Biblia Todo Logo
Bib sou entènèt

- Piblisite -




ପ୍ରେରିତ 27:35 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ସେ ଏହିସବୁ କଥା କହି ରୁଟି ଘେନି ସମସ୍ତଙ୍କ ସାକ୍ଷାତରେ ଈଶ୍ବରଙ୍କୁ ଧନ୍ୟବାଦ ଦେଇ ତାହା ଭାଙ୍ଗି ଭୋଜନ କରିବାକୁ ଲାଗିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

35 ସେ ଏହିସବୁ କଥା କହି ରୋଟୀ ଘେନି ସମସ୍ତଙ୍କ ସାକ୍ଷାତରେ ଈଶ୍ଵରଙ୍କୁ ଧନ୍ୟବାଦ ଦେଇ ତାହା ଭାଙ୍ଗି ଭୋଜନ କରିବାକୁ ଲାଗିଲେ।

Gade chapit la Kopi

ଓଡିଆ ବାଇବେଲ

35 ସେ ଏହି ସବୁ କଥା କହି ରୁଟି ଘେନି ସମସ୍ତଙ୍କ ସାକ୍ଷାତରେ ଈଶ୍ୱରଙ୍କୁ ଧନ୍ୟବାଦ ଦେଇ ତାହା ଭାଙ୍ଗି ଭୋଜନ କରିବାକୁ ଲାଗିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

35 ଏହା କହି ପାଉଲ ଧନ୍ୟବାଦ ଦେଇ ରୋଟୀ ଭାଙ୍ଗି ଖାଇଲେ।

Gade chapit la Kopi

ପବିତ୍ର ବାଇବଲ

35 ଏତିକି କହିବା ପରେ ପାଉଲ କିଛି ରୋଟୀ ନେଇ ସମସ୍ତଙ୍କ ଆଗରେ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଲେ, ଓ ସେଥିରୁ ଖଣ୍ଡେ ଛିଣ୍ଡେଇ ଖାଇବାକୁ ଆରମ୍ଭ କଲେ।

Gade chapit la Kopi




ପ୍ରେରିତ 27:35
16 Referans Kwoze  

ଆଉ ଯୀଶୁ ସେହି ସାତୋଟି ରୁଟି ଓ ମାଛଗୁଡ଼ିକ ଘେନି ଧନ୍ୟବାଦ ଦେଇ ସେହିସବୁ ଶିଷ୍ୟମାନଙ୍କୁ ଦିଅନ୍ତେ ସେମାନେ ଲୋକସମୂହକୁ ଦେଲେ।


ଏହି କାରଣ ଯୋଗୁଁ ମୁଁ ଏହିସବୁ ମଧ୍ୟ ଦୁଃଖଭୋଗ କରୁଅଛି; ତଥାପି ମୁଁ ଲଜ୍ଜିତ ନୁହେଁ, କାରଣ ମୁଁ ଯାହାଙ୍କଠାରେ ବିଶ୍ୱାସ କରିଅଛି, ତାହାଙ୍କୁ ଜାଣେ, ପୁଣି, ମୁଁ ତାହାଙ୍କ ହାତରେ ଯାହା ସମର୍ପଣ କରିଅଛି, ତାହା ମହାଦିନ ପର୍ଯ୍ୟନ୍ତ ସୁରକ୍ଷା କରିବାକୁ ସେ ଯେ ସମର୍ଥ ଅଟନ୍ତି, ଏହା ଦୃଢ଼ରୂପେ ବିଶ୍ୱାସ କରୁଅଛି।


ଅତଏବ, ଆମ୍ଭମାନଙ୍କ ପ୍ରଭୁଙ୍କ ବିଷୟରେ ସାକ୍ଷ୍ୟ ଦେବା ପାଇଁ କିଅବା ତାହାଙ୍କ ନିମନ୍ତେ ବନ୍ଦୀ ଯେ ମୁଁ, ମୋ ବିଷୟରେ ଲଜ୍ଜିତ ହୁଅ ନାହିଁ, ବରଂ ଈଶ୍ବରଙ୍କ ଶକ୍ତି ଅନୁସାରେ ସୁସମାଚାର ନିମନ୍ତେ ମୋ ସହିତ କ୍ଲେଶ ସହ୍ୟ କର;


କିନ୍ତୁ କେହି ଯଦି ଖ୍ରୀଷ୍ଟିୟାନ ହେବାରୁ ଦଣ୍ଡ ଭୋଗ କରେ, ତାହାହେଲେ ସେ ଲଜ୍ଜା ବୋଧ ନ କରୁ, ବରଂ ଏହି ନାମ ହେତୁରୁ ଈଶ୍ବରଙ୍କ ମହିମା କୀର୍ତ୍ତନ କରୁ।


ଯେ ବିଶେଷ ଦିନ ମାନେ, ସେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହା ମାନେ; ଆଉ ଯେ ଭୋଜନ କରେ, ସେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୋଜନ କରେ, କାରଣ ସେ ଈଶ୍ବରଙ୍କୁ ଧନ୍ୟବାଦ ଦିଏ; ପୁଣି, ଯେ ଭୋଜନ କରେ ନାହିଁ, ସେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୋଜନ କରେ ନାହିଁ ଓ ଈଶ୍ବରଙ୍କୁ ଧନ୍ୟବାଦ ଦିଏ।


କାରଣ ମୁଁ ସୁସମାଚାର ସମ୍ବନ୍ଧରେ ଲଜ୍ଜାବୋଧ କରେ ନାହିଁ, ଯେଣୁ ତାହା ବିଶ୍ୱାସ କରୁଥିବା ପ୍ରତ୍ୟେକଙ୍କ ପକ୍ଷରେ ପରିତ୍ରାଣ ନିମନ୍ତେ ଈଶ୍ବରଙ୍କ ଶକ୍ତି ଅଟେ, ପ୍ରଥମତଃ ଯିହୁଦୀ ପକ୍ଷରେ, ଆଉ ମଧ୍ୟ ଗ୍ରୀକ୍‍ ପକ୍ଷରେ।


ପ୍ରଭୁ ଧନ୍ୟବାଦ ଦେଲା ଉତ୍ତାରେ ସେମାନେ ଯେଉଁ ସ୍ଥାନରେ ରୁଟି ଭୋଜନ କରିଥିଲେ, ସେହି ସ୍ଥାନ ନିକଟକୁ ତିବିରୀୟାରୁ ଆଉ କେତେକ ନୌକା ଆସିଲା;


ସେଥିରେ ଯୀଶୁ ସେହି ରୁଟି ଘେନି ଧନ୍ୟବାଦ ଦେଇ ବସିଥିବା ଲୋକମାନଙ୍କୁ ତାହା ବାଣ୍ଟିଦେଲେ, ସେହି ପ୍ରକାରେ ମାଛ ମଧ୍ୟ ବାଣ୍ଟିଦେଲେ, ସେମାନେ ଯେତେ ଚାହିଁଲେ, ସେତେ ଦେଲେ।


ଆଉ ସେମାନଙ୍କ ସହିତ ଭୋଜନରେ ବସିଲା ଉତ୍ତାରେ ସେ ରୁଟି ଘେନି ଆଶୀର୍ବାଦ କଲେ, ପୁଣି, ତାହା ଭାଙ୍ଗି ସେମାନଙ୍କୁ ଦେବାକୁ ଲାଗିଲେ।


ସେଥିରେ ଯୀଶୁ ଲୋକସମୂହକୁ ଭୂମିରେ ବସିବାକୁ ଆଜ୍ଞା ଦେଲେ; ଆଉ ସେ ସେହି ସାତୋଟି ରୁଟି ଘେନି ଧନ୍ୟବାଦ ଦେଇ ସେହିସବୁ ଭାଙ୍ଗି ପରିବେଷଣ କରିବା ନିମନ୍ତେ ଆପଣା ଶିଷ୍ୟମାନଙ୍କୁ ଦେଲେ ଓ ସେମାନେ ଲୋକସମୂହକୁ ତାହା ପରିବେଷଣ କଲେ।


ପୁଣି, ସେ ଲୋକସମୂହକୁ ଘାସ ଉପରେ ବସିବା ପାଇଁ ଆଜ୍ଞା ଦେଲେ, ଆଉ ସେ ସେହି ପାଞ୍ଚୋଟି ରୁଟି ଓ ଦୁଇଟି ମାଛ ନେଇ ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରି ଆଶୀର୍ବାଦ କଲେ ଏବଂ ରୁଟି ଗୁଡ଼ିକ ଭାଙ୍ଗି ଶିଷ୍ୟମାନଙ୍କୁ ଦେଲେ ଆଉ ଶିଷ୍ୟମାନେ ଲୋକସମୂହକୁ ଦେଲେ।


ଆହୁରି, ମୁଁ ରାଜାମାନଙ୍କ ସାକ୍ଷାତରେ ତୁମ୍ଭର ପ୍ରମାଣ-ବାକ୍ୟ ବିଷୟ କହିବି ଓ ଲଜ୍ଜିତ ନୋହିବି।


ସେ ଭୋଜନ କରିବା ପାଇଁ ଉଚ୍ଚସ୍ଥଳୀକି ଯିବା ପୂର୍ବେ ତୁମ୍ଭେମାନେ ନଗରରେ ପହଞ୍ଚିଲେ, ସେହିକ୍ଷଣି ତାଙ୍କୁ ଦେଖିବ; କାରଣ, ସେ ନ ଆସିବା ଯାଏ ଲୋକମାନେ ଭୋଜନ କରିବେ ନାହିଁ, ଯେହେତୁ ସେ ବଳିକୁ ଆଶୀର୍ବାଦ କଲା ଉତ୍ତାରେ ନିମନ୍ତ୍ରିତ ଲୋକମାନେ ଭୋଜନ କରନ୍ତି। ଏଣୁ ତୁମ୍ଭେମାନେ ଏହିକ୍ଷଣି ଉଠିଯାଅ, ଏତେବେଳେ ତୁମ୍ଭେମାନେ ତାଙ୍କୁ ପାଇବ।”


Swiv nou:

Piblisite


Piblisite