Biblia Todo Logo
Bib sou entènèt

- Piblisite -




ପ୍ରେରିତ 28:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ସେଥିରେ ସେମାନେ ତାହାଙ୍କୁ କହିଲେ, ଆପଣଙ୍କ ସମ୍ବନ୍ଧରେ ଯିହୂଦିୟା ପ୍ରଦେଶରୁ ଆମ୍ଭେମାନେ କୌଣସି ପତ୍ର ପାଇ ନାହୁଁ, କି ଭାଇମାନଙ୍କ ମଧ୍ୟରୁ କେହି ଏଠାକୁ ଆସି ଆପଣଙ୍କ ବିଷୟରେ କୌଣସି ମନ୍ଦ ସମ୍ବାଦ ଦେଇ ନାହାନ୍ତି ବା କହି ନାହାନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ସେଥିରେ ସେମାନେ ତାଙ୍କୁ କହିଲେ, ଆପଣଙ୍କ ସମ୍ଵନ୍ଧରେ ଯିହୁଦା ଦେଶରୁ ଆମ୍ଭେମାନେ କୌଣସି ପତ୍ର ପାଇ ନାହୁଁ, କି ଭାଇମାନଙ୍କ ମଧ୍ୟରୁ କେହି ଏଠାକୁ ଆସି ଆପଣଙ୍କ ବିଷୟରେ କୌଣସି ମନ୍ଦ ସମ୍ଵାଦ ଦେଇ ନାହାନ୍ତି ବା କହି ନାହାନ୍ତି।

Gade chapit la Kopi

ଓଡିଆ ବାଇବେଲ

21 ସେଥିରେ ସେମାନେ ତାହାଙ୍କୁ କହିଲେ, ଆପଣଙ୍କ ସମ୍ବନ୍ଧରେ ଯିହୂଦା ଦେଶରୁ ଆମ୍ଭେମାନେ କୌଣସି ପତ୍ର ପାଇ ନାହୁଁ, କି ଭାଇମାନଙ୍କ ମଧ୍ୟରୁ କେହି ଏଠାକୁ ଆସି ଆପଣଙ୍କ ବିଷୟରେ କୌଣସି ମନ୍ଦ ସମ୍ବାଦ ଦେଇ ନାହାଁନ୍ତି ବା କହି ନାହାଁନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 ସେମାନେ କହିଲେ, “ଆମେ ଯିହୁଦା ଦେଶରୁ ତୁମ ବିଷୟରେ କୌଣସି ଚିଠି ପତ୍ର ପାଇ ନାହୁଁ, କି ତୁମର ଖବର ନେଇ କିଅବା ତୁମ ବିଷୟରେ କିଛି ଅଭିଯୋଗ କରି କହିବାପାଇଁ ଆମ ଲୋକଙ୍କ ମଧ୍ୟରୁ କେହି ଏଠାକୁ ଆସି ନାହାନ୍ତି।

Gade chapit la Kopi

ପବିତ୍ର ବାଇବଲ

21 ଯିହୂଦୀ ନେତାମାନେ ଏହା ଶୁଣି ପାଉଲଙ୍କୁ କହିଲେ, “ଆମ୍ଭେମାନେ ତୁମ୍ଭ ବିଷୟରେ ଯିହୂଦା ଦେଶରୁ କୌଣସି ପତ୍ର ପାଇ ନାହୁଁ। ଆମ୍ଭେ ଯିରୁଶାଲମରୁ ଆସିଥିବା ଭାଇମାନଙ୍କଠାରୁ ତୁମ୍ଭ ବିରୁଦ୍ଧରେ କିଛି ଖବର ବା ମନ୍ଦ ସୂଚନା ପାଇ ନାହୁଁ।

Gade chapit la Kopi




ପ୍ରେରିତ 28:21
8 Referans Kwoze  

ଯେକୌଣସି ଅସ୍ତ୍ର ତୁମ୍ଭ ପ୍ରତିକୂଳରେ ନିର୍ମିତ ହୁଏ, ତାହା ସାର୍ଥକ ହେବ ନାହିଁ ଓ ଯେ ପ୍ରତ୍ୟେକ ଜିହ୍ୱା ବିଚାରରେ ତୁମ୍ଭ ବିରୁଦ୍ଧରେ ଉଠେ, ତୁମ୍ଭେ ତାହାକୁ ଦୋଷୀ କରିବ। ସଦାପ୍ରଭୁଙ୍କ ଦାସମାନଙ୍କର ଅଧିକାର ଓ ଆମ୍ଭ ଦତ୍ତ ସେମାନଙ୍କର ଧାର୍ମିକତା ଏହି,” ଏହା ସଦାପ୍ରଭୁ କହନ୍ତି।


ଯେ ମୋତେ ଧାର୍ମିକ କରନ୍ତି, ସେ ନିକଟବର୍ତ୍ତୀ; କିଏ ମୋʼ ସଙ୍ଗରେ ବିରୋଧ କରିବ? ଆସ, ଆମ୍ଭେମାନେ ଏକତ୍ର ଠିଆ ହେଉ; ମୋହର ବିପକ୍ଷ କିଏ? ସେ ମୋହର ନିକଟକୁ ଆସୁ।


ଦେଖ, ଯେଉଁମାନେ ତୁମ୍ଭ ପ୍ରତି କୁପିତ ଅଛନ୍ତି, ସେମାନେ ସମସ୍ତେ ଲଜ୍ଜିତ ଓ ବିବ୍ରତ ହେବେ; ଯେଉଁମାନେ ତୁମ୍ଭ ସଙ୍ଗେ ବିରୋଧ କରନ୍ତି, ସେମାନେ ଅବସ୍ତୁ ତୁଲ୍ୟ ହୋଇ ବିନଷ୍ଟ ହେବେ।


ଏହି ବିଷୟରେ ମହାଯାଜକ ଓ ପ୍ରାଚୀନବର୍ଗ ସମସ୍ତେ ମୋହର ସାକ୍ଷୀ; ମୁଁ ସେମାନଙ୍କଠାରୁ ଭାଇମାନଙ୍କ ନିକଟକୁ ପତ୍ର ଗ୍ରହଣ କରି, ଦମ୍ମେଶକରେ ଥିବା ଲୋକମାନେ ଯେପରି ଶାସ୍ତି ପାଆନ୍ତି, ଏଥିପାଇଁ ସେମାନଙ୍କୁ ସୁଦ୍ଧା ବାନ୍ଧି ଯିରୂଶାଲମ ସହରକୁ ଆଣିବା ନିମନ୍ତେ ସେ ସ୍ଥାନକୁ ଯାଉଥିଲି।


ମାତ୍ର ସଦାପ୍ରଭୁ ମିସରୀୟ ଲୋକଙ୍କଠାରୁ ଇସ୍ରାଏଲୀୟ ଲୋକଙ୍କୁ ପ୍ରଭେଦ କରନ୍ତି, ଏହା ଯେପରି ତୁମ୍ଭେମାନେ ଜ୍ଞାତ ହେବ, ଏଥିପାଇଁ ଇସ୍ରାଏଲ ସନ୍ତାନମାନଙ୍କ ମଧ୍ୟରେ ମନୁଷ୍ୟ କି ପଶୁ ପ୍ରତି ଗୋଟିଏ କୁକ୍କୁର ସୁଦ୍ଧା ଜିହ୍ୱା ପଜାଇବ ନାହିଁ।’


ଆଉ ଏବେ, ହେ ଭାଇମାନେ, ଆପଣମାନଙ୍କ ଅଧ୍ୟକ୍ଷମାନେ ଯେପରି, ଆପଣମାନେ ମଧ୍ୟ ସେପରି ଅଜ୍ଞାନତା ହେତୁ ଏହା କରିଅଛନ୍ତି ବୋଲି ମୁଁ ଜାଣେ।


ସେ ସ୍ଥାନରେ ଆମ୍ଭେମାନେ ଭାଇମାନଙ୍କୁ ଭେଟିଲୁ, ଆଉ ସେମାନଙ୍କ ସହିତ ସାତ ଦିନ ରହିବା ପାଇଁ ସେମାନେ ଆମ୍ଭମାନଙ୍କୁ ଅନୁରୋଧ କଲେ; ଏହି ପ୍ରକାରେ ଆମ୍ଭେମାନେ ରୋମରେ ପହଞ୍ଚିଲୁ।


କାରଣ ଯେଉଁମାନେ ଶାରୀରିକ ଭାବେ ମୋହର ଆତ୍ମୀୟ, ଏପରି ମୋହର ଭାଇମାନଙ୍କ ନିମନ୍ତେ ମୁଁ ନିଜେ ଖ୍ରୀଷ୍ଟଙ୍କଠାରୁ ପୃଥକ୍ ରହି ଶାପଗ୍ରସ୍ତ ହେବା ପାଇଁ ଇଚ୍ଛା କରିପାରନ୍ତି।


Swiv nou:

Piblisite


Piblisite