Biblia Todo Logo
Bib sou entènèt

- Piblisite -




ପ୍ରେରିତ 4:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ପିତର ଏବଂ ଯୋହନ ଲୋକମାନଙ୍କ ନିକଟରେ କଥା କହୁଥିବା ସମୟରେ ଯାଜକମାନେ, ମନ୍ଦିର ସେନାପତି ଓ ସାଦ୍ଦୂକୀମାନେ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ସେମାନେ ଲୋକମାନଙ୍କ ନିକଟରେ କଥା କହୁଥିବା ସମୟରେ ଯାଜକମାନେ, ମନ୍ଦିରର ସେନାପତି ଓ ସାଦ୍ଦୂକୀମାନେ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ;

Gade chapit la Kopi

ଓଡିଆ ବାଇବେଲ

1 ସେମାନେ ଲୋକମାନଙ୍କ ନିକଟରେ କଥା କହୁଥିବା ସମୟରେ ଯାଜକମାନେ, ମନ୍ଦିର ସେନାପତି ଓ ସାଦ୍ଦୂକୀମାନେ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ପିତର ଓ ଯୋହନ ଲୋକମାନଙ୍କୁ ଏହିପରି ଶିକ୍ଷା ଦେଉଥିବା ସମୟରେ ମନ୍ଦିରର କେତେକ ଯାଜକ, ମନ୍ଦିର ପ୍ରହରୀମାନଙ୍କର ସେନାପତି ଓ କେତେକ ସାଦ୍ଦୁକୀ ଆସି ପହଞ୍ଚିଲେ।

Gade chapit la Kopi

ପବିତ୍ର ବାଇବଲ

1 ପିତର ଓ ଯୋହନ ଲୋକମାନଙ୍କ ସହ କଥାବାର୍ତ୍ତା କରୁଥିବା ସମୟରେ କେତେକ ଲୋକ ସେମାନଙ୍କ ପାଖକୁ ଆସିଲେ। ସେମାନେ ଯାଜକ, ମନ୍ଦିରର ଜଗୁଆଳୀମାନଙ୍କ ସେନାପତି ଓ କେତେକ ସାଦ୍ଦୂକୀ ଥିଲେ।

Gade chapit la Kopi




ପ୍ରେରିତ 4:1
20 Referans Kwoze  

ଆଉ ଯିହୂଦା ଯାଇ, କି ଉପାୟରେ ଯୀଶୁଙ୍କୁ ପ୍ରଧାନ ଯାଜକ ଓ ସେନାପତିମାନଙ୍କ ହାତରେ ଧରାଇଦେବ, ତାହା ସେମାନଙ୍କ ସହିତ କଥାବାର୍ତ୍ତା କଲା।


ଆଉ, ସେମାନେ ଜନସାଧାରଣଙ୍କୁ, ପୁଣି, ପ୍ରାଚୀନ ଓ ଶାସ୍ତ୍ରୀମାନଙ୍କୁ ଉତ୍ତେଜିତ କରି ତାହାଙ୍କୁ ଆକ୍ରମଣ କଲେ ଓ ତାହାଙ୍କୁ ବଳରେ ଧରି ମହାସଭାକୁ ଆଣିଲେ,


ସେତେବେଳେ ସେନାପତି କର୍ମଚାରୀମାନଙ୍କ ସହିତ ଯାଇ ସେମାନଙ୍କୁ ଆଣିଲେ, କିନ୍ତୁ ବଳପୂର୍ବକ ନୁହେଁ, କାରଣ କାଳେ ଲୋକେ ସେମାନଙ୍କୁ ପଥର ଫୋପାଡ଼ିବେ, ଏହା ଭୟ କରୁଥିଲେ।


ଏହିସବୁ କଥା ଶୁଣି ମନ୍ଦିରର ସେନାପତି ଓ ପ୍ରଧାନ ଯାଜକମାନେ ଏଥିର ପରିଣାମ କଅଣ ହେବ ଭାବି ସେମାନଙ୍କ ବିଷୟରେ ଅବାକ୍ ହେବାକୁ ଲାଗିଲେ।


କିନ୍ତୁ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ମଧ୍ୟରୁ ଅନେକେ ବାପ୍ତିସ୍ମ ନିମନ୍ତେ ଆସୁଅଛନ୍ତି, ଏହା ଦେଖି ସେ ସେମାନଙ୍କୁ କହିଲେ, “ରେ କାଳସର୍ପର ବଂଶ, ଆଗାମୀ କ୍ରୋଧରୁ ପଳାୟନ କରିବା ନିମନ୍ତେ କିଏ ତୁମ୍ଭମାନଙ୍କୁ ଚେତନା ଦେଲା?


ସେଠାରେ ମହାଯାଜକ ହାନାନ, କୟାଫା, ଯୋହନ, ଆଲେକ୍‌ଜାଣ୍ଡର, ପୁଣି, ମହାଯାଜକୀୟ ବଂଶର ସମସ୍ତ ଲୋକ ଉପସ୍ଥିତ ଥିଲେ।


ଅତଏବ, ଯିହୂଦା ସୈନ୍ୟଦଳ ପୁଣି, ପ୍ରଧାନ ଯାଜକ ଓ ଫାରୂଶୀମାନଙ୍କଠାରୁ ପ୍ରାପ୍ତ ପଦାତିକମାନଙ୍କୁ ଘେନି ବତୀ, ମଶାଲ ଓ ଅସ୍ତ୍ରଶସ୍ତ୍ର ଧରି ସେଠାକୁ ଆସିଲା।


ଦାସ ଆପଣା କର୍ତ୍ତାଠାରୁ ଶ୍ରେଷ୍ଠ ନୁହେଁ, ମୁଁ ତୁମ୍ଭମାନଙ୍କୁ ଏହି ଯେଉଁ ବାକ୍ୟ କହିଅଛି, ତାହା ସ୍ମରଣ କର। ଯଦି ସେମାନେ ମୋତେ ତାଡ଼ନା କରିଅଛନ୍ତି, ତାହାହେଲେ ତୁମ୍ଭମାନଙ୍କୁ ମଧ୍ୟ ତାଡ଼ନା କରିବେ; ଯଦି ସେମାନେ ମୋହର ବାକ୍ୟ ପାଳନ କରିଅଛନ୍ତି, ତାହାହେଲେ ତୁମ୍ଭମାନଙ୍କର ବାକ୍ୟ ମଧ୍ୟ ପାଳନ କରିବେ।


ପ୍ରଧାନ ଯାଜକମାନେ ମଧ୍ୟ ସେହି ପ୍ରକାରେ ଶାସ୍ତ୍ରୀ ଓ ପ୍ରାଚୀନବର୍ଗଙ୍କ ସହିତ ପରିହାସ କରିବାକୁ ଲାଗିଲେ,


ମାତ୍ର ପ୍ରଧାନ ଯାଜକ ଓ ପ୍ରାଚୀନବର୍ଗ ବାରବ୍ବାକୁ ମାଗିବା ପାଇଁ ଓ ଯୀଶୁଙ୍କୁ ବିନାଶ କରିବା ପାଇଁ ଲୋକସମୂହକୁ ମଣାଇଲେ।


ଆଉ, ସେମାନେ ହେରୋଦୀୟମାନଙ୍କ ସହିତ ଆପଣା ଶିଷ୍ୟମାନଙ୍କୁ ତାହାଙ୍କ ନିକଟକୁ କହି ପଠାଇଲେ, ହେ ଗୁରୁ, ଆମ୍ଭେମାନେ ଜାଣୁ, ଆପଣ ସତ୍ୟ ଏବଂ ସତ୍ୟ ରୂପେ ଈଶ୍ବରଙ୍କ ମାର୍ଗ ଶିକ୍ଷା ଦିଅନ୍ତି ପୁଣି, କାହାରିକୁ ଭୟ କରନ୍ତି ନାହିଁ, କାରଣ ଆପଣ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ।


ସେ ଯେ ରୁଟିର ଖମୀରଠାରୁ ସାବଧାନ ହୋଇ ରହିବା ପାଇଁ ନ କହି ଫାରୂଶୀ ଓ ସାଦ୍ଦୂକୀମାନଙ୍କ ଶିକ୍ଷାରୁ ସାବଧାନ ହୋଇ ରହିବା ପାଇଁ ସେମାନଙ୍କୁ କହିଥିଲେ, ଏହା ସେମାନେ ସେତେବେଳେ ବୁଝିଲେ।


ଏଣୁ ଈଶ୍ବରଙ୍କ ବାକ୍ୟ ଅଧିକ ବ୍ୟାପିଗଲା ଏବଂ ଯିରୂଶାଲମ ସହରରେ ଶିଷ୍ୟମାନଙ୍କ ସଂଖ୍ୟା ଅତିଶୟ ବୃଦ୍ଧି ପାଇବାକୁ ଲାଗିଲା; ଆଉ, ଯାଜକମାନଙ୍କ ମଧ୍ୟରୁ ଅନେକ ଅନେକ ଲୋକ ବିଶ୍ୱାସମାର୍ଗ ଅବଲମ୍ବନ କରିବାକୁ ଲାଗିଲେ।


ଏଥିମଧ୍ୟରେ ଦିନେ ଯୀଶୁ ଯେତେବେଳେ ମନ୍ଦିରରେ ଲୋକମାନଙ୍କୁ ଶିକ୍ଷା ଦେଉଥିଲେ ଓ ସୁସମାଚାର ପ୍ରଚାର କରୁଥିଲେ, ସେତେବେଳେ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ପ୍ରାଚୀନମାନଙ୍କ ସହିତ ଆସି ତାହାଙ୍କୁ କହିଲେ,


ପରେ ମହାଯାଜକ ଓ ତାହାଙ୍କ ସଙ୍ଗୀ ସମସ୍ତେ, ଅର୍ଥାତ୍‍, ସାଦ୍ଦୂକୀ ଦଳ, ଈର୍ଷାରେ ପ୍ରଜ୍ୱଳିତ ହୋଇ ଉଠିଲେ


Swiv nou:

Piblisite


Piblisite