Biblia Todo Logo
Bib sou entènèt

- Piblisite -




ପ୍ରେରିତ 23:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ପାଉଲ ଏକ ଭାଗ ସାଦ୍ଦୂକୀ ଆଉ ଅପର ଭାଗ ଫାରୂଶୀ ବୋଲି ଜାଣି ମହାସଭାରେ ଉଚ୍ଚସ୍ୱରରେ କହିଲେ, ଭାଇମାନେ, ମୁଁ ଜଣେ ଫାରୂଶୀ ଓ ଫାରୂଶୀର ପୁତ୍ର; ପୁଣି, ଏହି ଭରସା, ଅର୍ଥାତ୍‍ ମୃତମାନଙ୍କ ପୁନରୁତ୍ଥାନ ସମ୍ବନ୍ଧରେ ମୁଁ ବିଚାରିତ ହେଉଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 କିନ୍ତୁ ପାଉଲ ଏକ ଭାଗ ସାଦ୍ଦୂକୀ ଆଉ ଅପର ଭାଗ ଫାରୂଶୀ ବୋଲି ଜାଣି ମହାସଭାରେ ଉଚ୍ଚସ୍ଵରରେ କହିଲେ, ଭ୍ରାତୃବୃନ୍ଦ, ମୁଁ ଜଣେ ଫାରୂଶୀ ଓ ଫାରୂଶୀର ପୁତ୍ର; ପୁଣି, ଏହି ଭରସା, ଅର୍ଥାତ୍, ମୃତମାନଙ୍କ ପୁନରୁତ୍ଥାନ ସମ୍ଵନ୍ଧରେ ମୁଁ ବିଚାରିତ ହେଉଅଛି।

Gade chapit la Kopi

ଓଡିଆ ବାଇବେଲ

6 ପାଉଲ ଏକ ଭାଗ ସାଦ୍ଦୂକୀ ଆଉ ଅପର ଭାଗ ଫାରୂଶୀ ବୋଲି ଜାଣି ମହାସଭାରେ ଉଚ୍ଚସ୍ୱରରେ କହିଲେ, ଭାଇମାନେ, ମୁଁ ଜଣେ ଫାରୂଶୀ ଓ ଫାରୂଶୀର ପୁତ୍ର; ପୁଣି, ଏହି ଭରସା, ଅର୍ଥାତ୍ ମୃତମାନଙ୍କ ପୁନରୁତ୍ଥାନ ସମ୍ବନ୍ଧରେ ମୁଁ ବିଚାରିତ ହେଉଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 ଇହୁଦୀମାନଙ୍କ ଦଳରେ କେତେକ ଫାରୁଶୀ ଓ ଆଉ କେତେକ ସାଦ୍ଦୁକୀ ଥିବାର ଦେଖି ପାଉଲ ମହାସଭାକୁ ଆହ୍ୱାନ କରି କହିଲେ, “ହେ ଇଶ୍ରାଏଲୀୟ ଭାଇମାନେ, ମୁଁ ଜଣେ ଫାରୁଶୀ, ଫାରୁଶୀ ବଂଶରେ ମୋର ଜନ୍ମ। ମୃତମାନଙ୍କ ପୁନରୁତ୍ଥାନରେ ମୁଁ ବିଶ୍ୱାସ କରିବା ହେତୁ ଏଠାରେ ମୋର ବିଚାର କରାଯାଉଛି।”

Gade chapit la Kopi

ପବିତ୍ର ବାଇବଲ

6 ସଭାରେ ସେମାନଙ୍କ ଭିତରୁ କେତେକ ଲୋକ ସାଦ୍ଦୂକୀ ଓ ଅନ୍ୟ କେତେକ ଫାରୂଶୀ ମଧ୍ୟ ଥିଲେ। ଏହା ପାଉଲ ଜାଣି ପାରିଲେ। ତେଣୁ ସେ ଖୁବ୍ ଜୋ‌ର୍‌‌ରେ କହିଲେ, “ହେ ଭାଇମାନେ, ମୁଁ ଜଣେ ଫାରୂଶୀ ଓ ମୋ’ ପିତା ମଧ୍ୟ ଫାରୂଶୀ ଥିଲେ। ମୁଁ ଲୋକମାନଙ୍କର ମୃତ୍ୟୁରୁ ପୁନରୁ‌ତ୍‌ଥାନରେ ବିଶ୍ୱାସ କରେ। ଏହି ବିଶ୍ୱାସ ପାଇଁ ମୁଁ ଆଜି ଏଠାରେ ଏହି ବିଗ୍ଭରର ସମ୍ମୁଖୀନ ହେଉଛି।”

Gade chapit la Kopi




ପ୍ରେରିତ 23:6
17 Referans Kwoze  

କେବଳ ସେହି ଗୋଟିଏ କଥା ଛଡ଼ା ମୁଁ ମହାସଭା ସମ୍ମୁଖରେ ଠିଆ ହେବା ସମୟରେ ଏମାନେ ମୋହର କି ଦୋଷ ପାଇଅଛନ୍ତି ତାହା ଏମାନେ ନିଜେ କହନ୍ତୁ।


ପୁଣି, ଧାର୍ମିକ ଓ ଅଧାର୍ମିକ ଉଭୟଙ୍କର ପୁନରୁତ୍ଥାନ ହେବ ବୋଲି ଯାହା ଏମାନେ ନିଜେ ଅପେକ୍ଷା କରନ୍ତି, ମୁଁ ମଧ୍ୟ ଈଶ୍ବରଙ୍କଠାରେ ସେହି ପ୍ରକାର ଭରସା ରଖିଅଛି ବୋଲି ଆପଣଙ୍କ ନିକଟରେ ସ୍ୱୀକାର କରୁଅଛି।


ମୁଁ ଅଷ୍ଟମ ଦିନରେ ସୁନ୍ନତ ପ୍ରାପ୍ତ, ଇସ୍ରାଏଲ ବଂଶଜାତ, ବିନ୍ୟାମୀନ୍ ଗୋଷ୍ଠୀୟ, ଏବ୍ରୀୟ-ରକ୍ତଜାତ ଜଣେ ଏବ୍ରୀୟ, ମୋଶାଙ୍କ ବ୍ୟବସ୍ଥା ପାଳନ ସମ୍ବନ୍ଧରେ ଜଣେ ଫାରୂଶୀ,


ଅତଏବ ଏହି କାରଣରୁ ମୁଁ ଆପଣମାନଙ୍କୁ ମୋ ସହିତ ସାକ୍ଷାତ ଓ କଥାବାର୍ତ୍ତା କରିବାକୁ ଅନୁରୋଧ କଲି, କାରଣ ଇସ୍ରାଏଲର ଭରସା ଯୋଗୁଁ ମୁଁ ଏହି ଜଞ୍ଜିରରେ ବନ୍ଧାଯାଇଅଛି।


ପୁନରୁତ୍ଥାନ ନାସ୍ତି କରୁଥିବା ସାଦ୍ଦୂକୀମାନେ ସେହି ଦିନ ତାହାଙ୍କ ପାଖକୁ ଆସି ପଚାରିଲେ,


ଏହି ବିଷୟରେ ମହାଯାଜକ ଓ ପ୍ରାଚୀନବର୍ଗ ସମସ୍ତେ ମୋହର ସାକ୍ଷୀ; ମୁଁ ସେମାନଙ୍କଠାରୁ ଭାଇମାନଙ୍କ ନିକଟକୁ ପତ୍ର ଗ୍ରହଣ କରି, ଦମ୍ମେଶକରେ ଥିବା ଲୋକମାନେ ଯେପରି ଶାସ୍ତି ପାଆନ୍ତି, ଏଥିପାଇଁ ସେମାନଙ୍କୁ ସୁଦ୍ଧା ବାନ୍ଧି ଯିରୂଶାଲମ ସହରକୁ ଆଣିବା ନିମନ୍ତେ ସେ ସ୍ଥାନକୁ ଯାଉଥିଲି।


“ଦେଖ, ବାଘମାନଙ୍କ ମଧ୍ୟରେ ମେଣ୍ଢାମାନଙ୍କ ପରି ମୁଁ ତୁମ୍ଭମାନଙ୍କୁ ପଠାଉଅଛି, ଅତଏବ ସର୍ପ ପରି ବୁଦ୍ଧିମାନ ଓ କପୋତ ପରି ଅହିଂସକ ହୁଅ।


କିନ୍ତୁ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ମଧ୍ୟରୁ ଅନେକେ ବାପ୍ତିସ୍ମ ନିମନ୍ତେ ଆସୁଅଛନ୍ତି, ଏହା ଦେଖି ସେ ସେମାନଙ୍କୁ କହିଲେ, “ରେ କାଳସର୍ପର ବଂଶ, ଆଗାମୀ କ୍ରୋଧରୁ ପଳାୟନ କରିବା ନିମନ୍ତେ କିଏ ତୁମ୍ଭମାନଙ୍କୁ ଚେତନା ଦେଲା?


ସେଥିରେ ସେ କହିଲେ, ମୁଁ ଜଣେ ଯିହୁଦୀ, କିଲିକିୟାର ତାର୍ଷରେ ମୋହର ଜନ୍ମ, କିନ୍ତୁ ଏହି ନଗରରେ ମୁଁ ଲାଳିତ ପାଳିତ ହୋଇଅଛି, ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ବ୍ୟବସ୍ଥାର ସୂକ୍ଷ୍ମ ନିୟମ ଅନୁସାରେ ଗମଲୀୟେଲଙ୍କ ଚରଣ ତଳେ ବସି ଶିକ୍ଷା ପାଇଅଛି; ସମସ୍ତେ ଆଜି ଆପଣମାନେ ଯେପରି ଉଦ୍‌ଯୋଗୀ ଅଟନ୍ତି, ଈଶ୍ବରଙ୍କ ପକ୍ଷରେ ମୁଁ ମଧ୍ୟ ସେହିପରି ଉଦ୍‍ଯୋଗୀ ଥିଲି;


କିନ୍ତୁ କାହିଁକି ସେ ଯିହୁଦୀମାନଙ୍କ ଦ୍ୱାରା ଅଭିଯୁକ୍ତ ହୋଇଅଛନ୍ତି, ତାହା ନିଶ୍ଚୟରୂପେ ଜାଣିବା ଇଚ୍ଛାରେ ସେ ପରଦିନ ତାହାଙ୍କର ବନ୍ଧନ ଫିଟାଇ ପ୍ରଧାନ ଯାଜକ ଓ ସମସ୍ତ ମହାସଭାକୁ ଏକତ୍ର ଆସିବା ପାଇଁ ଆଜ୍ଞା ଦେଲେ, ପୁଣି, ପାଉଲଙ୍କୁ ନେଇ ସେମାନଙ୍କ ସମ୍ମୁଖରେ ଠିଆ କରାଇଲେ।


ପୁଣି, ପାଉଲ ମହାସଭା ପ୍ରତି ସ୍ଥିର ଦୃଷ୍ଟିରେ ଚାହିଁ କହିଲେ, ଭାଇମାନେ, ମୁଁ ଏହି ଦିନ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସୁବିବେକରେ ଈଶ୍ବରଙ୍କ ସାକ୍ଷାତରେ ଆଚାର-ବ୍ୟବହାର କରି ଆସିଅଛି।


ସେ ଏହି କଥା କହିବାରୁ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ମଧ୍ୟରେ ବିବାଦ, ଓ ସଭାରେ ଦଳଭେଦ ଘଟିଲା।


ଅତଏବ ଆପଣମାନେ ଅଧିକ ସୂକ୍ଷ୍ମ ରୂପେ ତାହାର ବିଚାର କରିବାକୁ ଇଚ୍ଛା କରୁଅଛନ୍ତି ବୋଲି ଛଳନା କରି ତାହାକୁ ଆପଣମାନଙ୍କ ନିକଟକୁ ଆଣିବା ନିମନ୍ତେ ଏବେ ମହାସଭା ସହିତ ସହସ୍ର-ସେନାପତିଙ୍କୁ ନିବେଦନ କରନ୍ତୁ। ସେ ଆପଣମାନଙ୍କ ନିକଟକୁ ଆସିବା ପୂର୍ବେ ଆମ୍ଭେମାନେ ତାହାକୁ ବଧ କରିବାକୁ ପ୍ରସ୍ତୁତ ଅଛୁ।


ସେ କହିଲା, ପାଉଲଙ୍କ ବିଷୟରେ ଅଧିକ ସୂକ୍ଷ୍ମ ରୂପେ ଅନୁସନ୍ଧାନ କରିବା ଛଳରେ ଯିହୁଦୀମାନେ ତାହାଙ୍କୁ କାଲି ମହାସଭା ନିକଟକୁ ଆଣିବା ନିମନ୍ତେ ଆପଣଙ୍କୁ ଅନୁରୋଧ କରିବା ପାଇଁ ଏକମତ ହୋଇଅଛନ୍ତି।


ସେହି ଭରସା ବିଷୟରେ ତୁମ୍ଭେମାନେ ସୁସମାଚାରର ସତ୍ୟ ବାକ୍ୟ ଦ୍ୱାରା ପୂର୍ବେ ଶୁଣିଅଛ।


ସେହି ଭରସା ଆମ୍ଭମାନଙ୍କ ଆତ୍ମାର ଲଙ୍ଗର ସ୍ୱରୂପ, ତାହା ବିଚ୍ଛେଦବସ୍ତ୍ରାବୃତ ସ୍ଥାନରେ ପ୍ରବେଶ କରି ଦୃଢ଼ ଓ ଅଟଳ ହୋଇଅଛି,


Swiv nou:

Piblisite


Piblisite