Biblia Todo Logo
Bib sou entènèt

- Piblisite -




ପ୍ରେରିତ 28:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଆଉ ଆମ୍ଭେମାନେ ରୋମରେ ପ୍ରବେଶ କରନ୍ତେ, ପାଉଲଙ୍କୁ ନିଜ ପ୍ରହରୀ ସୈନ୍ୟ ସହିତ ସ୍ୱତନ୍ତ୍ର ବାସ କରିବା ନିମନ୍ତେ ଅନୁମତି ଦିଆଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଆଉ, ଆମ୍ଭେମାନେ ରୋମରେ ପ୍ରବେଶ କରନ୍ତେ, ପାଉଲଙ୍କୁ ଆପଣା ପ୍ରହରୀସୈନ୍ୟ ସହିତ ସ୍ଵତନ୍ତ୍ର ବାସ କରିବା ନିମନ୍ତେ ଅନୁମତି ଦିଆଗଲା।

Gade chapit la Kopi

ଓଡିଆ ବାଇବେଲ

16 ଆଉ ଆମ୍ଭେମାନେ ରୋମରେ ପ୍ରବେଶ କରନ୍ତେ, ପାଉଲଙ୍କୁ ନିଜ ପ୍ରହରୀ ସୈନ୍ୟ ସହିତ ସ୍ୱତନ୍ତ୍ର ବାସ କରିବା ନିମନ୍ତେ ଅନୁମତି ଦିଆଗଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ଆମ୍ଭେମାନେ ରୋମରେ ପହଞ୍ଚିବା ପରେ, ପାଉଲଙ୍କୁ ଅନୁମତି ମିଳିଲା ଯେ, ତାଙ୍କୁ ଜଗିବା ପାଇଁ ନିଯୁକ୍ତ ଗୋଟିଏ ସୈନିକ ସହ ସେ ନିଜ ଇଚ୍ଛାନୁଯାୟୀ ଯେ କୌଣସି ସ୍ଥାନରେ ରହିପାରନ୍ତି।

Gade chapit la Kopi

ପବିତ୍ର ବାଇବଲ

16 ତା'ପରେ ଆମ୍ଭେ ରୋମ ଗଲୁ, ପାଉଲଙ୍କୁ ରୋମରେ ଏକାକୀ ରହିବା ପାଇଁ ଅନୁମତି ମିଳିଲା। କିନ୍ତୁ ତାହାଙ୍କ ପାଖରେ ଜଣେ ସୈନିକ ସବୁବେଳେ ଜଗି ରହିଲା।

Gade chapit la Kopi




ପ୍ରେରିତ 28:16
18 Referans Kwoze  

ପରଦିନ ଆମ୍ଭେମାନେ ସୀଦୋନରେ ପହଞ୍ଚିଲୁ, ଆଉ ଯୂଲିଅସ୍ ପାଉଲଙ୍କ ପ୍ରତି ସଦୟ ବ୍ୟବହାର କରି ଆପଣା ମିତ୍ରମାନଙ୍କ ପାଖକୁ ଯାଇ ସେବା ପାଇବା ନିମନ୍ତେ ଅନୁମତି ଦେଲେ।


ପୁଣି, ସେ ଶତ-ସେନାପତିଙ୍କୁ ତାଙ୍କର କୌଣସି ଆତ୍ମୀୟ ସ୍ୱଜନଙ୍କୁ ତାହାଙ୍କର ସେବା କରିବା ପାଇଁ ବାରଣ ନ କରିବାକୁ, ପୁଣି, ତାହାଙ୍କୁ ବନ୍ଦୀ ରୂପେ ରକ୍ଷା କରି ତାହାଙ୍କ ପ୍ରତି କୋମଳ ବ୍ୟବହାର କରିବାକୁ ଆଦେଶ ଦେଲେ।


ଆଉ ଯେଉଁ ସ୍ତ୍ରୀଲୋକକୁ ଦେଖିଲ, ସେ ପୃଥିବୀର ରାଜାମାନଙ୍କ ଉପରେ ରାଜତ୍ୱ କରୁଥିବା ମହାନଗରୀକୁ ବୁଝାଏ।


ଏହି ସ୍ଥଳରେ ବୁଦ୍ଧିବିଶିଷ୍ଟ ମନ ଆବଶ୍ୟକ। ସେହି ସପ୍ତ ମସ୍ତକ ସପ୍ତ ପର୍ବତକୁ ବୁଝାଏ, ଏହି ସପ୍ତ ପର୍ବତ ଉପରେ ସ୍ତ୍ରୀଲୋକ ଉପବିଷ୍ଟା;


କିନ୍ତୁ ଶତ-ସେନାପତି ପାଉଲଙ୍କୁ ରକ୍ଷା କରିବା ଇଚ୍ଛାରେ ସେମାନଙ୍କ ସଙ୍କଳ୍ପରୁ ସେମାନଙ୍କୁ କ୍ଷାନ୍ତ କରି ଆଜ୍ଞା ଦେଲେ ଯେ, ଯେଉଁମାନେ ପହଁରି ଜାଣନ୍ତି, ସେମାନେ ସମୁଦ୍ରରେ ଡେଇଁପଡ଼ି ପ୍ରଥମେ ସ୍ଥଳକୁ ଯାଆନ୍ତୁ,


ପାଉଲ ଶତ-ସେନାପତି ଓ ସୈନ୍ୟମାନଙ୍କୁ କହିଲେ, ଏମାନେ ଜାହାଜରେ ନ ରହିଲେ ଆପଣମାନେ ରକ୍ଷା ପାଇ ପାରିବେ ନାହିଁ।


ପରରାତ୍ରରେ ପ୍ରଭୁ ତାହାଙ୍କ ପାଖରେ ଠିଆ ହୋଇ କହିଲେ, “ସାହସ ଧର, କାରଣ ତୁମ୍ଭେ ଯେପରି ଯିରୂଶାଲମ ସହରରେ ଆମ୍ଭ ବିଷୟରେ ସାକ୍ଷ୍ୟ ଦେଇଅଛ, ସେହିପରି ତୁମ୍ଭକୁ ରୋମରେ ମଧ୍ୟ ସାକ୍ଷ୍ୟ ଦେବାକୁ ହେବ।”


ଏହି ସମସ୍ତ ବିଷୟ ଶେଷ ହେଲା ଉତ୍ତାରେ ପାଉଲ ମାକିଦନିଆ ଓ ଆଖାୟା ଦେଇ ଯିରୂଶାଲମ ସହରକୁ ଯିବା ନିମନ୍ତେ ମନରେ ସ୍ଥିର କରି କହିଲେ ଯେ ସେଠାକୁ ଗଲା ଉତ୍ତାରେ ମୋତେ ରୋମକୁ ମଧ୍ୟ ଯିବାକୁ ହେବ।


ଆଉ, ସେ ଆକ୍ୱିଲା ନାମକ ଜଣେ ଯିହୁଦୀଙ୍କ ଦେଖାପାଇଲେ, ପନ୍ତ ସହରରେ ତାହାଙ୍କ ଜନ୍ମସ୍ଥାନ; ସେ ଅଳ୍ପ ଦିନ ହେଲା ଆପଣା ସ୍ତ୍ରୀ ପ୍ରୀସ୍କିଲ୍ଲା ସହିତ ଇତାଲିଆରୁ ଆସିଥିଲେ, କାରଣ କ୍ଲାଉଦିଅ ସମସ୍ତ ଯିହୁଦୀଙ୍କୁ ରୋମରୁ ବାହାରିଯିବାକୁ ଆଜ୍ଞା ଦେଇଥିଲେ। ସେ ସେମାନଙ୍କ ସହିତ ସାକ୍ଷାତ କରିବାକୁ ଗଲେ,


ଫ୍ରୁଗିଆ ଓ ପଂଫୂଲିଆ, ମିସର ଓ କୂରୀଣୀ ନିକଟବର୍ତ୍ତୀ ଲିବିଆ ଅଞ୍ଚଳ ନିବାସୀ ଏବଂ ରୋମରୁ ଆସିଥିବା ଯିହୁଦୀ ଓ ଯିହୁଦୀ ଧର୍ମାବଲମ୍ବୀ ପ୍ରବାସୀ,


ପ୍ରହରୀବର୍ଗର ସେନାପତି ଯିରିମୀୟଙ୍କୁ ନେଇ କହିଲା, “ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଏହି ସ୍ଥାନ ବିଷୟରେ ଏହି ଅମଙ୍ଗଳର କଥା କହିଥିଲେ:


ପଞ୍ଚମ ମାସରେ, ମାସର ସପ୍ତମ ଦିନରେ ବାବିଲ ରାଜା ନବୂଖଦ୍‍ନିତ୍ସରଙ୍କ ରାଜତ୍ଵର ଊଣେଇଶ ବର୍ଷରେ ବାବିଲ ରାଜାର ଦାସ ନବୂଷରଦନ୍‍ ନାମକ ପ୍ରହରୀବର୍ଗର ସେନାପତି ଯିରୂଶାଲମକୁ ଆସିଲା।


ଏଥିମଧ୍ୟରେ ସେହି ମିଦୀୟନୀୟମାନେ ମିସର ଦେଶରେ ପୋଟୀଫର ନାମକ ଫାରୋର ଭୃତ୍ୟ, ଅର୍ଥାତ୍‍, ରକ୍ଷକ ସେନାପତିକୁ ଯୋଷେଫକୁ ବିକ୍ରୟ କଲେ।


ତହିଁରେ ଯିରିମୀୟ ସେପରି କଲେ। ତହୁଁ ସେମାନେ ରଜ୍ଜୁ ଧରି ଟାଣି ଯିରିମୀୟଙ୍କୁ କୂପରୁ ବାହାର କରି ଆଣିଲେ। ପୁଣି, ଯିରିମୀୟ ପ୍ରହରୀ ପ୍ରାଙ୍ଗଣରେ ରହିଲେ।


Swiv nou:

Piblisite


Piblisite