Biblia Todo Logo
Bib sou entènèt

- Piblisite -




ପ୍ରେରିତ 21:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ପୁଣି, ତାହାଙ୍କୁ ସେମାନେ ମାରିପକାଇବା ପାଇଁ ଚେଷ୍ଟା କରନ୍ତେ ସମସ୍ତ ଯିରୂଶାଲମ ଗଣ୍ଡଗୋଳରେ ପରିପୂର୍ଣ୍ଣ ହୋଇଅଛି ବୋଲି ସୈନ୍ୟଦଳର ସହସ୍ର-ସେନାପତିଙ୍କ ନିକଟକୁ ସମ୍ବାଦ ଆସିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

31 ପୁଣି, ସେମାନେ ତାଙ୍କୁ ମାରିପକାଇବା ପାଇଁ ଚେଷ୍ଟା କରନ୍ତେ, ସମୁଦାୟ ଯିରୂଶାଲମ ଗଣ୍ତଗୋଳରେ ପରିପୂର୍ଣ୍ଣ ହୋଇଅଛି ବୋଲି ସୈନ୍ୟଦଳର ସହସ୍ର-ସେନାପତିଙ୍କ ନିକଟକୁ ସମ୍ଵାଦ ଆସିଲା।

Gade chapit la Kopi

ଓଡିଆ ବାଇବେଲ

31 ପୁଣି, ତାହାଙ୍କୁ ସେମାନେ ମାରିପକାଇବା ପାଇଁ ଚେଷ୍ଟା କରନ୍ତେ ସମସ୍ତ ଯିରୂଶାଲମ ଗଣ୍ଡଗୋଳରେ ପରିପୂର୍ଣ୍ଣ ହୋଇଅଛି ବୋଲି ସୈନ୍ୟଦଳର ସହସ୍ର ସେନାପତିଙ୍କ ନିକଟକୁ ସମ୍ବାଦ ଆସିଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

31 ଉତ୍ତ୍ୟକ୍ତ ଜନତା ପାଉଲଙ୍କୁ ହତ୍ୟା କରିବା ପାଇଁ ଉଦ୍ୟମ କଲେ,

Gade chapit la Kopi

ପବିତ୍ର ବାଇବଲ

31 ଲୋକମାନେ ପାଉଲଙ୍କୁ ହତ୍ୟା କରିବା ପାଇଁ ଚେଷ୍ଟା କରୁଥିବା ସମୟରେ ରୋମୀୟ ସେନାପତିଙ୍କ ନିକଟରେ ଏହି ଖବର ପହଞ୍ଚିଲା। ସେ ଜାଣିବାକୁ ପାଇଲେ ଯେ ସମଗ୍ର ଯିରୁଶାଲମରେ ଉତ୍ତେଜନା ଖେଳି ଯାଇଛି।

Gade chapit la Kopi




ପ୍ରେରିତ 21:31
19 Referans Kwoze  

କିନ୍ତୁ ଯିହୁଦୀମାନେ ଈର୍ଷାରେ ଜଳିଉଠି ବଜାରର କେତେକ ଦୁଷ୍ଟ ଲୋକଙ୍କୁ ସାଙ୍ଗରେ ଘେନି ଲୋକଗହଳ କରି ନଗରରେ ଗଣ୍ଡଗୋଳ ଲଗାଇଦେଲେ, ଆଉ ଯାସୋନଙ୍କ ଗୃହ ଆକ୍ରମଣ କରି ସେମାନଙ୍କୁ ଲୋକମାନଙ୍କ ନିକଟକୁ ବାହାର କରି ଆଣିବା ପାଇଁ ଚେଷ୍ଟା କଲେ।


ଅତଏବ, ପରଦିନ ଆଗ୍ରିପ୍ପା ଓ ବର୍ଣ୍ଣୀକୀ ମହା ସମାରୋହରେ ଆସି ପ୍ରଧାନ ପ୍ରଧାନ ସେନାପତି ଓ ନଗରର ମୁଖ୍ୟ ମୁଖ୍ୟ ବ୍ୟକ୍ତିଙ୍କ ସହିତ ବିଚାରାଳୟରେ ପ୍ରବେଶ ହୁଅନ୍ତେ ଫେଷ୍ଟସ୍‌ଙ୍କ ଆଦେଶ ଅନୁସାରେ ପାଉଲ ଅଣାଗଲେ।


କିନ୍ତୁ ଫେଲୀକ୍ସ୍‌ ସେହି ମାର୍ଗ ବିଷୟରେ ଅଳ୍ପ ଜାଣିଥିବାରୁ ବିଚାର ସ୍ଥଗିତ ରଖି କହିଲେ ଯେ ସହସ୍ର-ସେନାପତି ଲୂସୀୟା ଆସିଲା ପରେ ଆମ୍ଭେ ତୁମ୍ଭମାନଙ୍କ ବିଷୟ ନିର୍ଣ୍ଣୟ କରିବା।


ଆହୁରି ମଧ୍ୟ ଏ ମନ୍ଦିର ଅଶୁଚି କରିବାକୁ ଚେଷ୍ଟା କରିଥିଲା, କିନ୍ତୁ ଆମ୍ଭେମାନେ ଏହାକୁ ଧରିଲୁ ଆଉ ଆପଣମାନଙ୍କ ବ୍ୟବସ୍ଥା ଅନୁସାରେ ଏହାର ବିଚାର କରିବାକୁ ଇଚ୍ଛା କରିଥିଲୁ।


ସେଥିରେ ପାଉଲ ଜଣେ ଶତ-ସେନାପତିଙ୍କୁ ଡାକି କହିଲେ, ଏହି ଯୁବାଙ୍କୁ ସହସ୍ର-ସେନାପତିଙ୍କ ନିକଟକୁ ନେଇ ଯାଆନ୍ତୁ, କାରଣ ତାହାଙ୍କୁ ଜଣାଇବା ନିମନ୍ତେ ଏହାର କିଛି କଥା ଅଛି।


ଲୋକମାନେ ଏହି କଥା ଶୁଣିବା ପରେ ବଡ଼ ପାଟିରେ କହିଲେ, ଏପରି ଲୋକଟାକୁ ପୃଥିବୀରୁ ଦୂର କର, କାରଣ ତାହାର ବଞ୍ଚି ରହିବାର ଉଚିତ୍ ନୁହେଁ।


ତେବେ, ଏଥିପୂର୍ବେ ଯେଉଁ ମିସରୀୟ ଲୋକ ବିଦ୍ରୋହ ଲଗାଇ ଚାରି ହଜାର ଡକାଇତମାନଙ୍କୁ ପ୍ରାନ୍ତରରୁ ଘେନିଯାଇଥିଲେ, ତୁମ୍ଭେ କି ସେହି ନୁହଁ?


କାରଣ ପ୍ରକୃତରେ ଆଜିର ଗଣ୍ଡଗୋଳ ଘେନି ଆମ୍ଭମାନଙ୍କ ବିରୁଦ୍ଧରେ ଅଭିଯୋଗ ହେବାର ଆଶଙ୍କା ଅଛି; ଆମ୍ଭେମାନେ ଏହି ଗଣ୍ଡଗୋଳର କୌଣସି କାରଣ ଦେଖାଇ ପାରିବୁ ନାହିଁ।


କାଇସରିୟା ସହରରେ କର୍ଣ୍ଣିଲୀୟ ନାମକ ଜଣେ ବ୍ୟକ୍ତି ଥିଲେ, ସେ ଇତାଲିକ ନାମକ ସୈନ୍ୟଦଳର ଜଣେ ଶତ-ସେନାପତି ଥିଲେ;


ଏହାପରେ ସୈନ୍ୟଦଳ, ପ୍ରଧାନ ସେନାପତି, ପୁଣି, ଯିହୁଦୀମାନଙ୍କର ପଦାତିକମାନେ ଯୀଶୁଙ୍କୁ ଧରିଲେ


ସେମାନେ ତୁମ୍ଭମାନଙ୍କୁ ସମାଜଗୃହରୁ ବାହାର କରିବେ, ହଁ, ଏପରି ସମୟ ଆସୁଅଛି, ଯେତେବେଳେ ଯେ କେହି ତୁମ୍ଭମାନଙ୍କୁ ବଧ କରେ, ସେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ଉପାସନାରୂପ ବଳି ଉତ୍ସର୍ଗ କରୁଅଛି ବୋଲି ମନେ କରିବ।


କାରଣ ସେମାନେ କହିଲେ, ପର୍ବ ସମୟରେ ନୁହେଁ, କାଳେ ଲୋକଙ୍କ ମଧ୍ୟରେ ଗଣ୍ଡଗୋଳ ହେବ।


କିନ୍ତୁ ସେମାନେ କହିଲେ, ପର୍ବ ସମୟରେ ନୁହେଁ, କାଳେ ଲୋକଙ୍କ ମଧ୍ୟରେ ଗଣ୍ଡଗୋଳ ହେବ।


ପୁଣି, ଅଦୋନୀୟ ଓ ତାହାର ସଙ୍ଗୀ ନିମନ୍ତ୍ରିତ ସମସ୍ତ ଲୋକ ଭୋଜନ ଶେଷ କରିବା ସମୟରେ ତାହା ଶୁଣିଲେ। ଆଉ, ଯୋୟାବ ତୂରୀ ଶବ୍ଦ ଶୁଣି ପଚାରିଲା, ନଗରରେ ଏହି କୋଳାହଳ ଶବ୍ଦ କାହିଁକି ହେଉଅଛି?


ଏହାପରେ ଶାସନକର୍ତ୍ତାଙ୍କ ସୈନ୍ୟମାନେ ଯୀଶୁଙ୍କୁ ପ୍ରାସାଦ ଭିତରକୁ ନେଇଯାଇ ସମସ୍ତ ସୈନ୍ୟଦଳକୁ ତାହାଙ୍କ ନିକଟରେ ଏକତ୍ର କଲେ।


ଏହି କାରଣରୁ କେତେକ ଯିହୁଦୀମାନେ ମନ୍ଦିର ମଧ୍ୟରେ ମୋତେ ଧରି ବଧ କରିବାକୁ ଚେଷ୍ଟା କରୁଥିଲେ।


କିନ୍ତୁ ସହସ୍ର-ସେନାପତି ଲୂସୀୟା ଆସି ଅତିଶୟ ଜୋର୍‍ରେ ଏହାକୁ ଆମ୍ଭମାନଙ୍କ ହାତରୁ ଛଡ଼ାଇନେଲେ,


Swiv nou:

Piblisite


Piblisite