Biblia Todo Logo
Bib sou entènèt

- Piblisite -




ପ୍ରେରିତ 21:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ସେମାନେ ତାହା ଶୁଣି ଈଶ୍ବରଙ୍କ ମହିମା ଗୁଣାନୁବାଦ କରିବାକୁ ଲାଗିଲେ, ପୁଣି, ତାହାଙ୍କୁ କହିଲେ, ହେ ଭାଇ, ଯିହୁଦୀମାନଙ୍କ ମଧ୍ୟରେ ଯେ କେତେ ସହସ୍ର ବିଶ୍ୱାସ କରିଅଛନ୍ତି, ଏହା ତୁମ୍ଭେ ଦେଖୁଅଛ, ସେ ସମସ୍ତେ ମୋଶାଙ୍କ ବ୍ୟବସ୍ଥା ପକ୍ଷରେ ଉଦ୍‌ଯୋଗୀ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ସେମାନେ ତାହା ଶୁଣି ଈଶ୍ଵରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲେ, ପୁଣି ତାଙ୍କୁ କହିଲେ, ହେ ଭାଇ, ଯିହୁଦୀମାନଙ୍କ ମଧ୍ୟରେ ଯେ କେତେ ସହସ୍ର ବିଶ୍ଵାସୀ ଅଛନ୍ତି, ଏହା ତୁମ୍ଭେ ଦେଖୁଅଛ, ସେସମସ୍ତେ ବ୍ୟବସ୍ଥା ପକ୍ଷରେ ଉଦ୍ଯୋଗୀ।

Gade chapit la Kopi

ଓଡିଆ ବାଇବେଲ

20 ସେମାନେ ତାହା ଶୁଣି ଈଶ୍ୱରଙ୍କ ମହିମା ଗୁଣାନୁବାଦ କରିବାକୁ ଲାଗିଲେ, ପୁଣି, ତାହାଙ୍କୁ କହିଲେ, ହେ ଭାଇ, ଯିହୂଦୀମାନଙ୍କ ମଧ୍ୟରେ ଯେ କେତେ ସହସ୍ର ବିଶ୍ୱାସ କରିଅଛନ୍ତି, ଏହା ତୁମ୍ଭେ ଦେଖୁଅଛ, ସେ ସମସ୍ତେ ମୋଶାଙ୍କ ବ୍ୟବସ୍ଥା ପକ୍ଷରେ ଉଦ୍‍ଯୋଗୀ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

20 ତାଙ୍କ କଥା ଶୁଣିବା ପରେ ସେମାନେ ସମସ୍ତେ ଈଶ୍ୱରଙ୍କ ପ୍ରଂଶସା କଲେ। ତା’ପରେ ସେମାନେ କହିଲେ, “ଭାଇ ପାଉଲ, ଆପଣ ଦେଖୁଛନ୍ତି, କିପରି ଏବେ ହଜାର ହଜାର ସଂଖ୍ୟାରେ ଇହୁଦୀମାନେ ପ୍ରଭୁଯୀଶୁଙ୍କଠାରେ ବିଶ୍ୱାସ କରୁଛନ୍ତି ଏବଂ ସେମାନେ ବ୍ୟବସ୍ଥା ପ୍ରତି ମଧ୍ୟ ବିଶ୍ୱସ୍ତ ରହିଛନ୍ତି।

Gade chapit la Kopi

ପବିତ୍ର ବାଇବଲ

20 ସେମାନେ ଏହା ଶୁଣି ପରମେଶ୍ୱରଙ୍କର ପ୍ରଶଂସା କଲେ। ସେମାନେ ପାଉଲଙ୍କୁ କହିଲେ, “ଭାଇ, ତୁମ୍ଭେ ଦେଖିଛ ଯେ, ହଜାର ହଜାର ଯିହୂଦୀମାନେ ବିଶ୍ୱାସୀ ହୋଇ ଅଛନ୍ତି। କିନ୍ତୁ ସେମାନେ ମନେ କରନ୍ତି ଯେ, ବ୍ୟବସ୍ଥା ପାଳନ କରିବା ଅଧିକ ମହତ୍ତ୍ୱପୂର୍ଣ୍ଣ ଅଟେ।

Gade chapit la Kopi




ପ୍ରେରିତ 21:20
28 Referans Kwoze  

କାରଣ ଈଶ୍ବରଙ୍କ ବିଷୟରେ ଯେ ସେମାନଙ୍କର ଉଦ୍‌ଯୋଗ ଅଛି, ଏହା ମୁଁ ସେମାନଙ୍କ ସପକ୍ଷରେ ସାକ୍ଷ୍ୟ ଦେଉଅଛି, କିନ୍ତୁ ସେହି ଉଦ୍‍ଯୋଗ ଜ୍ଞାନଯୁକ୍ତ ନୁହେଁ।


ଆଉ, ମୋହର ପିତୃ-ପୁରୁଷଙ୍କ ପରମ୍ପରାଗତ ରୀତିନୀତି ନିମନ୍ତେ ଅତ୍ୟନ୍ତ ଉଦ୍‌ଯୋଗୀ ହୋଇ ମୋହର ସମବୟସ୍କ ସ୍ୱଜାତି ଲୋକମାନଙ୍କ ମଧ୍ୟରେ ଅନେକଙ୍କଠାରୁ ବଳି ଯିହୁଦୀ ଧର୍ମରେ ଅଗ୍ରସର ହେଉଥିଲି।


ସେଥିରେ ସେ କହିଲେ, ମୁଁ ଜଣେ ଯିହୁଦୀ, କିଲିକିୟାର ତାର୍ଷରେ ମୋହର ଜନ୍ମ, କିନ୍ତୁ ଏହି ନଗରରେ ମୁଁ ଲାଳିତ ପାଳିତ ହୋଇଅଛି, ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ବ୍ୟବସ୍ଥାର ସୂକ୍ଷ୍ମ ନିୟମ ଅନୁସାରେ ଗମଲୀୟେଲଙ୍କ ଚରଣ ତଳେ ବସି ଶିକ୍ଷା ପାଇଅଛି; ସମସ୍ତେ ଆଜି ଆପଣମାନେ ଯେପରି ଉଦ୍‌ଯୋଗୀ ଅଟନ୍ତି, ଈଶ୍ବରଙ୍କ ପକ୍ଷରେ ମୁଁ ମଧ୍ୟ ସେହିପରି ଉଦ୍‍ଯୋଗୀ ଥିଲି;


ଏଥିମଧ୍ୟରେ କେତେକ ଲୋକ ଯିହୂଦିୟା ପ୍ରଦେଶରୁ ଆସି ଭାଇମାନଙ୍କୁ ଏହି ଶିକ୍ଷା ଦେବାକୁ ଲାଗିଲେ, ମୋଶାଙ୍କ ବିଧି ଅନୁସାରେ ତୁମ୍ଭମାନଙ୍କର ସୁନ୍ନତ ନ ହେଲେ ପରିତ୍ରାଣ ପାଇ ପାରିବ ନାହିଁ।


ଏହି ସମସ୍ତ କଥା ଶୁଣିବାରୁ ସେମାନେ ନିରୁତ୍ତର ହେଲେ ଓ ଈଶ୍ବରଙ୍କର ପ୍ରଶଂସା କରି କହିଲେ, ତେବେ ଈଶ୍ବର ଅଣଯିହୁଦୀମାନଙ୍କୁ ମଧ୍ୟ ଜୀବନପ୍ରାପ୍ତି ନିମନ୍ତେ ମନ-ପରିବର୍ତ୍ତନ ଦାନ କରିଅଛନ୍ତି।


କିନ୍ତୁ ଫାରୂଶୀ-ଦଳର କେତେକ ଜଣ ଯେଉଁମାନେ ବିଶ୍ୱାସ କରୁଥିଲେ ଉଠି କହିଲେ, ଅଣଯିହୁଦୀ ଶିଷ୍ୟମାନଙ୍କୁ ସୁନ୍ନତ କରିବା ଓ ମୋଶାଙ୍କ ବ୍ୟବସ୍ଥା ପାଳନ କରିବା ନିମନ୍ତେ ସେମାନଙ୍କୁ ଆଜ୍ଞା ଦେବା ଆବଶ୍ୟକ।


ସେହି ଦିନ ସେମାନେ ଦଣ୍ଡ ପାଇବେ, ଅର୍ଥାତ୍‍ ପ୍ରଭୁଙ୍କ ଛାମୁରୁ ଓ ତାହାଙ୍କ ପରାକ୍ରମର ଗୌରବରୁ ଦୂରେଇ ଯାଇ ଅନନ୍ତ ବିନାଶ ଭୋଗ କରିବେ।


ଆମ୍ଭେମାନେ ଶୁଣିଅଛୁ ଯେ, ଆମ୍ଭେମାନେ ଯେଉଁ ଲୋକମାନଙ୍କୁ କୌଣସି ଆଜ୍ଞା ଦେଇ ନାହୁଁ, ଆମ୍ଭମାନଙ୍କ ମଧ୍ୟରୁ ଏପ୍ରକାର କେତେକ ଲୋକ କଥା ଦ୍ୱାରା ଆପଣମାନଙ୍କର ମନକୁ ଅସ୍ଥିର କରି ଆପଣମାନଙ୍କୁ ବିଚଳିତ କରିଅଛନ୍ତି;


ଏଣୁ ଈଶ୍ବରଙ୍କ ବାକ୍ୟ ଅଧିକ ବ୍ୟାପିଗଲା ଏବଂ ଯିରୂଶାଲମ ସହରରେ ଶିଷ୍ୟମାନଙ୍କ ସଂଖ୍ୟା ଅତିଶୟ ବୃଦ୍ଧି ପାଇବାକୁ ଲାଗିଲା; ଆଉ, ଯାଜକମାନଙ୍କ ମଧ୍ୟରୁ ଅନେକ ଅନେକ ଲୋକ ବିଶ୍ୱାସମାର୍ଗ ଅବଲମ୍ବନ କରିବାକୁ ଲାଗିଲେ।


ସେଥିରେ ସେମାନେ ଲୋକମାନଙ୍କ ହେତୁ ସେମାନଙ୍କୁ ଦଣ୍ଡ ଦେବାର କୌଣସି ବାଟ ନ ପାଇବାରୁ ସେମାନଙ୍କୁ ଅଧିକ ଭୟ ଦେଖାଇ ଛାଡ଼ିଦେଲେ, ଯେଣୁ ଯାହା ଘଟିଥିଲା, ସେଥିନିମନ୍ତେ ଲୋକ ସମସ୍ତେ ଈଶ୍ବରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲେ,


ତଥାପି ବାକ୍ୟ ଶୁଣିବା ଲୋକମାନଙ୍କ ମଧ୍ୟରୁ ଅନେକେ ବିଶ୍ୱାସ କଲେ, ଆଉ ପୁରୁଷମାନଙ୍କର ସଂଖ୍ୟା ପ୍ରାୟ ପାଞ୍ଚ ହଜାର ହେଲା।


ସେଥିରେ ଯେଉଁମାନେ ତାହାଙ୍କ ବାକ୍ୟ ଗ୍ରହଣ କଲେ, ସେମାନେ ବାପ୍ତିଜିତ ହେଲେ, ଆଉ ସେହି ଦିନ ପ୍ରାୟ ତିନି ସହସ୍ର ଲୋକ ମଣ୍ଡଳୀ ସହିତ ସଂଯୁକ୍ତ ହେଲେ।


ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଗହମବୀଜ ଯଦି ମୃତ୍ତିକାରେ ପଡ଼ି ନ ମରେ, ତାହାହେଲେ ତାହା ଏକମାତ୍ର ଥାଏ, କିନ୍ତୁ ଯଦି ମରେ, ତାହାହେଲେ ବହୁତ ଫଳ ଫଳେ।


କିନ୍ତୁ ଏହି ଯେ ତୋହର ଭାଇଟି ମୃତ ହୋଇଥିଲା, ପୁନର୍ବାର ବଞ୍ଚିଲା, ହଜିଯାଇଥିଲା, ଆଉ ମିଳିଲା, ସେହି ହେତୁରୁ ଉତ୍ସବ ଓ ଆନନ୍ଦ କରିବା ଉଚିତ୍ ଥିଲା।”


ଏଥିମଧ୍ୟରେ ଅସଂଖ୍ୟ ଅସଂଖ୍ୟ ଲୋକ ଏକତ୍ର ହୋଇ ପରସ୍ପର ଉପରେ ମାଡ଼ି ପଡ଼ୁଥିଲେ; ସେତେବେଳେ ସେ ପ୍ରଥମେ ଆପଣା ଶିଷ୍ୟମାନଙ୍କୁ କହିବାକୁ ଲାଗିଲେ, “ଫାରୂଶୀମାନଙ୍କ ଖମୀର ସ୍ୱରୂପ କପଟତା ବିଷୟରେ ସାବଧାନ ହୋଇଥାଅ।


ପୃଥିବୀର ପ୍ରାନ୍ତସ୍ଥିତ ସମସ୍ତେ ସଦାପ୍ରଭୁଙ୍କୁ ସ୍ମରଣ କରି ତାହାଙ୍କ ପ୍ରତି ଫେରିବେ; ଆଉ, ଅନ୍ୟ ଦେଶୀୟ ଗୋଷ୍ଠୀସକଳ ତୁମ୍ଭ ସମ୍ମୁଖରେ ପ୍ରଣାମ କରିବେ।


ହେ ସଦାପ୍ରଭୁଙ୍କର ଭୟକାରୀଗଣ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର; ହେ ଯାକୁବର ବଂଶ, ତୁମ୍ଭେ ସମସ୍ତେ ତାହାଙ୍କର ସମାଦର କର; ହେ ଇସ୍ରାଏଲର ବଂଶ, ତୁମ୍ଭେ ସମସ୍ତେ ତାହାଙ୍କ ନିକଟରେ ଭୀତ ହୁଅ।


ଆଉ ସେମାନେ ମୋʼ ସକାଶେ ଈଶ୍ବରଙ୍କ ପ୍ରଶଂସା କରୁଥିଲେ।


ତାହା ଦେଖି ଲୋକସମୂହ ଭୟ କଲେ, ପୁଣି, ଯେଉଁ ଈଶ୍ବର ମନୁଷ୍ୟମାନଙ୍କୁ ଏପରି ଅଧିକାର ଦେଇଅଛନ୍ତି, ତାହାଙ୍କର ମହିମା କୀର୍ତ୍ତନ କଲେ।


Swiv nou:

Piblisite


Piblisite