Biblia Todo Logo
Bib sou entènèt

- Piblisite -




ପ୍ରେରିତ 3:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଅବ୍ରହାମ, ଇସ୍‌ହାକ ଓ ଯାକୁବଙ୍କ ଈଶ୍ବର, ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ଈଶ୍ବର, ଆପଣା ଦାସ ଯୀଶୁଙ୍କୁ ଗୌରବାନ୍ୱିତ କରିଅଛନ୍ତି; ସେହି ଯୀଶୁଙ୍କୁ ଆପଣମାନେ ସମର୍ପଣ କଲେ, ପୁଣି, ଯେତେବେଳେ ପୀଲାତ ତାହାଙ୍କୁ ମୁକ୍ତ କରିବାକୁ ମନସ୍ଥ କରିଥିଲେ, ସେତେବେଳେ ତାହାଙ୍କୁ ଆପଣମାନେ ତାହାଙ୍କ ସାକ୍ଷାତରେ ଅସ୍ୱୀକାର କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଅବ୍ରହାମ, ଯିସ୍‍ହାକ ଓ ଯାକୁବଙ୍କ ଈଶ୍ଵର, ଆମ୍ଭମାନଙ୍କ ପିତୃପୁରୁଷଙ୍କ ଈଶ୍ଵର, ଆପଣା ଦାସ ଯୀଶୁଙ୍କୁ ଗୌରବାନ୍ଵିତ କରିଅଛନ୍ତି; ସେହି ଯୀଶୁଙ୍କୁ ଆପଣମାନେ ସମର୍ପଣ କଲେ, ପୁଣି ଯେତେବେଳେ ପୀଲାତ ତାହାଙ୍କୁ ମୁକ୍ତ କରିବାକୁ ମନସ୍ଥ କରିଥିଲେ, ସେତେବେଳେ ତାହାଙ୍କୁ ଆପଣମାନେ ତାହାଙ୍କ ସାକ୍ଷାତରେ ଅସ୍ଵୀକାର କଲେ।

Gade chapit la Kopi

ଓଡିଆ ବାଇବେଲ

13 ଅବ୍ରହାମ, ଇସ୍‌ହାକ ଓ ଯାକୁବଙ୍କ ଈଶ୍ୱର, ଆମ୍ଭମାନଙ୍କ ପିତୃପୁରୁଷଙ୍କ ଈଶ୍ୱର, ଆପଣା ଦାସ ଯୀଶୁଙ୍କୁ ଗୌରବାନ୍ୱିିତ କରିଅଛନ୍ତି; ସେହି ଯୀଶୁଙ୍କୁ ଆପଣମାନେ ସମର୍ପଣ କଲେ, ପୁଣି, ଯେତେବେଳେ ପୀଲାତ ତାହାଙ୍କୁ ମୁକ୍ତ କରିବାକୁ ମନସ୍ଥ କରିଥିଲେ, ସେତେବେଳେ ତାହାଙ୍କୁ ଆପଣମାନେ ତାହାଙ୍କ ସାକ୍ଷାତରେ ଅସ୍ୱୀକାର କଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 ଆମ ପୂର୍ବ ପୁରୁଷ ଅବ୍ରହାମଙ୍କ ଈଶ୍ୱର, ଇସ୍ହାକ୍ ଓ ଯାକୁବଙ୍କର ଈଶ୍ୱର ତାଙ୍କ ସେବକ ଯୀଶୁଙ୍କୁ ଐଶ୍ୱରିକ ଗୌରବ ପ୍ରଦାନ କରିଛନ୍ତି। କିନ୍ତୁ ତୁମେ ତାଙ୍କୁ କର୍ତ୍ତୃପକ୍ଷମାନଙ୍କର ହସ୍ତରେ ସମର୍ପଣ କଲ। ଏପରି କି ପୀଲାତ ତାଙ୍କୁ ମୁକ୍ତ କରିବାକୁ ସ୍ଥିର କରିଥିଲେ ସୁଦ୍ଧା, ତାହାଙ୍କୁ ପୀଲାତଙ୍କ ସମ୍ମୁଖରେ ପ୍ରତ୍ୟାଖ୍ୟାନ କଲ।

Gade chapit la Kopi

ପବିତ୍ର ବାଇବଲ

13 ନା! ଈଶ୍ୱର ଏହା କରିଛନ୍ତି। ସେ ଅବ୍ରହାମ, ଇ‌ସ୍‌ହାକ ଓ ଯାକୁବଙ୍କ ଈଶ୍ୱର ଅଟନ୍ତି। ସେ ଆମ୍ଭର ସମସ୍ତ ପୂର୍ବପୁରୁଷଙ୍କ ଈଶ୍ୱର ଅଟନ୍ତି। ସେ ତାହାଙ୍କ ମହାନ ସେବକ ଯୀଶୁଙ୍କୁ ଗୌରବାନ୍ୱିତ କରିଅଛନ୍ତି। ମାତ୍ର ତୁମ୍ଭେମାନେ ଯୀଶୁଙ୍କୁ ମୃତ୍ୟୁ ଭୋଗ କରିବା ନିମନ୍ତେ ସମର୍ପଣ କରିଦେଲ। ପୀଲାତ ଯୀଶୁଙ୍କୁ ମୁକ୍ତ କରିବାକୁ ସ୍ଥିର କରିଥିଲେ, କିନ୍ତୁ ତୁମ୍ଭେମାନେ ଯୀଶୁଙ୍କୁ ଗ୍ଭହଁ ନାହିଁ ବୋଲି ପୀଲାତଙ୍କୁ କହିଲ।

Gade chapit la Kopi




ପ୍ରେରିତ 3:13
46 Referans Kwoze  

ଆମ୍ଭେ ତୁମ୍ଭ ପିତୃ-ପୁରୁଷମାନଙ୍କ ଈଶ୍ବର, ଅବ୍ରହାମ, ଇସ୍‌ହାକ ଓ ଯାକୁବର ଈଶ୍ବର। ସେଥିରେ ମୋଶା କମ୍ପି ଉଠି, ଭଲ ରୂପେ ଦେଖିବାକୁ ସାହସ କଲେ ନାହିଁ।


‘ଆମ୍ଭେ ଅବ୍ରହାମଙ୍କ ଈଶ୍ବର, ଇସ୍‌ହାକଙ୍କ ଈଶ୍ବର ଓ ଯାକୁବଙ୍କ ଈଶ୍ବର।’ ସେ ମୃତମାନଙ୍କ ଈଶ୍ବର ନୁହଁନ୍ତି, ମାତ୍ର ଜୀବିତମାନଙ୍କର।”


କିନ୍ତୁ ଦୂତମାନଙ୍କ ଅପେକ୍ଷା ଯେ ଅଳ୍ପ ସମୟ ନ୍ୟୂନୀକୃତ ହୋଇଥିଲେ, ତାହାଙ୍କୁ, ଅର୍ଥାତ୍‍, ଯୀଶୁଙ୍କୁ ମୃତ୍ୟୁର ଦୁଃଖଭୋଗ ହେତୁ ଗୌରବ ଓ ସମ୍ଭ୍ରମରୂପ ମୁକୁଟ ପରିଧାନ କରିଥିବାର ଦେଖୁଅଛୁ, ଯେପରି ଈଶ୍ବରଙ୍କ ଅନୁଗ୍ରହରେ ପ୍ରତ୍ୟେକ ମନୁଷ୍ୟ ନିମନ୍ତେ ସେ ମୃତ୍ୟୁ ଆସ୍ୱାଦନ କରନ୍ତି।


ସେଥିରେ ସେମାନେ ଚିତ୍କାର କଲେ, ତାହାକୁ ବଧ କର, ବଧ କର, କ୍ରୁଶରେ ଚଢ଼ାଅ। ପୀଲାତ ସେମାନଙ୍କୁ କହିଲେ, ଆମ୍ଭେ କଅଣ ତୁମ୍ଭମାନଙ୍କ ରାଜାଙ୍କୁ କ୍ରୁଶରେ ଚଢ଼ାଇବା? ପ୍ରଧାନ ଯାଜକମାନେ ଉତ୍ତର ଦେଲେ, କାଇସରଙ୍କ ବିନା ଆମ୍ଭମାନଙ୍କ ଆଉ ରାଜା ନାହିଁ।


ସେଥିରେ ପୀଲାତ ତାହାଙ୍କୁ ମୁକ୍ତ କରିବାକୁ ଚେଷ୍ଟା କଲେ, କିନ୍ତୁ ଯିହୁଦୀମାନେ ଚିତ୍କାର କରି କହିଲେ, ଯଦି ତୁମ୍ଭେ ଏହି ଲୋକକୁ ମୁକ୍ତ କର, ତାହାହେଲେ ତୁମ୍ଭେ କାଇସରଙ୍କର ମିତ୍ର ନୁହଁ; ଯେ କେହି ଆପଣାକୁ ରାଜା ବୋଲି କହେ, ସେ କାଇସରଙ୍କ ବିପକ୍ଷରେ କଥା କହେ।


ସେଥିରେ ସେମାନେ ପୁନର୍ବାର ଚିତ୍କାର କରି କହିଲେ, ଏ ଲୋକଟାକୁ ନୁହେଁ, କିନ୍ତୁ ବାରବ୍ବାକୁ। ଏହି ବାରବ୍ବା ଜଣେ ଡକାଇତ ଥିଲା।


ସେ ଆହୁରି କହିଲେ, “ଆମ୍ଭେ ତୁମ୍ଭର ପୈତୃକ ପରମେଶ୍ୱର, ଅର୍ଥାତ୍‍, ଅବ୍ରହାମର ପରମେଶ୍ୱର ଓ ଇସ୍‌ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର।” ତହିଁରେ ମୋଶା ଆପଣା ମୁଖ ଆଚ୍ଛାଦନ କଲେ, କାରଣ ସେ ପରମେଶ୍ୱରଙ୍କ ପ୍ରତି ଦୃଷ୍ଟି କରିବାକୁ ଭୀତ ହେଲେ।


“ଭୟ କର ନାହିଁ, ଆମ୍ଭେ ପ୍ରଥମ ଓ ଶେଷ, ପୁଣି, ସ୍ୱୟଂଜୀବୀ; ଆମ୍ଭେ ମୃତ ହେଲୁ, ଆଉ ଦେଖ, ଆମ୍ଭେ ଯୁଗେ ଯୁଗେ ଜୀବିତ ଅଟୁ, ପୁଣି, ଆମ୍ଭର ହସ୍ତରେ ମୃତ୍ୟୁ ଓ ପାତାଳର ଚାବି ଅଛି।


ପୁଣି, ବିଶ୍ୱସ୍ତ ସାକ୍ଷୀ, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ ଓ ପୃଥିବୀର ରାଜାମାନଙ୍କ ରାଜା ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ। ଯେ ଆମ୍ଭମାନଙ୍କୁ ପ୍ରେମ କରି ଆପଣା ରକ୍ତ ଦ୍ୱାରା ଆମ୍ଭମାନଙ୍କୁ ଆମ୍ଭମାନଙ୍କ ପାପରୁ ମୁକ୍ତ କରିଅଛନ୍ତି,


ପୁଣି, ସେ କହିଲେ, ଆମ୍ଭମାନଙ୍କର ପିତୃ-ପୁରୁଷଙ୍କର ଈଶ୍ବର ତାହାଙ୍କ ଇଚ୍ଛା ଜାଣିବା ପାଇଁ ଓ ସେହି ଧାର୍ମିକ ବ୍ୟକ୍ତିଙ୍କୁ ଦେଖିବା ପାଇଁ ପୁଣି, ତାହାଙ୍କ ମୁଖରୁ ବାଣୀ ଶୁଣିବା ପାଇଁ ମନୋନୀତ କରିଅଛନ୍ତି,


ତାହାଙ୍କ ଶିଷ୍ୟମାନେ ପ୍ରଥମେ ଏହି ସମସ୍ତ ବିଷୟ ବୁଝିଲେ ନାହିଁ, କିନ୍ତୁ ଯୀଶୁ ମହିମାନ୍ୱିତ ହେଲା ଉତ୍ତାରେ ଏସମସ୍ତ ବିଷୟ ଯେ ତାହାଙ୍କ ସମ୍ବନ୍ଧରେ ଲେଖାଯାଇଥିଲା, ପୁଣି, ତାହାଙ୍କ ପ୍ରତି ସେମାନେ ଯେ ଏହିସବୁ କରିଥିଲେ, ତାହା ସେମାନଙ୍କ ମନରେ ପଡ଼ିଲା।


ତାହାଙ୍କଠାରେ ବିଶ୍ୱାସକାରୀମାନେ ଯେଉଁ ଆତ୍ମା ପାଇବାକୁ ଯାଉଥିଲେ, ତାହାଙ୍କ ବିଷୟରେ ସେ ଏହା କହିଲେ, କାରଣ ଯୀଶୁ ସେପର୍ଯ୍ୟନ୍ତ ମହିମାପ୍ରାପ୍ତ ହୋଇ ନ ଥିବାରୁ ପବିତ୍ର ଆତ୍ମା ପ୍ରଦତ୍ତ ହୋଇ ନ ଥିଲେ।


ଏଥିରେ ପୀଲାତ ପ୍ରଧାନ ଯାଜକ ଓ ଲୋକସମୂହକୁ କହିଲେ, ଆମ୍ଭେ ଏହି ଲୋକଠାରେ କୌଣସି ଦୋଷ ପାଉ ନାହୁଁ।


ମାତ୍ର ସେ ଯେପରି ସେମାନଙ୍କ ନିମନ୍ତେ ବରଂ ବାରବ୍ବାକୁ ମୁକ୍ତ କରନ୍ତି, ସେଥିପାଇଁ ପ୍ରଧାନ ଯାଜକମାନେ ଲୋକସମୂହକୁ ମତାଇଲେ।


ପୁଣି, ଯୀଶୁ ସେମାନଙ୍କ ନିକଟକୁ ଆସି ଆଳାପ କରି କହିଲେ, “ସ୍ୱର୍ଗ ଓ ପୃଥିବୀର ସମସ୍ତ ଅଧିକାର ମୋତେ ଦିଆଯାଇଅଛି।


ଆଉ ସେମାନେ ତାହାଙ୍କୁ ବାନ୍ଧି ନେଇଯାଇ ପୀଲାତ ନାମକ ଶାସନକର୍ତ୍ତାଙ୍କ ହସ୍ତରେ ସମର୍ପଣ କଲେ।


ପୁଣି, ସେମାନେ ତାହାଙ୍କୁ ପ୍ରାଣ ଦଣ୍ଡାଜ୍ଞା ଦେଇ ପରିହାସ, କୋରଡ଼ା ପ୍ରହାର ଓ କ୍ରୁଶରେ ବଧ କରିବା ନିମନ୍ତେ ଅଣଯିହୁଦୀମାନଙ୍କ ହସ୍ତରେ ସମର୍ପଣ କରିବେ, ଆଉ ତୃତୀୟ ଦିବସରେ ସେ ଉଠିବେ।”


ମୋହର ପିତାଙ୍କ କର୍ତ୍ତୃକ ସମସ୍ତ ବିଷୟ ମୋʼ ଠାରେ ସମର୍ପିତ ହୋଇଅଛି, ଆଉ ପୁତ୍ରଙ୍କୁ କେହି ଜାଣେ ନାହିଁ, କେବଳ ପିତା ଜାଣନ୍ତି, ପୁଣି, ପିତାଙ୍କୁ କେହି ଜାଣେ ନାହିଁ, କେବଳ ପୁତ୍ର ଜାଣନ୍ତି, ଆଉ ପୁତ୍ର ଯାହା ପାଖରେ ତାହାଙ୍କୁ ପ୍ରକାଶ କରିବାକୁ ଇଚ୍ଛା କରନ୍ତି, ସେ ଜାଣେ।


ଏଥିଉତ୍ତାରେ ମୋଶା ପରମେଶ୍ୱରଙ୍କୁ କହିଲେ, “ଦେଖ, ମୁଁ ଯେତେବେଳେ ଇସ୍ରାଏଲର ସନ୍ତାନମାନଙ୍କ ନିକଟକୁ ଯାଇ ସେମାନଙ୍କୁ କହିବି, ‘କି ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ପରମେଶ୍ୱର ମୋତେ ତୁମ୍ଭମାନଙ୍କ ନିକଟକୁ ପଠାଇଅଛନ୍ତି;’ ପୁଣି, ସେମାନେ ପଚାରିବେ, ‘ତାହାଙ୍କର ନାମ କଅଣ?’ ସେତେବେଳେ ମୁଁ କି ଉତ୍ତର ଦେବି?”


ପରମେଶ୍ୱର ମୋଶାଙ୍କୁ ଆହୁରି କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି କଥା କହିବ, ‘ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ଅର୍ଥାତ୍‍, ଅବ୍ରହାମର ପରମେଶ୍ୱର, ଇସ୍‌ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର ଯେ ସଦାପ୍ରଭୁ (ସ୍ୱୟମ୍ଭୂ), ସେ ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇଅଛନ୍ତି; ଆମ୍ଭର ଏହି ନାମ ଅନନ୍ତକାଳସ୍ଥାୟୀ, ପୁଣି, ପୁରୁଷାନୁକ୍ରମେ ସ୍ମରଣୀୟ ଅଟେ।’


“ପୁଣି, ବିଚାର କର ନାହିଁ, ତାହାହେଲେ ତୁମ୍ଭେମାନେ ବିଚାରିତ ହେବ ନାହିଁ; ଦୋଷୀ କର ନାହିଁ, ତାହାହେଲେ ତୁମ୍ଭେମାନେ ଦୋଷୀକୃତ ହେବ ନାହିଁ। କ୍ଷମା କର, ତାହାହେଲେ ତୁମ୍ଭମାନଙ୍କୁ କ୍ଷମା କରାଯିବ;


ଯୀଶୁ ଉତ୍ତର ଦେଲେ, “ଯଦି ଊର୍ଦ୍ଧ୍ୱରୁ ଆପଣଙ୍କୁ ଦିଆଯାଇ ନ ଥାଆନ୍ତା, ତାହାହେଲେ ମୋʼ ବିରୁଦ୍ଧରେ ଆପଣଙ୍କର କୌଣସି ଅଧିକାର ନ ଥାଆନ୍ତା; ଏଣୁ ଯେ ମୋତେ ଆପଣଙ୍କ ହସ୍ତରେ ସମର୍ପଣ କରିଅଛି, ତାହାର ପାପ ଗୁରୁତର।”


ପିତର ତାହା ଦେଖି ଲୋକମାନଙ୍କୁ ଉତ୍ତର ଦେଲେ, ହେ ଇସ୍ରାଏଲୀୟ ଲୋକମାନେ, ଆପଣମାନେ କାହିଁକି ଏହି ଲୋକ ବିଷୟରେ ଚମତ୍କୃତ ହେଉଅଛନ୍ତି? କିମ୍ବା ଆମ୍ଭେମାନେ ଯେପରି ନିଜ ଶକ୍ତି ଅବା ଭକ୍ତି ବଳରେ ଏହାକୁ ଚାଲିବା ଶକ୍ତି ଦେଇଅଛୁ, ତାହା ଭାବି ଆମ୍ଭମାନଙ୍କ ପ୍ରତି କାହିଁକି ଏକଦୃଷ୍ଟିରେ ଚାହୁଁଅଛନ୍ତି?


ଈଶ୍ବର ପ୍ରଥମେ ଆପଣମାନଙ୍କ ନିମନ୍ତେ ଆପଣାର ସେହି ଦାସଙ୍କୁ ଉତ୍ପନ୍ନ କରି ପ୍ରେରଣ କଲେ, ଯେପରି ସେ ଆପଣମାନଙ୍କର ପ୍ରତ୍ୟେକ ଜଣଙ୍କୁ ନିଜ ନିଜ ଦୁଷ୍ଟତାରୁ ଫେରାଇ ଆଶୀର୍ବାଦ କରନ୍ତି।


କାରଣ ତୁମ୍ଭର ଯେଉଁ ପବିତ୍ର ଦାସ ଯୀଶୁଙ୍କୁ ତୁମ୍ଭେ ଅଭିଷିକ୍ତ କଲ, ପ୍ରକୃତରେ ତାହାଙ୍କ ବିରୁଦ୍ଧରେ ହେରୋଦ ଏବଂ ପନ୍ତିୟ ପୀଲାତ ଉଭୟ ଅଣଯିହୁଦୀ ଓ ଇସ୍ରାଏଲ ଲୋକମାନଙ୍କ ସହିତ ଏହି ନଗରରେ,


ଆଉ ସେଥି ସଙ୍ଗେ ସଙ୍ଗେ ତୁମ୍ଭର ପବିତ୍ର ଦାସ ଯୀଶୁଙ୍କ ନାମରେ ସୁସ୍ଥ କରିବା ନିମନ୍ତେ ଏବଂ ଲକ୍ଷଣ ଓ ଅଦ୍ଭୁତ କର୍ମମାନ ସାଧନ କରିବା ପାଇଁ ତୁମ୍ଭର ହସ୍ତ ବିସ୍ତାର କର।”


କିନ୍ତୁ ଏମାନେ ଯାହାକୁ ଗୋଟିଏ ବିଧର୍ମଦଳ ବୋଲି କହନ୍ତି, ମୁଁ ସେହି ମାର୍ଗ ଅନୁସାରେ ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ଈଶ୍ବରଙ୍କର ଉପାସନା କରିଥାଏ; ଯାହା ଯାହା ମୋଶାଙ୍କ ବ୍ୟବସ୍ଥା ଅନୁଯାୟୀ ଓ ଯାହା ଯାହା ଭାବବାଦୀମାନଙ୍କ ପୁସ୍ତକରେ ଲିଖିତ ଅଛି, ସେହିସବୁ ମୁଁ ବିଶ୍ୱାସ କରେ;


ପିତୃ-ପୁରୁଷମାନେ ସେମାନଙ୍କର, ଆଉ ଶାରୀରିକ-ଭାବେ ସେମାନଙ୍କ ମଧ୍ୟରୁ ଖ୍ରୀଷ୍ଟ ଉତ୍ପନ୍ନ; ସେହି ସର୍ବାଧିପତି ଈଶ୍ବର ଯୁଗେ ଯୁଗେ ଧନ୍ୟ, ଆମେନ୍‍।


କିନ୍ତୁ ସେ ଅସ୍ୱୀକାର କରି କହିଲେ, ହେ ନାରୀ, ମୁଁ ତାହାକୁ ଜାଣେ ନାହିଁ।


Swiv nou:

Piblisite


Piblisite