ ବନ୍ଧା ହେବାକୁ ପ୍ରସ୍ତୁତ, ତାହା ନୁହେଁ, ମାତ୍ର ମରିବାକୁ ସୁଦ୍ଧା ପ୍ରସ୍ତୁତ ଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 କିନ୍ତୁ ସେ ଉତ୍ତର ଦେଲେ, “ତୁମ୍ଭେମାନେ ଏ କ’ଣ କରୁଛ, କାହିଁକି ଏପରି କ୍ରନ୍ଦନ କରି ମୋ’ ହୃଦୟକୁ ବିଦୀର୍ଣ୍ଣ କରୁଛ? ଯିରୂଶାଲମରେ କେବଳ ବନ୍ଧା ହେବା ପାଇଁ ନୁହେଁ, କିନ୍ତୁ ପ୍ରଭୁ ଯୀଶୁଙ୍କ ପାଇଁ ମୃତ୍ୟୁଭୋଗ କରିବା ପାଇଁ ମଧ୍ୟ ମୁଁ ପ୍ରସ୍ତୁତ ଅଛି।”

Gade chapit la Kopi

ପବିତ୍ର ବାଇବଲ

13 କିନ୍ତୁ ପାଉଲ କହିଲେ, “ତୁମ୍ଭେମାନେ କାହିଁକି କାନ୍ଦୁଛ? ତୁମ୍ଭେମାନେ କାହିଁକି ଏପରି ମୋତେ ଦୁଃଖିତ କରୁଛ? ଯିରୁଶାଲମରେ ମୁଁ ବନ୍ଧା ହେବା ପାଇଁ ଯେ କେବଳ ପ୍ରସ୍ତୁତ ଅଛି, ତାହା ନୁହେଁ, ମାତ୍ର ମୁଁ ପ୍ରଭୁ ଯୀଶୁଙ୍କ ନାମରେ ମରିବା ପାଇଁ ମଧ୍ୟ ପ୍ରସ୍ତୁତ ଅଛି।”

Gade chapit la Kopi




ପ୍ରେରିତ 21:13
25 Referans Kwoze  

କିନ୍ତୁ ମୁଁ ଯେପରି ମୋହର ନିରୂପିତ ପଥର ଶେଷ ଯାଏ ଦୌଡ଼ି ପାରେ, ଆଉ ଈଶ୍ବରଙ୍କ ଅନୁଗ୍ରହର ସୁସମାଚାର ପକ୍ଷରେ ସାକ୍ଷ୍ୟ ଦେବା ନିମନ୍ତେ ଯୀଶୁଙ୍କଠାରୁ ଯେଉଁ ସେବାର କାର୍ଯ୍ୟ ପାଇଅଛି, ତାହା ଯେପରି ସମ୍ପୂର୍ଣ୍ଣ କରିପାରେ, ଏଥିପାଇଁ ମୁଁ ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ ନ କରି ତାହା ଛୋଟ ମନେ କରୁଅଛି।


ହଁ, ଆଉ ଯଦି ମୋହର ରକ୍ତ ତୁମ୍ଭମାନଙ୍କ ବିଶ୍ୱାସ ସମ୍ବନ୍ଧୀୟ ସେବାରେ ପେୟ ନୈବେଦ୍ୟ ପରି ଢଳା ଯାଏ, ତେବେ ମଧ୍ୟ ମୁଁ ଆନନ୍ଦିତ ଓ ତୁମ୍ଭ ସମସ୍ତଙ୍କ ସହିତ ଉଲ୍ଲସିତ।


କାରଣ ଏବେ ହେଁ ମୋହର ପ୍ରାଣ ଆହୂତି ପରି ଢଳା ଯାଉଅଛି, ମୋହର ମହାପ୍ରୟାଣର ସମୟ ଉପସ୍ଥିତ।


ଆଉ ସେମାନେ ମେଷଶାବକଙ୍କ ରକ୍ତ, ଓ ଆପଣା ଆପଣା ସାକ୍ଷ୍ୟର ବାକ୍ୟ ଦ୍ୱାରା ତାହାକୁ ଜୟ କରିଅଛନ୍ତି, ପୁଣି, ସେମାନେ ମୃତ୍ୟୁ ପର୍ଯ୍ୟନ୍ତ ଆପଣା ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ କରି ନ ଥିଲେ।


ମୁଁ ତୁମ୍ଭମାନଙ୍କ ନିମନ୍ତେ ଯେଉଁ ସବୁ ଦୁଃଖଭୋଗ କରୁଅଛି, ସେଥିରେ ଏବେ ଆନନ୍ଦ କରୁଅଛି, ଆଉ ଖ୍ରୀଷ୍ଟଙ୍କର ଯେଉଁ କ୍ଳେଶଭୋଗ ବାକି ଅଛି, ତାହା ମୁଁ ତାହାଙ୍କ ଶରୀରରୂପ ମଣ୍ଡଳୀ ନିମନ୍ତେ ମୋହର ଶରୀରରେ ପୂରଣ କରୁଅଛି;


ଏହା ଜାଣି, ଯେପର୍ଯ୍ୟନ୍ତ ଏହି ତମ୍ବୁରେ ଥାଏ, ସେପର୍ଯ୍ୟନ୍ତ ତୁମ୍ଭମାନଙ୍କୁ ସ୍ମରଣ କରାଇ ଜାଗ୍ରତ କରାଇବା ବିହିତ ମନେ କରୁଅଛି।


ଆଉ ସେମାନେ ଅତ୍ୟନ୍ତ ରୋଦନ କରି ପାଉଲଙ୍କ ଗଳା ଧରି ତାହାଙ୍କୁ ଚୁମ୍ବନ କରିବାକୁ ଲାଗିଲେ,


ସେଥିରେ ସେମାନେ ଯେ ସେହି ନାମ ସକାଶେ ଅପମାନ ଭୋଗିବାକୁ ଯୋଗ୍ୟ ବୋଲି ଗଣିତ ହୋଇଥିଲେ, ସେଥିନିମନ୍ତେ ସେମାନେ ଆନନ୍ଦ କରୁ କରୁ ମହାସଭାରୁ ବାହାରିଗଲେ;


ତୁମ୍ଭେ ଆମ୍ଭର ଧୈର୍ଯ୍ୟର ବାକ୍ୟ ରକ୍ଷା କରିଅଛ, ଏହେତୁ ପୃଥିବୀ ନିବାସୀମାନଙ୍କୁ ପରୀକ୍ଷା କରିବା ନିମନ୍ତେ ସମସ୍ତ ଜଗତ ଉପରକୁ ଯେଉଁ ପରୀକ୍ଷାକାଳ ଆସିବ, ସେଥିରୁ ଆମ୍ଭେ ମଧ୍ୟ ତୁମ୍ଭକୁ ରକ୍ଷା କରିବୁ।


ମୁଁ ଯେପରି ଆନନ୍ଦରେ ପରିପୂର୍ଣ୍ଣ ହୁଏ, ଏଥିନିମନ୍ତେ ତୁମ୍ଭର ଲୋତକ ସ୍ମରଣ କରି ତୁମ୍ଭକୁ ଦେଖିବା ପାଇଁ ଏକାନ୍ତ ଇଚ୍ଛା କରୁଅଛି;


ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ବିଷୟରେ ମୁଁ ଯେଉଁ ଦର୍ପ କରିଥାଏ, ସେଥିର ଶପଥ କରି କହୁଅଛି, ମୁଁ ପ୍ରତିଦିନ ମୃତ୍ୟୁଭୋଗ କରୁଅଛି।


ଯେଣୁ ଆମ୍ଭର ନାମ ସକାଶେ ତାହାକୁ ଯେ କେତେ ଦୁଃଖଭୋଗ କରିବାକୁ ହେବ, ତାହା ଆମ୍ଭେ ତାହାକୁ ଜଣାଇବା।”


କାରଣ ସେ ତୁମ୍ଭ ସମସ୍ତଙ୍କୁ ଦେଖିବା ପାଇଁ ଅତ୍ୟନ୍ତ ଇଚ୍ଛୁକ, ପୁଣି, ସେ ପୀଡ଼ିତ ଅଛନ୍ତି ବୋଲି ତୁମ୍ଭେମାନେ ଶୁଣିଥିବାରୁ ଅତ୍ୟନ୍ତ ବ୍ୟଥିତ;


ତହିଁରେ ଜାହାଜର ଅଧ୍ୟକ୍ଷ ତାଙ୍କ ନିକଟକୁ ଆସି କହିଲେ, “ହେ ନିଦ୍ରାଳୁ, କଅଣ କରୁଅଛ? ଉଠ, ତୁମ୍ଭ ଦେବତାଙ୍କ ନିକଟରେ ପ୍ରାର୍ଥନା କର, କେଜାଣି ତୁମ୍ଭର ଦେବତା ଆମ୍ଭମାନଙ୍କ ବିଷୟରେ ମନୋଯୋଗ କରିବେ ଓ ଆମ୍ଭେମାନେ ବିନଷ୍ଟ ନୋହିବୁ।”


“ପିତାମାତା ‘ଅମ୍ଳ ଦ୍ରାକ୍ଷାଫଳ ଖାଇଲେ, ସନ୍ତାନଗଣର ଦନ୍ତ ଖଟା ହୋଇଅଛି, ଏହି ଯେଉଁ ପ୍ରବାଦ ତୁମ୍ଭେମାନେ ଇସ୍ରାଏଲ ଦେଶ ବିଷୟରେ କହୁଅଛ,’ ଏଥିରେ ତୁମ୍ଭମାନଙ୍କର ଅଭିପ୍ରାୟ କି?


“ତୁମ୍ଭେମାନେ ଯେ ଆମ୍ଭ ଲୋକମାନଙ୍କୁ ଦଳି ପକାଉଅଛ ଓ ଦରିଦ୍ରମାନଙ୍କ ମୁଖ ଘଷି ପକାଉଅଛ, ଏଥିରେ ତୁମ୍ଭମାନଙ୍କ ଅଭିପ୍ରାୟ କʼଣ?” ପ୍ରଭୁ, ବାହିନୀଗଣର ସଦାପ୍ରଭୁ ଏହି କଥା କହନ୍ତି।


ତହିଁରେ ଶାମୁୟେଲ କହିଲେ, “ତେବେ ମୋʼ କର୍ଣ୍ଣରେ ଯେ ମେଷରବ ହେଉଛି ଓ ମୁଁ ଯେ ଗୋରୁ-ରବ ଶୁଣୁଛି, ଏଥିର ଅର୍ଥ କଅଣ?”


ଏଥିରେ ତାହାର ସ୍ୱାମୀ ଇଲ୍‍କାନା ତାହାକୁ କହିଲା, “ହାନ୍ନା, କାହିଁକି ରୋଦନ କରୁଅଛ? କାହିଁକି ଖାଉ ନାହଁ? କାହିଁକି ତୁମ୍ଭ ମନ ଦୁଃଖିତ ହୋଇଅଛି? ମୁଁ କି ଦଶ ପୁତ୍ରଠାରୁ ତୁମ୍ଭ ପ୍ରତି ଉତ୍ତମ ନୁହେଁ?”


ଯିରୂଶାଲମ ଓ ଯିହୁଦାର ଯେସମସ୍ତ ବନ୍ଦୀ ଲୋକ ବାବିଲକୁ ନିଆଯାଉଥିଲେ, ସେମାନଙ୍କ ମଧ୍ୟରୁ ଶୃଙ୍ଖଳାବଦ୍ଧ ଯିରିମୀୟଙ୍କୁ ପ୍ରହରୀବର୍ଗର ସେନାପତି ନବୂଷରଦନ୍‍ ନେଇ ରାମା ନଗରରୁ ବିଦାୟ କଲା ଉତ୍ତାରେ ସଦାପ୍ରଭୁଙ୍କଠାରୁ ଯିରିମୀୟଙ୍କ ନିକଟରେ ଯେଉଁ ବାକ୍ୟ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ।


ତହିଁରେ ସେହି ତିନି ବୀର ପଲେଷ୍ଟୀୟମାନଙ୍କ ସୈନ୍ୟ ମଧ୍ୟଦେଇ ପଶିଯାଇ ବେଥଲିହିମ-ନଗରଦ୍ୱାର ନିକଟସ୍ଥ କୂପରୁ ଜଳ କାଢ଼ି ଦାଉଦଙ୍କ ନିକଟକୁ ତାହା ଆଣିଲେ; ମାତ୍ର ଦାଉଦ ତହିଁରୁ ପାନ କରିବାକୁ ସମ୍ମତ ନ ହୋଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହା ଢାଳିଦେଲେ, ଆଉ କହିଲେ,


Swiv nou:

Piblisite


Piblisite