Biblia Todo Logo
Bib sou entènèt

- Piblisite -




ପ୍ରେରିତ 22:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ମୁଁ ଏହି ମାର୍ଗର ପୁରୁଷ ଓ ସ୍ତ୍ରୀ ଉଭୟଙ୍କୁ ବାନ୍ଧି କାରାଗାରରେ ପକାଇ ମୃତ୍ୟୁ ପର୍ଯ୍ୟନ୍ତ ତାଡ଼ନା କରୁଥିଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ମୁଁ ଏହି ମାର୍ଗର ପୁରୁଷ ଓ ସ୍ତ୍ରୀ ଉଭୟଙ୍କୁ ବାନ୍ଧି କାରାଗାରରେ ପକାଇ ମୃତ୍ୟୁ ପର୍ଯ୍ୟନ୍ତ ତାଡ଼ନା କରୁଥିଲି।

Gade chapit la Kopi

ଓଡିଆ ବାଇବେଲ

4 ମୁଁ ଏହି ମାର୍ଗର ପୁରୁଷ ଓ ସ୍ତ୍ରୀ ଉଭୟଙ୍କୁ ବାନ୍ଧି କାରାଗାରରେ ପକାଇ ମୃତ୍ୟୁ ପର୍ଯ୍ୟନ୍ତ ତାଡ଼ନା କରୁଥିଲି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ମୁଁ ଏହି ମାର୍ଗ ଅନୁସରଣ କରୁଥିବା ଲୋକମାନଙ୍କ ଉପରେ ଅତ୍ୟାଚାର କରି ସେମାନଙ୍କୁ ପ୍ରାଣରେ ମାରି ଦେଉଥିଲି। ସ୍ତ୍ରୀ ପୁରୁଷ ସମସ୍ତଙ୍କୁ ବନ୍ଦୀ କରି କାରାଗାରରେ ନିକ୍ଷେପ କରୁଥିଲି।

Gade chapit la Kopi

ପବିତ୍ର ବାଇବଲ

4 ମୁଁ ଯୀଶୁଙ୍କ ପଥରେ ଯାଉଥିବା ଲୋକମାନଙ୍କୁ ତାଡ଼ନା ଓ କଷ୍ଟ ଦେଉଥିଲି। ମୁଁ ପୁରୁଷ ଓ ସ୍ତ୍ରୀଲୋକମାନଙ୍କୁ ବନ୍ଦୀ କରି କାରାଗାରରେ ରଖିଥିଲି।

Gade chapit la Kopi




ପ୍ରେରିତ 22:4
17 Referans Kwoze  

କାରଣ ଈଶ୍ବରଙ୍କ ମଣ୍ଡଳୀକୁ ତାଡ଼ନା କରିଥିବାରୁ ପ୍ରେରିତମାନଙ୍କ ମଧ୍ୟରେ ମୁଁ କ୍ଷୁଦ୍ରତମ, ପୁଣି, ପ୍ରେରିତ ନାମରେ ଖ୍ୟାତ ହେବାକୁ ଅଯୋଗ୍ୟ।


ଉଦ୍‌ଯୋଗ ସମ୍ବନ୍ଧରେ ମଣ୍ଡଳୀର ଜଣେ ତାଡ଼ନାକାରୀ, ପୁଣି, ମୋଶାଙ୍କ ବ୍ୟବସ୍ଥାଗତ ଧାର୍ମିକତା ସମ୍ବନ୍ଧରେ ନିର୍ଦ୍ଦୋଷ ଦେଖାଯାଇଥିଲି।


କିନ୍ତୁ ଏମାନେ ଯାହାକୁ ଗୋଟିଏ ବିଧର୍ମଦଳ ବୋଲି କହନ୍ତି, ମୁଁ ସେହି ମାର୍ଗ ଅନୁସାରେ ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ଈଶ୍ବରଙ୍କର ଉପାସନା କରିଥାଏ; ଯାହା ଯାହା ମୋଶାଙ୍କ ବ୍ୟବସ୍ଥା ଅନୁଯାୟୀ ଓ ଯାହା ଯାହା ଭାବବାଦୀମାନଙ୍କ ପୁସ୍ତକରେ ଲିଖିତ ଅଛି, ସେହିସବୁ ମୁଁ ବିଶ୍ୱାସ କରେ;


ପ୍ରାୟ ସେହି ସମୟରେ ଏହି ମାର୍ଗ ବିଷୟରେ ମହା ଗଣ୍ଡଗୋଳ ଉଠିଲା।


କିନ୍ତୁ ସେତେବେଳେ କେତେକ ଲୋକ କଠିନ ଓ ଅବାଧ୍ୟ ହୋଇ ଲୋକସମୂହ ସାକ୍ଷାତରେ ଏହି ମାର୍ଗ ବିଷୟରେ ନିନ୍ଦା କରିବାକୁ ଲାଗିଲେ, ସେତେବେଳେ ସେ ସେମାନଙ୍କୁ ପରିତ୍ୟାଗ କରି ଶିଷ୍ୟମାନଙ୍କୁ ପୃଥକ୍ କଲେ, ଆଉ ପ୍ରତିଦିନ ତୁରାନ୍ନର ବିଦ୍ୟାଳୟରେ ଉପଦେଶ ଦେବାକୁ ଲାଗିଲେ।


ସେ ସମାଜଗୃହରେ ସାହସ ସହିତ କଥା କହିବାକୁ ଲାଗିଲେ। କିନ୍ତୁ ପ୍ରୀସ୍କିଲ୍ଲା ଓ ଆକ୍ୱିଲା ତାହାଙ୍କ କଥା ଶୁଣି ତାହାଙ୍କୁ ଆପଣାମାନଙ୍କ ସାଙ୍ଗରେ ରଖି ଅଧିକ ସୂକ୍ଷ୍ମ ରୂପେ ଈଶ୍ବରଙ୍କ ମାର୍ଗ ବିଷୟ ତାହାଙ୍କୁ ବୁଝାଇଦେଲେ।


ସେ ପାଉଲ ଓ ଆମ୍ଭମାନଙ୍କର ପଛେ ପଛେ ଆସି ଚିତ୍କାର କରି କହିବାକୁ ଲାଗିଲା, ଏହି ବ୍ୟକ୍ତିମାନେ ପରମ ପ୍ରଧାନ ଈଶ୍ବରଙ୍କର ଦାସ, ସେମାନେ ତୁମ୍ଭମାନଙ୍କୁ ପରିତ୍ରାଣର ପଥ ଜଣାଉଅଛନ୍ତି।


ଆଉ, ଯେଉଁମାନେ ତାହାଙ୍କ କଥା ଶୁଣିଲେ, ସେମାନେ ସମସ୍ତେ ଆଚମ୍ଭିତ ହୋଇ କହିବାକୁ ଲାଗିଲେ, ଏହି ନାମ ଧରି ପ୍ରାର୍ଥନା କରୁଥିବା ଲୋକମାନଙ୍କୁ ଯେ ଯିରୂଶାଲମ ସହରରେ ବିନଷ୍ଟ କରୁଥିଲା, ଆଉ ଯେପରି ସେମାନଙ୍କୁ ବାନ୍ଧି ପ୍ରଧାନ ଯାଜକମାନଙ୍କ ନିକଟକୁ ଘେନିଯାଇପାରେ, ସେହି ଅଭିପ୍ରାୟରେ ଏହି ସ୍ଥାନକୁ ଆସିଥିଲା, ଏ କି ସେହି ନୁହେଁ?


ପୁଣି, ସେମାନେ ତାହାଙ୍କୁ ନଗରରୁ ବାହାର କରିଦେଇ ପଥର ଫୋପାଡ଼ି ମାରିବାକୁ ଲାଗିଲେ; ଆଉ, ସାକ୍ଷୀମାନେ ଶାଉଲ ନାମକ ଜଣେ ଯୁବକଙ୍କ ପାଦ ପାଖରେ ଆପଣା ଆପଣା ବସ୍ତ୍ର ରଖିଲେ।


ପୂର୍ବେ ଯିହୁଦୀ ଧର୍ମରେ ମୋହର ଆଚରଣ ସମ୍ବନ୍ଧରେ ତୁମ୍ଭେମାନେ ତ ଶୁଣିଅଛ, ମୁଁ ଈଶ୍ବରଙ୍କ ମଣ୍ଡଳୀ କି ଅତିରିକ୍ତ ଭାବରେ ତାଡ଼ନା କରୁଥିଲି ଓ ତାହା ଉଚ୍ଛିନ୍ନ କରିବାକୁ ଚେଷ୍ଟା କରୁଥିଲି,


ଆଉ, ଅନେକେ ସେମାନଙ୍କ କାମୁକତାର ଅନୁଗାମୀ ହେବେ, ଫଳତଃ ଏମାନଙ୍କ ହେତୁ ସତ୍ୟ ମାର୍ଗ ନିନ୍ଦିତ ହେବ।


Swiv nou:

Piblisite


Piblisite