Biblia Todo Logo
Bib sou entènèt

- Piblisite -




ପ୍ରେରିତ 23:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ସେ ଚିଠିଟି ପଢ଼ିଲା ଉତ୍ତାରେ, ସେ କେଉଁ ପ୍ରଦେଶର ଲୋକ ବୋଲି ପଚାରିଲେ; ପୁଣି, ସେ ଯେ କିଲିକିୟାର ଲୋକ, ଏହା ଜାଣି ସେ କହିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

34 ସେ ପତ୍ରଟି ପାଠ କଲା ଉତ୍ତାରେ, ସେ କେଉଁ ପ୍ରଦେଶର ଲୋକ ବୋଲି ପଚାରିଲେ; ପୁଣି, ସେ ଯେ କିଲିକିଆର ଲୋକ, ଏହା ଜାଣି ସେ କହିଲେ,

Gade chapit la Kopi

ଓଡିଆ ବାଇବେଲ

34 ସେ ଚିଠିଟି ପଢ଼ିଲା ଉତ୍ତାରେ, ସେ କେଉଁ ପ୍ରଦେଶର ଲୋକ ବୋଲି ପଚାରିଲେ; ପୁଣି, ସେ ଯେ କିଲିକିଆର ଲୋକ, ଏହା ଜାଣି ସେ କହିଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

34 ରାଜ୍ୟପାଳ ପତ୍ରଟି ପଢ଼ି ପାଉଲଙ୍କୁ କେଉଁ ପ୍ରଦେଶରୁ ଆସିଛନ୍ତି ବୋଲି ପଚାରିଲେ। ପାଉଲ ସିଲିଷୀଆର ବୋଲି ଜାଣି

Gade chapit la Kopi

ପବିତ୍ର ବାଇବଲ

34 ରାଜ୍ୟପାଳ ପତ୍ର ପଢ଼ି ପାଉଲ କେଉଁ ପ୍ରଦେଶର ଲୋକ ବୋଲି ପଗ୍ଭରିଲେ। ସେ ଜାଣିବାକୁ ପାଇଲେ ଯେ ପାଉଲ କିଲିକିଆର ଲୋକ।

Gade chapit la Kopi




ପ୍ରେରିତ 23:34
9 Referans Kwoze  

ସେଥିରେ ପାଉଲ କହିଲେ, ମୁଁ ତ ଜଣେ ଯିହୁଦୀ, କିଲିକିୟା ଅଞ୍ଚଳର, ତାର୍ଷ ନାମକ ଏକ ପ୍ରସିଦ୍ଧ ସହରର ନାଗରିକ; ଏହି ଲୋକମାନଙ୍କୁ କଥା କହିବା ପାଇଁ ମୋତେ ଅନୁମତି ଦେବା ନିମନ୍ତେ ମୁଁ ଆପଣଙ୍କୁ ନିବେଦନ କରୁଅଛି।


ସେଥିରେ ଫେଷ୍ଟସ୍ ଅଧିପତି ପଦ ଗ୍ରହଣ କରି ତିନି ଦିନ ଉତ୍ତାରେ କାଇସରିୟାରୁ ଯିରୂଶାଲମ ସହରକୁ ଗଲେ,


ଆଉ ସେ ସିରିୟା ଓ କିଲିକିୟା ଦେଇ ଯାଉ ଯାଉ ମଣ୍ଡଳୀ-ସମୂହକୁ ସୁସ୍ଥିର କଲେ।


କିନ୍ତୁ ଲିବର୍ତ୍ତୀନ, କୂରୀଣୀୟ ଓ ଆଲେକଜାଣ୍ଡ୍ରୀୟ ସହରମାନଙ୍କରେ ନିବାସୀମାନଙ୍କ ନାମରେ ଖ୍ୟାତ ଯିହୁଦୀମାନଙ୍କ ସମାଜଗୃହର କେତେକ ଜଣ, ପୁଣି, କିଲିକିୟା ଓ ଏସିଆ ଅଞ୍ଚଳଗୁଡ଼ିକରେ ନିବାସୀ କେତେକ ଲୋକ ଉଠି ସ୍ତିଫାନଙ୍କ ସହିତ ବାଦାନୁବାଦ କରିବାକୁ ଲାଗିଲେ,


କିନ୍ତୁ ପୀଲାତ ଏହା ଶୁଣି ପଚାରିଲେ, ଏ ଲୋକଟା କଅଣ ଜଣେ ଗାଲିଲୀୟ?


ଦାରୀୟାବସ ସମୁଦାୟ ରାଜ୍ୟରେ ଏକ ଶହ କୋଡ଼ିଏ ଜଣ କ୍ଷିତିପାଳ ରାଜ୍ୟ ଉପରେ ନିଯୁକ୍ତ କରିବାକୁ


ପୁଣି, ଦାନିୟେଲ ରାଜା ନିକଟରେ ନିବେଦନ କରନ୍ତେ, ରାଜା ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋଙ୍କୁ ବାବିଲ ପ୍ରଦେଶର କାର୍ଯ୍ୟରେ ନିଯୁକ୍ତ କଲା; ମାତ୍ର ଦାନିୟେଲ ରାଜଦ୍ୱାରରେ ରହିଲେ।


ତେଣୁ ତୃତୀୟ ମାସର, ଅର୍ଥାତ୍‍, ସୀବନ ମାସର ତେଇଶ ଦିନରେ ରାଜାଙ୍କ ଲେଖକମାନେ ଆହୂତ ହୁଅନ୍ତେ, ମର୍ଦ୍ଦଖୟର ସକଳ ଆଜ୍ଞାନୁସାରେ ଯିହୁଦୀୟମାନଙ୍କ ନିକଟକୁ ଓ ହିନ୍ଦୁସ୍ଥାନଠାରୁ କୂଶ ଦେଶ ପର୍ଯ୍ୟନ୍ତ ଏକ ଶହ ସତାଇଶ ପ୍ରଦେଶାନ୍ତର୍ଗତ ପ୍ରତ୍ୟେକ ପ୍ରଦେଶର ଅକ୍ଷରାନୁସାରେ କ୍ଷିତିପାଳ ଓ ଶାସନକର୍ତ୍ତା ଓ ପ୍ରଦେଶାଧିପତିମାନଙ୍କ ନିକଟକୁ, ପୁଣି ପ୍ରତ୍ୟେକ ଗୋଷ୍ଠୀକୁ ସେମାନଙ୍କ ଭାଷାନୁସାରେ, ଆଉ ଯିହୁଦୀୟ ଲୋକମାନଙ୍କ ନିକଟକୁ ସେମାନଙ୍କ ଅକ୍ଷର ଓ ଭାଷାନୁସାରେ ପତ୍ର ଲିଖିତ ହେଲା।


ଅକ୍ଷଶ୍ୱେରଶ ହିନ୍ଦୁସ୍ଥାନଠାରୁ କୂଶ ଦେଶ ପର୍ଯ୍ୟନ୍ତ ଏକ ଶତ ସତାଇଶ ପ୍ରଦେଶ ଉପରେ ରାଜ୍ୟ କଲେ।


Swiv nou:

Piblisite


Piblisite