Biblia Todo Logo
Bib sou entènèt

- Piblisite -




ପ୍ରେରିତ 4:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ସେମାନେ ତାହା ଶୁଣି ଏକଚିତ୍ତରେ ଈଶ୍ବରଙ୍କ ନିକଟରେ ଉଚ୍ଚସ୍ୱରରେ ପ୍ରାର୍ଥନା କରି କହିଲେ, ହେ ପ୍ରଭୁ ତୁମ୍ଭେ ଆକାଶ, ପୃଥିବୀ, ସମୁଦ୍ର ଏବଂ ସେ ସବୁ ମଧ୍ୟରେ ଥିବା ସମସ୍ତ ବିଷୟ ସୃଷ୍ଟି କରିଅଛ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ସେମାନେ ତାହା ଶୁଣି ଏକଚିତ୍ତରେ ଈଶ୍ଵରଙ୍କ ନିକଟରେ ଉଚ୍ଚସ୍ଵରରେ ପ୍ରାର୍ଥନା କରି କହିଲେ, ହେ ପ୍ରଭୁ, ତୁମ୍ଭେ ଆକାଶ, ପୃଥିବୀ, ସମୁଦ୍ର ଏବଂ ସେସବୁ ମଧ୍ୟରେ ଥିବା ସମସ୍ତ ବିଷୟ ସୃଷ୍ଟି କରିଅଛ।

Gade chapit la Kopi

ଓଡିଆ ବାଇବେଲ

24 ସେମାନେ ତାହା ଶୁଣି ଏକଚିତ୍ତରେ ଈଶ୍ୱରଙ୍କ ନିକଟରେ ଉଚ୍ଚସ୍ୱରରେ ପ୍ରାର୍ଥନା କରି କହିଲେ, ହେ ପ୍ରଭୁ ତୁମ୍ଭେ ଆକାଶ, ପୃଥିବୀ, ସମୁଦ୍ର ଏବଂ ସେ ସବୁ ମଧ୍ୟରେ ଥିବା ସମସ୍ତ ବିଷୟ ସୃଷ୍ଟି କରିଅଛ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

24 ବିଶ୍ୱାସୀମାନେ ସବୁକଥା ଶୁଣିବା ପରେ ସମସ୍ତେ ଏକତ୍ରିତ ହୋଇ ଈଶ୍ୱରଙ୍କ ନିକଟରେ ଏହି ପ୍ରାର୍ଥନା କଲେ, “ହେ ପ୍ରଭୁ! ସ୍ୱର୍ଗ, ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥ ସମସ୍ତ ବିଷୟର ସୃଷ୍ଟିକର୍ତ୍ତା!

Gade chapit la Kopi

ପବିତ୍ର ବାଇବଲ

24 ଯେତେବେଳେ ବିଶ୍ୱାସୀମାନେ ସମସ୍ତେ ଏହା ଶୁଣିଲେ, ସେମାନେ ଏକ ମନରେ ମିଳିତ ଭାବେ ପ୍ରାର୍ଥନା କଲେ, “ହେ ପ୍ରଭୁ, ତୁମ୍ଭେ ଆକାଶ, ପୃଥିବୀ, ସମୁଦ୍ର ଓ ସେଥିରେ ଥିବା ସବୁକିଛି ସୃଷ୍ଟି କରିଛ।

Gade chapit la Kopi




ପ୍ରେରିତ 4:24
20 Referans Kwoze  

ଯେହେତୁ ସଦାପ୍ରଭୁ ଆକାଶମଣ୍ଡଳ ଓ ପୃଥିବୀ ଓ ସମୁଦ୍ର ଓ ତନ୍ମଧ୍ୟସ୍ଥିତ ସମସ୍ତ ବସ୍ତୁ ଛଅ ଦିନରେ ନିର୍ମାଣ କରି ସପ୍ତମ ଦିନରେ ବିଶ୍ରାମ କଲେ; ଏହେତୁ ସଦାପ୍ରଭୁ ବିଶ୍ରାମ ଦିନକୁ ଆଶୀର୍ବାଦ କରି ପବିତ୍ର କରିଅଛନ୍ତି।


ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଆପଣା ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରିଅଛ; ତୁମ୍ଭର ଅସାଧ୍ୟ କିଛି ହିଁ ନାହିଁ;


କେବଳ ତୁମ୍ଭେ ହିଁ ସଦାପ୍ରଭୁ ଅଟ; ତୁମ୍ଭେ ସ୍ୱର୍ଗ, ସ୍ୱର୍ଗର ସ୍ୱର୍ଗ ଓ ତହିଁର ସମଗ୍ର ବାହିନୀ, ପୃଥିବୀ ଓ ତନ୍ମଧ୍ୟସ୍ଥ ସମସ୍ତ ବସ୍ତୁ, ସମୁଦ୍ର ଓ ତନ୍ମଧ୍ୟସ୍ଥସକଳ ବସ୍ତୁ ନିର୍ମାଣ କରିଅଛ ଓ ତୁମ୍ଭେ ସେସବୁର ସ୍ଥିତି କରୁଅଛ ଓ ସ୍ୱର୍ଗୀୟ-ବାହିନୀ ତୁମ୍ଭକୁ ପ୍ରଣାମ କରନ୍ତି।


ଆଉ ହିଜକୀୟ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାର୍ଥନା କରି କହିଲେ, “ହେ କିରୂବଗଣ ଉପରେ ଉପବିଷ୍ଟ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ, କେବଳ ତୁମ୍ଭେ ପୃଥିବୀସ୍ଥ ସମୁଦାୟ ରାଜ୍ୟର ପରମେଶ୍ୱର ଅଟ; ତୁମ୍ଭେ ସ୍ୱର୍ଗ ଓ ପୃଥିବୀ ନିର୍ମାଣ କରିଅଛ।


ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର, ସଦାପ୍ରଭୁଙ୍କର ପ୍ରଶଂସା କର; କାରଣ ସେ ଦୁଷ୍କର୍ମକାରୀମାନଙ୍କ ହସ୍ତରୁ ଦୀନହୀନର ପ୍ରାଣ ଉଦ୍ଧାର କରିଅଛନ୍ତି।


“ଯେ ତୁମ୍ଭମାନଙ୍କୁ ସାନ୍ତ୍ୱନା କରନ୍ତି, ସେ ଆମ୍ଭେ, ଆମ୍ଭେ ହିଁ ଅଟୁ; ମୃତ୍ୟୁର ଅଧୀନ ମନୁଷ୍ୟକୁ ଓ ଯେ ତୃଣ ତୁଲ୍ୟ କରାଯିବ, ଏପରି ମନୁଷ୍ୟର ସନ୍ତାନକୁ ଭୟ କରୁଅଛ,


ଏଣୁ ଏବେ, ହେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର, ମୁଁ ବିନୟ କରୁଅଛି, ତାହାର ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କର, ତହିଁରେ ତୁମ୍ଭେ, କେବଳ ତୁମ୍ଭେ ଯେ ସଦାପ୍ରଭୁ ପରମେଶ୍ୱର ଅଟ, ଏହା ପୃଥିବୀସ୍ଥ ସମୁଦାୟ ରାଜ୍ୟ ଜାଣିବେ।”


କିନ୍ତୁ ପ୍ରାୟ ମଧ୍ୟରାତ୍ରରେ ପାଉଲ ଓ ଶୀଲା ଈଶ୍ବରଙ୍କ ନିକଟରେ ପ୍ରାର୍ଥନା ଓ ସ୍ତବଗାନ କରୁଥିଲେ, ଆଉ ବନ୍ଦୀମାନେ ଶୁଣୁଥିଲେ।


ଶିଷ୍ୟମାନେ ମୁକ୍ତ ହୋଇ ଆପଣା ସଙ୍ଗୀମାନଙ୍କ ନିକଟକୁ ଗଲେ ଏବଂ ପ୍ରଧାନ ଯାଜକ ଓ ପ୍ରାଚୀନମାନେ ସେମାନଙ୍କୁ ଯାହା ଯାହା କହିଥିଲେ, ସେହିସବୁ ଜଣାଇଲେ।


ହେ ମହାଶୟମାନେ, କାହିଁକି ଏସମସ୍ତ କରୁଅଛନ୍ତି? ଆମ୍ଭେମାନେ ମଧ୍ୟ ଆପଣମାନଙ୍କ ପରି ସୁଖଦୁଃଖଭୋଗୀ ମନୁଷ୍ୟ, ଆପଣମାନଙ୍କ ନିକଟରେ ଏହି ସୁସମାଚାର ପ୍ରଚାର କରୁଅଛୁ, ଯେପରି ଆପଣମାନେ ଏହିସବୁ ଅସାର ବସ୍ତୁଠାରୁ ବିମୁଖ ହୋଇ ଜୀବନ୍ତ ଈଶ୍ବରଙ୍କ ପ୍ରତି ଫେରନ୍ତି। ସେ ଆକାଶମଣ୍ଡଳ, ପୃଥିବୀ, ସମୁଦ୍ର ଓ ସେସବୁରେ ଥିବା ସମସ୍ତ ସୃଷ୍ଟି କରିଅଛନ୍ତି;


Swiv nou:

Piblisite


Piblisite