Biblia Todo Logo
Bib sou entènèt

- Piblisite -




ପ୍ରେରିତ 4:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ସେମାନେ ପ୍ରେରିତମାନଙ୍କୁ ମଧ୍ୟ ସ୍ଥାନରେ ଠିଆ କରାଇ ପଚାରିବାକୁ ଲାଗିଲେ, କି ଶକ୍ତିରେ ବା କେଉଁ ନାମରେ ତୁମ୍ଭେମାନେ ଏହା କରିଅଛ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ସେମାନେ ପ୍ରେରିତମାନଙ୍କୁ ମଧ୍ୟସ୍ଥାନରେ ଠିଆ କରାଇ ପଚାରିବାକୁ ଲାଗିଲେ, କି ଶକ୍ତିରେ ବା କେଉଁ ନାମରେ ତୁମ୍ଭେମାନେ ଏହା କରିଅଛ?

Gade chapit la Kopi

ଓଡିଆ ବାଇବେଲ

7 ସେମାନେ ପ୍ରେରିତମାନଙ୍କୁ ମଧ୍ୟ ସ୍ଥାନରେ ଠିଆ କରାଇ ପଚାରିବାକୁ ଲାଗିଲେ, କି ଶକ୍ତିରେ ବା କେଉଁ ନାମରେ ତୁମ୍ଭେମାନେ ଏହା କରିଅଛ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ଶିଷ୍ୟମାନଙ୍କୁ ସେମାନଙ୍କ ସମ୍ମୁଖକୁ ଅଣାଇ ପ୍ରଶ୍ନ କଲେ, “ତୁମେ ଏହାସବୁ କିପରି କରୁଛ? କାହା ଶକ୍ତିରେ ବା କାହା ନାମରେ ଏହା କରୁଛ?”

Gade chapit la Kopi

ପବିତ୍ର ବାଇବଲ

7 ସେମାନେ ପ୍ରେରିତମାନଙ୍କୁ ସାମନାରେ ଠିଆ କରି ପଗ୍ଭରିଲେ, “ତୁମ୍ଭେମାନେ କେଉଁ କ୍ଷମତା କିମ୍ବା କେଉଁ ଅଧିକାରରେ ଏହି କାର୍ଯ୍ୟ କଲ? ତୁମ୍ଭେମାନେ ଏ ଛୋଟ ଲୋକଟିକୁ କିପରି ସୁସ୍ଥ କରି ପାରିଲ?”

Gade chapit la Kopi




ପ୍ରେରିତ 4:7
12 Referans Kwoze  

ପରେ ସେ ମନ୍ଦିରରେ ପ୍ରବେଶ କରି ଶିକ୍ଷା ଦେବା ସମୟରେ ପ୍ରଧାନ ଯାଜକମାନେ ଓ ଲୋକଙ୍କର ପ୍ରାଚୀନବର୍ଗ ତାହାଙ୍କ ନିକଟକୁ ଆସି ପଚାରିଲେ, ତୁମ୍ଭେ କେଉଁ ଅଧିକାରରେ ଏସମସ୍ତ କରୁଅଛ? ଆଉ ତୁମ୍ଭକୁ କିଏ ଏହି ଅଧିକାର ଦେଲା?


ତୁମ୍ଭେ କେଉଁ ଅଧିକାରରେ ଏସମସ୍ତ କରୁଅଛ? ଅବା ଏହାସବୁ କରିବାକୁ ତୁମ୍ଭକୁ କିଏ ଏହି ଅଧିକାର ଦେଲା?


ସେମାନେ ତାହାଙ୍କ କଥାରେ ସମ୍ମତ ହେଲେ, ପୁଣି, ପ୍ରେରିତମାନଙ୍କୁ ନିକଟକୁ ଡାକି ସେମାନଙ୍କୁ ପ୍ରହାର କଲେ ଓ ଯୀଶୁଙ୍କ ନାମରେ କଥା ନ କହିବାକୁ ଆଜ୍ଞା ଦେଇ ଛାଡ଼ିଦେଲେ।


ସେଥିରେ କେତେକ ଯିହୁଦୀ ନେତାମାନେ ତାହାଙ୍କୁ ଉତ୍ତର ଦେଲେ, ତୁମ୍ଭେ ଯେ ଏସମସ୍ତ କରିବାକୁ ଅଧିକାର ପାଇଅଛ, ଆମ୍ଭମାନଙ୍କୁ ସେଥିର କି ଚିହ୍ନ ଦେଖାଉଅଛ?


ତାହାହେଲେ ଆପଣମାନେ ସମସ୍ତେ ଓ ସମସ୍ତ ଇସ୍ରାଏଲ ଲୋକ ଜ୍ଞାତ ହେଉନ୍ତୁ ଯେ, ଯେଉଁ ନାଜରିତୀୟ ଯୀଶୁ ଖ୍ରୀଷ୍ଟଙ୍କୁ ଆପଣମାନେ କ୍ରୁଶରେ ବଧ କରିଅଛନ୍ତି, ଯାହାଙ୍କୁ ଈଶ୍ବର ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି, ତାହାଙ୍କ ନାମରେ, ହଁ, ତାହାଙ୍କ ଦ୍ୱାରା ଏହି ଲୋକଟି ସୁସ୍ଥ ହୋଇ ଆପଣମାନଙ୍କ ସାକ୍ଷାତରେ ଠିଆ ହୋଇଅଛି।


ତହିଁରେ ସେ କହିଲା, “କିଏ ତୁମ୍ଭକୁ ଆମ୍ଭମାନଙ୍କ ଉପରେ ରାଜା ଓ ବିଚାରକର୍ତ୍ତା କରି ନିଯୁକ୍ତ କରିଅଛି? ତୁମ୍ଭେ ଯେପରି ସେହି ମିସରୀୟ ଲୋକକୁ ବଧ କଲ, ସେହିପରି କି ମୋତେ ବଧ କରିବାକୁ ଚାହୁଁଅଛ?” ତହିଁରେ ମୋଶା ଭୟଭୀତ ହୋଇ କହିଲେ, “ଏ କଥା ଅବଶ୍ୟ ପ୍ରକାଶିତ ହୋଇଅଛି।”


ତାହା ଶୁଣି ସେମାନେ ବଡ଼ଠାରୁ ଆରମ୍ଭ କରି ଜଣ ଜଣ ହୋଇ ବାହାରିଯିବାକୁ ଲାଗିଲେ, ଆଉ କେବଳ ଯୀଶୁ ଓ ମଧ୍ୟସ୍ଥଳରେ ସେହି ସ୍ତ୍ରୀଲୋକ ଅବଶିଷ୍ଟ ରହିଲେ।


ଆଉ, ଶାସ୍ତ୍ରୀ ଓ ଫାରୂଶୀମାନେ ବ୍ୟଭିଚାର କର୍ମରେ ଧୃତା ଜଣେ ସ୍ତ୍ରୀଲୋକକୁ ଘେନିଆସି ତାହାକୁ ମଧ୍ୟସ୍ଥଳରେ ଠିଆ କରାଇ ତାହାଙ୍କୁ କହିଲେ,


ସେଠାରେ ମହାଯାଜକ ହାନାନ, କୟାଫା, ଯୋହନ, ଆଲେକ୍‌ଜାଣ୍ଡର, ପୁଣି, ମହାଯାଜକୀୟ ବଂଶର ସମସ୍ତ ଲୋକ ଉପସ୍ଥିତ ଥିଲେ।


ସେଥିରେ ପିତର ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ସେମାନଙ୍କୁ କହିଲେ, ହେ ଲୋକମାନଙ୍କର ଅଧ୍ୟକ୍ଷ ଓ ପ୍ରାଚୀନମାନେ,


Swiv nou:

Piblisite


Piblisite