Biblia Todo Logo
Bib sou entènèt

- Piblisite -




ପ୍ରେରିତ 21:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ସେ ସେମାନଙ୍କୁ ନମସ୍କାର କଲା ଉତ୍ତାରେ, ଈଶ୍ବର ଅଣଯିହୁଦୀମାନଙ୍କ ମଧ୍ୟରେ ଯେଉଁ ସବୁ କାର୍ଯ୍ୟ ତାହାଙ୍କ ସେବା ଦ୍ୱାରା ସାଧନ କରିଥିଲେ, ଗୋଟି ଗୋଟି କରି ସେହିସବୁ ସେମାନଙ୍କ ନିକଟରେ ବର୍ଣ୍ଣନା କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ସେ ସେମାନଙ୍କୁ ନମସ୍କାର କଲା ଉତ୍ତାରେ, ଈଶ୍ଵର ତାଙ୍କ ସେବା ଦ୍ଵାରା ବିଜାତିମାନଙ୍କ ମଧ୍ୟରେ ଯେଉଁ ଯେଉଁ କାର୍ଯ୍ୟ ସାଧନ କରିଥିଲେ, ସେହିସବୁ ଗୋଟି ଗୋଟି କରି ସେମାନଙ୍କ ନିକଟରେ ବର୍ଣ୍ଣନା କଲେ।

Gade chapit la Kopi

ଓଡିଆ ବାଇବେଲ

19 ସେ ସେମାନଙ୍କୁ ନମସ୍କାର କଲା ଉତ୍ତାରେ, ଈଶ୍ୱର ଅଣଯିହୂଦୀମାନଙ୍କ ମଧ୍ୟରେ ଯେଉଁ ସବୁ କାର୍ଯ୍ୟ ତାହାଙ୍କ ସେବା ଦ୍ୱାରା ସାଧନ କରିଥିଲେ, ଗୋଟି ଗୋଟି କରି ସେହି ସବୁ ସେମାନଙ୍କ ନିକଟରେ ବର୍ଣ୍ଣନା କଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

19 ପାଉଲ ସେମାନଙ୍କୁ ଅଭିବାଦନ ଜଣାଇ ତାଙ୍କ କାର୍ଯ୍ୟ ଦ୍ୱାରା ଈଶ୍ୱର ଅଣଇହୁଦୀମାନଙ୍କ ମଧ୍ୟରେ ଯାହା କରିଥିଲେ; ତା’ର ଏକ ସଂପୂର୍ଣ୍ଣ ବିବରଣୀ ଦେଲେ।

Gade chapit la Kopi

ପବିତ୍ର ବାଇବଲ

19 ପାଉଲ ସେମାନଙ୍କୁ ଅଭିନନ୍ଦନ ଜଣାଇଲେ। ପରମେଶ୍ୱର ତାହାଙ୍କ ସେବାକାର୍ଯ୍ୟ ମାଧ୍ୟମରେ ଅଣଯିହୂଦୀମାନଙ୍କ ମଧ୍ୟରେ ଯେଉଁସବୁ କାର୍ଯ୍ୟ କରିଛନ୍ତି, ସେସବୁ ସେ ସେମାନଙ୍କୁ ଗୋଟି ଗୋଟି କରି କହିଲେ।

Gade chapit la Kopi




ପ୍ରେରିତ 21:19
13 Referans Kwoze  

ସେମାନେ ପହଞ୍ଚି ମଣ୍ଡଳୀକୁ ଏକତ୍ର କଲେ, ପୁଣି, ଈଶ୍ବର ସେମାନଙ୍କ ସାଙ୍ଗରେ ଥାଇ ଯେ ସମସ୍ତ କାର୍ଯ୍ୟ କରିଥିଲେ ଓ ଅଣଯିହୁଦୀମାନଙ୍କ ପ୍ରତି ବିଶ୍ୱାସର ଦ୍ୱାର ଫିଟାଇ ଦେଇଥିଲେ, ସେହିସବୁ ବର୍ଣ୍ଣନା କଲେ।


କାରଣ ସେ ଆମ୍ଭମାନଙ୍କ ମଧ୍ୟରେ ଜଣେ ବୋଲି ଗଣାଯାଇଥିଲା ଓ ଏହି ସେବାପଦରେ ଅଂଶ ପ୍ରାପ୍ତ ହୋଇଥିଲା।


କିନ୍ତୁ ମୁଁ ଯାହା ହୋଇଅଛି, ତାହା ଈଶ୍ବରଙ୍କ ଅନୁଗ୍ରହରେ ହୋଇଅଛି, ଆଉ ମୋʼ ପ୍ରତି ପ୍ରଦତ୍ତ ତାହାଙ୍କର ସେହି ଅନୁଗ୍ରହ ବ୍ୟର୍ଥ ହୋଇ ନାହିଁ, ମାତ୍ର ମୁଁ ସେ ସମସ୍ତଙ୍କ ଅପେକ୍ଷା ଅଧିକ ପରିଶ୍ରମ କରିଅଛି, ତଥାପି ମୁଁ ନୁହେଁ, କିନ୍ତୁ ମୋʼ ସହିତ ଥିବା ଈଶ୍ବରଙ୍କ ଅନୁଗ୍ରହ ତାହା କରିଅଛି।


କିନ୍ତୁ ମୁଁ ଯେପରି ମୋହର ନିରୂପିତ ପଥର ଶେଷ ଯାଏ ଦୌଡ଼ି ପାରେ, ଆଉ ଈଶ୍ବରଙ୍କ ଅନୁଗ୍ରହର ସୁସମାଚାର ପକ୍ଷରେ ସାକ୍ଷ୍ୟ ଦେବା ନିମନ୍ତେ ଯୀଶୁଙ୍କଠାରୁ ଯେଉଁ ସେବାର କାର୍ଯ୍ୟ ପାଇଅଛି, ତାହା ଯେପରି ସମ୍ପୂର୍ଣ୍ଣ କରିପାରେ, ଏଥିପାଇଁ ମୁଁ ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ ନ କରି ତାହା ଛୋଟ ମନେ କରୁଅଛି।


ଏହି ଉଦ୍ଦେଶ୍ୟରେ ମଧ୍ୟ ତାହାଙ୍କର ଯେଉଁ କାର୍ଯ୍ୟସାଧକ ଶକ୍ତି ମୋʼ ଠାରେ ସବଳେ କାର୍ଯ୍ୟ ସାଧନ କରୁଅଛି, ତଦନୁସାରେ ମୁଁ ପ୍ରାଣପଣରେ ପରିଶ୍ରମ କରୁଅଛି।


ଯେ ସମସ୍ତ ଚିହ୍ନ ଓ ଅଦ୍ଭୁତ କର୍ମ ପୁଣି, ଶକ୍ତିର କାର୍ଯ୍ୟ ପ୍ରେରିତଙ୍କ ଲକ୍ଷଣ ସ୍ୱରୂପ, ସେହିସବୁ ପ୍ରକୃତରେ ତୁମ୍ଭମାନଙ୍କ ମଧ୍ୟରେ ସମ୍ପୂର୍ଣ୍ଣ ଧୈର୍ଯ୍ୟ ସହକାରେ ସାଧିତ ହୋଇଅଛି।


ଆହୁରି ମଧ୍ୟ ଈଶ୍ବରଙ୍କ ଅନୁଗ୍ରହ ପ୍ରାପ୍ତି ଯେପରି ତୁମ୍ଭମାନଙ୍କଠାରେ ବୃଥା ନ ହୁଏ, ଏଥିପାଇଁ ତାହାଙ୍କ ସହିତ ଏକତ୍ର କର୍ମ କରୁ କରୁ ଆମ୍ଭେମାନେ ନିବେଦନ କରୁଅଛୁ।


ଏଥିରେ ସଭାସ୍ଥ ସମସ୍ତେ ନୀରବ ରହିଲେ, ଆଉ ବର୍ଣ୍ଣବ୍ବା ଓ ପାଉଲଙ୍କ ଦ୍ୱାରା ଅଣଯିହୁଦୀମାନଙ୍କ ମଧ୍ୟରେ ଈଶ୍ବର ଯେ ସମସ୍ତ ଲକ୍ଷଣ ଓ ଅଦ୍ଭୁତ କର୍ମମାନ ସାଧନ କରିଥିଲେ, ସେମାନଙ୍କଠାରୁ ସେଥିର ବିବରଣୀ ଶୁଣିବାକୁ ଲାଗିଲେ।


ପରେ ସେମାନେ ଯିରୂଶାଲମ ସହରରେ ଉପସ୍ଥିତ ହୋଇ ମଣ୍ଡଳୀ ପୁଣି, ପ୍ରେରିତ ଓ ପ୍ରାଚୀନମାନଙ୍କ ଦ୍ୱାରା ଅଭ୍ୟର୍ଥନା ପ୍ରାପ୍ତ ହେଲେ, ଆଉ ଈଶ୍ବର ସେମାନଙ୍କ ସାଙ୍ଗରେ ଥାଇ ଯେ ସମସ୍ତ କାର୍ଯ୍ୟ କରିଥିଲେ, ସେହିସବୁ ବର୍ଣ୍ଣନା କଲେ।


ପୁଣି, ହାଟବଜାରରେ ନମସ୍କାର ପାଇବାକୁ ଓ ଲୋକଙ୍କ ଦ୍ୱାରା ଗୁରୁ ବୋଲି ସମ୍ବୋଧିତ ହେବାକୁ ଭଲ ପାଆନ୍ତି।


Swiv nou:

Piblisite


Piblisite