Biblia Todo Logo
Bib sou entènèt

- Piblisite -




ପ୍ରେରିତ 4:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ତାହାଙ୍କ ଛଡ଼ା ଆଉ କାହାଠାରେ ପରିତ୍ରାଣ ନାହିଁ; କାରଣ ଯାହା ଦ୍ୱାରା ଆମ୍ଭମାନଙ୍କୁ ପରିତ୍ରାଣ ପାଇବାକୁ ହେବ, ଆକାଶ ତଳେ ମନୁଷ୍ୟମାନଙ୍କ ମଧ୍ୟରେ ଆଉ କୌଣସି ନାମ ଦିଆଯାଇ ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ତାହାଙ୍କ ଛଡ଼ା ଆଉ କାହାଠାରେ ପରିତ୍ରାଣ ନାହିଁ; କାରଣ ଯାହା ଦ୍ଵାରା ଆମ୍ଭମାନଙ୍କୁ ପରିତ୍ରାଣ ପାଇବାକୁ ହେବ, ଆକାଶ ତଳେ ମନୁଷ୍ୟମାନଙ୍କ ମଧ୍ୟରେ ଆଉ କୌଣସି ନାମ ଦିଆଯାଇ ନାହିଁ।

Gade chapit la Kopi

ଓଡିଆ ବାଇବେଲ

12 ତାହାଙ୍କ ଛଡ଼ା ଆଉ କାହାଠାରେ ପରିତ୍ରାଣ ନାହିଁ; କାରଣ ଯାହା ଦ୍ୱାରା ଆମ୍ଭମାନଙ୍କୁ ପରିତ୍ରାଣ ପାଇବାକୁ ହେବ, ଆକାଶ ତଳେ ମନୁଷ୍ୟମାନଙ୍କ ମଧ୍ୟରେ ଆଉ କୌଣସି ନାମ ଦିଆଯାଇ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 କେବଳ ତାଙ୍କ ଦ୍ୱାରା ପରିତ୍ରାଣ ସମ୍ଭବ ହୋଇଛି। ସମଗ୍ର ବିଶ୍ୱ ଜଗତରେ ଥିବା ଅନ୍ୟ କୌଣସି ନାମ ଦ୍ୱାରା ମନୁଷ୍ୟ ପରିତ୍ରାଣ ପାଇପାରିବେ ନାହିଁ।”

Gade chapit la Kopi

ପବିତ୍ର ବାଇବଲ

12 ତାହାଙ୍କ ବ୍ୟତୀତ ଅନ୍ୟ କାହା ପାଖରେ ଉଦ୍ଧାର ନାହିଁ, କାରଣ ଏହି ଆକାଶ ତଳେ ଦିଆଯାଇଥିବା ଅନ୍ୟ କୌଣସି ନାମ ନାହିଁ ଯାହାଦ୍ୱାରା କି ଆମ୍ଭେ ଉଦ୍ଧାର ପାଇ ପାରିବା।”

Gade chapit la Kopi




ପ୍ରେରିତ 4:12
19 Referans Kwoze  

ଯୀଶୁ ତାହାଙ୍କୁ କହିଲେ, “ମୁଁ ପଥ, ସତ୍ୟ ଓ ଜୀବନ; ମୋʼ ଦେଇ ନ ଗଲେ କେହି ପିତାଙ୍କ ନିକଟକୁ ଯାଏ ନାହିଁ।


କାରଣ ଯେଉଁ ଭିତ୍ତିମୂଳ ସ୍ଥାପିତ ହୋଇଅଛି, ତାହା ବ୍ୟତୀତ ଅନ୍ୟ ଭିତ୍ତିମୂଳ କେହି ସ୍ଥାପନ କରିପାରେ ନାହିଁ, ସେହି ଭିତ୍ତିମୂଳ ଯୀଶୁ ଖ୍ରୀଷ୍ଟ।


ଯେ ପୁତ୍ରଙ୍କଠାରେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ମାତ୍ର ଯେ ପୁତ୍ରଙ୍କୁ ଅମାନ୍ୟ କରେ, ସେ ଜୀବନ ଦେଖିବ ନାହିଁ, କିନ୍ତୁ ସେ ଈଶ୍ବରଙ୍କ କ୍ରୋଧର ପାତ୍ର ହୋଇ ରହିଥାଏ।


ପୁଣି, ଯିରୂଶାଲମ ସହରରୁ ଆରମ୍ଭ କରି ସମସ୍ତ ଜାତିଙ୍କ ନିକଟରେ ତାହାଙ୍କ ନାମରେ ପାପ କ୍ଷମା ନିମନ୍ତେ ମନ-ପରିବର୍ତ୍ତନର ପ୍ରସଙ୍ଗ ଘୋଷଣା କରାଯିବ।


ସେ ପୁତ୍ର ପ୍ରସବ କରିବେ, ଆଉ ତୁମ୍ଭେ ତାହାଙ୍କ ନାମ ଯୀଶୁ ଦେବ, କାରଣ ସେ ଆପଣା ଲୋକମାନଙ୍କୁ ସେମାନଙ୍କର ସମସ୍ତ ପାପରୁ ପରିତ୍ରାଣ କରିବେ।”


ତେବେ ଏପରି ମହାପରିତ୍ରାଣ ଅବହେଳା କଲେ ଆମ୍ଭେମାନେ କିପରି ରକ୍ଷା ପାଇବା? ତାହା ତ ପ୍ରଥମରେ ପ୍ରଭୁଙ୍କ ଦ୍ୱାରା କଥିତ ହୋଇ ଶ୍ରବଣ କରିଥିବା ବ୍ୟକ୍ତିମାନଙ୍କ ଦ୍ୱାରା ଆମ୍ଭମାନଙ୍କ ନିକଟରେ ପ୍ରମାଣସିଦ୍ଧ ହେଲା;


ଯାହାର ନାମ ଜୀବନ ପୁସ୍ତକରେ ଲେଖା ହୋଇଥିବାର ଦେଖା ନ ଗଲା, ତାହାକୁ ଅଗ୍ନିମୟ ହ୍ରଦରେ ପକାଗଲା।


ମୁଁ ସକଳ ପିଢ଼ିରେ ତୁମ୍ଭ ନାମ ସ୍ମରଣ କରାଇବି; ଏହେତୁ ଗୋଷ୍ଠୀସମୂହ ଅନନ୍ତକାଳ ତୁମ୍ଭର ପ୍ରଶଂସା କରିବେ।


ସାବଧାନ, ଯେ ବାକ୍ୟ କହୁଅଛନ୍ତି, ତାହାଙ୍କୁ ଅଗ୍ରାହ୍ୟ କର ନାହିଁ, କାରଣ ଯେଉଁ ମୋଶା ପୃଥିବୀରେ ଆଦେଶ ଦେଲେ, ତାହାଙ୍କୁ ଅଗ୍ରାହ୍ୟ କରିବାରୁ ଇସ୍ରାଏଲର ଲୋକମାନେ ଯଦି ରକ୍ଷା ପାଇଲେ ନାହିଁ, ତେବେ ଯେ ସ୍ୱର୍ଗରୁ ଆଦେଶ ଦେଉଅଛନ୍ତି, ତାହାଙ୍କଠାରୁ ବିମୁଖ ହେଲେ ଆମ୍ଭେମାନେ ମଧ୍ୟ ଯେ ରକ୍ଷା ପାଇବା ନାହିଁ, ଏହା ଯେ ଅଧିକ ସୁନିଶ୍ଚିତ!


ତୁମ୍ଭେମାନେ ଯେବେ ବିଶ୍ୱାସରେ ବଦ୍ଧମୂଳ ଓ ଅଟଳ ରହି ସୁସମାଚାରରେ ନିହିତ ଭରସାରୁ ବିଚଳିତ ନ ହୁଅ, ତାହାହେଲେ ନିଶ୍ଚୟ ଏହିସବୁ ଫଳ ପାଇବ; ସେହି ସୁସମାଚାର ତୁମ୍ଭେମାନେ ତ ଶୁଣିଅଛ; ତାହା ଆକାଶମଣ୍ଡଳ ତଳେ ଥିବା ସମସ୍ତ ସୃଷ୍ଟି ନିକଟରେ ପ୍ରଚାରିତ ହୋଇଅଛି, ଆଉ ମୁଁ ପାଉଲ ସେଥିର ଜଣେ ସେବକ ହୋଇଅଛି।


କିଏ ଆଗେ ଆମ୍ଭକୁ ଦେଇଅଛି ଯେ, ଆମ୍ଭେ ତାହାକୁ ପରିଶୋଧ କରିବା? ସମୁଦାୟ ଆକାଶମଣ୍ଡଳ ତଳେ ଯାହା କିଛି ଅଛି, ସବୁ ହିଁ ଆମ୍ଭର।


ଏହି ସମୟରେ ପେଣ୍ଟିକଷ୍ଟ ପର୍ବ ପାଳନ ଉଦ୍ଦେଶ୍ୟରେ ଆକାଶ ତଳେ ଥିବା ପ୍ରତ୍ୟେକ ଜାତିରୁ ଭକ୍ତ ଯିହୁଦୀମାନେ ଆସି ଯିରୂଶାଲମ ସହରରେ ବାସ କରୁଥିଲେ।


ପୃଥିବୀ ଉପରେ ଜଳ ଅତିଶୟ ବଢ଼ି ଆକାଶ ତଳସ୍ଥ ସବୁ ଉଚ୍ଚ ପର୍ବତ ମଗ୍ନ କଲା।


ହେ ଭାଇମାନେ, ଅବ୍ରହାମଙ୍କ ବଂଶର ସନ୍ତାନସନ୍ତତି ଓ ଆପଣମାନଙ୍କ ମଧ୍ୟରୁ ଈଶ୍ବର ଭୟକାରୀମାନେ, ଆମ୍ଭମାନଙ୍କ ନିକଟକୁ ଏହି ପରିତ୍ରାଣର ବାକ୍ୟ ପ୍ରେରିତ ହୋଇଅଛି।


Swiv nou:

Piblisite


Piblisite