Biblia Todo Logo
Bib sou entènèt

- Piblisite -




ପ୍ରେରିତ 24:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଏହେତୁରୁ ମୁଁ ମଧ୍ୟ ନିଜେ ସର୍ବଦା ଈଶ୍ବରଙ୍କ ଓ ମନୁଷ୍ୟର ପ୍ରତି ନିର୍ଦ୍ଦୋଷ ବିବେକ ରକ୍ଷା କରିବାକୁ ଯତ୍ନ କରୁଥାଏ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଏହେତୁରୁ ମୁଁ ମଧ୍ୟ ନିଜେ ସର୍ବଦା ଈଶ୍ଵରଙ୍କ ଓ ମନୁଷ୍ୟର ପ୍ରତି ନିର୍ଦ୍ଦୋଷ ବିବେକ ରକ୍ଷା କରିବାକୁ ଯନି କରୁଥାଏ।

Gade chapit la Kopi

ଓଡିଆ ବାଇବେଲ

16 ଏ ହେତୁରୁ ମୁଁ ମଧ୍ୟ ନିଜେ ସର୍ବଦା ଈଶ୍ୱରଙ୍କ ଓ ମନୁଷ୍ୟର ପ୍ରତି ନିର୍ଦ୍ଦୋଷ ବିବେକ ରକ୍ଷା କରିବାକୁ ଯତ୍ନ କରୁଥାଏ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ତେଣୁ ଈଶ୍ୱର ଓ ମନୁଷ୍ୟ ସାକ୍ଷାତରେ ନିର୍ମଳ ବିବେକ ଅନୁଯାୟୀ ଆଚରଣ କରିବା ପାଇଁ ମୁଁ ସର୍ବଦା ପ୍ରାଣପଣ କରୁଛି।

Gade chapit la Kopi

ପବିତ୍ର ବାଇବଲ

16 ସେଥିପାଇଁ ମୁଁ ପରମେଶ୍ୱର ଓ ଲୋକମାନଙ୍କ ପାଖରେ ଯାହା ଠିକ୍ ବୋଲି ଅନୁଭବ କରେ, ତାହା ଅନୁଯାୟୀ କାର୍ଯ୍ୟ କରିବା ପାଇଁ ସର୍ବଦା ଚେଷ୍ଟା କରେ।

Gade chapit la Kopi




ପ୍ରେରିତ 24:16
20 Referans Kwoze  

ପୁଣି, ପାଉଲ ମହାସଭା ପ୍ରତି ସ୍ଥିର ଦୃଷ୍ଟିରେ ଚାହିଁ କହିଲେ, ଭାଇମାନେ, ମୁଁ ଏହି ଦିନ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସୁବିବେକରେ ଈଶ୍ବରଙ୍କ ସାକ୍ଷାତରେ ଆଚାର-ବ୍ୟବହାର କରି ଆସିଅଛି।


କିନ୍ତୁ ଶୁଦ୍ଧ ହୃଦୟ, ଶୁଚି ବିବେକ ଓ ନିଷ୍କପଟ ବିଶ୍ୱାସରୁ ଜାତ ଯେଉଁ ପ୍ରେମ,


ମାତ୍ର ଆମ୍ଭେମାନେ ଲଜ୍ଜାଜନକ ଗୁପ୍ତ ବିଷୟସବୁ ପରିତ୍ୟାଗ କରିଅଛୁ; ଏଣୁ ଆମ୍ଭେମାନେ ଧୂର୍ତ୍ତତାରେ ଆଚରଣ କରୁ ନାହୁଁ ଅବା ଈଶ୍ବରଙ୍କ ବାକ୍ୟ ଛଳରେ ବ୍ୟବହାର କରୁ ନାହୁଁ, କିନ୍ତୁ ସତ୍ୟ ପ୍ରକାଶ ଦ୍ୱାରା ଈଶ୍ବରଙ୍କ ସାକ୍ଷାତରେ ପ୍ରତ୍ୟେକ ମନୁଷ୍ୟର ବିବେକ ନିକଟରେ ଆପଣା ଆପଣାକୁ ଯୋଗ୍ୟ ଦେଖାଉଅଛ।


ଆସ, ଆମ୍ଭେମାନେ ହୃଦୟ ପ୍ରକ୍ଷାଳନ ଦ୍ୱାରା କଳୁଷିତ ବିବେକରୁ ଶୁଚିକୃତ ଓ ନିର୍ମଳ ଜଳରେ ଧୌତ-ଶରୀର ହୋଇ ସରଳ ହୃଦୟ ସହ ପୂର୍ଣ୍ଣ ବିଶ୍ୱାସରେ ଈଶ୍ବରଙ୍କ ନିକଟବର୍ତ୍ତୀ ହେଉ;


କାରଣ ସେମାନେ ମୋଶାଙ୍କ ବ୍ୟବସ୍ଥାର କର୍ମ ଆପଣା ଆପଣା ହୃଦୟରେ ଲିଖିତ ବୋଲି ଦେଖାନ୍ତି, ସେମାନଙ୍କ ବିବେକ ମଧ୍ୟ ସେଥିର ସାକ୍ଷ୍ୟ ଦିଏ, ଆଉ ସେମାନଙ୍କ ମନର ତର୍କବିତର୍କ ସେମାନଙ୍କୁ ଦୋଷୀ କିଅବା ନିର୍ଦ୍ଦୋଷ କରେ;


ଜଗତରେ, ବିଶେଷତଃ ତୁମ୍ଭମାନଙ୍କ ପ୍ରତି, ଆମ୍ଭେମାନେ ସାଂସାରିକ ଜ୍ଞାନରେ ଆଚରଣ ନ କରି ବରଂ ଈଶ୍ବରଙ୍କ ଅନୁଗ୍ରହରେ, ତାହାଙ୍କ ପବିତ୍ର ଓ ସରଳ ଭାବାନୁସାରେ ଆଚରଣ କରିଥିଲୁ ବୋଲି ଆମ୍ଭମାନଙ୍କର ବିବେକ ଯେ ସାକ୍ଷ୍ୟ ଦେଉଅଛି, ଏହା ଆମ୍ଭମାନଙ୍କ ଦର୍ପର ବିଷୟ।


ସେଥିର ପ୍ରତିରୂପ ବାପ୍ତିସ୍ମ ଅର୍ଥାତ୍‍ ଶରୀରର ମଳିନତା ଦୂରୀକରଣ ନୁହେଁ, କିନ୍ତୁ ଈଶ୍ବରଙ୍କ ନିକଟରେ ଶୁଚି ବିବେକ ପାଇବା ନିମନ୍ତେ ପ୍ରାର୍ଥନା, ଯୀଶୁ ଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ଏବେ ତୁମ୍ଭମାନଙ୍କୁ ପରିତ୍ରାଣ କରୁଅଛି;


ଶୁଚି ଲୋକମାନଙ୍କ ନିମନ୍ତେ ସମସ୍ତ ହିଁ ଶୁଚି; କିନ୍ତୁ କଳୁଷିତ ଓ ଅବିଶ୍ୱାସୀମାନଙ୍କ ନିମନ୍ତେ କୌଣସି ବିଷୟ ଶୁଚି ନୁହେଁ। ବରଂ ସେମାନଙ୍କ ମନ ଓ ବିବେକ ଉଭୟ ହିଁ କଳୁଷିତ।


କାରଣ ମୁଁ ନିଜ ବିରୁଦ୍ଧରେ କିଛି ଜାଣେ ନାହିଁ, ତଥାପି ଏଥିରେ ମୁଁ ନିର୍ଦ୍ଦୋଷ ବୋଲି ପ୍ରମାଣିତ ହୋଇ ନାହିଁ କିନ୍ତୁ ଯେ ମୋହର ବିଚାର କରନ୍ତି, ସେ ପ୍ରଭୁ।


ଯେପରି ତୁମ୍ଭମାନଙ୍କ ନିନ୍ଦକମାନେ ଯେଉଁ ବିଷୟରେ ତୁମ୍ଭମାନଙ୍କର ଖ୍ରୀଷ୍ଟୀୟ ଆଚରଣର ଦୋଷାରୋପ କରନ୍ତି, ସେଥିରେ ସେମାନେ ଲଜ୍ଜିତ ହେବେ।


କାରଣ କେହି ଯେବେ ଈଶ୍ବରଙ୍କୁ ବିଶ୍ୱାସ କରିବାରୁ ଅନ୍ୟାୟରେ ଦୁଃଖଭୋଗ କରି କଷ୍ଟ ସହ୍ୟ କରେ, ତେବେ ତାହା ପ୍ରଶଂସାର ବିଷୟ।


ଆମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କର, କାରଣ ଆମ୍ଭମାନଙ୍କର ବିଶ୍ୱାସ ଯେ, ଆମ୍ଭମାନଙ୍କର ସୁବିବେକ ଅଛି, ଯେଣୁ ସମସ୍ତ ବିଷୟରେ ସଦାଚରଣ କରିବାକୁ ଆମ୍ଭେମାନେ ଇଚ୍ଛା କରୁଅଛୁ।


ତେବେ ଯେଉଁ ଖ୍ରୀଷ୍ଟ ଚିରନ୍ତନ ଆତ୍ମାଙ୍କ ଦ୍ୱାରା ଆପଣାକୁ ନିଖୁନ୍ତ ବଳି ସ୍ୱରୂପେ ଈଶ୍ବରଙ୍କ ନିକଟରେ ଉତ୍ସର୍ଗ କଲେ, ତାହାଙ୍କ ରକ୍ତ କେତେ ଅଧିକ ପରିମାଣରେ ଜୀବିତ ଈଶ୍ବରଙ୍କ ସେବା କରିବା ନିମନ୍ତେ ମୃତ କର୍ମରୁ ଆମ୍ଭମାନଙ୍କ ବିବେକକୁ ଶୁଦ୍ଧ ନ କରିବ!


ପିତୃ-ପୁରୁଷମାନଙ୍କ ମତ ଅନୁସାରେ ଶୁଦ୍ଧ ବିବେକରେ ମୁଁ ଯେଉଁ ଈଶ୍ବରଙ୍କର ଉପାସନା କରେ, ଦିନରାତି ମୋହର ପ୍ରାର୍ଥନାରେ ସର୍ବଦା ତୁମ୍ଭର ନାମ ସ୍ମରଣ କରି ମୁଁ ତାହାଙ୍କୁ ଧନ୍ୟବାଦ ଦେଇଥାଏ;


ବିଶ୍ୱାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ପ୍ରତି ଆମ୍ଭେମାନେ କିପରି ପବିତ୍ର, ଧାର୍ମିକ ଓ ଅନିନ୍ଦନୀୟ ବ୍ୟବହାର କରିଥିଲୁ, ସେଥିର ତୁମ୍ଭେମାନେ ସାକ୍ଷୀ, ପୁଣି, ଈଶ୍ବର ମଧ୍ୟ ସାକ୍ଷୀ।


ମଦ୍ୟପାନରେ ଅନାସକ୍ତ ଓ କୁତ୍ସିତ ଧନଲାଭରେ ନିର୍ଲୋଭ ହେବା ଆବଶ୍ୟକ;


ବିଶ୍ୱାସ ଓ ଶୁଚି ବିବେକ ଧରି ରଖ; ତାହା ପରିତ୍ୟାଗ କରିବାରୁ କେତେକଙ୍କର ବିଶ୍ୱାସରୂପ ଜାହାଜ ଭାଙ୍ଗି ଯାଇଅଛି,


ମୋହର ହୃଦୟରେ ଯେ ଗଭୀର ଦୁଃଖ ଓ ନିରନ୍ତର ବେଦନା ହେଉଅଛି,


ଯିହୁଦୀ ବା ଗ୍ରୀକ୍‍ ବା ଈଶ୍ବରଙ୍କ ମଣ୍ଡଳୀ, କାହାରି ଝୁଣ୍ଟିବାର କାରଣ ହୁଅ ନାହିଁ,


Swiv nou:

Piblisite


Piblisite