Biblia Todo Logo
Bib sou entènèt

- Piblisite -




ପ୍ରେରିତ 23:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଏଣୁ ଆପଣ ସେମାନଙ୍କ କଥାରେ ସମ୍ମତ ହେବେ ନାହିଁ, କାରଣ ତାହାଙ୍କୁ ବଧ ନ କରିବା ଯାଏ ଅନ୍ନଜଳ ସ୍ପର୍ଶ କଲେ ଅଭିଶପ୍ତ ହେବେ ବୋଲି ନିଜ ନିଜକୁ ଶପଥରେ ଆବଦ୍ଧ କରି ଚାଳିଶ ଜଣରୁ ଅଧିକ ଲୋକ ତାହାଙ୍କୁ ଛକି ରହିଅଛନ୍ତି, ଆଉ ଏବେ ସେମାନେ ଆପଣଙ୍କଠାରୁ ଅନୁମତି ପାଇବା ନିମନ୍ତେ ଅପେକ୍ଷା କରି ପ୍ରସ୍ତୁତ ହୋଇ ରହିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଏଣୁ ଆପଣ ସେମାନଙ୍କ କଥାରେ ସମ୍ମତ ହେବେ ନାହିଁ, କାରଣ ତାଙ୍କୁ ବଧ ନ କରିବା ପର୍ଯ୍ୟନ୍ତ ଅନ୍ନଜଳ ସ୍ପର୍ଶ କଲେ ଅଭିଶପ୍ତ ହେବେ ବୋଲି ଆପଣା ଆପଣାକୁ ଶପଥରେ ଆବଦ୍ଧ କରି ଚାଳିଶ ଜଣରୁ ଅଧିକ ଲୋକ ତାଙ୍କୁ ଛକି ରହିଅଛନ୍ତି, ଆଉ ଏବେ ସେମାନେ ଆପଣଙ୍କଠାରୁ ଅନୁମତି ପାଇବା ନିମନ୍ତେ ଅପେକ୍ଷା କରି ପ୍ରସ୍ତୁତ ହୋଇ ରହିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

21 ଏଣୁ ଆପଣ ସେମାନଙ୍କ କଥାରେ ସମ୍ମତ ହେବେ ନାହିଁ, କାରଣ ତାହାଙ୍କୁ ବଧ ନ କରିବା ଯାଏ ଅନ୍ନଜଳ ସ୍ପର୍ଶ କଲେ ଅଭିଶପ୍ତ ହେବେ ବୋଲି ନିଜ ନିଜକୁ ଶପଥରେ ଆବଦ୍ଧ କରି ଚାଳିଶ ଜଣରୁ ଅଧିକ ଲୋକ ତାହାଙ୍କୁ ଛକି ରହିଅଛନ୍ତି, ଆଉ ଏବେ ସେମାନେ ଆପଣଙ୍କଠାରୁ ଅନୁମତି ପାଇବା ନିମନ୍ତେ ଅପେକ୍ଷା କରି ପ୍ରସ୍ତୁତ ହୋଇ ରହିଅଛନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 କିନ୍ତୁ ସେମାନଙ୍କ କଥା ଶୁଣନ୍ତୁ ନାହିଁ; କାରଣ ଚାଳିଶ ଜଣରୁ ଅଧିକ ଲୋକ ତାଙ୍କୁ ହତ୍ୟା ନ କରିବା ପର୍ଯ୍ୟନ୍ତ ଭୋଜନ ପାନ କରିବେ ନାହିଁ ବୋଲି ଶପଥ ନେଇ ଛକି ରହିଛନ୍ତି। ବର୍ତ୍ତମାନ ସେମାନେ ଆପଣଙ୍କ ନିଷ୍ପତ୍ତିକୁ ଅପେକ୍ଷା କରି ପ୍ରସ୍ତୁତ ରହିଛନ୍ତି।”

Gade chapit la Kopi

ପବିତ୍ର ବାଇବଲ

21 କିନ୍ତୁ ଆପଣ ସେମାନଙ୍କ କଥା ବିଶ୍ୱାସ କରିବେ ନାହିଁ। ଗ୍ଭଳିଶ୍ ଜଣରୁ ଅଧିକ ଯିହୂଦୀୟ ଲୁଚିଛନ୍ତି ଏବଂ ପାଉଲଙ୍କୁ ହତ୍ୟା କରିବା ପାଇଁ ଅପେକ୍ଷା କରିଛନ୍ତି। ସେମାନେ ତାହାଙ୍କୁ ନ ମାରିବା ପର୍ଯ୍ୟନ୍ତ ଅନ୍ନଜଳ ସ୍ପର୍ଶ କରିବେ ନାହିଁ ବୋଲି ପ୍ରତିଜ୍ଞା କରିଛନ୍ତି, ଏବେ ସେମାନେ ଆପଣଙ୍କ ସମ୍ମତିକୁ ଅପେକ୍ଷା କରି ପ୍ରସ୍ତୁତ ଅଛନ୍ତି।”

Gade chapit la Kopi




ପ୍ରେରିତ 23:21
11 Referans Kwoze  

ଅନେକ ଥର ଯାତ୍ରା କରିବାରେ, ନଦୀର ବିପଦରେ, ଡକାଇତଙ୍କ ବିପଦରେ, ସ୍ୱଜାତିଠାରୁ ବିପଦରେ, ଅଣଯିହୁଦୀମାନଙ୍କଠାରୁ ବିପଦରେ, ନଗରର ବିପଦରେ, ପ୍ରାନ୍ତରର ବିପଦରେ, ସମୁଦ୍ରର ବିପଦରେ,


କାରଣ ଯେଉଁମାନେ ଶାରୀରିକ ଭାବେ ମୋହର ଆତ୍ମୀୟ, ଏପରି ମୋହର ଭାଇମାନଙ୍କ ନିମନ୍ତେ ମୁଁ ନିଜେ ଖ୍ରୀଷ୍ଟଙ୍କଠାରୁ ପୃଥକ୍ ରହି ଶାପଗ୍ରସ୍ତ ହେବା ପାଇଁ ଇଚ୍ଛା କରିପାରନ୍ତି।


ଆଉ ସେ ଯେପରି ତାହାଙ୍କୁ ଯିରୂଶାଲମ ସହରକୁ ଡକାଇ ପଠାନ୍ତି ଏଥିନିମନ୍ତେ ବିନତିପୂର୍ବକ ତାହାଙ୍କ ବିରୁଦ୍ଧରେ ଏହି ଅନୁଗ୍ରହ ପ୍ରାର୍ଥନା କଲେ; ପୁଣି, ସେମାନେ ତାହାଙ୍କୁ ବାଟରେ ବଧ କରିବା ପାଇଁ ଛକି ବସିଲେ।


ଅଶ୍ରୁପାତ ସହିତ ସମ୍ପୂର୍ଣ୍ଣ ନମ୍ର ମନରେ ଯିହୁଦୀମାନଙ୍କର ନାନା ଷଡ଼ଯନ୍ତ୍ର ହେତୁ, ମୋତେ ଯେ ଯେ ପରୀକ୍ଷା ଘଟୁଥିଲା, ସେହିସବୁ ମଧ୍ୟରେ କିପରି ପ୍ରଭୁଙ୍କ ସେବା କରୁଥିଲି,


ତୁମ୍ଭେ ଦୁଷ୍କର୍ମ କରିବାକୁ ବହୁ ଲୋକର ପଶ୍ଚାଦ୍‍ବର୍ତ୍ତୀ ହେବ ନାହିଁ, ପୁଣି, ନ୍ୟାୟବିଚାର ଅନ୍ୟଥା କରିବା ପାଇଁ ବହୁ ଲୋକର ପକ୍ଷ ହୋଇ ପ୍ରତିବାଦ କରିବ ନାହିଁ;


ତାହାଙ୍କ ମୁଖର କୌଣସି କଥା ଧରିବା ନିମନ୍ତେ ଫାନ୍ଦ ପକାଇ ତାହାଙ୍କୁ ଅନେକ ବିଷୟରେ ପ୍ରଶ୍ନ ପଚାରିବାକୁ ଲାଗିଲେ।


ସେଥିରେ ସହସ୍ର-ସେନାପତି ସେହି ଯୁବାକୁ ବିଦାୟ ଦେଇ ତାହାକୁ ଆଦେଶ କଲେ, ତୁମ୍ଭେ ଯେ ଏହି ସମସ୍ତ କଥା ମୋତେ ଜଣାଇଅଛ, ତାହା କାହାକୁ କହିବ ନାହିଁ।


Swiv nou:

Piblisite


Piblisite