Biblia Todo Logo
Bib sou entènèt

- Piblisite -




ପ୍ରେରିତ 4:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ତୁମ୍ଭର ସଂକଳ୍ପ ଦ୍ୱାରା ଯେ ସମସ୍ତ ବିଷୟ ଘଟିବ ବୋଲି ପୂର୍ବରୁ ନିରୂପିତ ହୋଇଥିଲା, ତାହା କରିବାକୁ ଏକତ୍ର ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ତୁମ୍ଭର ହସ୍ତ ଓ ତୁମ୍ଭର ସଂକଳ୍ପ ଦ୍ଵାରା ଯେସମସ୍ତ ବିଷୟ ଘଟିବ ବୋଲି ପୂର୍ବରୁ ନିରୂପିତ ହୋଇଥିଲା, ତାହା କରିବାକୁ ଏକତ୍ର ହେଲେ।

Gade chapit la Kopi

ଓଡିଆ ବାଇବେଲ

28 ତୁମ୍ଭର ସଂକଳ୍ପ ଦ୍ୱାରା ଯେ ସମସ୍ତ ବିଷୟ ଘଟିବ ବୋଲି ପୂର୍ବରୁ ନିରୂପିତ ହୋଇଥିଲା, ତାହା କରିବାକୁ ଏକତ୍ର ହେଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

28 ତୁମ ଶକ୍ତି ଓ ଇଚ୍ଛାନୁଯାୟୀ ଯାହାସବୁ ଘଟାଇବା ନିମନ୍ତେ ତୁମେ ସ୍ଥିର କରିଥିଲ, ସେମାନେ ଏକତ୍ର ହୋଇ ସେ ସମସ୍ତ କରିବା ପାଇଁ ଲାଗି ପଡ଼ିଲେ।

Gade chapit la Kopi

ପବିତ୍ର ବାଇବଲ

28 ଏହି ଯେଉଁ ଲୋକମାନେ ଯୀଶୁଙ୍କ ବିରୁଦ୍ଧରେ ଏକତ୍ର ମନ୍ତ୍ରଣା କଲେ ସେମାନେ ତୁମ୍ଭର ଯୋଜନାକୁ ସଫଳ କଲେ। ତୁମ୍ଭର ଇଚ୍ଛା ଓ ଶକ୍ତି ଅନୁସାରେ ଏହା ଘଟିଲା।

Gade chapit la Kopi




ପ୍ରେରିତ 4:28
21 Referans Kwoze  

ସେହି ବ୍ୟକ୍ତି ଈଶ୍ବରଙ୍କ ନିରୂପିତ ସଙ୍କଳ୍ପ ଓ ପୂର୍ବାଜ୍ଞାନୁସାରେ ସମର୍ପିତ ହୁଅନ୍ତେ, ଆପଣମାନେ ତାହାଙ୍କୁ ଅଧାର୍ମିକମାନଙ୍କ ହସ୍ତ ଦ୍ୱାରା କ୍ରୁଶାର୍ପଣ କରି ବଧ କରିଥିଲେ;


ଆମ୍ଭେ ଶେଷ ବିଷୟ ଆଦିଠାରୁ ପ୍ରକାଶ କରୁ, ପୁଣି ଯାହା ସାଧିତ ହୋଇ ନାହିଁ, ତାହା ପ୍ରାଚୀନ କାଳରୁ ଜଣାଉ, ଆଉ କହୁ, ‘ଆମ୍ଭର ମନ୍ତ୍ରଣା ସ୍ଥିର ହେବ ଓ ଆମ୍ଭେ ଆପଣାର ସକଳ ମନସ୍କାମନା ସିଦ୍ଧ କରିବା,’


ତୁମ୍ଭେମାନେ ମୋʼ ବିରୁଦ୍ଧରେ ମନ୍ଦ କଳ୍ପନା କରିଥିଲ ପ୍ରମାଣ, ମାତ୍ର ପରମେଶ୍ୱର ତାହା ମଙ୍ଗଳର କଳ୍ପନା କଲେ; ଏବେ ଯେପରି ଦେଖୁଅଛ, ସେପରି ଅନେକ ଲୋକଙ୍କର ପ୍ରାଣରକ୍ଷା କରିବାକୁ ତାହାଙ୍କର ଅଭିପ୍ରାୟ ଥିଲା।


ମନୁଷ୍ୟପୁତ୍ରଙ୍କ ବିଷୟରେ ଯେପରି ଲେଖାଅଛି, ସେହିପରି ସେ ପ୍ରୟାଣ କରୁଅଛନ୍ତି ସତ୍ୟ; କିନ୍ତୁ ଯେଉଁ ଲୋକ ଦ୍ୱାରା ମନୁଷ୍ୟପୁତ୍ର ଶତ୍ରୁ ହସ୍ତରେ ସମର୍ପିତ ହେଉଅଛନ୍ତି, ହାୟ, ସେ ଦଣ୍ଡର ପାତ୍ର; ସେହି ଲୋକର ଜନ୍ମ ହୋଇ ନ ଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା।”


କିନ୍ତୁ ଈଶ୍ବର ଆପଣା ଖ୍ରୀଷ୍ଟଙ୍କ ଦୁଃଖଭୋଗ ବିଷୟରେ ସମସ୍ତ ଭାବବାଦୀଙ୍କ ମୁଖ ଦ୍ୱାରା ଯାହା ଯାହା ପୂର୍ବରୁ ପ୍ରଚାର କରିଥିଲେ, ସେହିସବୁ ସେ ଏହି ପ୍ରକାରେ ସଫଳ କରିଅଛନ୍ତି।


ତଥାପି ତାହାଙ୍କୁ ଚୂର୍ଣ୍ଣ କରିବାକୁ ସଦାପ୍ରଭୁଙ୍କର ଅଭିମତ ହେଲା; ସେ ତାହାଙ୍କୁ ଦୁଃଖଗ୍ରସ୍ତ କରିଅଛନ୍ତି; ତୁମ୍ଭେ ତାହାଙ୍କ ପ୍ରାଣକୁ ପାପାର୍ଥକ ବଳି କଲେ, ସେ ଆପଣା ବଂଶ ଦେଖିବେ, ସେ ଦୀର୍ଘାୟୁ ହେବେ ଓ ତାହାଙ୍କ ହସ୍ତରେ ସଦାପ୍ରଭୁଙ୍କର ଇଷ୍ଟ ସିଦ୍ଧ ହେବ।


ଏଣୁ ଈଶ୍ବର ପ୍ରତିଜ୍ଞାର ଅଧିକାରୀମାନଙ୍କ ନିକଟରେ ଆପଣା ସଂକଳ୍ପର ଅଟଳତା ଅଧିକ ସ୍ପଷ୍ଟ ଭାବରେ ପ୍ରକାଶ କରିବାକୁ ଇଚ୍ଛା କରି ପ୍ରତିଜ୍ଞା ସହ ଶପଥ ମଧ୍ୟ କରିଥିଲେ,


ତାହାଙ୍କଠାରେ ମଧ୍ୟ ଆମ୍ଭେ ବିଶ୍ୱାସୀମାନେ ଅଧିକାର ସ୍ୱରୂପ ହୋଇଅଛୁ, ଯେଣୁ ଯେଉଁ ଈଶ୍ବର ଆପଣା ଇଚ୍ଛାର ସଙ୍କଳ୍ପାନୁସାରେ ସମସ୍ତ ବିଷୟ ସାଧନ କରନ୍ତି, ତାହାଙ୍କ ଅଭିପ୍ରାୟ ଅନୁସାରେ ଆମ୍ଭେ ବିଶ୍ୱାସୀମାନେ ପୂର୍ବରୁ ନିରୂପିତ ହେଲୁ,


କାରଣ ଯେପରି ନିରୂପିତ ହୋଇଅଛି, ମନୁଷ୍ୟପୁତ୍ର ସେହିପରି ପ୍ରୟାଣ କରୁଅଛନ୍ତି ସତ୍ୟ, ତଥାପି ଯେଉଁ ଲୋକ ଦ୍ୱାରା ସେ ଶତ୍ରୁ ହସ୍ତରେ ସମର୍ପିତ ହେଉଅଛନ୍ତି, ହାୟ, ସେ ଦଣ୍ଡର ପାତ୍ର!”


ତେବେ ଏହି ପ୍ରକାରେ ଅବଶ୍ୟ ଘଟିବ ବୋଲି ଧର୍ମଶାସ୍ତ୍ରର ବାକ୍ୟ କି ପ୍ରକାର ସଫଳ ହେବ?”


ସଦାପ୍ରଭୁଙ୍କର ଆତ୍ମାକୁ କିଏ ଆଦେଶ ଦେଇଅଛି, ଅବା ମନ୍ତ୍ରୀ ହୋଇ କିଏ ତାହାଙ୍କୁ ଶିକ୍ଷା ଦେଇଅଛି?


ଏହା ହିଁ ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ହୁଏ, ସେ ମନ୍ତ୍ରଣାରେ ଆଶ୍ଚର୍ଯ୍ୟ ଓ ଜ୍ଞାନରେ ମହାନ।


ସେମାନେ କହନ୍ତି, “ଆମ୍ଭେମାନେ ଯେପରି ଖୋଜି ପାରିବା, ଏଥିପାଇଁ ସେ ତ୍ୱରା କରନ୍ତୁ, ସେ ଆପଣା କାର୍ଯ୍ୟ ଶୀଘ୍ର କରନ୍ତୁ; ଆଉ, ଆମ୍ଭେମାନେ ଯେପରି ଜାଣି ପାରିବା, ଏଥିପାଇଁ ଇସ୍ରାଏଲର ଧର୍ମସ୍ୱରୂପଙ୍କ ମନ୍ତ୍ରଣା ଉପସ୍ଥିତ ହୋଇ ଘଟୁ।”


ସଦାପ୍ରଭୁଙ୍କ ବିରୁଦ୍ଧରେ କୌଣସି ଜ୍ଞାନ କିମ୍ବା ବୁଦ୍ଧି କିମ୍ବା ମନ୍ତ୍ରଣା ନାହିଁ।


ମନୁଷ୍ୟର କ୍ରୋଧ ନିତାନ୍ତ ତୁମ୍ଭର ପ୍ରଶଂସା କରିବ; ତୁମ୍ଭେ କ୍ରୋଧର ଅବଶେଷ ଦ୍ୱାରା ଆପଣା କଟିବନ୍ଧନ କରିବ।


ତାହାଙ୍କଠାରେ ଜ୍ଞାନ ଓ ପରାକ୍ରମ ଥାଏ; ତାହାଙ୍କର ମନ୍ତ୍ରଣା ଓ ବୁଦ୍ଧି ଅଛି।


ସୈନ୍ୟାଧିପତି ସଦାପ୍ରଭୁ ଶପଥ କରି କହିଅଛନ୍ତି, “ଆମ୍ଭେ ଯାହା ଭାବିଅଛୁ, ନିଶ୍ଚୟ ତଦ୍ରୂପ ଘଟିବ ଓ ଆମ୍ଭେ ଯେପରି ମନ୍ତ୍ରଣା କରିଅଛୁ, ସେହିପରି ସ୍ଥିର ହେବ;


କିପରି ଆମ୍ଭେ ଦୀର୍ଘକାଳରୁ ଏହା ନିରୂପଣ କରିଅଛୁ ଓ ପୂର୍ବକାଳରୁ ଏହା ସ୍ଥିର କରିଅଛୁ, ଏହା କʼଣ ତୁମ୍ଭେ ଶୁଣି ନାହଁ? ତୁମ୍ଭେ ଯେ ପ୍ରାଚୀର-ବେଷ୍ଟିତ ନଗରମାନ ବିନାଶ କରି ସେହି ସବୁକୁ ଢିପି କରିବ, ଏହା ଏବେ ଆମ୍ଭେ ସଫଳ କରିଅଛୁ।


Swiv nou:

Piblisite


Piblisite