Biblia Todo Logo
Bib sou entènèt

- Piblisite -




ପ୍ରେରିତ 26:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ସେଥିରେ ଆଗ୍ରିପ୍ପା ପାଉଲଙ୍କୁ କହିଲେ, ଅଳ୍ପ କଥାରେ ତ ତୁମ୍ଭେ ଆମ୍ଭକୁ ଖ୍ରୀଷ୍ଟିୟାନ କରିପାର ବୋଲି ମନେ କରୁଅଛ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ସେଥିରେ ଆଗ୍ରିପ୍‍ପା ପାଉଲଙ୍କୁ କହିଲେ, ଅଳ୍ପ କଥାରେ ତ ତୁମ୍ଭେ ଆମ୍ଭକୁ ଖ୍ରୀଷ୍ଟିୟାନ କରି ପାର ବୋଲି ମନେ କରୁଅଛ।

Gade chapit la Kopi

ଓଡିଆ ବାଇବେଲ

28 ସେଥିରେ ଆଗ୍ରିପ୍ପା ପାଉଲଙ୍କୁ କହିଲେ, ଅଳ୍ପ କଥାରେ ତ ତୁମ୍ଭେ ଆମ୍ଭକୁ ଖ୍ରୀଷ୍ଟିଆନ କରି ପାର ବୋଲି ମନେ କରୁଅଛ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

28 ଆଗ୍ରୀପା ପାଉଲଙ୍କୁ ଉତ୍ତର ଦେଲେ, “ଏହି ଅଳ୍ପ ସମୟ ମଧ୍ୟରେ ତୁମେ କ’ଣ ମୋତେ ଖ୍ରୀଷ୍ଟିୟାନ କରିଦେବ ବୋଲି ଭାବୁଛ?”

Gade chapit la Kopi

ପବିତ୍ର ବାଇବଲ

28 ଆଗ୍ରି‌‌ପ୍‌‌ପା ପାଉଲଙ୍କୁ କହିଲେ, “ତୁମ୍ଭେ କ’ଣ ଏତେ ସହଜରେ ମୋତେ ଖ୍ରୀଷ୍ଟିୟାନ କରିଦେବ ବୋଲି ଭାବୁଛ?”

Gade chapit la Kopi




ପ୍ରେରିତ 26:28
11 Referans Kwoze  

ପୁଣି, ସେ ତାହାଙ୍କୁ ପାଇ ଆନ୍ତିୟଖିଆକୁ ଘେନି ଆସିଲେ। ସେମାନେ ସମ୍ପୂର୍ଣ୍ଣ ଏକ ବର୍ଷ ପର୍ଯ୍ୟନ୍ତ ମଣ୍ଡଳୀର ସହିତ ରହି ଅନେକ ଲୋକଙ୍କୁ ଶିକ୍ଷା ଦେଲେ, ପୁଣି, ଆନ୍ତିୟଖିଆରେ ଶିଷ୍ୟମାନେ ପ୍ରଥମରେ ଖ୍ରୀଷ୍ଟିୟାନ ବୋଲି ନାମିତ ହେଲେ।


ପୁଣି, ତୁମ୍ଭେମାନେ ମୋ ସକାଶେ ଶାସନକର୍ତ୍ତା ଓ ରାଜାମାନଙ୍କ ପାଖକୁ ଅଣାଯିବ; ତାହା ସେମାନଙ୍କ ଓ ଅଣଯିହୁଦୀମାନଙ୍କ ପ୍ରତି ସାକ୍ଷ୍ୟସ୍ୱରୂପ ହେବ।


କିନ୍ତୁ କେହି ଯଦି ଖ୍ରୀଷ୍ଟିୟାନ ହେବାରୁ ଦଣ୍ଡ ଭୋଗ କରେ, ତାହାହେଲେ ସେ ଲଜ୍ଜା ବୋଧ ନ କରୁ, ବରଂ ଏହି ନାମ ହେତୁରୁ ଈଶ୍ବରଙ୍କ ମହିମା କୀର୍ତ୍ତନ କରୁ।


ମାତ୍ର ଆମ୍ଭେମାନେ ଲଜ୍ଜାଜନକ ଗୁପ୍ତ ବିଷୟସବୁ ପରିତ୍ୟାଗ କରିଅଛୁ; ଏଣୁ ଆମ୍ଭେମାନେ ଧୂର୍ତ୍ତତାରେ ଆଚରଣ କରୁ ନାହୁଁ ଅବା ଈଶ୍ବରଙ୍କ ବାକ୍ୟ ଛଳରେ ବ୍ୟବହାର କରୁ ନାହୁଁ, କିନ୍ତୁ ସତ୍ୟ ପ୍ରକାଶ ଦ୍ୱାରା ଈଶ୍ବରଙ୍କ ସାକ୍ଷାତରେ ପ୍ରତ୍ୟେକ ମନୁଷ୍ୟର ବିବେକ ନିକଟରେ ଆପଣା ଆପଣାକୁ ଯୋଗ୍ୟ ଦେଖାଉଅଛ।


ପାଉଲ କହିଲେ, ଅଳ୍ପରେ ହେଉ କି ବହୁତରେ ହେଉ, କେବଳ ଆପଣ ନୁହଁନ୍ତି, ମାତ୍ର ଯେତେ ଲୋକ ଆଜି ମୋହର କଥା ଶୁଣୁଅଛନ୍ତି, ଯେପରି ସେମାନେ ସମସ୍ତେ ସୁଦ୍ଧା ଏହି ବନ୍ଧନ ବିନା ମୋହରି ପରି ହୁଅନ୍ତି, ଏହା ମୁଁ ଈଶ୍ବରଙ୍କ ନିକଟରେ ପ୍ରାର୍ଥନା କରୁଅଛି।


କିନ୍ତୁ ସେ ଧାର୍ମିକତା, ଆତ୍ମସଂଯମ ଓ ଆଗାମୀ ବିଚାର ବିଷୟରେ କଥା କହିବା ସମୟରେ ଫେଲୀକ୍ସ୍‌ ଭୟର ସହିତ ଉତ୍ତର ଦେଲେ, ବର୍ତ୍ତମାନ ତୁମ୍ଭେ ଯାଅ, ସୁବିଧା ସମୟ ପାଇଲେ ଆମ୍ଭେ ତୁମ୍ଭକୁ ଡକାଇବା।


ପୁଣି, ସେମାନେ ଲୋକମାନଙ୍କ ପରି ତୁମ୍ଭ ନିକଟକୁ ଆସନ୍ତି ଓ ଆମ୍ଭ ଲୋକଙ୍କ ପରି ତୁମ୍ଭ ସମ୍ମୁଖରେ ବସନ୍ତି ଓ ତୁମ୍ଭ କଥା ଶୁଣନ୍ତି, ମାତ୍ର ତାହା ପାଳନ କରନ୍ତି ନାହିଁ; କାରଣ ସେମାନେ ମୁଖରେ ବହୁତ ପ୍ରେମ ଦେଖାନ୍ତି, ମାତ୍ର ସେମାନଙ୍କର ଅନ୍ତଃକରଣ ସେମାନଙ୍କର ଲାଭର ଅନୁଗାମୀ ହୁଏ।


କାରଣ ହେରୋଦ ଯୋହନଙ୍କୁ ଜଣେ ଧାର୍ମିକ ଓ ପବିତ୍ର ବ୍ୟକ୍ତି ଜାଣି ଭୟ କରୁଥିଲେ ଆଉ ତାହାଙ୍କୁ ରକ୍ଷା କରିବାକୁ ଚେଷ୍ଟା କରୁଥିଲେ, ପୁଣି, ତାହାଙ୍କ କଥା ଶୁଣି ଅତିଶୟ ଉଦ୍‌ବିଗ୍ନ ହେଲେ ସୁଦ୍ଧା ଆନନ୍ଦରେ ତାହା ଶୁଣୁଥିଲେ।


ହେ ରାଜନ ଆଗ୍ରିପ୍ପା, ଆପଣ କଅଣ ଭାବବାଦୀମାନଙ୍କୁ ବିଶ୍ୱାସ କରନ୍ତି? ଆପଣ ବିଶ୍ୱାସ କରନ୍ତି ବୋଲି ମୁଁ ଜାଣେ।


Swiv nou:

Piblisite


Piblisite