Biblia Todo Logo
Bib sou entènèt

- Piblisite -




ପ୍ରେରିତ 22:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଲୋକମାନେ ଏହି କଥା ଶୁଣିବା ପରେ ବଡ଼ ପାଟିରେ କହିଲେ, ଏପରି ଲୋକଟାକୁ ପୃଥିବୀରୁ ଦୂର କର, କାରଣ ତାହାର ବଞ୍ଚି ରହିବାର ଉଚିତ୍ ନୁହେଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ଲୋକମାନେ ଏହି ପର୍ଯ୍ୟନ୍ତ ତାଙ୍କ କଥା ଶୁଣି ବଡ଼ ପାଟିରେ କହିଲେ, ଏପରି ଲୋକଟାକୁ ପୃଥିବୀରୁ ଦୂର କର, କାରଣ ତାʼର ବଞ୍ଚି ରହିବା ଉଚିତ ନୁହେଁ।

Gade chapit la Kopi

ଓଡିଆ ବାଇବେଲ

22 ଲୋକମାନେ ଏହି କଥା ଶୁଣିବା ପରେ ବଡ଼ ପାଟିରେ କହିଲେ, ଏପରି ଲୋକଟାକୁ ପୃଥିବୀରୁ ଦୂର କର, କାରଣ ତାହାର ବଞ୍ଚି ରହିବାର ଉଚିତ ନୁହେଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

22 ପାଉଲ ଏହି କଥା କହିବା ପର୍ଯ୍ୟନ୍ତ ଲୋକମାନେ ମନ ଦେଇ ଶୁଣୁଥିଲେ, କିନ୍ତୁ ତା’ପରେ ସେମାନେ ଉଚ୍ଚ ସ୍ୱରରେ ଚିକ୍ରାର କରି କହିଲେ, “ତାକୁ ବାହାର କରି ଦିଅ! ତାକୁ ହତ୍ୟା କର! ସେ ଜୀବନଧାରଣର ଯୋଗ୍ୟ ନୁହେଁ!”

Gade chapit la Kopi

ପବିତ୍ର ବାଇବଲ

22 ପାଉଲ ଏ କଥା କହିବା ପର୍ଯ୍ୟନ୍ତ ଯିହୂଦୀମାନେ ଶୁଣୁଥିଲେ। ତା'ପରେ ସେମାନେ ସମସ୍ତେ ମିଶି ଖୁବ୍ ଜୋ‌ର୍‌‌ରେ ପାଟି କରି କହିଲେ, “ଏ ଲୋକକୁ ପୃଥିବୀରୁ ଦୂର କର। କାରଣ ସେ ବଞ୍ଚିରହିବା ପାଇଁ ଯୋଗ୍ୟ ନୁହଁ।”

Gade chapit la Kopi




ପ୍ରେରିତ 22:22
6 Referans Kwoze  

ସେଥିରେ ଫେଷ୍ଟସ୍ କହିଲେ, ହେ ରାଜନ ଆଗ୍ରିପ୍ପା ଓ ଆମ୍ଭମାନଙ୍କ ସହିତ ଏହି ସ୍ଥାନରେ ଉପସ୍ଥିତ ମହାଶୟ ବୃନ୍ଦ, ଆପଣମାନେ ଏହି ଲୋକକୁ ଦେଖିଅଛନ୍ତି; ଏହା ବିରୁଦ୍ଧରେ ଓ ଯିରୂଶାଲମ ସହରରେ ଏହି ସ୍ଥାନରେ ମଧ୍ୟ ଯିହୁଦୀ ଲୋକସମୂହ ଆମ୍ଭ ନିକଟରେ ଆବେଦନ କରି ତାହାର ଆଉ ବଞ୍ଚି ରହିବାର ଉଚିତ୍ ନୁହେଁ ବୋଲି ଚିତ୍କାର କଲେ।


କାରଣ ତାହାଙ୍କୁ ବଧ କର ବୋଲି ଅସଂଖ୍ୟ ଲୋକ ପଛରେ ଯାଉ ଯାଉ ଚିତ୍କାର କରୁଥିଲେ।


ସେଥିରେ ସେମାନେ ଚିତ୍କାର କଲେ, ତାହାକୁ ବଧ କର, ବଧ କର, କ୍ରୁଶରେ ଚଢ଼ାଅ। ପୀଲାତ ସେମାନଙ୍କୁ କହିଲେ, ଆମ୍ଭେ କଅଣ ତୁମ୍ଭମାନଙ୍କ ରାଜାଙ୍କୁ କ୍ରୁଶରେ ଚଢ଼ାଇବା? ପ୍ରଧାନ ଯାଜକମାନେ ଉତ୍ତର ଦେଲେ, କାଇସରଙ୍କ ବିନା ଆମ୍ଭମାନଙ୍କ ଆଉ ରାଜା ନାହିଁ।


ମାତ୍ର ସେମାନେ ସମସ୍ତେ ଏକତ୍ର ଚିତ୍କାର କରି କହିଲେ, ଏହାକୁ ବଧ କର, ଆମ୍ଭମାନଙ୍କ ନିମନ୍ତେ ବାରବ୍ବାକୁ ମୁକ୍ତ କର।


କାରଣ ଅଣଯିହୁଦୀମାନଙ୍କ ପରିତ୍ରାଣ ନିମନ୍ତେ ସେମାନଙ୍କ ନିକଟରେ ପ୍ରଚାର କରିବାକୁ ସେମାନେ ସର୍ବଦା ଆମ୍ଭମାନଙ୍କୁ ବାଧା ଦିଅନ୍ତି, ପୁଣି, ସେମାନେ ପାପରେ ଆପଣା ଆପଣାକୁ ପରିପୂର୍ଣ୍ଣ କରୁଥାଆନ୍ତି; ସେମାନଙ୍କ ଉପରେ କ୍ରୋଧ ସମ୍ପୂର୍ଣ୍ଣ ରୂପେ ବର୍ତ୍ତିଲାଣି।


Swiv nou:

Piblisite


Piblisite