Biblia Todo Logo
Bib sou entènèt

- Piblisite -




ପ୍ରେରିତ 3:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପିତର ଓ ଯୋହନ ତାହା ପ୍ରତି ସ୍ଥିର ଦୃଷ୍ଟିରେ ଚାହିଁଲେ, ପୁଣି, ପିତର କହିଲେ, “ଆମ୍ଭମାନଙ୍କ ଆଡ଼କୁ ଚାହଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ପିତର ଓ ଯୋହନ ତାʼ ପ୍ରତି ସ୍ଥିର ଦୃଷ୍ଟିରେ ଚାହିଁଲେ, ପୁଣି ପିତର କହିଲେ, ଆମ୍ଭମାନଙ୍କ ଆଡ଼କୁ ଚାହଁ।

Gade chapit la Kopi

ଓଡିଆ ବାଇବେଲ

4 ପିତର ଓ ଯୋହନ ତାହା ପ୍ରତି ସ୍ଥିର ଦୃଷ୍ଟିରେ ଚାହିଁଲେ, ପୁଣି, ପିତର କହିଲେ, "ଆମ୍ଭମାନଙ୍କ ଆଡ଼଼କୁ ଚାହଁ ।"

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ସେମାନେ ତାହାକୁ ସ୍ଥିର ଦୃଷ୍ଟିରେ ଚାହିଁଲେ ଓ ପିତର କହିଲେ, “ଆମ ଆଡ଼କୁ ଚାହଁ!”

Gade chapit la Kopi

ପବିତ୍ର ବାଇବଲ

4 ଯୋହନ ଓ ପିତର ତା ଆଡ଼କୁ ଅନାଇ କହିଲେ, “ଆମ୍ଭ ଆଡ଼େ ଗ୍ଭହଁ।”

Gade chapit la Kopi




ପ୍ରେରିତ 3:4
11 Referans Kwoze  

ଯୀଶୁ ତାହାଙ୍କୁ କହିଲେ, “ଯଦି ତୁମ୍ଭେ ବିଶ୍ୱାସ କର, ତାହାହେଲେ ଈଶ୍ବରଙ୍କ ମହିମା ଦେଖିବ, ଏହା କଅଣ ମୁଁ ତୁମ୍ଭକୁ କହିଲି ନାହିଁ?” ସେଥିରେ ସେମାନେ ପଥର ଘୁଞ୍ଚାଇଦେଲେ।


ପିତର ତାହା ଦେଖି ଲୋକମାନଙ୍କୁ ଉତ୍ତର ଦେଲେ, ହେ ଇସ୍ରାଏଲୀୟ ଲୋକମାନେ, ଆପଣମାନେ କାହିଁକି ଏହି ଲୋକ ବିଷୟରେ ଚମତ୍କୃତ ହେଉଅଛନ୍ତି? କିମ୍ବା ଆମ୍ଭେମାନେ ଯେପରି ନିଜ ଶକ୍ତି ଅବା ଭକ୍ତି ବଳରେ ଏହାକୁ ଚାଲିବା ଶକ୍ତି ଦେଇଅଛୁ, ତାହା ଭାବି ଆମ୍ଭମାନଙ୍କ ପ୍ରତି କାହିଁକି ଏକଦୃଷ୍ଟିରେ ଚାହୁଁଅଛନ୍ତି?


ପରେ ସେ ପୁସ୍ତକ ବନ୍ଦ କରି, ପରିଚାରକଙ୍କୁ ତାହା ଫେରାଇଦେଇ ବସିଲେ। ଆଉ ସମାଜଗୃହରେ ସମସ୍ତଙ୍କ ଦୃଷ୍ଟି ତାହାଙ୍କ ଉପରେ ସ୍ଥିର ହୋଇ ରହିଲା।


ଯୀଶୁ ତାହାକୁ ପଡ଼ିରହିଥିବା ଦେଖି ବହୁକାଳର ରୋଗୀ ବୋଲି ଜାଣି ତାହାକୁ ପଚାରିଲେ, “ତୁମ୍ଭେ କଅଣ ସୁସ୍ଥ ହେବାକୁ ଇଚ୍ଛା କରୁଅଛ?”


ଆଉ ତାହା ମୋ ପର୍ଯ୍ୟନ୍ତ ଆସିଲା; ମୁଁ ତାହା ପ୍ରତି ଏକଦୃଷ୍ଟିରେ ଚାହିଁ ଚିନ୍ତା କରିବାକୁ ଲାଗିଲି ଓ ସେଥିରେ ପୃଥିବୀର ଚାରିଗୋଡ଼ିଆ ପ୍ରାଣୀ, ବନ୍ୟ-ପଶୁ, ସରୀସୃପ ଓ ଆକାଶର ପକ୍ଷୀସବୁ ଦେଖିଲି,


ଦିନେ ପ୍ରାର୍ଥନାର ନିର୍ଦ୍ଧିଷ୍ଟ ସମୟରେ, ଅର୍ଥାତ୍‍ ଅପରାହ୍ନ ତିନି ଘଣ୍ଟା ବେଳେ ପିତର ଓ ଯୋହନ ମନ୍ଦିରକୁ ଯାଉଥିଲେ।


ସେ ପିତର ଓ ଯୋହନଙ୍କୁ ମନ୍ଦିରରେ ପ୍ରବେଶ କରିବାକୁ ଯାଉଥିବା ଦେଖି ଭିକ୍ଷା ମାଗିବାକୁ ଲାଗିଲା


ସେଥିରେ ସେ ସେମାନଙ୍କଠାରୁ କିଛି ପାଇବା ଆଶାରେ ସେମାନଙ୍କ ଆଡ଼କୁ ଚାହିଁ ରହିଲା।


ସେ ପିତର ଓ ଯୋହନଙ୍କୁ ଧରି ରହିଥିବା ସମୟରେ ଲୋକ ସମସ୍ତେ ଅତିଶୟ ବିସ୍ମୟାପନ୍ନ ହୋଇ ଶଲୋମନଙ୍କ ମଣ୍ଡପରେ ସେମାନଙ୍କ ନିକଟକୁ ଏକତ୍ର ଦୌଡ଼ିଆସିଲେ।


ସେ ସେଥିରେ ତାହାଙ୍କ ପ୍ରତି ଏକଦୃଷ୍ଟିରେ ଚାହିଁ ଭୀତ ହୋଇ କହିଲେ, ହେ ପ୍ରଭୁ କଅଣ? ସେ ତାହାଙ୍କୁ କହିଲେ, ତୁମ୍ଭର ପ୍ରାର୍ଥନା ଓ ଦାନସବୁ ସ୍ମରଣାର୍ଥକ ବଳି ସ୍ୱରୂପେ ଊର୍ଦ୍ଧ୍ୱରେ ଈଶ୍ବରଙ୍କ ଛାମୁରେ ଉଠିଅଛି।


Swiv nou:

Piblisite


Piblisite