Biblia Todo Logo
Bib sou entènèt

- Piblisite -




ପ୍ରେରିତ 4:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ଆଉ ସେଥି ସଙ୍ଗେ ସଙ୍ଗେ ତୁମ୍ଭର ପବିତ୍ର ଦାସ ଯୀଶୁଙ୍କ ନାମରେ ସୁସ୍ଥ କରିବା ନିମନ୍ତେ ଏବଂ ଲକ୍ଷଣ ଓ ଅଦ୍ଭୁତ କର୍ମମାନ ସାଧନ କରିବା ପାଇଁ ତୁମ୍ଭର ହସ୍ତ ବିସ୍ତାର କର।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 ଆଉ ସେଥି ସଙ୍ଗେ ସଙ୍ଗେ ତୁମ୍ଭର ପବିତ୍ର ଦାସ ଯୀଶୁଙ୍କ ନାମରେ ଆରୋଗ୍ୟ କରିବା ନିମନ୍ତେ ଏବଂ ଲକ୍ଷଣ ଓ ଅଦ୍ଭୁତ କର୍ମମାନ ସାଧନ କରିବା ପାଇଁ ତୁମ୍ଭର ହସ୍ତ ବିସ୍ତାର କର।

Gade chapit la Kopi

ଓଡିଆ ବାଇବେଲ

30 ଆଉ ସେଥି ସଙ୍ଗେ ସଙ୍ଗେ ତୁମ୍ଭର ପବିତ୍ର ଦାସ ଯୀଶୁଙ୍କ ନାମରେ ସୁସ୍ଥ କରିବା ନିମନ୍ତେ ଏବଂ ଲକ୍ଷଣ ଓ ଅଦ୍ଭୁତ କର୍ମମାନ ସାଧନ କରିବା ପାଇଁ ତୁମ୍ଭର ହସ୍ତ ବିସ୍ତାର କର ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

30 ସୁସ୍ଥ କରିବା ନିମନ୍ତେ ତୁମର ହସ୍ତ ବିସ୍ତାର କର ଓ ତୁମର ପବିତ୍ର ଦାସ ଯୀଶୁଙ୍କ ନାମରେ ଅଲୌକିକ ଓ ଆଶ୍ଚଯ୍ୟ କର୍ମମାନ ସାଧନ କରିବା ପାଇଁ ଆମ୍ଭମାନଙ୍କୁ ଶକ୍ତି ଦିଅ।”

Gade chapit la Kopi

ପବିତ୍ର ବାଇବଲ

30 ତୁମ୍ଭର ଶକ୍ତି ଆମ୍ଭକୁ ଦେଖାଅ, ଯଦ୍ଦ୍ୱାରା ଆମ୍ଭେ ସାହସର ସହିତ ତୁମ୍ଭର ପବିତ୍ର ପୁତ୍ର ଯୀଶୁଙ୍କ ନାମରେ ରୋଗୀମାନଙ୍କୁ ସୁସ୍ଥ କରିବା, ନାନାଦି ଚିହ୍ନ ଦେଖାଇବା ଓ ଆଶ୍ଚର୍ଯ୍ୟ କାର୍ଯ୍ୟମାନ କରି ପାରିବା।”

Gade chapit la Kopi




ପ୍ରେରିତ 4:30
19 Referans Kwoze  

କାରଣ ତୁମ୍ଭର ଯେଉଁ ପବିତ୍ର ଦାସ ଯୀଶୁଙ୍କୁ ତୁମ୍ଭେ ଅଭିଷିକ୍ତ କଲ, ପ୍ରକୃତରେ ତାହାଙ୍କ ବିରୁଦ୍ଧରେ ହେରୋଦ ଏବଂ ପନ୍ତିୟ ପୀଲାତ ଉଭୟ ଅଣଯିହୁଦୀ ଓ ଇସ୍ରାଏଲ ଲୋକମାନଙ୍କ ସହିତ ଏହି ନଗରରେ,


କିନ୍ତୁ ପିତର କହିଲେ, ରୂପା କି ସୁନା ମୋହର ନାହିଁ; ମାତ୍ର ମୋହର ଯାହା ଅଛି, ତାହା ମୁଁ ତୁମ୍ଭକୁ ଦେଉଅଛି; ନାଜରିତୀୟ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଚାଲ।


ହେ ସଦାପ୍ରଭୋ, ତୁମ୍ଭେ ଜାଣୁଅଛ; ମୋତେ ସ୍ମରଣ କର ଓ ମୋହର ତତ୍ତ୍ୱାନୁସନ୍ଧାନ କର, ପୁଣି ମୋର ତାଡ଼ନାକାରୀମାନଙ୍କଠାରୁ ପରିଶୋଧ ନିଅ; ତୁମ୍ଭର ଦୀର୍ଘସହିଷ୍ଣୁତା ସକାଶୁ ମୋତେ ସଂହାର କର ନାହିଁ; ମୁଁ ତୁମ୍ଭ ସକାଶୁ ନିନ୍ଦାଭୋଗ କରିଅଛି, ଏହା ଜ୍ଞାତ ହୁଅ।


ସ୍ତିଫାନ ଅନୁଗ୍ରହ ଓ ଶକ୍ତିରେ ପରିପୂର୍ଣ୍ଣ ହୋଇ ଲୋକମାନଙ୍କ ମଧ୍ୟରେ ମହା ମହା ଆଶ୍ଚର୍ଯ୍ୟକର୍ମ ଓ ଲକ୍ଷଣ ସାଧନ କରିବାକୁ ଲାଗିଲେ।


ପ୍ରେରିତମାନଙ୍କ ହସ୍ତ ଦ୍ୱାରା ଲୋକମାନଙ୍କ ମଧ୍ୟରେ ଅନେକ ଅନେକ ଲକ୍ଷଣ ଓ ଅଦ୍ଭୁତ କର୍ମ ସାଧିତ ହେବାକୁ ଲାଗିଲା, ଆଉ ସମସ୍ତ ମଣ୍ଡଳୀ ଏକଚିତ୍ତରେ ଶଲୋମନଙ୍କ ମଣ୍ଡପରେ ଉପସ୍ଥିତ ହେଉଥିଲେ,


ପୁଣି, ତାହାଙ୍କ ନାମରେ ବିଶ୍ୱାସ କରିବାରୁ ଏହି ଯେଉଁ ଲୋକକୁ ଆପଣମାନେ ଦେଖୁଅଛନ୍ତି ଓ ଜାଣିଅଛନ୍ତି, ଏହାକୁ ତାହାଙ୍କ ନାମ ବଳବାନ କରିଅଛି; ହଁ, ତାହାଙ୍କ ଦ୍ୱାରା ଦିଆଯାଇଥିବା ବିଶ୍ୱାସ ଆପଣ ସମସ୍ତଙ୍କ ସାକ୍ଷାତରେ ଏହାକୁ ସମ୍ପୂର୍ଣ୍ଣ ସ୍ୱାସ୍ଥ୍ୟ ଦାନ କରିଅଛି।


ଆଉ, ଲୋକ ସମସ୍ତେ ଭୀତ ହେବାକୁ ଲାଗିଲେ; ପ୍ରେରିତମାନଙ୍କ ଦ୍ୱାରା ମଧ୍ୟ ଅନେକ ଅଦ୍ଭୁତ କର୍ମ ଓ ଲକ୍ଷଣ ସାଧିତ ହେବାକୁ ଲାଗିଲା।


ହେ ଇସ୍ରାଏଲୀୟ ଲୋକମାନେ, ଏହି ସମସ୍ତ କଥା ଶୁଣନ୍ତୁ। ନାଜରିତୀୟ ଯୀଶୁ ନାନା ଶକ୍ତିର କାର୍ଯ୍ୟ, ଅଦ୍ଭୁତ କର୍ମ ଓ ଲକ୍ଷଣ ଦ୍ୱାରା ଆପଣମାନଙ୍କ ନିକଟରେ ଈଶ୍ବରଙ୍କ ପ୍ରେରିତ ବ୍ୟକ୍ତି ବୋଲି ପ୍ରମାଣିତ ହୋଇଅଛନ୍ତି, ତାହାଙ୍କ ଦ୍ୱାରା ଈଶ୍ବର ଯେ ଆପଣାମାନଙ୍କ ମଧ୍ୟରେ ଏହି ସମସ୍ତ କର୍ମ କରିଅଛନ୍ତି, ଏହା ଅାପଣମାନେ ନିଜେ ଜାଣନ୍ତି;


କିଅବା ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ମିସରରେ ତୁମ୍ଭମାନଙ୍କ ସାକ୍ଷାତରେ ଯେଉଁ ସକଳ କର୍ମ କରିଅଛନ୍ତି, କି ତଦନୁସାରେ ପରୀକ୍ଷାସିଦ୍ଧ ପ୍ରମାଣ ଦ୍ୱାରା, ଚିହ୍ନ ଦ୍ୱାରା, ଆଶ୍ଚର୍ଯ୍ୟକର୍ମ ଦ୍ୱାରା, ଯୁଦ୍ଧ ଦ୍ୱାରା, ପରାକ୍ରାନ୍ତ ହସ୍ତ ଦ୍ୱାରା, ବିସ୍ତାରିତ ବାହୁ ଦ୍ୱାରା ଓ ଭୟଙ୍କର ମହାକର୍ମ ଦ୍ୱାରା ଅନ୍ୟ ଦେଶୀୟ ଲୋକଙ୍କ ମଧ୍ୟରୁ ଆପଣା ନିମନ୍ତେ ଏକ ଗୋଷ୍ଠୀ ଗ୍ରହଣ କରିବାକୁ ଆସି ଉପକ୍ରମ କରିଅଛନ୍ତି।


ଏନିମନ୍ତେ ଇସ୍ରାଏଲ-ସନ୍ତାନଗଣକୁ କୁହ, ‘ଆମ୍ଭେ ସଦାପ୍ରଭୁ, ଆମ୍ଭେ ତୁମ୍ଭମାନଙ୍କୁ ମିସରୀୟମାନଙ୍କ ଭାରବହନରୁ ନିସ୍ତାର କରିବା ଓ ଆମ୍ଭେ ତୁମ୍ଭମାନଙ୍କୁ ସେମାନଙ୍କ ଦାସତ୍ୱରୁ ମୁକ୍ତ କରିବା, ପୁଣି, ଆମ୍ଭେ ବିସ୍ତୀର୍ଣ୍ଣ ବାହୁ ଓ ମହା ମହା ଦଣ୍ଡ ଦ୍ୱାରା ତୁମ୍ଭମାନଙ୍କୁ ଉଦ୍ଧାର କରିବା।


ତାହାହେଲେ ଆପଣମାନେ ସମସ୍ତେ ଓ ସମସ୍ତ ଇସ୍ରାଏଲ ଲୋକ ଜ୍ଞାତ ହେଉନ୍ତୁ ଯେ, ଯେଉଁ ନାଜରିତୀୟ ଯୀଶୁ ଖ୍ରୀଷ୍ଟଙ୍କୁ ଆପଣମାନେ କ୍ରୁଶରେ ବଧ କରିଅଛନ୍ତି, ଯାହାଙ୍କୁ ଈଶ୍ବର ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି, ତାହାଙ୍କ ନାମରେ, ହଁ, ତାହାଙ୍କ ଦ୍ୱାରା ଏହି ଲୋକଟି ସୁସ୍ଥ ହୋଇ ଆପଣମାନଙ୍କ ସାକ୍ଷାତରେ ଠିଆ ହୋଇଅଛି।


ସେଥିରେ ଯୀଶୁ ତାହାଙ୍କୁ କହିଲେ, “ଚିହ୍ନ ଓ ଅଦ୍ଭୁତ କର୍ମମାନ ନ ଦେଖିଲେ ତୁମ୍ଭେମାନେ କୌଣସି ପ୍ରକାରେ ବିଶ୍ୱାସ କରିବ ନାହିଁ।”


ଅବ୍ରହାମ, ଇସ୍‌ହାକ ଓ ଯାକୁବଙ୍କ ଈଶ୍ବର, ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ଈଶ୍ବର, ଆପଣା ଦାସ ଯୀଶୁଙ୍କୁ ଗୌରବାନ୍ୱିତ କରିଅଛନ୍ତି; ସେହି ଯୀଶୁଙ୍କୁ ଆପଣମାନେ ସମର୍ପଣ କଲେ, ପୁଣି, ଯେତେବେଳେ ପୀଲାତ ତାହାଙ୍କୁ ମୁକ୍ତ କରିବାକୁ ମନସ୍ଥ କରିଥିଲେ, ସେତେବେଳେ ତାହାଙ୍କୁ ଆପଣମାନେ ତାହାଙ୍କ ସାକ୍ଷାତରେ ଅସ୍ୱୀକାର କଲେ।


Swiv nou:

Piblisite


Piblisite