Biblia Todo Logo
Bib sou entènèt

- Piblisite -




ପ୍ରେରିତ 4:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 କାରଣ ତୁମ୍ଭର ଯେଉଁ ପବିତ୍ର ଦାସ ଯୀଶୁଙ୍କୁ ତୁମ୍ଭେ ଅଭିଷିକ୍ତ କଲ, ପ୍ରକୃତରେ ତାହାଙ୍କ ବିରୁଦ୍ଧରେ ହେରୋଦ ଏବଂ ପନ୍ତିୟ ପୀଲାତ ଉଭୟ ଅଣଯିହୁଦୀ ଓ ଇସ୍ରାଏଲ ଲୋକମାନଙ୍କ ସହିତ ଏହି ନଗରରେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 କାରଣ ତୁମ୍ଭର ଯେଉଁ ପବିତ୍ର ଦାସ ଯୀଶୁଙ୍କୁ ତୁମ୍ଭେ ଅଭିଷିକ୍ତ କଲ, ପ୍ରକୃତରେ ତାହାଙ୍କ ବିରୁଦ୍ଧରେ ହେରୋଦ ଏବଂ ପନ୍ତୀୟ ପୀଲାତ ଉଭୟ ବିଜାତି ଓ ଇସ୍ରାଏଲ ଲୋକମାନଙ୍କ ସହିତ ଏହି ନଗରରେ,

Gade chapit la Kopi

ଓଡିଆ ବାଇବେଲ

27 କାରଣ ତୁମ୍ଭର ଯେଉଁ ପବିତ୍ର ଦାସ ଯୀଶୁଙ୍କୁ ତୁମ୍ଭେ ଅଭିଷିକ୍ତ କଲ, ପ୍ରକୃତରେ ତାହାଙ୍କ ବିରୁଦ୍ଧରେ ହେରୋଦ ଏବଂ ପନ୍ତିୟ ପୀଲାତ ଉଭୟ ଅଣଯିହୂଦୀ ଓ ଇସ୍ରାଏଲ ଲୋକମାନଙ୍କ ସହିତ ଏହି ନଗରରେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

27 କାରଣ ଏହି ନଗରୀରେ ହେରୋଦ ଓ ପନ୍ତୀୟ ପୀଲାତ ଅଣଇହୁଦୀ ଓ ଇଶ୍ରାୟେଲ ଲୋକମାନଙ୍କ ସହିତ ମିଶି ତୁମ ଦ୍ୱାରା ନିଯୁକ୍ତ ମସୀହ, ତୁମ ପବିତ୍ର ଦାସଙ୍କ ବିରୁଦ୍ଧରେ ଷଡ଼ଯନ୍ତ୍ର କଲେ।

Gade chapit la Kopi

ପବିତ୍ର ବାଇବଲ

27 ଯେତେବେଳେ ହେରୋଦ, ପନ୍ତିୟ ପୀଲାତ, ଇସ୍ରାଏଲ ଅନ୍ୟ ଦେଶୀୟମାନେ ମିଳିତ ହୋଇ ଏହି ସହରରେ ଜମା ହୋଇ ତୁମ୍ଭର ପବିତ୍ର ସେବକ ଯୀଶୁଙ୍କ ବିରୁଦ୍ଧରେ ଠିଆ ହେଲେ ସେତେବେଳେ ଏହା ପ୍ରକୃତରେ ସଫଳ ହେଲା। ସେହି ଯୀଶୁଙ୍କୁ ତୁମ୍ଭେ ଖ୍ରୀଷ୍ଟ ରୂପେ ମନୋନୀତ କରିଥିଲ।

Gade chapit la Kopi




ପ୍ରେରିତ 4:27
53 Referans Kwoze  

ଆଉ ସେମାନେ ତାହାଙ୍କୁ ବାନ୍ଧି ନେଇଯାଇ ପୀଲାତ ନାମକ ଶାସନକର୍ତ୍ତାଙ୍କ ହସ୍ତରେ ସମର୍ପଣ କଲେ।


ଆଉ ସେଥି ସଙ୍ଗେ ସଙ୍ଗେ ତୁମ୍ଭର ପବିତ୍ର ଦାସ ଯୀଶୁଙ୍କ ନାମରେ ସୁସ୍ଥ କରିବା ନିମନ୍ତେ ଏବଂ ଲକ୍ଷଣ ଓ ଅଦ୍ଭୁତ କର୍ମମାନ ସାଧନ କରିବା ପାଇଁ ତୁମ୍ଭର ହସ୍ତ ବିସ୍ତାର କର।”


“ମନୁଷ୍ୟପୁତ୍ରଙ୍କୁ ଅବଶ୍ୟ ବହୁତ ଦୁଃଖଭୋଗ କରିବାକୁ ହେବ ଏବଂ ପ୍ରାଚୀନ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ଦ୍ୱାରା ଅଗ୍ରାହ୍ୟ ହୋଇ ହତ ହେବାକୁ ହେବ, ପୁଣି, ତୃତୀୟ ଦିନରେ ପୁନରୁତ୍ଥାନ ନିଶ୍ଚୟ ହେବ।”


କାରଣ ଏହି ପ୍ରକାର ମହାଯାଜକ ଆମ୍ଭମାନଙ୍କ ପକ୍ଷରେ ଉପଯୁକ୍ତ, ଯେ କି ପବିତ୍ର, ନିର୍ଦ୍ଦୋଷ, ନିଷ୍କଳଙ୍କ, ପାପୀମାନଙ୍କଠାରୁ ପୃଥକୀକୃତ, ପୁଣି, ଆକାଶମଣ୍ଡଳ ଉପରେ ଉଚ୍ଚୀକୃତ।


ଅର୍ଥାତ୍‍ ନାଜରିତୀୟ ଯୀଶୁଙ୍କ କଥା, କିପରି ଈଶ୍ବର ତାହାଙ୍କୁ ପବିତ୍ର ଆତ୍ମା ଓ ଶକ୍ତିରେ ଅଭିଷିକ୍ତ କଲେ, ଆଉ ସେ ମଙ୍ଗଳ ସାଧନ କରୁ କରୁ ଓ ଶୟତାନ କର୍ତ୍ତୃକ ପ୍ରପୀଡ଼ିତ ସମସ୍ତ ଲୋକଙ୍କୁ ସୁସ୍ଥ କରୁ କରୁ ସର୍ବତ୍ର ଭ୍ରମଣ କଲେ, କାରଣ ଈଶ୍ବର ତାହାଙ୍କ ସହବର୍ତ୍ତୀ ଥିଲେ।


କାରଣ ତୁମ୍ଭେ ମୋହର ପ୍ରାଣକୁ ପାତାଳରେ ପରିତ୍ୟାଗ କରିବ ନାହିଁ, କିଅବା ଆପଣା ପବିତ୍ର ଜଣକୁ କ୍ଷୟ ପାଇବାକୁ ଦେବ ନାହିଁ।


କିନ୍ତୁ ସୈନ୍ୟମାନଙ୍କ ମଧ୍ୟରୁ ଜଣେ ବର୍ଚ୍ଛାରେ ତାହାଙ୍କ କକ୍ଷଦେଶ ବିନ୍ଧିଲା, ଆଉ ତତ୍‍କ୍ଷଣାତ୍‍ ରକ୍ତ ଓ ଜଳ ବାହାର ହେଲା।


ପରେ ସେମାନେ ଯୀଶୁଙ୍କୁ କୟାଫାଙ୍କ ନିକଟରୁ ପ୍ରାସାଦକୁ ଘେନିଗଲେ; ସେତେବେଳେ ପ୍ରାତଃକାଳ ହୋଇଥିଲା; ଆଉ, ସେମାନେ ଯେପରି ଅଶୁଚି ନ ହୋଇ ନିସ୍ତାର ପର୍ବର ଭୋଜ ପ୍ରତିପାଳନ କରିପାରନ୍ତି, ଏଥିନିମନ୍ତେ ନିଜେ ପ୍ରାସାଦ ମଧ୍ୟରେ ପ୍ରବେଶ କଲେ ନାହିଁ।


ତାହାହେଲେ ଯାହାଙ୍କୁ ଈଶ୍ବର ପବିତ୍ର କରି ଜଗତକୁ ପ୍ରେରଣ କଲେ, ତାହାଙ୍କୁ କଅଣ ତୁମ୍ଭେମାନେ, ମୁଁ ଈଶ୍ବରଙ୍କ ପୁତ୍ର, ଏହା ମୁଁ କହିବାରୁ, ତୁ ଈଶ୍ବର ନିନ୍ଦା କରୁଅଛୁ ବୋଲି କହୁଅଛ?


ସେ ଆପଣା ରାଜ୍ୟକୁ ଆସିଲେ, ତଥାପି ତାହାଙ୍କର ନିଜ ଲୋକମାନେ ତାହାଙ୍କୁ ଗ୍ରହଣ କଲେ ନାହିଁ।


ଆଉ ଯେଉଁ ଲୋକମାନେ ଯୀଶୁଙ୍କୁ ଧରି ରଖିଥିଲେ, ସେମାନେ ତାହାଙ୍କୁ ପ୍ରହାର କରୁ କରୁ ପରିହାସ କଲେ,


“ପ୍ରଭୁଙ୍କ ଆତ୍ମା ମୋʼଠାରେ ଅଧିଷ୍ଠିତ, ଯେଣୁ ଦୀନହୀନମାନଙ୍କ ପାଖରେ ସୁସମାଚାର ପ୍ରଚାର କରିବା ନିମନ୍ତେ ସେ ମୋତେ ଅଭିଷିକ୍ତ କରିଅଛନ୍ତି, ବନ୍ଦୀମାନଙ୍କ ନିକଟରେ ମୁକ୍ତି ଓ ଅନ୍ଧମାନଙ୍କ ନିକଟରେ ଦୃଷ୍ଟିଲାଭର ବିଷୟ ଘୋଷଣା କରିବାକୁ ପୁଣି, ଅତ୍ୟାଚାର ପାଉଥିବା ଲୋକମାନଙ୍କୁ ମୁକ୍ତ କରିବାକୁ,


ଦୂତ ତାହାଙ୍କୁ ଉତ୍ତର ଦେଲେ, ପବିତ୍ର ଆତ୍ମା ତୁମ୍ଭ ଉପରେ ଅବତରଣ କରିବେ ଓ ମହାନ ଈଶ୍ବରଙ୍କ ଶକ୍ତି ତୁମ୍ଭକୁ ଆବୋରିବ, ଏଣୁ ଯେ ଜାତ ହେବେ, ସେ ପବିତ୍ର ଓ ଈଶ୍ବରଙ୍କ ପୁତ୍ର ବୋଲି ଖ୍ୟାତ ହେବେ।


ପ୍ରଧାନ ଯାଜକମାନେ ମଧ୍ୟ ସେହି ପ୍ରକାରେ ଶାସ୍ତ୍ରୀମାନଙ୍କ ସହିତ ପରସ୍ପର ମଧ୍ୟରେ ତାହାଙ୍କୁ ପରିହାସ କରି କହିବାକୁ ଲାଗିଲେ, ସେ ଅନ୍ୟମାନଙ୍କୁ ରକ୍ଷା କଲା, ନିଜକୁ ରକ୍ଷା କରିପାରୁ ନାହିଁ।


ଯୀଶୁ କହିଲେ, “ଦେଖ, ଆମ୍ଭେମାନେ ଯିରୂଶାଲମ ସହରକୁ ଯାତ୍ରା କରୁଅଛୁ; ମନୁଷ୍ୟପୁତ୍ର ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ହସ୍ତରେ ସମର୍ପିତ ହେବେ, ଆଉ ସେମାନେ ତାହାଙ୍କୁ ପ୍ରାଣ ଦଣ୍ଡାଦେଶ ଦେଇ ଅଣଯିହୁଦୀମାନଙ୍କ ହସ୍ତରେ ସମର୍ପଣ କରିବେ,


“ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତରାଘାତକାରିଣୀ, କୁକ୍କୁଟୀ ଯେପରି ପକ୍ଷ ତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ।


“ମାତ୍ର ତୁମ୍ଭେମାନେ କଅଣ ମନେ କର? ଜଣେ ବ୍ୟକ୍ତିଙ୍କର ଦୁଇଟି ପୁତ୍ର ଥିଲେ। ସେ ପ୍ରଥମ ନିକଟକୁ ଆସି କହିଲେ, ‘ପୁଅ, ଯା, ଆଜି ଦ୍ରାକ୍ଷାକ୍ଷେତ୍ରରେ କାମ କର।’”


ସେହି ସମୟରେ ସାମନ୍ତରାଜା ହେରୋଦ ଯୀଶୁଙ୍କ ବିଷୟରେ ସମ୍ବାଦ ଶୁଣି ଆପଣା ଦାସମାନଙ୍କୁ କହିଲେ,


ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋʼ ଠାରେ ଅଧିଷ୍ଠାନ କରନ୍ତି; କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି; ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ, ବନ୍ଦୀ ଲୋକମାନଙ୍କ ପ୍ରତି ମୁକ୍ତି ଓ କାରାବଦ୍ଧ ଲୋକମାନଙ୍କ ପ୍ରତି କାରାଗାର ମୁକ୍ତ ହେବାର କଥା ପ୍ରଚାର କରିବାକୁ;


ସେ ଅବଜ୍ଞାତ ଓ ମନୁଷ୍ୟର ତ୍ୟକ୍ତ; ଦୁଃଖୀଲୋକ ଓ ଶୋକପରିଚିତ, ପୁଣି ମନୁଷ୍ୟମାନେ ଯାହାଠାରୁ ମୁଖ ଆଚ୍ଛାଦନ କରନ୍ତି, ଏପରି ଲୋକ ତୁଲ୍ୟ ସେ ଅବଜ୍ଞାତ ହେଲେ, ଆଉ ଆମ୍ଭେମାନେ ତାହାଙ୍କୁ ମାନ୍ୟ କଲୁ ନାହିଁ।


ଯାହାକୁ ମନୁଷ୍ୟ ଅବଜ୍ଞା କରେ, ଯାହାକୁ ଦେଶୀୟ ଲୋକମାନେ ଘୃଣା କରନ୍ତି, ଯେ ଶାସନକର୍ତ୍ତାମାନଙ୍କର ଦାସ, ତାହାକୁ ଇସ୍ରାଏଲର ମୁକ୍ତିଦାତା ଓ ତାହାର ଧର୍ମସ୍ୱରୂପ ସଦାପ୍ରଭୁ ଏହି କଥା କହନ୍ତି, “ବିଶ୍ୱାସନୀୟ ଓ ଇସ୍ରାଏଲର ଧର୍ମସ୍ୱରୂପ ଯେଉଁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି, ତାହାଙ୍କ ସକାଶୁ ରାଜାମାନେ ତୁମ୍ଭକୁ ଦେଖିଲେ ଉଠିବେ; ଅଧିପତିମାନେ ତୁମ୍ଭକୁ ପ୍ରଣାମ କରିବେ।”


ତୁମ୍ଭେ ଧର୍ମକୁ ପ୍ରେମ ଓ ଦୁଷ୍ଟତାକୁ ଘୃଣା କରିଅଛ; ଏହେତୁ ପରମେଶ୍ୱର, ତୁମ୍ଭର ପରମେଶ୍ୱର, ତୁମ୍ଭର ମିତ୍ରଗଣ ଅପେକ୍ଷା ତୁମ୍ଭକୁ ଅଧିକ ଆନନ୍ଦରୂପ ତୈଳରେ ଅଭିଷିକ୍ତ କରିଅଛନ୍ତି।


“ମାତ୍ର ମୁଁ ଆପଣା ରାଜାଙ୍କୁ ଆପଣା ପବିତ୍ର ପର୍ବତ ସିୟୋନରେ ସ୍ଥାପନ କରିଅଛି।”


ସଦାପ୍ରଭୁଙ୍କ ବିରୁଦ୍ଧରେ ଓ ତାହାଙ୍କ ଅଭିଷିକ୍ତ ବ୍ୟକ୍ତିଙ୍କ ବିରୁଦ୍ଧରେ ଭୂପତିଗଣ ଠିଆ ହୁଅନ୍ତି ଓ ଶାସନକର୍ତ୍ତୃଗଣ ଏକତ୍ର ମନ୍ତ୍ରଣା କରନ୍ତି,


ତେବେ ମନୁଷ୍ୟ କିପରି ପରମେଶ୍ୱରଙ୍କ ଛାମୁରେ ଧାର୍ମିକ ହୋଇ ପାରିବ? ଅବା ସ୍ତ୍ରୀଜାତ ଲୋକ କିପରି ଶୁଚି ହୋଇ ପାରିବ?


ମନୁଷ୍ୟ କିଏ ଯେ, ସେ ଶୁଚି ହୋଇପାରେ? ଓ ସ୍ତ୍ରୀଜାତ ମନୁଷ୍ୟ କିଏ ଯେ, ସେ ଧାର୍ମିକ ହୋଇପାରେ?


ଅଶୁଚି ବସ୍ତୁରୁ ଶୁଚି ବସ୍ତୁ କିଏ ଉତ୍ପନ୍ନ କରିପାରେ? ଜଣେ ନାହିଁ।


କିପରି ଆମ୍ଭେ ଦୀର୍ଘକାଳରୁ ଏହା ନିରୂପଣ କରିଅଛୁ ଓ ପୂର୍ବକାଳରୁ ଏହା ସ୍ଥିର କରିଅଛୁ, ଏହା କʼଣ ତୁମ୍ଭେ ଶୁଣି ନାହଁ? ତୁମ୍ଭେ ଯେ ପ୍ରାଚୀର-ବେଷ୍ଟିତ ନଗରମାନ ବିନାଶ କରି ସେହି ସବୁକୁ ଢିପି କରିବ, ଏହା ଏବେ ଆମ୍ଭେ ସଫଳ କରିଅଛୁ।


ଯେଣୁ ହେରୋଦ ଆପଣା ଭାଇ ଫିଲିପ୍ପଙ୍କ ଭାର୍ଯ୍ୟା ହେରୋଦିଆଙ୍କ ସକାଶେ ଯୋହନଙ୍କୁ ଧରି ଓ ବାନ୍ଧି ବନ୍ଦୀଶାଳାରେ ପକାଇଥିଲେ।


କିନ୍ତୁ ହେରୋଦଙ୍କ ଜନ୍ମ ଦିନ ପଡ଼ନ୍ତେ, ହେରୋଦିଆଙ୍କ କନ୍ୟା ସଭା ମଧ୍ୟରେ ନୃତ୍ୟ କରି ହେରୋଦଙ୍କୁ ମୁଗ୍ଧ କରିଦେଲା।


ପରେ ସଭାରେ ସମସ୍ତେ ଉଠି ପୀଲାତଙ୍କ ନିକଟକୁ ଯୀଶୁଙ୍କୁ ଘେନିଗଲେ।


ଅତଏବ, ପୀଲାତ ସେମାନଙ୍କ ନିକଟକୁ ବାହାରି ଆସି ପଚାରିଲେ, ଏ ଲୋକ ବିରୁଦ୍ଧରେ ତୁମ୍ଭେମାନେ କେଉଁ ଅଭିଯୋଗ ଆଣୁଅଛ?


Swiv nou:

Piblisite


Piblisite