Biblia Todo Logo
Bib sou entènèt

- Piblisite -




ପ୍ରେରିତ 26:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ନାଜରିତୀୟ ଯୀଶୁଙ୍କ ନାମ ବିରୁଦ୍ଧରେ ମୋହର ଅନେକ କାର୍ଯ୍ୟ କରିବା ଯେ କର୍ତ୍ତବ୍ୟ ଏହା ମୁଁ ନିଜେ ମନେ କରିଥିଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ନାଜରିତୀୟ ଯୀଶୁଙ୍କ ନାମ ବିରୁଦ୍ଧରେ ମୋହର ଅନେକ କାର୍ଯ୍ୟ କରିବା ଯେ କର୍ତ୍ତବ୍ୟ, ଏହା ମୁଁ ନିଜେ ମନେ କରିଥିଲି।

Gade chapit la Kopi

ଓଡିଆ ବାଇବେଲ

9 ନାଜରିତୀୟ ଯୀଶୁଙ୍କ ନାମ ବିରୁଦ୍ଧରେ ମୋହର ଅନେକ କାର୍ଯ୍ୟ କରିବା ଯେ କର୍ତ୍ତବ୍ୟ ଏହା ମୁଁ ନିଜେ ମନେ କରିଥିଲି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 “ନାଜରିତୀୟ ଯୀଶୁଙ୍କ ଆନ୍ଦୋଳନକୁ ଦମନ କରିବା ପାଇଁ ମୁଁ ଯଥାସାଧ୍ୟ ଚେଷ୍ଟା କରିବା ଉଚିତ ବୋଲି ଭାବିଥିଲି।

Gade chapit la Kopi

ପବିତ୍ର ବାଇବଲ

9 “ମୁଁ ଯେତେବେଳେ ଫାରୂଶୀ ଥିଲି, ସେତେବେଳେ ମୁଁ ମଧ୍ୟ ନାଜରିତୀୟ ଯୀଶୁଙ୍କ ବିରୁଦ୍ଧରେ ଅନେକ କାର୍ଯ୍ୟ କରିବି ବୋଲି ଭାବୁଥିଲି।

Gade chapit la Kopi




ପ୍ରେରିତ 26:9
16 Referans Kwoze  

ଯଦ୍ୟପି ମୁଁ ପୂର୍ବେ ନିନ୍ଦକ, ତାଡ଼ନାକାରୀ ଓ ଅତ୍ୟାଚାରୀ ଥିଲି; କିନ୍ତୁ ମୁଁ ଅବିଶ୍ୱାସ ହେତୁ ଅଜ୍ଞାନ ପଣରେ ତାହା କରିଥିଲି ବୋଲି ଦୟା ପାଇଲି;


ମୁଁ ଉତ୍ତର ଦେଲି, ପ୍ରଭୁ, ଆପଣ କିଏ? ସେଥିରେ ସେ ମୋତେ କହିଲେ, “ତୁମ୍ଭେ ଯେଉଁ ନାଜରିତୀୟ ଯୀଶୁଙ୍କୁ ତାଡ଼ନା କରୁଅଛ, ଆମ୍ଭେ ସେହି।”


ଉଦ୍‌ଯୋଗ ସମ୍ବନ୍ଧରେ ମଣ୍ଡଳୀର ଜଣେ ତାଡ଼ନାକାରୀ, ପୁଣି, ମୋଶାଙ୍କ ବ୍ୟବସ୍ଥାଗତ ଧାର୍ମିକତା ସମ୍ବନ୍ଧରେ ନିର୍ଦ୍ଦୋଷ ଦେଖାଯାଇଥିଲି।


କାରଣ ଈଶ୍ବରଙ୍କ ବିଷୟରେ ଯେ ସେମାନଙ୍କର ଉଦ୍‌ଯୋଗ ଅଛି, ଏହା ମୁଁ ସେମାନଙ୍କ ସପକ୍ଷରେ ସାକ୍ଷ୍ୟ ଦେଉଅଛି, କିନ୍ତୁ ସେହି ଉଦ୍‍ଯୋଗ ଜ୍ଞାନଯୁକ୍ତ ନୁହେଁ।


କାରଣ ଆମ୍ଭେମାନେ ଏହି ଲୋକକୁ ମହାମାରୀ ସ୍ୱରୂପ, ଜଗତର ସର୍ବତ୍ର ସମସ୍ତ ଯିହୁଦୀମାନଙ୍କ ମଧ୍ୟରେ ବିଦ୍ରୋହର ପରିଚାଳକ ଓ ନାଜରିତୀୟ ଦଳର ଜଣେ ପ୍ରଧାନ ନେତା ବୋଲି ଜାଣିଅଛୁ;


ପାଉଲ ସେଥିରେ ଉତ୍ତର ଦେଲେ, ତୁମ୍ଭେମାନେ କ୍ରନ୍ଦନ କରି ଓ ମୋହର ହୃଦୟକୁ ବିଦୀର୍ଣ୍ଣ କରି କଅଣ କରୁଅଛ? କାରଣ ମୁଁ ପ୍ରଭୁ ଯୀଶୁଙ୍କ ନାମ ନିମନ୍ତେ ଯିରୂଶାଲମ ସହରରେ କେବଳ ବନ୍ଧା ହେବାକୁ ପ୍ରସ୍ତୁତ, ତାହା ନୁହେଁ, ମାତ୍ର ମରିବାକୁ ସୁଦ୍ଧା ପ୍ରସ୍ତୁତ ଅଛି।


ଯେଣୁ ଆମ୍ଭର ନାମ ସକାଶେ ତାହାକୁ ଯେ କେତେ ଦୁଃଖଭୋଗ କରିବାକୁ ହେବ, ତାହା ଆମ୍ଭେ ତାହାକୁ ଜଣାଇବା।”


କିନ୍ତୁ ପିତର କହିଲେ, ରୂପା କି ସୁନା ମୋହର ନାହିଁ; ମାତ୍ର ମୋହର ଯାହା ଅଛି, ତାହା ମୁଁ ତୁମ୍ଭକୁ ଦେଉଅଛି; ନାଜରିତୀୟ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଚାଲ।


କିନ୍ତୁ ସେମାନେ ମୋହର ପ୍ରେରଣକର୍ତ୍ତାଙ୍କୁ ଜାଣି ନ ଥିବାରୁ ମୋହର ନାମ ସକାଶେ ତୁମ୍ଭମାନଙ୍କ ପ୍ରତି ଏହି ସମସ୍ତ କରିବେ।


ଆଉ ଏବେ, ହେ ଭାଇମାନେ, ଆପଣମାନଙ୍କ ଅଧ୍ୟକ୍ଷମାନେ ଯେପରି, ଆପଣମାନେ ମଧ୍ୟ ସେପରି ଅଜ୍ଞାନତା ହେତୁ ଏହା କରିଅଛନ୍ତି ବୋଲି ମୁଁ ଜାଣେ।


କିନ୍ତୁ ଶାଉଲ ଏପର୍ଯ୍ୟନ୍ତ ସୁଦ୍ଧା ପ୍ରଭୁଙ୍କ ଶିଷ୍ୟମାନଙ୍କ ବିରୁଦ୍ଧରେ ଭୟ ଓ ପ୍ରାଣନାଶର କଥା କହି ମହାଯାଜକଙ୍କ ନିକଟକୁ ଗଲେ,


ସେଥିରେ ସେ କହିଲେ, ମୁଁ ଜଣେ ଯିହୁଦୀ, କିଲିକିୟାର ତାର୍ଷରେ ମୋହର ଜନ୍ମ, କିନ୍ତୁ ଏହି ନଗରରେ ମୁଁ ଲାଳିତ ପାଳିତ ହୋଇଅଛି, ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ବ୍ୟବସ୍ଥାର ସୂକ୍ଷ୍ମ ନିୟମ ଅନୁସାରେ ଗମଲୀୟେଲଙ୍କ ଚରଣ ତଳେ ବସି ଶିକ୍ଷା ପାଇଅଛି; ସମସ୍ତେ ଆଜି ଆପଣମାନେ ଯେପରି ଉଦ୍‌ଯୋଗୀ ଅଟନ୍ତି, ଈଶ୍ବରଙ୍କ ପକ୍ଷରେ ମୁଁ ମଧ୍ୟ ସେହିପରି ଉଦ୍‍ଯୋଗୀ ଥିଲି;


ମୁଁ ଏହି ମାର୍ଗର ପୁରୁଷ ଓ ସ୍ତ୍ରୀ ଉଭୟଙ୍କୁ ବାନ୍ଧି କାରାଗାରରେ ପକାଇ ମୃତ୍ୟୁ ପର୍ଯ୍ୟନ୍ତ ତାଡ଼ନା କରୁଥିଲି।


ତେବେ ନଗରସ୍ଥ ଲୋକମାନେ ଯୋୟାଶ୍‍କୁ କହିଲେ, “ତୁମ୍ଭ ପୁତ୍ରକୁ ବାହାର କରି ଆଣ, ସେ ହତ ହେବ; କାରଣ ସେ ବାଲ୍‍ର ଯଜ୍ଞବେଦି ଭାଙ୍ଗିଅଛି ଓ ତନ୍ନିକଟସ୍ଥ ଆଶେରା ମୂର୍ତ୍ତି କାଟି ପକାଇଅଛି।”


Swiv nou:

Piblisite


Piblisite