Biblia Todo Logo
Bib sou entènèt

- Piblisite -




ପ୍ରେରିତ 23:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ପ୍ରାଣଦଣ୍ଡ ବା ବନ୍ଧନ ଯୋଗ୍ୟ କୌଣସି ବିଷୟ ଏହାର ବିରୁଦ୍ଧରେ ଅଭିଯୋଗ କରା ନ ଯାଇ ସେମାନଙ୍କ ବ୍ୟବସ୍ଥା ସମ୍ବନ୍ଧୀୟ ବିବାଦ ବିଷୟରେ ଅଭିଯୋଗ କରାଯାଉଅଛି ବୋଲି ମୁଁ ବୁଝିଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ପ୍ରାଣଦଣ୍ତ ବା ବନ୍ଧନଯୋଗ୍ୟ କୌଣସି ବିଷୟ ଏହାର ବିରୁଦ୍ଧରେ ଅଭିଯୋଗ କରା ନ ଯାଇ ସେମାନଙ୍କ ବ୍ୟବସ୍ଥା ସମ୍ଵନ୍ଧୀୟ ବିବାଦ ବିଷୟରେ ଅଭିଯୋଗ କରାଯାଉଅଛି ବୋଲି ମୁଁ ବୁଝିଲି।

Gade chapit la Kopi

ଓଡିଆ ବାଇବେଲ

29 ପ୍ରାଣଦଣ୍ଡ ବା ବନ୍ଧନ ଯୋଗ୍ୟ କୌଣସି ବିଷୟ ଏହାର ବିରୁଦ୍ଧରେ ଅଭିଯୋଗ କରା ନ ଯାଇ ସେମାନଙ୍କ ମୋଶାଙ୍କ ବ୍ୟବସ୍ଥା ସମ୍ବନ୍ଧୀୟ ବିବାଦ ବିଷୟରେ ଅଭିଯୋଗ କରାଯାଉଅଛି ବୋଲି ମୁଁ ବୁଝିଲି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

29 କିନ୍ତୁ ସେ ମୃତ୍ୟୁଦଣ୍ଡ ବା କାରାଦଣ୍ଡ ଭୋଗ କରିବା ଭଳି କୌଣସି କାର୍ଯ୍ୟ କରି ନାହିଁ ବୋଲି ମୁଁ ଜାଣିପାରିଲି। ତାହା ବିରୁଦ୍ଧରେ ହୋଇଥିବା ଅଭିଯୋଗଗୁଡ଼ିକ ସେମାନଙ୍କର ଧର୍ମ ସଂକ୍ରାନ୍ତୀୟ।

Gade chapit la Kopi

ପବିତ୍ର ବାଇବଲ

29 ତା'ପରେ ମୁଁ ଜାଣିବାକୁ ପାଇଲି ଯେ, ସେ ସେମାନଙ୍କ ବ୍ୟବସ୍ଥା ସମ୍ବନ୍ଧୀୟ ବିଷୟ ଗୁଡ଼ିକରେ ଅଭିଯୁକ୍ତ ହୋଇଛି। କିନ୍ତୁ ସେ କାରାଦଣ୍ଡ ବା ପ୍ରାଣଦଣ୍ଡ ପାଇବାର କୌଣସି ଦୋଷ କରି ନାହିଁ।

Gade chapit la Kopi




ପ୍ରେରିତ 23:29
12 Referans Kwoze  

ଅନ୍ତର ହୋଇ ପରସ୍ପର କଥାବାର୍ତ୍ତା କରୁ କରୁ କହିଲେ, ଏହି ଲୋକ ମୃତ୍ୟୁ କି ବନ୍ଧନ ଯୋଗ୍ୟ କୌଣସି କର୍ମ କରି ନାହିଁ।


କିନ୍ତୁ ସେ ମୃତ୍ୟୁ ଯୋଗ୍ୟ କୌଣସି କର୍ମ କରି ନାହିଁ ବୋଲି ମୁଁ ବୁଝିଲି, ଆଉ ସେ ନିଜେ ସମ୍ରାଟଙ୍କ ଛାମୁରେ ବିଚାରିତ ହେବା ନିମନ୍ତେ ପ୍ରାର୍ଥନା କରିବାରୁ ମୁଁ ତାହାଙ୍କୁ ପଠାଇବା ନିମନ୍ତେ ସ୍ଥିର କଲି।


ମାତ୍ର ଯଦି ଏହିସବୁ କେବଳ ବାକ୍ୟ, ନାମ ଓ ତୁମ୍ଭମାନଙ୍କ ବ୍ୟବସ୍ଥା ସମ୍ବନ୍ଧୀୟ ବିବାଦ ଅଟେ, ତେବେ ତୁମ୍ଭେମାନେ ନିଜେ ତାହା ବୁଝ; ଆମ୍ଭେ ଏହିସବୁ ବିଷୟରେ ବିଚାରକର୍ତ୍ତା ହେବାକୁ ଇଚ୍ଛା କରୁ ନାହୁଁ।


ସେମାନେ ମୋହର ବିଚାର କରି ମୋʼଠାରେ ପ୍ରାଣଦଣ୍ଡର କୌଣସି କାରଣ ନ ଥିବାରୁ ମୋତେ ମୁକ୍ତି ଦେବାକୁ ଇଚ୍ଛା କରୁଥିଲେ;


ତେବେ, ଯଦି ମୁଁ ଅନ୍ୟାୟକାରୀ ହୋଇଥାଏ ଓ ମୃତ୍ୟୁ ଯୋଗ୍ୟ କୌଣସି କର୍ମ କରିଥାଏ, ତାହାହେଲେ ମୁଁ ମୃତ୍ୟୁଭୋଗ କରିବାକୁ ମନା କରୁ ନାହିଁ; କିନ୍ତୁ ଏମାନେ ମୋ, ବିରୁଦ୍ଧରେ ଯାହାସବୁ ଅଭିଯୋଗ କରୁଅଛନ୍ତି, ସେହିସବୁ ମଧ୍ୟରେ ଯଦି ପଦେ ସତ୍ୟ ନାହିଁ, ତାହାହେଲେ କୌଣସି ବ୍ୟକ୍ତି ସେମାନଙ୍କ ହସ୍ତରେ ମୋତେ ସମର୍ପଣ କରିପାରିବେ ନାହିଁ। ମୁଁ କାଇସରଙ୍କ ଛାମୁରେ ବିଚାରିତ ହେବା ନିମନ୍ତେ ପ୍ରାର୍ଥନା କରୁଅଛି।


ଆଉ କୌଣସି ମନୁଷ୍ୟ ମୃତ୍ୟୁୁଯୋଗ୍ୟ ପାପ କଲେ, ଯେବେ ତାହାର ପ୍ରାଣଦଣ୍ଡ ହୁଏ ଓ ତୁମ୍ଭେ ତାହାକୁ ବୃକ୍ଷରେ ଟଙ୍ଗାଇ ଦିଅ।


ତହିଁରେ ଅଧିପତିମାନେ ଓ ଲୋକ ସମସ୍ତେ ଯାଜକମାନଙ୍କୁ ଓ ଭବିଷ୍ୟଦ୍‍ବକ୍ତାଗଣଙ୍କୁ କହିଲେ, “ଏହି ମନୁଷ୍ୟ ପ୍ରାଣଦଣ୍ଡର ଯୋଗ୍ୟ ନୁହେଁ; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନାମରେ ସେ ଆମ୍ଭମାନଙ୍କୁ କଥା କହିଅଛି।”


Swiv nou:

Piblisite


Piblisite