Biblia Todo Logo
Bib sou entènèt

- Piblisite -




ପ୍ରେରିତ 26:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 କିନ୍ତୁ ପାଉଲ କହିଲେ, ହେ ମହାମହିମ ଫେଷ୍ଟସ୍, ମୁଁ ପାଗଳ ନୁହେଁ, ମାତ୍ର ସତ୍ୟ ଓ ସ୍ଥିର ବୁଦ୍ଧିର ବାକ୍ୟ ବ୍ୟକ୍ତ କରୁଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 କିନ୍ତୁ ପାଉଲ କହିଲେ, ହେ ମହାମହିମ ଫେଷ୍ଟ, ମୁଁ ପାଗଳ ନୁହେଁ; ମାତ୍ର ସତ୍ୟ ଓ ସ୍ଥିର ବୁଦ୍ଧିର ବାକ୍ୟ ବ୍ୟକ୍ତ କରୁଅଛି।

Gade chapit la Kopi

ଓଡିଆ ବାଇବେଲ

25 କିନ୍ତୁ ପାଉଲ କହିଲେ, ହେ ମହାମହିମ ଫେଷ୍ଟସ୍, ମୁଁ ପାଗଳ ନୁହେଁ, ମାତ୍ର ସତ୍ୟ ଓ ସ୍ଥିର ବୁଦ୍ଧିର ବାକ୍ୟ ବ୍ୟକ୍ତ କରୁଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

25 ପାଉଲ ଉତ୍ତର ଦେଲେ, “ମୁଁ ପାଗଳ ନୁହେଁ, ମଣିମା! ମୁଁ ଯାହା କହୁଛି, ତାହା ସତ୍ୟ ଓ ଯୁକ୍ତିଯୁକ୍ତ।

Gade chapit la Kopi

ପବିତ୍ର ବାଇବଲ

25 ପାଉଲ ଏହା ଶୁଣି ଉତ୍ତର ଦେଲେ, “ହେ ମହାମାନ୍ୟ ଫେଷ୍ଟ, ମୁଁ ପାଗଳ ନୁହେଁ। ମୋର ସବୁ କଥା ସତ୍ୟ ଓ ଯୁକ୍ତିଯୁକ୍ତ।

Gade chapit la Kopi




ପ୍ରେରିତ 26:25
10 Referans Kwoze  

ମହାମହିମ ଶାସନକର୍ତ୍ତା ଫେଲୀକ୍ସ୍‌ଙ୍କୁ, କ୍ଲାଉଦିଅ ଲୂସୀୟାଙ୍କର ନମସ୍କାର।


ପୁଣି, ଯେପରି ସେ ହିତଜନକ ଶିକ୍ଷା ଦେଇ ଉତ୍ସାହ ଦେବାକୁ ଓ ବିପକ୍ଷବାଦୀମାନଙ୍କୁ ଅନୁଯୋଗ କରିବାକୁ ସକ୍ଷମ ହୁଅନ୍ତି, ଏଥିନିମନ୍ତେ ପ୍ରାପ୍ତ ଶିକ୍ଷାନୁଯାୟୀ ବିଶ୍ୱାସଯୋଗ୍ୟ ବାକ୍ୟକୁ ଦୃଢ ଭାବରେ ଧରନ୍ତୁ।


କିନ୍ତୁ ଖ୍ରୀଷ୍ଟଙ୍କୁ ପ୍ରଭୁ ବୋଲି ଆପଣା ଆପଣା ହୃଦୟରେ ପବିତ୍ର ରୂପେ ମାନ୍ୟ କର। ତୁମ୍ଭମାନଙ୍କଠାରେ ଥିବା ଭରସାର କାରଣ ସମ୍ବନ୍ଧରେ ଯେ କେହି ପ୍ରଶ୍ନ କରେ, ତାହାକୁ ପ୍ରତ୍ୟୁତ୍ତର ଦେବାକୁ ପ୍ରସ୍ତୁତ ରୁହ, କିନ୍ତୁ ନମ୍ର ଭାବରେ ଓ ସଭୟରେ ଉତ୍ତମ ବିବେକ ସହ ଉତ୍ତର ଦିଅ,


ଅନିଷ୍ଟ ପରିବର୍ତ୍ତେ ଅନିଷ୍ଟ କିଅବା ନିନ୍ଦାର ପରିବର୍ତ୍ତେ ନିନ୍ଦା ନ କରି ଅନ୍ୟ ପକ୍ଷରେ ବରଂ ଆଶୀର୍ବାଦ କର, କାରଣ ତୁମ୍ଭେମାନେ ଯେପରି ଆଶୀର୍ବାଦର ଅଧିକାରୀ ହୁଅ, ଏଥିପାଇଁ ଆହୂତ ହୋଇଅଛ।


ଏହା ଆମ୍ଭେମାନେ ସର୍ବତୋଭାବରେ ଓ ସର୍ବସ୍ଥାନରେ ସମ୍ପୂର୍ଣ୍ଣ କୃତଜ୍ଞତା ସହିତ ସ୍ୱୀକାର କରୁଅଛୁ।


ଯୀଶୁ ଉତ୍ତର ଦେଲେ, “ମୋତେ ଭୂତ ଲାଗି ନାହିଁ, କିନ୍ତୁ ମୁଁ ମୋହର ପିତାଙ୍କୁ ସମାଦର କରୁଅଛି, ଆଉ ତୁମ୍ଭେମାନେ ମୋତେ ଅନାଦର କରୁଅଛ।


ଅତଏବ, ହେ ମାନ୍ୟବର ଥୀୟଫିଲ, ଆରମ୍ଭରୁ ସମସ୍ତ ବିଷୟ ସୂକ୍ଷ୍ମ ରୂପେ ଅନୁସନ୍ଧାନ କରି ସେଥିର ଧାରାବାହିକ ବିବରଣ ଆପଣଙ୍କ ନିମନ୍ତେ ଲେଖିବାକୁ ମୁଁ ମଧ୍ୟ ଉଚିତ୍ ମନେ କଲି,


‘କେହି ବାତୁଳ ହୋଇ ଆପଣାକୁ ଭବିଷ୍ୟଦ୍‍ବକ୍ତା ପରି ଦେଖାଇଲେ, ତାହାକୁ ହରିକାଠରେ ଓ ବେଡ଼ିରେ ରଖିବା ପାଇଁ ସଦାପ୍ରଭୁଙ୍କ ଗୃହରେ ତୁମ୍ଭେମାନେ ଯେପରି ରକ୍ଷକ ସ୍ୱରୂପ ହେବ, ଏଥିପାଇଁ ଯିହୋୟାଦା ଯାଜକର ବଦଳରେ ସଦାପ୍ରଭୁ ତୁମ୍ଭକୁ ଯାଜକ କରିଅଛନ୍ତି।


Swiv nou:

Piblisite


Piblisite