Biblia Todo Logo
Bib sou entènèt

- Piblisite -




ପ୍ରେରିତ 5:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ପ୍ରେରିତମାନଙ୍କ ହସ୍ତ ଦ୍ୱାରା ଲୋକମାନଙ୍କ ମଧ୍ୟରେ ଅନେକ ଅନେକ ଲକ୍ଷଣ ଓ ଅଦ୍ଭୁତ କର୍ମ ସାଧିତ ହେବାକୁ ଲାଗିଲା, ଆଉ ସମସ୍ତ ମଣ୍ଡଳୀ ଏକଚିତ୍ତରେ ଶଲୋମନଙ୍କ ମଣ୍ଡପରେ ଉପସ୍ଥିତ ହେଉଥିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ପ୍ରେରିତମାନଙ୍କ ହସ୍ତ ଦ୍ଵାରା ଲୋକମାନଙ୍କ ମଧ୍ୟରେ ଅନେକ ଅନେକ ଲକ୍ଷଣ ଓ ଅଦ୍ଭୁତ କର୍ମ ସାଧିତ ହେବାକୁ ଲାଗିଲା, ଆଉ ସମସ୍ତ ମଣ୍ତଳୀ ଏକଚିତ୍ତରେ ଶଲୋମନଙ୍କ ମଣ୍ତପରେ ଉପସ୍ଥିତ ହେଉଥିଲେ,

Gade chapit la Kopi

ଓଡିଆ ବାଇବେଲ

12 ପ୍ରେରିତମାନଙ୍କ ହସ୍ତ ଦ୍ୱାରା ଲୋକମାନଙ୍କ ମଧ୍ୟରେ ଅନେକ ଅନେକ ଲକ୍ଷଣ ଓ ଅଦ୍ଭୁତ କର୍ମ ସାଧିତ ହେବାକୁ ଲାଗିଲା, ଆଉ ସମସ୍ତ ମଣ୍ଡଳୀ ଏକଚିତ୍ତରେ ଶଲୋମନଙ୍କ ମଣ୍ଡପରେ ଉପସ୍ଥିତ ହେଉଥିଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ପ୍ରେରିତ ଶିଷ୍ୟମାନଙ୍କ ଦ୍ୱାରା ଲୋକମାନଙ୍କ ମଧ୍ୟରେ ଅନେକ ଆଶ୍ଚର୍ଯ୍ୟକର୍ମ ସାଧିତ ହେଉଥିଲା। ସମସ୍ତ ଖ୍ରୀଷ୍ଟବିଶ୍ୱାସୀ ଶଲୋମନଙ୍କ ମଣ୍ଡପରେ ଏକତ୍ର ହେଉଥିଲେ।

Gade chapit la Kopi

ପବିତ୍ର ବାଇବଲ

12 ପ୍ରେରିତମାନଙ୍କ ଦ୍ୱାରା ଲୋକମାନଙ୍କ ମଧ୍ୟରେ ବହୁତଗୁଡ଼ିଏ ଚିହ୍ନ ଓ ଆଶ୍ଚର୍ଯ୍ୟ କାର୍ଯ୍ୟମାନ କରାଗଲା। ସେମାନେ ସମସ୍ତେ ଗୋଟିଏ ଉଦ୍ଦେଶ୍ୟରେ ଶଲୋମନଙ୍କ ମଣ୍ଡପରେ ଏକାଠି ହେଲେ।

Gade chapit la Kopi




ପ୍ରେରିତ 5:12
22 Referans Kwoze  

ପୁଣି, ଈଶ୍ବର ପାଉଲଙ୍କ ହସ୍ତ ଦ୍ୱାରା ଅସାମାନ୍ୟ ଅଦ୍ଭୁତ କାର୍ଯ୍ୟ ସାଧନ କରୁଥିଲେ,


ଯେ ସମସ୍ତ ଚିହ୍ନ ଓ ଅଦ୍ଭୁତ କର୍ମ ପୁଣି, ଶକ୍ତିର କାର୍ଯ୍ୟ ପ୍ରେରିତଙ୍କ ଲକ୍ଷଣ ସ୍ୱରୂପ, ସେହିସବୁ ପ୍ରକୃତରେ ତୁମ୍ଭମାନଙ୍କ ମଧ୍ୟରେ ସମ୍ପୂର୍ଣ୍ଣ ଧୈର୍ଯ୍ୟ ସହକାରେ ସାଧିତ ହୋଇଅଛି।


ସେ ସମ୍ବନ୍ଧରେ ଈଶ୍ବର ମଧ୍ୟ ଆପଣା ଇଚ୍ଛାନୁସାରେ ନାନା ଚିହ୍ନ ଓ ଅଦ୍ଭୁତ କର୍ମ ପୁଣି, ବିବିଧ ଶକ୍ତିର କାର୍ଯ୍ୟ ଓ ପବିତ୍ର ଆତ୍ମାଙ୍କ ଅନ୍ୟାନ୍ୟ ଦାନ ଦ୍ୱାରା ସାକ୍ଷ୍ୟ ଦେଇଅଛନ୍ତି।


ସେମାନେ ଅନେକ ଦିନ ପର୍ଯ୍ୟନ୍ତ ସେହି ସ୍ଥାନରେ ରହି ପ୍ରଭୁଙ୍କ ଉପରେ ନିର୍ଭର କରି ସାହସରେ ପ୍ରଚାର କଲେ; ଆଉ ସେ ସେମାନଙ୍କ ହସ୍ତ ଦ୍ଵାରା ନାନା ଲକ୍ଷଣ ଓ ଅଦ୍ଭୁତ କର୍ମ ସାଧନ କରି ଆପଣା ଅନୁଗ୍ରହ ବାକ୍ୟ ସପକ୍ଷରେ ସାକ୍ଷ୍ୟ ଦେଲେ।


ଏହି ପ୍ରକାରେ ଯିରୂଶାଲମଠାରୁ ଇଲ୍ଲୁରିକ ଦେଶ ପର୍ଯ୍ୟନ୍ତ ଚତୁର୍ଦ୍ଦିଗରେ ମୁଁ ଖ୍ରୀଷ୍ଟଙ୍କ ସୁସମାଚାର ସମ୍ପୂର୍ଣ୍ଣ ରୂପେ ପ୍ରଚାର କରିଅଛି,


ସେ ପିତର ଓ ଯୋହନଙ୍କୁ ଧରି ରହିଥିବା ସମୟରେ ଲୋକ ସମସ୍ତେ ଅତିଶୟ ବିସ୍ମୟାପନ୍ନ ହୋଇ ଶଲୋମନଙ୍କ ମଣ୍ଡପରେ ସେମାନଙ୍କ ନିକଟକୁ ଏକତ୍ର ଦୌଡ଼ିଆସିଲେ।


ଆଉ ଯୀଶୁ ମନ୍ଦିରରେ ଶଲୋମନଙ୍କ ମଣ୍ଡପରେ ବୁଲୁଥିଲେ।


ଆଉ ସେଥି ସଙ୍ଗେ ସଙ୍ଗେ ତୁମ୍ଭର ପବିତ୍ର ଦାସ ଯୀଶୁଙ୍କ ନାମରେ ସୁସ୍ଥ କରିବା ନିମନ୍ତେ ଏବଂ ଲକ୍ଷଣ ଓ ଅଦ୍ଭୁତ କର୍ମମାନ ସାଧନ କରିବା ପାଇଁ ତୁମ୍ଭର ହସ୍ତ ବିସ୍ତାର କର।”


ଏମାନେ ସମସ୍ତେ ସ୍ତ୍ରୀଲୋକମାନଙ୍କ ସହିତ ଏବଂ ଯୀଶୁଙ୍କ ମାତା ମରୀୟମ ଓ ତାହାଙ୍କ ଭାଇମାନଙ୍କ ସହିତ ଏକ ମନରେ ପ୍ରାର୍ଥନାରେ ଲାଗି ରହିଲେ।


କିନ୍ତୁ ସେମାନେ ପ୍ରସ୍ଥାନ କରି ସର୍ବତ୍ର ପ୍ରଚାର କଲେ, ଆଉ ପ୍ରଭୁ ସେମାନଙ୍କର ସହକର୍ମୀ ହୋଇ ଅନୁବର୍ତ୍ତୀ ଚିହ୍ନଗୁଡ଼ିକ ଦ୍ୱାରା ସେହି ବାକ୍ୟ ପ୍ରମାଣସିଦ୍ଧ କଲେ।]


ସେ ଅନେକ ଦିନ ପର୍ଯ୍ୟନ୍ତ ଏହା କଲା। କିନ୍ତୁ ପାଉଲ ବିରକ୍ତ ହୋଇ ବୁଲିପଡ଼ି ସେହି ଆତ୍ମାକୁ କହିଲେ, ତାହାଠାରୁ ବାହାରିଯିବାକୁ ମୁଁ ତୋତେ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଆଜ୍ଞା ଦେଉଅଛି। ଏଥିରେ ସେ ସେହି ମୁହୂର୍ତ୍ତରେ ବାହାରିଗଲା।


କିନ୍ତୁ, ପିତର ସମସ୍ତଙ୍କୁ ବାହାର କରିଦେଇ ଆଣ୍ଠୁ ମାଡ଼ି ପ୍ରାର୍ଥନା କଲେ, ପୁଣି, ଶବ ଆଡ଼କୁ ବୁଲିପଡ଼ି କହିଲେ, ଟାବୀଥା, ଉଠ। ସେଥିରେ ସେ ଆଖି ମେଲା କଲେ, ଆଉ ପିତରକୁ ଦେଖି ଉଠି ବସିଲେ।


ସେ ସ୍ଥାନରେ ସେ ଏନୀୟ ନାମକ ଜଣେ ଲୋକଙ୍କର ଦେଖାପାଇଲେ, ସେ ଆଠ ବର୍ଷ ପର୍ଯ୍ୟନ୍ତ ଶଯ୍ୟାଶାୟୀ ଥିଲେ; ତାହାଙ୍କୁ ପକ୍ଷାଘାତ ହୋଇଥିଲା।


ଆଉ, ସେମାନେ ଏକଚିତ୍ତ ହୋଇ ପ୍ରତିଦିନ ମନ୍ଦିରରେ ସମବେତ ହୋଇ ରହୁଥିଲେ ଓ ଘରେ ଘରେ ରୁଟି ଭାଙ୍ଗି ଆନନ୍ଦରେ ଓ ସରଳ ହୃଦୟରେ ଭୋଜନପାନ କରି ଈଶ୍ବରଙ୍କ ପ୍ରଶଂସା କରୁଥିଲେ।


‘ଏହି ଗୃହ ଶୀଲୋ ସମାନ ଓ ଏହି ନଗର ଉଚ୍ଛିନ୍ନ ଓ ନିବାସୀବିହୀନ ହେବ ବୋଲି ତୁମ୍ଭେ କାହିଁକି ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲ?’” ଆଉ, ସଦାପ୍ରଭୁଙ୍କ ଗୃହରେ ସମସ୍ତ ଲୋକ ଯିରିମୀୟଙ୍କ ନିକଟରେ ଏକତ୍ରିତ ହେଲେ।


ସେଥିରେ ଯୀଶୁ ତାହାଙ୍କୁ କହିଲେ, “ଚିହ୍ନ ଓ ଅଦ୍ଭୁତ କର୍ମମାନ ନ ଦେଖିଲେ ତୁମ୍ଭେମାନେ କୌଣସି ପ୍ରକାରେ ବିଶ୍ୱାସ କରିବ ନାହିଁ।”


ଏହି ଘଟଣା ପରେ ସେହି ଦ୍ୱୀପରେ ଥିବା ଅବଶିଷ୍ଟ ପୀଡ଼ିତମାନେ ମଧ୍ୟ ଆସି ସୁସ୍ଥ ହେଲେ;


Swiv nou:

Piblisite


Piblisite