Biblia Todo Logo
Bib sou entènèt

- Piblisite -




ପ୍ରେରିତ 22:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ପୁଣି, ସେ କହିଲେ, ଆମ୍ଭମାନଙ୍କର ପିତୃ-ପୁରୁଷଙ୍କର ଈଶ୍ବର ତାହାଙ୍କ ଇଚ୍ଛା ଜାଣିବା ପାଇଁ ଓ ସେହି ଧାର୍ମିକ ବ୍ୟକ୍ତିଙ୍କୁ ଦେଖିବା ପାଇଁ ପୁଣି, ତାହାଙ୍କ ମୁଖରୁ ବାଣୀ ଶୁଣିବା ପାଇଁ ମନୋନୀତ କରିଅଛନ୍ତି,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ପୁଣି, ସେ କହିଲେ, ଆମ୍ଭମାନଙ୍କ ପିତୃପୁରୁଷଙ୍କ ଈଶ୍ଵର ତାହାଙ୍କ ଇଚ୍ଛା ଜାଣିବା ନିମନ୍ତେ ଓ ସେହି ଧାର୍ମିକ ବ୍ୟକ୍ତିଙ୍କି ଦେଖିବା ନିମନ୍ତେ, ପୁଣି ତାହାଙ୍କ ମୁଖରୁ ବାଣୀ ଶୁଣିବା ନିମନ୍ତେ ତୁମ୍ଭକୁ ମନୋନୀତ କରିଅଛନ୍ତି,

Gade chapit la Kopi

ଓଡିଆ ବାଇବେଲ

14 ପୁଣି, ସେ କହିଲେ, ଆମ୍ଭମାନଙ୍କର ପିତୃପୁରୁଷଙ୍କର ଈଶ୍ୱର ତାହାଙ୍କ ଇଚ୍ଛା ଜାଣିବା ପାଇଁ ଓ ସେହି ଧାର୍ମିକ ବ୍ୟକ୍ତିଙ୍କୁ ଦେଖିବା ପାଇଁ ପୁଣି, ତାହାଙ୍କ ମୁଖରୁ ବାଣୀ ଶୁଣିବା ପାଇଁ ମନୋନୀତ କରିଅଛନ୍ତି,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ସେ କହିଲେ, ‘ଆମ ପୂର୍ବପୁରୁଷମାନଙ୍କର ପ୍ରଭୁ ତୁମକୁ ତାଙ୍କର ଅଭିମତ ଜାଣିବା ପାଇଁ, ତାଙ୍କର ଧାର୍ମିକ ସେବକଙ୍କୁ ଦେଖିବା ପାଇଁ ଓ ତାଙ୍କର କଥା ଶୁଣିବା ପାଇଁ ମନୋନୀତ କରିଛନ୍ତି।

Gade chapit la Kopi

ପବିତ୍ର ବାଇବଲ

14 “ସେ ମୋତେ କହିଲେ, ‘ଆମ୍ଭମାନଙ୍କ ପୈତୃକ ପରମେଶ୍ୱର ତାହାଙ୍କର ଇଚ୍ଛା ଜାଣିବା ନିମନ୍ତେ, ଓ ସେହି ଧାର୍ମିକ ବ୍ୟକ୍ତିଙ୍କୁ ଦେଖିବା ଓ ତାହାଙ୍କ ମୁଖର କଥା ଶୁଣିବା ନିମନ୍ତେ ତୁମ୍ଭକୁ ମନୋନୀତ କରି ଅଛନ୍ତି।

Gade chapit la Kopi




ପ୍ରେରିତ 22:14
33 Referans Kwoze  

ଯେଣୁ ମୁଁ ତାହା ମନୁଷ୍ୟଠାରୁ ପାଇ ନାହିଁ କିଅବା ଶିକ୍ଷା କରି ନାହିଁ, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କ ପ୍ରତ୍ୟାଦେଶ ଦ୍ୱାରା ପାଇଅଛି।


ଅବଶେଷରେ ଅକାଳଜାତ ପରି ଜଣେ ଯେ ମୁଁ, ସେ ମୋତେ ମଧ୍ୟ ଦର୍ଶନ ଦେଲେ।


ମୁଁ କଅଣ ସ୍ୱାଧୀନ ନୁହେଁ? ମୁଁ କଅଣ ଜଣେ ପ୍ରେରିତ ନୁହେଁ? ମୁଁ କଅଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କୁ ଦର୍ଶନ କରି ନାହିଁ? ତୁମ୍ଭେମାନେ କଅଣ ପ୍ରଭୁଙ୍କଠାରେ ମୋହର କୃତ କର୍ମ ନୁହଁ?


କିନ୍ତୁ ଉଠ, ପାଦରେ ଭରା ଦେଇ ଠିଆ ହୁଅ, କାରଣ ଆମ୍ଭେ ତୁମ୍ଭକୁ ଆମ୍ଭର ସେବକ, ଆଉ ତୁମ୍ଭେ ଆମ୍ଭର ଯେଉଁ ଯେଉଁ ଦର୍ଶନ ପାଇଅଛ ଓ ପାଇବ, ସେହି ସମସ୍ତ ବିଷୟର ସାକ୍ଷୀସ୍ୱରୂପେ ମନୋନୀତ କରିବା ଉଦ୍ଦେଶ୍ୟରେ ତୁମ୍ଭକୁ ଦର୍ଶନ ଦେଇଅଛୁ।


କିନ୍ତୁ ପ୍ରଭୁ ତାହାଙ୍କୁ କହିଲେ, “ଯାଅ; କାରଣ ସେ ଅଣଯିହୁଦୀ, ରାଜା ଓ ଇସ୍ରାଏଲର ସନ୍ତାନମାନଙ୍କ ସମ୍ମୁଖରେ ଆମ୍ଭର ନାମ ବହନ କରିବା ନିମନ୍ତେ ଆମ୍ଭର ଜଣେ ମନୋନୀତ ପାତ୍ର ଅଟେ;


ହେ ମୋହର ବତ୍ସଗଣ, ତୁମ୍ଭେମାନେ ଯେପରି ପାପ ନ କର, ଏଥିନିମନ୍ତେ ମୁଁ ଏହିସବୁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି। କିନ୍ତୁ କେହି ଯଦି ପାପ କରେ, ତାହାହେଲେ ପିତାଙ୍କ ଛାମୁରେ ଆମ୍ଭମାନଙ୍କର ଜଣେ ସପକ୍ଷବାଦୀ ଅଛନ୍ତି, ସେ ଧାର୍ମିକ ଯୀଶୁ ଖ୍ରୀଷ୍ଟ।


ପାଉଲ, ଖ୍ରୀଷ୍ଟ ଯୀଶୁଙ୍କ ଦାସ ଓ ଆହୂତ ଜଣେ ପ୍ରେରିତ, ପୁଣି, ଈଶ୍ବର ଆପଣା ପୁତ୍ର ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ସମ୍ବନ୍ଧରେ ନିଜର ଯେଉଁ ସୁସମାଚାର ଧର୍ମଶାସ୍ତ୍ରରେ ଆପଣା ଭାବବାଦୀମାନଙ୍କ ଦ୍ୱାରା ପୂର୍ବରେ ପ୍ରତିଜ୍ଞା କରିଥିଲେ, ସେହି ସୁସମାଚାର ନିମନ୍ତେ ପୃଥକୀକୃତ,


ସେଥିରେ ହନନୀୟ ପ୍ରସ୍ଥାନ କରି ସେହି ଗୃହରେ ପ୍ରବେଶ କଲେ, ପୁଣି, ତାହାଙ୍କ ଉପରେ ହସ୍ତାର୍ପଣ କରି କହିଲେ, ଶାଉଲ ଭାଇ, ପ୍ରଭୁ, ଅର୍ଥାତ୍‍, ଯେଉଁ ଯୀଶୁ ତୁମ୍ଭର ଆସୁଥିବା ପଥରେ ତୁମ୍ଭକୁ ଦର୍ଶନ ଦେଲେ, ତୁମ୍ଭେ ଯେପରି ଦୃଷ୍ଟିପ୍ରାପ୍ତ ହୁଅ ଓ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ହୁଅ, ଏଥିନିମନ୍ତେ ସେ ମୋତେ ପ୍ରେରଣ କରିଅଛନ୍ତି।


ଭାବବାଦୀମାନଙ୍କ ମଧ୍ୟରୁ କାହାକୁ ଆପଣମାନଙ୍କର ପିତୃ-ପୁରୁଷମାନେ ତାଡ଼ନା କରି ନ ଥିଲେ? ଯେଉଁମାନେ ସେହି ଧାର୍ମିକ ବ୍ୟକ୍ତିଙ୍କ ଆଗମନ ବିଷୟରେ ପୂର୍ବରୁ ଜଣାଇଥିଲେ, ସେମାନଙ୍କୁ ସେମାନେ ବଧ କଲେ; ଏବେ ଆପଣମାନେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରି ବଧ କରିଅଛନ୍ତି;


କାରଣ ମୁଁ ପ୍ରଭୁଙ୍କଠାରୁ ପ୍ରାପ୍ତ ଯେଉଁ ଶିକ୍ଷା ତୁମ୍ଭମାନଙ୍କୁ ପ୍ରଦାନ କରିଅଛି, ତାହା ଏହି, ଶତ୍ରୁ ହସ୍ତରେ ସମର୍ପିତ ହେବା ରାତ୍ରିରେ ପ୍ରଭୁ ଯୀଶୁ ରୁଟି ଘେନି ଧନ୍ୟବାଦ ଦେଇ ତାହା ଭାଙ୍ଗି କହିଲେ,


କିନ୍ତୁ ଏମାନେ ଯାହାକୁ ଗୋଟିଏ ବିଧର୍ମଦଳ ବୋଲି କହନ୍ତି, ମୁଁ ସେହି ମାର୍ଗ ଅନୁସାରେ ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ଈଶ୍ବରଙ୍କର ଉପାସନା କରିଥାଏ; ଯାହା ଯାହା ମୋଶାଙ୍କ ବ୍ୟବସ୍ଥା ଅନୁଯାୟୀ ଓ ଯାହା ଯାହା ଭାବବାଦୀମାନଙ୍କ ପୁସ୍ତକରେ ଲିଖିତ ଅଛି, ସେହିସବୁ ମୁଁ ବିଶ୍ୱାସ କରେ;


ସେ ମୋତେ କହିଲେ, “ବିଳମ୍ବ ନ କରି ଶୀଘ୍ର ଯିରୂଶାଲମ ସହରରୁ ବାହାରିଯାଅ, କାରଣ ସେମାନେ ଆମ୍ଭ ବିଷୟରେ ତୁମ୍ଭର ସାକ୍ଷ୍ୟ ଗ୍ରହଣ କରିବେ ନାହିଁ।”


ଏହି ଇସ୍ରାଏଲ ଜାତିର ଈଶ୍ବର ଆମ୍ଭମାନଙ୍କ ପିତୃପୁରୁଷମାନଙ୍କୁ ମନୋନୀତ କଲେ, ଆଉ ସେମାନେ ମିସର ଦେଶରେ ପ୍ରବାସ କରୁଥିବା ସମୟରେ ସେମାନଙ୍କୁ ଉନ୍ନତ କଲେ, ପୁଣି, ପରାକ୍ରମୀ ବାହୁ ଦ୍ୱାରା ସେଠାରୁ ସେମାନଙ୍କୁ କଢ଼ାଇ ଆଣିଲେ।


ଯେଉଁ ଯୀଶୁଙ୍କୁ ଆପଣମାନେ କ୍ରୁଶରେ ଟଙ୍ଗାଇ ବଧ କରିଥିଲେ, ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ଈଶ୍ବର ତାହାଙ୍କୁ ଉଠାଇଅଛନ୍ତି।


ତୁମ୍ଭେମାନେ ମୋତେ ମନୋନୀତ କରି ନାହଁ, କିନ୍ତୁ ମୁଁ ତୁମ୍ଭମାନଙ୍କୁ ମନୋନୀତ କରିଅଛି, ଆଉ ତୁମ୍ଭେମାନେ ଯେପରି ଯାଇ ଫଳ ଉତ୍ପନ୍ନ କର ଓ ତୁମ୍ଭମାନଙ୍କର ଫଳ ସ୍ଥାୟୀ ହୁଏ, ଏଥିନିମନ୍ତେ ତୁମ୍ଭମାନଙ୍କୁ ନିଯୁକ୍ତ କରିଅଛି। ସେଥିରେ ତୁମ୍ଭେମାନେ ମୋʼ ନାମରେ ପିତାଙ୍କୁ ଯାହା କିଛି ମାଗିବ, ସେ ତାହା ତୁମ୍ଭମାନଙ୍କୁ ଦେବେ;


ହେ ମୋର ପୂର୍ବପୁରୁଷଗଣର ପରମେଶ୍ୱର, ମୁଁ ତୁମ୍ଭର ଧନ୍ୟବାଦ ଓ ପ୍ରଶଂସା କରୁଅଛି, ତୁମ୍ଭେ ମୋତେ ଜ୍ଞାନ ଓ ସାମର୍ଥ୍ୟ ଦେଇଅଛ ଓ ତୁମ୍ଭ ନିକଟରେ ଆମ୍ଭମାନଙ୍କର ନିବେଦନର ବିଷୟ ଏବେ ମୋତେ ଜଣାଇଅଛ; କାରଣ ତୁମ୍ଭେ ରାଜାର କଥା ଆମ୍ଭମାନଙ୍କୁ ଜଣାଇଅଛ।”


“ଉଦର ମଧ୍ୟରେ ତୁମ୍ଭକୁ ଗଢ଼ିବା ପୂର୍ବରୁ ଆମ୍ଭେ ତୁମ୍ଭକୁ ଜାଣିଲୁ, ପୁଣି ଭୂମିଷ୍ଠ ହେବା ପୂର୍ବରୁ ଆମ୍ଭେ ତୁମ୍ଭକୁ ପବିତ୍ର କଲୁ; ଆମ୍ଭେ ତୁମ୍ଭକୁ ନାନା ଦେଶୀୟମାନଙ୍କ ନିକଟରେ ଭବିଷ୍ୟଦ୍‍ବକ୍ତା କରି ନିଯୁକ୍ତ କରିଅଛୁ।”


ଯେଉଁ ସଦାପ୍ରଭୁ ଆମ୍ଭମାନଙ୍କ ପିତୃଗଣର ପରମେଶ୍ୱର ସଦାପ୍ରଭୁଙ୍କ ଯିରୂଶାଲମସ୍ଥିତ ଗୃହ ଶୋଭାନ୍ୱିତ କରିବାକୁ ରାଜାର ଅନ୍ତଃକରଣକୁ ଏରୂପ ଉଦ୍ଦୀପିତ କରିଅଛନ୍ତି,


ହେ ସଦାପ୍ରଭୋ, ଆମ୍ଭମାନଙ୍କ ପୂର୍ବପୁରୁଷ ଅବ୍ରହାମର, ଇସ୍‌ହାକର ଓ ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ଆପଣା ଲୋକମାନଙ୍କ ହୃଦୟସ୍ଥ ଚିନ୍ତାର କଳ୍ପନାରେ ଏହା ସଦାକାଳ ରଖ ଓ ତୁମ୍ଭ ପ୍ରତି ସେମାନଙ୍କ ହୃଦୟ ପ୍ରସ୍ତୁତ କର;


ସଦାପ୍ରଭୁ ଆମ୍ଭର ବଳ ଓ ଗାନ, ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି; ସେ ଆମ୍ଭର ପରମେଶ୍ୱର, ଆମ୍ଭେ ତାହାଙ୍କର ପ୍ରଶଂସା କରିବା; ସେ ଆମ୍ଭର ପୈତୃକ ପରମେଶ୍ୱର, ଆମ୍ଭେ ତାହାଙ୍କର ଗୁଣାନୁବାଦ କରିବା।


ପାଉଲ, ଈଶ୍ବରଙ୍କ ଦାସ ଓ ଯୀଶୁ ଖ୍ରୀଷ୍ଟଙ୍କର ଜଣେ ପ୍ରେରିତ, ବିଶ୍ୱାସର ସହଭାଗିତା ଅନୁସାରେ ଯଥାର୍ଥ ପୁତ୍ର ତୀତସଙ୍କ ନିକଟକୁ ପତ୍ର,


ପାଉଲ, ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ଜୀବନ ସମ୍ବନ୍ଧୀୟ ପ୍ରତିଜ୍ଞା ଅନୁସାରେ ଈଶ୍ବରଙ୍କ ଇଚ୍ଛା ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କ ଜଣେ ପ୍ରେରିତ,


କିନ୍ତୁ ଯେ ମୋହର ମାତାଙ୍କ ଉଦରରୁ ମୋତେ ପୃଥକ୍ କରିଥିଲେ ଓ ଆପଣା ଅନୁଗ୍ରହରେ ମୋତେ ଆହ୍ୱାନ କଲେ,


ଯାହାଙ୍କଠାରେ ପାପର ଲେଶମାତ୍ର ନ ଥିଲା, ତାହାଙ୍କୁ ସେ ଆମ୍ଭମାନଙ୍କ ନିମନ୍ତେ ପାପ ସ୍ୱରୂପ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ୱାରା ଈଶ୍ବରଙ୍କର ଧାର୍ମିକତାସ୍ୱରୂପ ହେଉ।


କାରଣ ଯେଉଁ ଯେଉଁ ଶିକ୍ଷା ମୁଁ ପାଇଥିଲି, ସେଥିମଧ୍ୟରୁ ଏହି ପ୍ରଧାନ ଶିକ୍ଷା ତୁମ୍ଭମାନଙ୍କୁ ପ୍ରଦାନ କରିଥିଲି ଯଥା, ଖ୍ରୀଷ୍ଟ ଶାସ୍ତ୍ର ଅନୁସାରେ ଆମ୍ଭମାନଙ୍କ ପାପ ନିମନ୍ତେ ମୃତ୍ୟୁଭୋଗ କଲେ,


“ଯେକେହି ପରମେଶ୍ୱରଙ୍କର, ସଦାପ୍ରଭୁ ଆପଣା ପୈତୃକ ପରମେଶ୍ୱରଙ୍କର ଅନ୍ୱେଷଣ କରିବା ପାଇଁ ଅନ୍ତଃକରଣ ନିବିଷ୍ଟ କରେ, ସେ ଧର୍ମଧାମର ଶୌଚବିଧି ଅନୁସାରେ ଶୁଚି ନୋହିଲେ ହେଁ ମଙ୍ଗଳମୟ ସଦାପ୍ରଭୁ ତାହାକୁ କ୍ଷମା କରନ୍ତୁ।”


ଆହୁରି, ସେ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବା ପାଇଁ ଯିହୁଦାର ପ୍ରତ୍ୟେକ ନଗରରେ ଉଚ୍ଚସ୍ଥଳୀ ନିର୍ମାଣ କଲେ ଓ ସଦାପ୍ରଭୁ ତାଙ୍କର ପିତୃଗଣଙ୍କର ପରମେଶ୍ୱରଙ୍କୁ ବିରକ୍ତ କଲେ।


ତହିଁରେ ଦାଉଦ ସେମାନଙ୍କୁ ଭେଟିବା ପାଇଁ ଯାଇ ଉତ୍ତର କରି କହିଲେ, “ଯଦି ତୁମ୍ଭେମାନେ ନିର୍ବିରୋଧ ଭାବରେ ମୋହର ସାହାଯ୍ୟ କରିବା ପାଇଁ ମୋʼ ନିକଟକୁ ଆସିଥାଅ, ତେବେ ମୋହର ଅନ୍ତଃକରଣ ତୁମ୍ଭମାନଙ୍କଠାରେ ସଂଯୁକ୍ତ ହେବ; ମାତ୍ର ମୋʼ ହସ୍ତରେ କୌଣସି ଦୌରାତ୍ମ୍ୟ ନ ଥିଲେ ହେଁ ଯଦି ତୁମ୍ଭେମାନେ ମୋʼ ଶତ୍ରୁମାନଙ୍କ ହସ୍ତରେ ମୋତେ ସମର୍ପଣ କରିବାକୁ ଆସିଥାଅ, ତେବେ ଆମ୍ଭମାନଙ୍କ ପିତୃଗଣର ପରମେଶ୍ୱର ତାହା ଦେଖନ୍ତୁ ଓ ଅନୁଯୋଗ କରନ୍ତୁ।”


ଆହୁରି ସେ ସଦାପ୍ରଭୁ ତାଙ୍କର ପିତୃଗଣର ପରମେଶ୍ୱରଙ୍କୁ ତ୍ୟାଗ କଲେ ଓ ସଦାପ୍ରଭୁଙ୍କ ପଥରେ ଚାଲିଲେ ନାହିଁ।


“ସେ କୌଣସି ପାପ କଲେ ନାହିଁ, କିଅବା ତାହାଙ୍କ ମୁଖରେ କୌଣସି ଛଳକଥା ନ ଥିଲା।”


କାରଣ ତୁମ୍ଭେ ଯାହା ଯାହା ଦେଖିଅଛ ଓ ଶୁଣିଅଛ, ସେହିସବୁ ବିଷୟରେ ସମସ୍ତ ଲୋକଙ୍କ ସମ୍ମୁଖରେ ସାକ୍ଷୀ ହେବ।


Swiv nou:

Piblisite


Piblisite