Biblia Todo Logo
Bib sou entènèt

- Piblisite -




ପ୍ରେରିତ 21:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପରେ ସାଇପ୍ରସ୍ ଦ୍ୱୀପ ଦେଖିବା ମାତ୍ରେ ଆମ୍ଭେମାନେ ବାମ ପାଖ ଛାଡ଼ି ସିରିୟା ଅଞ୍ଚଳକୁ ଯାତ୍ରା କରି ସୋର ସହରରେ ଉପସ୍ଥିତ ହେଲୁ, କାରଣ ସେଠାରେ ଜାହାଜରୁ ମାଲପତ୍ର ଖଲାସ କରିବାର ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ପରେ କୁପ୍ର ଦୃଷ୍ଟିଗୋଚର ହୁଅନ୍ତେ ତାହା ବାମ ପାଖରେ ଛାଡ଼ି ଆମ୍ଭେମାନେ ସୁରିଆକୁ ଯାତ୍ରା କରି ସୋରରେ ଉପସ୍ଥିତ ହେଲୁ, କାରଣ ସେଠାରେ ଜାହାଜରୁ ମାଲପତ୍ର ଖଲାସ କରିବାର ଥିଲା।

Gade chapit la Kopi

ଓଡିଆ ବାଇବେଲ

3 ପରେ କୁପ୍ର ଦେଖିବା ମାତ୍ରେ ଆମ୍ଭେମାନେ ବାମ ପାଖ ଛାଡ଼ି ସିରିୟାକୁ ଯାତ୍ରା କରି ସୋରରେ ଉପସ୍ଥିତ ହେଲୁ, କାରଣ ସେଠାରେ ଜାହାଜରୁ ମାଲପତ୍ର ଖଲାସ କରିବାର ଥିଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ତା’ପରେ ସାଇପ୍ରସ୍ ଦେଖାଯାଉଥିବା ଗୋଟିଏ ସ୍ଥାନରେ ପହଞ୍ଚିଲୁ। ସେଠାରୁ ତାହାର ଦକ୍ଷିଣ ଦିଗ ଦେଇ ଆମେ ସିରିଆକୁ ଗଲୁ। ଆମ୍ଭେମାନେ ଟାୟର୍ରେ ଜାହାଜରୁ ଓହ୍ଲାଇଲୁ, କାରଣ ଏହି ଜାହାଜରୁ ମାଲ୍ପତ୍ର ଖଲାସ ହେବାର ଥିଲା।

Gade chapit la Kopi

ପବିତ୍ର ବାଇବଲ

3 ଆମ୍ଭେ ଯାଇ କୁପ୍ର ଉପଦ୍ୱୀପ ପାଖରେ ପହଞ୍ଚି ତା'ର ବାମ ପଟେ ସୁରିଆକୁ ଯାତ୍ରା କଲୁ। ଆମ୍ଭେ ସୋର ନଗରରେ ଓହ୍ଲେଇଲୁ, କାରଣ ସେଠାରେ ଜାହାଜରୁ ମାଲ ଖଲାସ କରିବାକୁ ଥିଲା।

Gade chapit la Kopi




ପ୍ରେରିତ 21:3
22 Referans Kwoze  

ସେହି ସ୍ଥାନରୁ ଜାହାଜ ଫିଟାଇ ପ୍ରତିକୂଳ ପବନ ହେତୁ ଆମ୍ଭେମାନେ ସାଇପ୍ରସ୍ ଦ୍ୱୀପର ଆଶ୍ରୟସ୍ଥଳୀ ଦେଇ ଯାତ୍ରା କରି,


ପୁଣି, ଆମ୍ଭମାନଙ୍କ ସାଙ୍ଗରେ କାଇସରିୟାରୁ ମଧ୍ୟ କେତେକ ଜଣ ଶିଷ୍ୟ ଗଲେ; ସେମାନେ ସାଇପ୍ରସ୍‍ର ମନାସୋନ ନାମକ ଜଣେ ପୁରୁଣା ଶିଷ୍ୟଙ୍କୁ ସାଙ୍ଗରେ ଆଣିଲେ, ତାହାଙ୍କ ଘରେ ଆମ୍ଭମାନଙ୍କର ରହିବାର ଥିଲା।


ସେତେବେଳେ ହେରୋଦ ସୋର ଓ ସୀଦୋନ ଲୋକଙ୍କ ଉପରେ ଭୟଙ୍କର ଅସନ୍ତୁଷ୍ଟ ଥିଲେ, ଆଉ ସେମାନେ ଏକମତ ହୋଇ ତାହାଙ୍କ ନିକଟକୁ ଆସିଲେ ଓ ରାଜାଙ୍କ ଶୟନାଗାରର ଅଧ୍ୟକ୍ଷ ବ୍ଲାସ୍ତଙ୍କୁ ଆପଣାମାନଙ୍କ ସପକ୍ଷ କରି ଶାନ୍ତି ପ୍ରାର୍ଥନା କରିବାକୁ ଲାଗିଲେ, କାରଣ ରାଜାଙ୍କ ଦେଶରୁ ସେମାନଙ୍କ ଦେଶକୁ ଖାଦ୍ୟସାମଗ୍ରୀ ଯାଉଥିଲା।


ପୁଣି, ଯୋଷେଫ, ସାଇପ୍ରସ୍ ଦ୍ବୀପରୁ ଲେବୀ ବଂଶଜାତ ଜଣେ ଲୋକ, ଯାହାଙ୍କୁ ପ୍ରେରିତମାନେ ବର୍ଣ୍ଣବ୍ବା ବୋଲି ଉପନାମ ଦେଇଥିଲେ (ଅର୍ଥାତ୍‍ ସାନ୍ତ୍ୱନାର ପୁତ୍ର),


ଆଉ ତାହାଙ୍କ ବିଷୟରେ ଜନରବ ସମୁଦାୟ ସିରିୟା ଅଞ୍ଚଳ ପର୍ଯ୍ୟନ୍ତ ବ୍ୟାପିଗଲା, ପୁଣି, ଲୋକେ ଭୂତଗ୍ରସ୍ତ, ମୃଗୀରୋଗୀ ଓ ପକ୍ଷାଘାତରୋଗୀ ଆଦି ନାନା ପ୍ରକାର ରୋଗରେ ପୀଡ଼ିତ ଓ ଯନ୍ତ୍ରଣାଗ୍ରସ୍ତ ସମସ୍ତଙ୍କୁ ତାହାଙ୍କ ନିକଟକୁ ଆଣିଲେ, ଆଉ ସେ ସେମାନଙ୍କୁ ସୁସ୍ଥ କଲେ।


ଏହା ଉତ୍ତାରେ ପାଉଲ ଅନେକ ଦିନ ପର୍ଯ୍ୟନ୍ତ ସେହି ସ୍ଥାନରେ ରହି ଭାଇମାନଙ୍କ ନିକଟରୁ ବିଦାୟ ଘେନି ଜାହାଜରେ ଚଢ଼ି ସିରିୟା ଅଞ୍ଚଳକୁ ଯାତ୍ରା କଲେ। ପ୍ରୀସ୍କିଲ୍ଲା ଓ ଆକ୍ୱିଲା ତାହାଙ୍କ ସାଙ୍ଗରେ ଗଲେ; ତାଙ୍କର ଗୋଟିଏ ମାନତ ଥିବାରୁ ସେ କେଙ୍କ୍ରେୟା ସହରରେ ଆପଣା ମସ୍ତକ ମୁଣ୍ଡନ କରାଇଲେ।


ଆଉ ସେ ସିରିୟା ଓ କିଲିକିୟା ଦେଇ ଯାଉ ଯାଉ ମଣ୍ଡଳୀ-ସମୂହକୁ ସୁସ୍ଥିର କଲେ।


ସେଥିରେ ଘୋର ବିବାଦ ଘଟିବାରୁ ସେମାନେ ପରସ୍ପରଠାରୁ ପୃଥକ୍ ହେଲେ, ବର୍ଣ୍ଣବ୍ବା ମାର୍କଙ୍କୁ ସାଙ୍ଗରେ ଘେନି ଜାହାଜରେ ସାଇପ୍ରସ୍ ଦ୍ବୀପକୁ ଗମନ କଲେ,


ଆଉ, ସେମାନେ ସେମାନଙ୍କ ହାତରେ ଏହା ଲେଖି ପଠାଇଲେ, ଆନ୍ତିୟଖିଆ, ସିରିୟା ଓ କିଲିକିୟାସ୍ଥ ଅଣଯିହୁଦୀ ଭ୍ରାତୃବୃନ୍ଦଙ୍କୁ ପ୍ରେରିତ ଓ ପ୍ରାଚୀନ ଭ୍ରାତୃବୃନ୍ଦଙ୍କର ନମସ୍କାର।


ଏହି ପ୍ରକାରେ ସେମାନେ ପବିତ୍ର ଆତ୍ମାଙ୍କ ଦ୍ୱାରା ପ୍ରେରିତ ହୋଇ ସେଲୂକିଆକୁ ଗଲେ; ସେଠାରୁ ସେମାନେ ଜାହାଜରେ ଚଢ଼ି ସାଇପ୍ରସ୍ ଦ୍ବୀପକୁ ଗଲେ।


ଇତିମଧ୍ୟରେ ସ୍ତିଫାନଙ୍କ ସକାଶେ ଘଟିଥିବା କ୍ଲେଶ ହେତୁ ଯେଉଁମାନେ ଛିନ୍ନଭିନ୍ନ ହୋଇ ଯାଇଥିଲେ, ସେମାନେ ଫୈନୀକିଆ ଅଞ୍ଚଳ, ସାଇପ୍ରସ୍ ଦ୍ୱୀପ ଓ ଆନ୍ତିୟଖିଆ ସହର ପର୍ଯ୍ୟନ୍ତ ଭ୍ରମଣ କରି କେବଳ ଯିହୁଦୀମାନଙ୍କ ବିନା ଆଉ କାହାରି ନିକଟରେ ବାକ୍ୟ ପ୍ରଚାର କରୁ ନ ଥିଲେ।


“ହାୟ, ଦଣ୍ଡର ପାତ୍ର କୋରାଜୀନ୍, ହାୟ, ଦଣ୍ଡର ପାତ୍ର ବେଥ୍‌ସାଇଦା, କାରଣ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଯେଉଁ ମହତର କାର୍ଯ୍ୟ କରାଯାଇଅଛି, ସେହିସବୁ ଯେବେ ସୋର ଓ ସୀଦୋନରେ କରାଯାଇଥାଆନ୍ତା, ତେବେ ସେମାନେ ଅନେକ କାଳ ପୂର୍ବରୁ ଅଖା ପିନ୍ଧି ପାଉଁଶରେ ବସି ମନ-ପରିବର୍ତ୍ତନ କରିଥାଆନ୍ତେ।


ସିରିୟା ପ୍ରଦେଶର ଶାସନକର୍ତ୍ତା କ୍ୱିରୀଣୀୟଙ୍କ ସମୟରେ ପ୍ରଥମ ଥର ଏହି ଜନଗଣନା ହୋଇଥିଲା।


“ହାୟ, ଦଣ୍ଡର ପାତ୍ର କୋରାଜୀନ୍, ହାୟ, ଦଣ୍ଡର ପାତ୍ର ବେଥ୍‌ସାଇଦା, କାରଣ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଯେଉଁ ମହତର କାର୍ଯ୍ୟ କରାଯାଇଅଛି, ସେହିସବୁ ଯେବେ ସୋର ଓ ସୀଦୋନ ସହରମାନଙ୍କରେ କରାଯାଇଥାଆନ୍ତା, ତେବେ ସେମାନେ ସମୟ ପୂର୍ବରୁ ଅଖା ପିନ୍ଧି ପାଉଁଶରେ ବସି ମନ-ପରିବର୍ତ୍ତନ କରିଥାଆନ୍ତେ।


ଏଥିଉତ୍ତାରେ ଦାଉଦ-ବଂଶକୁ ଜ୍ଞାତ କରାଗଲା ଯେ, ଅରାମ ଇଫ୍ରୟିମର ସହାୟ ହୋଇଅଛି। ଏଥିରେ ତାହାର ହୃଦୟ ଓ ତାହାର ଲୋକମାନଙ୍କ ହୃଦୟ ବାୟୁରେ କମ୍ପିତ ଓ ବନବୃକ୍ଷ ତୁଲ୍ୟ କମ୍ପିତ ହେଲା।


ମୋʼ ଜାଣିବା ଲୋକଙ୍କ ତୁଲ୍ୟ ମୁଁ ରାହବ ଓ ବାବିଲକୁ ଉଲ୍ଲେଖ କରିବି; ପଲେଷ୍ଟୀୟା, ସୋର ଓ କୂଶକୁ ଦେଖ; “ଏହି ଜଣ ସେଠାରେ ଜାତ ହେଲା।”


ପୁଣି, ସୋରର କନ୍ୟା ଭେଟି ନେଇ ସେଠାରେ ଉପସ୍ଥିତ ହେବ; ଲୋକଙ୍କ ମଧ୍ୟରେ ଧନୀମାନେ ହିଁ ତୁମ୍ଭ ଅନୁଗ୍ରହର ବିନତି କରିବେ।


ତହୁଁ ଦାଉଦ ଦମ୍ମେଶକର ଅରାମ ଦେଶରେ ପ୍ରହରୀ-ଦଳ ସ୍ଥାପନ କଲେ; ପୁଣି ଅରାମୀୟ ଲୋକମାନେ ଦାଉଦଙ୍କର ଦାସ ହୋଇ କର ଆଣିଲେ। ଏହି ପ୍ରକାରେ ଦାଉଦ ଯେଉଁଆଡ଼େ ଗଲେ, ସଦାପ୍ରଭୁ ତାଙ୍କୁ ଜୟ ଦେଲେ।


ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ପୁନର୍ବାର କଲେ, ଆଉ ବାଲ୍‍ ଦେବତାଗଣର ଓ ଅଷ୍ଟାରୋତ୍‍ ଦେବୀଗଣର ଓ ଅରାମ ଦେବଗଣର ଓ ସୀଦୋନ ଦେବଗଣର ଓ ମୋୟାବ ଦେବଗଣର ଓ ଅମ୍ମୋନ-ସନ୍ତାନମାନଙ୍କ ଦେବଗଣର ଓ ପଲେଷ୍ଟୀୟ ଦେବଗଣର ସେବା କଲେ; ପୁଣି ସେମାନେ ସଦାପ୍ରଭୁଙ୍କୁ ପାସୋରିଲେ ଓ ତାହାଙ୍କର ସେବା କଲେ ନାହିଁ।


ସେଠାରେ ଆମ୍ଭେମାନେ ଫୈନୀକିଆକୁ ପାର ହୋଇ ଯାଉଥିବା ଗୋଟିଏ ଜାହାଜ ପାଇ ସେଥିରେ ଚଢ଼ି ଯାତ୍ରା କଲୁ।


ସୋରରୁ ଆମ୍ଭେମାନେ ଜଳଯାତ୍ରା ଶେଷ କରି ତଲିମାଇ ପ୍ରଦେଶରେ ପହଞ୍ଚିଥିଲୁ ଓ ଭାଇମାନଙ୍କୁ ନମସ୍କାର କରି, ଗୋଟିଏ ଦିନ ସେମାନଙ୍କ ସହିତ ରହିଲୁ।


Swiv nou:

Piblisite


Piblisite