Biblia Todo Logo
Bib sou entènèt

- Piblisite -




ପ୍ରେରିତ 4:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ସେମାନେ ପ୍ରାର୍ଥନା କଲା ଉତ୍ତାରେ, ଯେଉଁ ସ୍ଥାନରେ ଏକତ୍ର ହୋଇଥିଲେ, ତାହା କମ୍ପି ଉଠିଲା, ପୁଣି, ସମସ୍ତେ ପବିତ୍ର ଆତ୍ମାରେ ପରିପୂର୍ଣ ହୋଇ, ସାହସରେ ଈଶ୍ବରଙ୍କ ବାକ୍ୟ କହିବାକୁ ଲାଗିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

31 ସେମାନେ ପ୍ରାର୍ଥନା କଲା ଉତ୍ତାରେ, ଯେଉଁ ସ୍ଥାନରେ ଏକତ୍ର ହୋଇଥିଲେ, ତାହା କମ୍ପିଉଠିଲା, ପୁଣି ସମସ୍ତେ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ହୋଇ, ସାହସରେ ଈଶ୍ଵରଙ୍କ ବାକ୍ୟ କହିବାକୁ ଲାଗିଲେ।

Gade chapit la Kopi

ଓଡିଆ ବାଇବେଲ

31 ସେମାନେ ପ୍ରାର୍ଥନା କଲା ଉତ୍ତାରେ, ଯେଉଁ ସ୍ଥାନରେ ଏକତ୍ର ହୋଇଥିଲେ, ତାହା କମ୍ପି ଉଠିଲା, ପୁଣି, ସମସ୍ତେ ପବିତ୍ର ଆତ୍ମାରେ ପରିପୂର୍ଣ ହୋଇ, ସାହସରେ ଈଶ୍ୱରଙ୍କ ବାକ୍ୟ କହିବାକୁ ଲାଗିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

31 ସେମାନେ ପ୍ରାର୍ଥନା ଶେଷ କରିବା ପରେ ଯେଉଁ ସ୍ଥାନରେ ଏକତ୍ରିତ ହୋଇଥିଲେ, ତାହା କମ୍ପି ଉଠିଲା। ସେମାନେ ସମସ୍ତେ ପବିତ୍ରଆତ୍ମାରେ ପୂର୍ଣ୍ଣ ହେଲେ ଓ ନିର୍ଭୀକଭାବେ ଈଶ୍ୱରଙ୍କର ବାର୍ତ୍ତା ପ୍ରଚାର କରିବାକୁ ଲାଗିଲେ।

Gade chapit la Kopi

ପବିତ୍ର ବାଇବଲ

31 ପ୍ରାର୍ଥନା ସରିବା ପରେ ଯେଉଁ ପ୍ରାର୍ଥନା ଘରେ, ସମସ୍ତେ ଏକାଠି ହୋଇଥିଲେ, ସେହି ଘର କମ୍ପି ଉଠିଲା। ସେମାନେ ସମସ୍ତେ ପବିତ୍ରଆତ୍ମାରେ ପୂର୍ଣ୍ଣ ହୋଇଗଲେ ଓ ପରମେଶ୍ୱରଙ୍କର ବାର୍ତ୍ତା ସାହସର ସହିତ କହିବାକୁ ଲାଗିଲେ।

Gade chapit la Kopi




ପ୍ରେରିତ 4:31
17 Referans Kwoze  

ପୁଣି, ବିଶ୍ୱାସ କରି ପ୍ରାର୍ଥନାରେ ଯାହା କିଛି ମାଗିବ, ସେହିସବୁ ପାଇବ।”


ପୁଣି, ଏହା ଘଟିବ ଯେ, ସେମାନେ ଡାକିବା ପୂର୍ବେ ଆମ୍ଭେ ଉତ୍ତର ଦେବା ଓ ସେମାନେ କଥା କହୁ କହୁ ଆମ୍ଭେ ଶୁଣିବା।


ସେଥିରେ ସମସ୍ତେ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ହେଲେ, ପୁଣି, ଆତ୍ମା ସେମାନଙ୍କୁ ଯେପରି କହିବାକୁ ଶକ୍ତି ଦେଲେ, ତଦନୁସାରେ ସେମାନେ ଅନ୍ୟାନ୍ୟ ଭାଷାରେ କଥା କହିବାକୁ ଲାଗିଲେ।


କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ ଯେବେ କାହାରି ଜ୍ଞାନର ଅଭାବ ଥାଏ, ତେବେ ଯେଉଁ ଈଶ୍ବର ଦୋଷ ନ ଧରି ମୁକ୍ତ ହସ୍ତରେ ସମସ୍ତଙ୍କୁ ଦାନ କରନ୍ତି, ତାହାଙ୍କ ଛାମୁରେ ସେ ପ୍ରାର୍ଥନା କରୁ, ସେଥିରେ ତାହାକୁ ଦିଆଯିବ।


ଆଉ, ପ୍ରବଳ ବେଗରେ ବହୁଥିବା ପ୍ରଚଣ୍ଡ ପବନର ଶବ୍ଦ ତୁଲ୍ୟ ଗୋଟିଏ ଶବ୍ଦ ହଠାତ୍‍ ଆକାଶରୁ ଆସି, ଯେଉଁ ଗୃହରେ ସେମାନେ ବସିଥିଲେ, ସେହି ଗୃହର ଚାରିଆଡ଼େ ବ୍ୟାପିଗଲା,


ଆଉ ଏବେ, ହେ ପ୍ରଭୁ, ସେମାନଙ୍କ ତର୍ଜନଗର୍ଜନ ପ୍ରତି ଦୃଷ୍ଟିପାତ କର; ପୁଣି, ତୁମ୍ଭର ଦାସମାନଙ୍କୁ ପୂର୍ଣ୍ଣ ସାହସ ସହ ତୁମ୍ଭର ବାକ୍ୟ କହିବାକୁ ଶକ୍ତି ଦିଅ,


ଯଦି ତୁମ୍ଭେମାନେ ମୋʼ ଠାରେ ରୁହ, ଆଉ ମୋହର ବାକ୍ୟ ତୁମ୍ଭମାନଙ୍କଠାରେ ରୁହେ, ତାହାହେଲେ ଯେକୌଣସି ବିଷୟ ଇଚ୍ଛା କର, ତାହା ମାଗ, ଆଉ ତୁମ୍ଭମାନଙ୍କ ନିମନ୍ତେ ତାହା ସାଧିତ ହେବ।


ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମୋʼ ଠାରେ ଯେ ବିଶ୍ୱାସ କରେ, ମୁଁ ଯେଉଁ ଯେଉଁ କର୍ମ କରୁଅଛି, ସେ ମଧ୍ୟ ସେହିସବୁ କରିବ, ଆଉ ସେ ସବୁ ଅପେକ୍ଷା ଅଧିକ ମହତ‍ କର୍ମ କରିବ, କାରଣ ମୁଁ ପିତାଙ୍କ ନିକଟକୁ ଯାଉଅଛି।


ତୁମ୍ଭେମାନେ ମୋତେ ମନୋନୀତ କରି ନାହଁ, କିନ୍ତୁ ମୁଁ ତୁମ୍ଭମାନଙ୍କୁ ମନୋନୀତ କରିଅଛି, ଆଉ ତୁମ୍ଭେମାନେ ଯେପରି ଯାଇ ଫଳ ଉତ୍ପନ୍ନ କର ଓ ତୁମ୍ଭମାନଙ୍କର ଫଳ ସ୍ଥାୟୀ ହୁଏ, ଏଥିନିମନ୍ତେ ତୁମ୍ଭମାନଙ୍କୁ ନିଯୁକ୍ତ କରିଅଛି। ସେଥିରେ ତୁମ୍ଭେମାନେ ମୋʼ ନାମରେ ପିତାଙ୍କୁ ଯାହା କିଛି ମାଗିବ, ସେ ତାହା ତୁମ୍ଭମାନଙ୍କୁ ଦେବେ;


ଆହୁରି ମଧ୍ୟ ଅଧିକାଂଶ ଭାଇମାନେ ମୋହର ବନ୍ଧନ ଦ୍ୱାରା ପ୍ରଭୁଙ୍କଠାରେ ନିର୍ଭର କରି ନିର୍ଭୟରେ ଈଶ୍ବରଙ୍କ ବାକ୍ୟ କହିବା ନିମନ୍ତେ ଅତି ଉତ୍ସୁକଭାବେ ସାହସୀ ହୋଇଅଛନ୍ତି।


ପେଣ୍ଟିକଷ୍ଟ ଦିବସ ଉପସ୍ଥିତ ହୁଅନ୍ତେ, ସମସ୍ତେ ଏକ ସ୍ଥାନରେ ଏକାଠି ଥିଲେ।


ସେମାନେ ପିତର ଓ ଯୋହନଙ୍କ ସାହସ ଦେଖି ଏବଂ ସେମାନେ ଯେ ଅଶିକ୍ଷିତ ଓ ଅଜ୍ଞାନ ଲୋକ, ଏହା ବୁଝି ଆଶ୍ଚର୍ଯ୍ୟ ହେଲେ, ପୁଣି, ସେମାନେ ଯୀଶୁଙ୍କ ସାଙ୍ଗରେ ଥିଲେ ବୋଲି ସେମାନଙ୍କୁ ଚିହ୍ନିଲେ,


ସେମାନେ ଅନେକ ଦିନ ପର୍ଯ୍ୟନ୍ତ ସେହି ସ୍ଥାନରେ ରହି ପ୍ରଭୁଙ୍କ ଉପରେ ନିର୍ଭର କରି ସାହସରେ ପ୍ରଚାର କଲେ; ଆଉ ସେ ସେମାନଙ୍କ ହସ୍ତ ଦ୍ଵାରା ନାନା ଲକ୍ଷଣ ଓ ଅଦ୍ଭୁତ କର୍ମ ସାଧନ କରି ଆପଣା ଅନୁଗ୍ରହ ବାକ୍ୟ ସପକ୍ଷରେ ସାକ୍ଷ୍ୟ ଦେଲେ।


ଏ ସମ୍ବନ୍ଧରେ ମୋହର ଏକାନ୍ତ ଆକାଂକ୍ଷା ଓ ଭରସା ଅଛି ଯେ ମୁଁ କୌଣସି ବିଷୟରେ ଲଜ୍ଜିତ ହେବି ନାହିଁ, କିନ୍ତୁ ସର୍ବଦା ଯେଉଁପରି, ଏବେ ମଧ୍ୟ ସେହିପରି ଅତି ସାହସରେ, ଜୀବନରେ ହେଉ ବା ମରଣରେ ହେଉ, ଖ୍ରୀଷ୍ଟଙ୍କୁ ମୋହର ଶରୀରରେ ମହିମାନ୍ୱିତ କରିବି।


Swiv nou:

Piblisite


Piblisite