Biblia Todo Logo
Bib sou entènèt

- Piblisite -




ପ୍ରେରିତ 26:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 କିନ୍ତୁ ପ୍ରଥମେ ଦମ୍ମେଶକର ଓ ଯିରୂଶାଲମ ସହରର ଲୋକମାନଙ୍କ ନିକଟରେ, ପରେ ଯିହୂଦିୟା ପ୍ରଦେଶର ସମସ୍ତ ଅଞ୍ଚଳରେ, ପୁଣି, ଅଣଯିହୁଦୀମାନଙ୍କ ନିକଟରେ ମଧ୍ୟ ପ୍ରଚାର କରିବାକୁ ଲାଗିଲି, ଯେପରି ସେମାନେ ମନ-ପରିବର୍ତ୍ତନ କରି ଈଶ୍ବରଙ୍କ ପ୍ରତି ଫେରିଆସନ୍ତି ଓ ମନ-ପରିବର୍ତ୍ତନର ଉପଯୁକ୍ତ କାର୍ଯ୍ୟ କରନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 କିନ୍ତୁ ପ୍ରଥମେ ଦାମାସ୍କସ୍ର ଓ ଯିରୂଶାଲମର ଲୋକମାନଙ୍କ ନିକଟରେ, ପରେ ଯିହୁଦା ପ୍ରଦେଶର ସମସ୍ତ ଅଞ୍ଚଳରେ, ପୁଣି ବିଜାତିମାନଙ୍କ ନିକଟରେ ମଧ୍ୟ ପ୍ରଚାର କରିବାକୁ ଲାଗିଲି, ଯେପରି ସେମାନେ ମନ ପରିବର୍ତ୍ତନ କରି ଈଶ୍ଵରଙ୍କ ପ୍ରତି ଫେରିଆସନ୍ତି ଓ ମନ ପରିବର୍ତ୍ତନର ଉପଯୁକ୍ତ କାର୍ଯ୍ୟ କରନ୍ତି।

Gade chapit la Kopi

ଓଡିଆ ବାଇବେଲ

20 କିନ୍ତୁ ପ୍ରଥମେ ଦମ୍ମେସକର ଓ ଯିରୂଶାଲମର ଲୋକମାନଙ୍କ ନିକଟରେ, ପରେ ଯିହୂଦା ପ୍ରଦେଶର ସମସ୍ତ ଅଞ୍ଚଳରେ, ପୁଣି, ଅଣଯିହୂଦୀମାନଙ୍କ ନିକଟରେ ମଧ୍ୟ ପ୍ରଚାର କରିବାକୁ ଲାଗିଲି, ଯେପରି ସେମାନେ ମନ ପରିବର୍ତ୍ତନ କରି ଈଶ୍ୱରଙ୍କ ପ୍ରତି ଫେରିଆସନ୍ତି ଓ ମନପରିବର୍ତ୍ତନର ଉପଯୁକ୍ତ କାର୍ଯ୍ୟ କରନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

20 ମୁଁ ପ୍ରଥମେ ଦାମାସ୍କସ୍ ଓ ଯିରୂଶାଲମରେ ଓ ତା’ପରେ ସମଗ୍ର ଯିହୁଦା ପ୍ରଦେଶ ଓ ଅଣଇହୁଦୀମାନଙ୍କ ମଧ୍ୟରେ ପ୍ରଚାର କଲି, ଯେପରି ସେମାନେ ପାପ ନିମନ୍ତେ ଅନୁତପ୍ତ ହୋଇ ପ୍ରଭୁଙ୍କ ନିକଟକୁ ଫେରିବେ ଓ ସେମାନେ ଯେ ଅନୁତାପ କରିଛନ୍ତି, ତା’ କାର୍ଯ୍ୟରେ ଦେଖାଇବେ।

Gade chapit la Kopi

ପବିତ୍ର ବାଇବଲ

20 ମୁଁ ପ୍ରଥମେ ଦମ୍ମେସକ ନଗରରେ, ପରେ ଯିରୁଶାଲମରେ ସମଗ୍ର ଯିହୂଦା ଓ ଅଣଯିହୂଦୀ ଦେଶମାନଙ୍କରେ ମଧ୍ୟ ପ୍ରଗ୍ଭର କଲି। ମୁଁ ସେମାନଙ୍କୁ ଅନୁତାପ କରି ପରମେଶ୍ୱରଙ୍କ ପାଖକୁ ଫେରିବା ପାଇଁ କହିଲି। ସେମାନଙ୍କ ହୃଦୟ ପରିବର୍ତ୍ତନ ପାଇଁ ଉଚିତ୍ କାର୍ଯ୍ୟ କରିବା ପାଇଁ ମଧ୍ୟ କହିଲି।

Gade chapit la Kopi




ପ୍ରେରିତ 26:20
56 Referans Kwoze  

ଅତଏବ, ଯେପରି ଆପଣମାନଙ୍କର ପାପମୋଚନ ହୋଇପାରେ, ଏଥିନିମନ୍ତେ ମନ-ପରିବର୍ତ୍ତନ କରି ଫେରି ଆସନ୍ତୁ,


ଏଣୁ ମନ-ପରିବର୍ତ୍ତନର ଉପଯୁକ୍ତ ଫଳ ଉତ୍ପନ୍ନ କର,


ସେଥିରେ ପିତର ସେମାନଙ୍କୁ କହିଲେ, ଆପଣମାନେ “ମନ-ପରିବର୍ତ୍ତନ କରନ୍ତୁ, ଆଉ ନିଜ ନିଜ ପାପ କ୍ଷମା ନିମନ୍ତେ ପ୍ରତ୍ୟେକ ଜଣ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ବାପ୍ତିଜିତ ହେଉନ୍ତୁ; ତାହାହେଲେ ଆପଣମାନେ ପବିତ୍ର ଆତ୍ମାଙ୍କର ଦାନ ପ୍ରାପ୍ତ ହେବେ।


ଏଣୁ କେଉଁଠାରୁ ତୁମ୍ଭର ପତନ ହୋଇଅଛି, ତାହା ସ୍ମରଣ କରି ମନ-ପରିବର୍ତ୍ତନ କର ଓ ଆଦ୍ୟ କର୍ମସବୁ କର; ନୋହିଲେ ଯେବେ ମନ-ପରିବର୍ତ୍ତନ ନ କର, ତେବେ ଆମ୍ଭେ ଶୀଘ୍ର ତୁମ୍ଭ ନିକଟକୁ ଆସି ତୁମ୍ଭର ପ୍ରଦୀପ ସ୍ୱସ୍ଥାନରୁ ଘୁଞ୍ଚାଇଦେବୁ।


କିନ୍ତୁ ‘ଆମ୍ଭେ ବଳିଦାନ ଭଲ ନ ପାଇ ଦୟା ଭଲ ପାଉ,’ ଏହି ବାକ୍ୟର ମର୍ମ ତୁମ୍ଭେମାନେ ଯାଇ ଶିକ୍ଷା କର, କାରଣ ମୁଁ ଧାର୍ମିକମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସି ନାହିଁ, ମାତ୍ର ପାପୀମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସିଅଛି।”


ଏଣୁ କିପ୍ରକାରେ ଶିକ୍ଷା ପାଇଅଛ ଓ ଶ୍ରବଣ କରିଅଛ, ତାହା ସ୍ମରଣ କରି ପାଳନ କର ଓ ମନ-ପରିବର୍ତ୍ତନ କର; ଯଦି ଜାଗ୍ରତ ନ ହୁଅ, ତାହାହେଲେ ଆମ୍ଭେ ଚୋର ପରି ଆସିବୁ, ଆଉ କେଉଁ ସମୟରେ ତୁମ୍ଭ ଉପରେ ଆସି ପଡ଼ିବୁ, ତାହା ତୁମ୍ଭେ କୌଣସି ପ୍ରକାରେ ଜାଣିବ ନାହିଁ;


ଅତଏବ ମୁଁ ପ୍ରଭୁଙ୍କ ନାମରେ ବିଶେଷ ଅନୁରୋଧ କରି କହୁଅଛି, ଅବିଶ୍ୱାସୀମାନେ ଯେପରି ଆପଣା ଆପଣା ମନର ଅସାରତାରେ ଆଚରଣ କରନ୍ତି, ତୁମ୍ଭେମାନେ ସେହିପରି ଆଚରଣ କର ନାହିଁ;


କାରଣ ଈଶ୍ବରଙ୍କ ଇଚ୍ଛାନୁସାରେ ଯେଉଁ ଦୁଃଖ, ତାହା ପରିତ୍ରାଣ ନିମନ୍ତେ ଏପରି ମନ-ପରିବର୍ତ୍ତନ ଜନ୍ମାଏ, ଯାହା ସକାଶେ ଅନୁତାପ କରିବାକୁ ପଡ଼େ ନାହିଁ; ମାତ୍ର ସାଂସାରିକ ଦୁଃଖ ମୃତ୍ୟୁ ଜନ୍ମାଏ।


ଯେଣୁ ଲୋକମାନେ ନିଜେ ନିଜେ ଆମ୍ଭମାନଙ୍କ ସମ୍ବନ୍ଧରେ କହିଥାଆନ୍ତି ଯେ, ତୁମ୍ଭମାନଙ୍କ ମଧ୍ୟକୁ ଆମ୍ଭମାନଙ୍କ ଆଗମନ ସମୟରେ କଅଣ ଘଟିଥିଲା ଆଉ କିପରି ତୁମ୍ଭେମାନେ ପ୍ରତିମାସବୁ ପରିତ୍ୟାଗ କରି ଜୀବିତ ଓ ସତ୍ୟ ଈଶ୍ବରଙ୍କର ସେବା କରିବା ନିମନ୍ତେ,


କିନ୍ତୁ ପ୍ରଭୁଙ୍କ ପ୍ରତି ଫେରିଲେ ସେହି ଆବରଣ ଅପସାରିତ ହୁଏ।


କିମ୍ବା ଈଶ୍ବରଙ୍କ କୃପା ଯେ ତୁମ୍ଭକୁ ମନ-ପରିବର୍ତ୍ତନ ଆଡ଼କୁ ଘେନିଯିବାକୁ ଚେଷ୍ଟା କରେ, ଏହା ନ ଜାଣି ତୁମ୍ଭେ କି ତାହାଙ୍କର ଉତ୍ତମତା, ଧୈର୍ଯ୍ୟ ଓ ଚିରସହିଷ୍ଣୁତାରୂପ ଧନସବୁ ତୁଚ୍ଛ କରୁଅଛ?


ସ୍ୱଜାତି ଓ ଅଣଯିହୁଦୀମାନେ ଯେପରି ଅନ୍ଧକାରରୁ ଆଲୋକ ପ୍ରତି ଓ ଶୟତାନର ଶକ୍ତିରୁ ଈଶ୍ବରଙ୍କ ପ୍ରତି ଫେରନ୍ତି, ପୁଣି, ପାପ କ୍ଷମା ଓ ଆମ୍ଭଠାରେ ବିଶ୍ୱାସ ଦ୍ୱାରା ପବିତ୍ରୀକୃତ ଲୋକମାନଙ୍କ ମଧ୍ୟରେ ଅଧିକାରପ୍ରାପ୍ତ ହୁଅନ୍ତି,


ଈଶ୍ବରଙ୍କ ପ୍ରତି ମନ-ପରିବର୍ତ୍ତନ ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପ୍ରତି ବିଶ୍ୱାସ ବିଷୟରେ ଯିହୁଦୀ ଓ ଗ୍ରୀକ୍‍ମାନଙ୍କ ପାଖରେ ସାକ୍ଷ୍ୟ ଦେଉଥିଲି, ତାହା ତୁମ୍ଭେମାନେ ଜାଣ।


ଈଶ୍ବର ସେହି ଅଜ୍ଞାନତାର କାଳ ଉପେକ୍ଷା କରିଅଛନ୍ତି ସତ୍ୟ, କିନ୍ତୁ ଏବେ ସେ ସର୍ବତ୍ର ସମସ୍ତ ମନୁଷ୍ୟଙ୍କୁ ମନ-ପରିବର୍ତ୍ତନ କରିବା ନିମନ୍ତେ ଜଣାନ୍ତି;


ଅତଏବ, ମୋହର ବିଚାର ଏହି, ଅଣଯିହୁଦୀମାନଙ୍କ ମଧ୍ୟରୁ ଯେଉଁମାନେ ଈଶ୍ବରଙ୍କ ପ୍ରତି ଫେରନ୍ତି, ସେମାନଙ୍କୁ ଆମ୍ଭେମାନେ ଭାରଗ୍ରସ୍ତ କରିବା ନାହିଁ;


ଏହି ସମସ୍ତ କଥା ଶୁଣିବାରୁ ସେମାନେ ନିରୁତ୍ତର ହେଲେ ଓ ଈଶ୍ବରଙ୍କର ପ୍ରଶଂସା କରି କହିଲେ, ତେବେ ଈଶ୍ବର ଅଣଯିହୁଦୀମାନଙ୍କୁ ମଧ୍ୟ ଜୀବନପ୍ରାପ୍ତି ନିମନ୍ତେ ମନ-ପରିବର୍ତ୍ତନ ଦାନ କରିଅଛନ୍ତି।


ଆଉ, ଲୂଦ ଓ ଶାରୋଣନିବାସୀ ସମସ୍ତେ ତାହାଙ୍କୁ ଦେଖି ପ୍ରଭୁଙ୍କ ପ୍ରତି ଫେରିଲେ।


କିନ୍ତୁ ପ୍ରଭୁ ତାହାଙ୍କୁ କହିଲେ, “ଯାଅ; କାରଣ ସେ ଅଣଯିହୁଦୀ, ରାଜା ଓ ଇସ୍ରାଏଲର ସନ୍ତାନମାନଙ୍କ ସମ୍ମୁଖରେ ଆମ୍ଭର ନାମ ବହନ କରିବା ନିମନ୍ତେ ଆମ୍ଭର ଜଣେ ମନୋନୀତ ପାତ୍ର ଅଟେ;


ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ପ୍ରକାରେ ଯେ ମନ-ପରିବର୍ତ୍ତନ କରେ, ଏପରି ଜଣେ ପାପୀ ନିମନ୍ତେ ଈଶ୍ବରଙ୍କ ଦୂତମାନଙ୍କ ଆଗରେ ଆନନ୍ଦ ହୁଏ।”


ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ପ୍ରକାରେ ଯେଉଁମାନଙ୍କର ମନ-ପରିବର୍ତ୍ତନ କରିବାର ଆବଶ୍ୟକ ନାହିଁ, ଏପରି ଅନେଶତ ଧାର୍ମିକ ଲୋକମାନଙ୍କ ଅପେକ୍ଷା, ଯେ ମନ-ପରିବର୍ତ୍ତନ କରେ, ଏପରି ଜଣେ ପାପୀର ନିମନ୍ତେ ସ୍ୱର୍ଗରେ ଅଧିକ ଆନନ୍ଦ ହେବ।”


ମୁଁ ତୁମ୍ଭମାନଙ୍କୁ କହୁଅଛି, ନା, କିନ୍ତୁ ମନ-ପରିବର୍ତ୍ତନ ନ କଲେ ତୁମ୍ଭେମାନେ ସମସ୍ତେ ସେହିପରି ବିନଷ୍ଟ ହେବ।”


ମୁଁ ତୁମ୍ଭମାନଙ୍କୁ କହୁଅଛି, ନା, କିନ୍ତୁ ମନ-ପରିବର୍ତ୍ତନ ନ କଲେ ତୁମ୍ଭେମାନେ ସମସ୍ତେ ସେହି ପ୍ରକାରେ ବିନଷ୍ଟ ହେବ।


ଆଉ ସେ, ଇସ୍ରାଏଲ ସନ୍ତାନମାନଙ୍କ ମଧ୍ୟରୁ ଅନେକଙ୍କୁ ପ୍ରଭୁ ସେମାନଙ୍କ ଈଶ୍ବରଙ୍କ ପ୍ରତି ଫେରାଇବ।


ସେଥିରେ ସେମାନେ ପ୍ରସ୍ଥାନ କରି ମନ-ପରିବର୍ତ୍ତନ କରିବା ଯେ କର୍ତ୍ତବ୍ୟ, ଏହା ପ୍ରଚାର କଲେ,


ସେହି ସମୟଠାରୁ ଯୀଶୁ ଘୋଷଣା କରିବାକୁ ଆରମ୍ଭ କରି କହିବାକୁ ଲାଗିଲେ, “ମନ-ପରିବର୍ତ୍ତନ କର, କାରଣ ସ୍ୱର୍ଗରାଜ୍ୟ ସନ୍ନିକଟ।”


“ମନ-ପରିବର୍ତ୍ତନ କର, କାରଣ ସ୍ୱର୍ଗରାଜ୍ୟ ସନ୍ନିକଟ।”


ତୁମ୍ଭେମାନେ ବାକ୍ୟ ସଙ୍ଗରେ ଘେନି ସଦାପ୍ରଭୁଙ୍କ ନିକଟକୁ ଫେରି ଆସ; ତାହାଙ୍କୁ କୁହ, “ଅଧର୍ମସକଳ କ୍ଷମା କର ଓ ଯାହା ଉତ୍ତମ, ତାହା ଗ୍ରହଣ କର; ତହିଁରେ ଆମ୍ଭେମାନେ ଆପଣା ଆପଣା ଓଷ୍ଠାଧରର ଉପହାର ବୃଷ ରୂପରେ ଉତ୍ସର୍ଗ କରିବା।


ଏଥିନିମନ୍ତେ ତୁମ୍ଭେ ଆପଣା ପରମେଶ୍ୱରଙ୍କ ନିକଟକୁ ଫେର; ଦୟା ଓ ନ୍ୟାୟବିଚାର ପାଳନ କର ଓ ସର୍ବଦା ତୁମ୍ଭ ପରମେଶ୍ୱରଙ୍କ ଅପେକ୍ଷାରେ ଥାଅ।


ପୁଣି, ସେମାନେ ଆପଣା ଆପଣା ବେଦନା ଓ କ୍ଷତ ସକାଶେ ସ୍ୱର୍ଗସ୍ଥ ଈଶ୍ବରଙ୍କର ନିନ୍ଦା କଲେ ଆଉ ଆପଣା ଆପଣା କର୍ମରୁ ମନ-ପରିବର୍ତ୍ତନ କଲେ ନାହିଁ।


ଆମ୍ଭେ ତାହାକୁ ମନ-ପରିବର୍ତ୍ତନ କରିବାକୁ ସମୟ ଦେଲେ ହେଁ ସେ ଆପଣା ବେଶ୍ୟାବୃତ୍ତିରୁ ମନ-ପରିବର୍ତ୍ତନ କରିବାକୁ ଇଚ୍ଛୁକ ହେଉ ନାହିଁ।


ଆମ୍ଭେମାନେ ଆପଣା ଆପଣା ପଥ ଅନୁସନ୍ଧାନ ଓ ପରୀକ୍ଷା କରୁ, ପୁଣି ସଦାପ୍ରଭୁଙ୍କ ପ୍ରତି ଫେରୁ।


ଦୁଷ୍ଟ ଆପଣାର ପଥ ଓ ଅଧାର୍ମିକ ଆପଣା ସଂକଳ୍ପ ପରିତ୍ୟାଗ କରୁ; ପୁଣି, ସେ ସଦାପ୍ରଭୁଙ୍କ ପ୍ରତି ଫେରୁ, ତହିଁରେ ସେ ତାହାକୁ ଦୟା କରିବେ; ଆଉ, ସେ ଆମ୍ଭମାନଙ୍କର ପରମେଶ୍ୱରଙ୍କ ପ୍ରତି ଫେରୁ, କାରଣ ସେ ବହୁଳ ରୂପରେ କ୍ଷମା କରିବେ।


ପୃଥିବୀର ପ୍ରାନ୍ତସ୍ଥିତ ସମସ୍ତେ ସଦାପ୍ରଭୁଙ୍କୁ ସ୍ମରଣ କରି ତାହାଙ୍କ ପ୍ରତି ଫେରିବେ; ଆଉ, ଅନ୍ୟ ଦେଶୀୟ ଗୋଷ୍ଠୀସକଳ ତୁମ୍ଭ ସମ୍ମୁଖରେ ପ୍ରଣାମ କରିବେ।


ଏନିମନ୍ତେ ଏବେ ତୁମ୍ଭେ ଯିହୁଦାର ଲୋକମାନଙ୍କ ଓ ଯିରୂଶାଲମ ନିବାସୀମାନଙ୍କ ନିକଟକୁ ଯାଇ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ସଂକଳ୍ପ କରୁଅଛୁ; ଏବେ ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେର, ପୁଣି ଆପଣା ଆପଣା ପଥ ଓ ଆପଣା ଆପଣା କ୍ରିୟାର ଶୋଧନ କର।’


ମଧ୍ୟ ଆମ୍ଭେ ଆପଣାର ସମସ୍ତ ଦାସ ଭବିଷ୍ୟଦ୍‍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ପ୍ରଭାତରେ ଉଠି ସେମାନଙ୍କୁ ପଠାଇ ତୁମ୍ଭମାନଙ୍କୁ କହିଅଛୁ, ‘ତୁମ୍ଭେମାନେ ପ୍ରତ୍ୟେକେ ଏବେ ଆପଣା ଆପଣା କୁପଥରୁ ଫେର, ଆପଣମାନଙ୍କର ଆଚରଣ ସୁଧରାଅ ଓ ଅନ୍ୟ ଦେବଗଣର ସେବା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍‍ଗାମୀ ହୁଅ ନାହିଁ, ତହିଁରେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ଆମ୍ଭର ଦତ୍ତ ଦେଶରେ ତୁମ୍ଭେମାନେ ବାସ କରିବ;’ ମାତ୍ର ତୁମ୍ଭେମାନେ କର୍ଣ୍ଣପାତ କରି ନାହଁ, କିଅବା ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ।


ଅତଏବ, ହେ ରାଜନ ଆଗ୍ରିପ୍ପା ମୁଁ ସେହି ସ୍ୱର୍ଗୀୟ ଦର୍ଶନର ଅବାଧ୍ୟ ହେଲି ନାହିଁ,


Swiv nou:

Piblisite


Piblisite