Biblia Todo Logo
Bib sou entènèt

- Piblisite -




ପ୍ରେରିତ 5:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 କିନ୍ତୁ ଅନ୍ୟ ଲୋକମାନଙ୍କ ମଧ୍ୟରୁ କେହିହେଲେ ସେମାନଙ୍କ ସହିତ ଯୋଗ ଦେବାକୁ ସାହସ କରୁ ନ ଥିଲେ; ତଥାପି ଲୋକମାନେ ସେମାନଙ୍କର ପ୍ରଶଂସା କରୁଥିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 କିନ୍ତୁ ଅନ୍ୟ ଲୋକମାନଙ୍କ ମଧ୍ୟରୁ କେହି ସେମାନଙ୍କ ସହିତ ଯୋଗ ଦେବାକୁ ସାହସ କରୁ ନ ଥିଲେ; ତଥାପି ଲୋକମାନେ ସେମାନଙ୍କର ପ୍ରଶଂସା କରୁଥିଲେ,

Gade chapit la Kopi

ଓଡିଆ ବାଇବେଲ

13 କିନ୍ତୁ ଅନ୍ୟ ଲୋକମାନଙ୍କ ମଧ୍ୟରୁ କେହି ସେମାନଙ୍କ ସହିତ ଯୋଗ ଦେବାକୁ ସାହସ କରୁ ନ ଥିଲେ; ତଥାପି ଲୋକମାନେ ସେମାନଙ୍କର ପ୍ରଶଂସା କରୁଥିଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 ସେମାନଙ୍କ ବିଷୟରେ ଲୋକେ ପ୍ରଶଂସା କରି କଥା କହୁଥିଲେ, କିନ୍ତୁ ଦଳ ବାହାରେ ଥିବା କେହି ସେମାନଙ୍କ ସହିତ ଯୋଗ ଦେବା ପାଇଁ ସାହସ କରୁ ନ ଥିଲେ।

Gade chapit la Kopi

ପବିତ୍ର ବାଇବଲ

13 ସେମାନଙ୍କ ସହିତ ଏକତ୍ର ଠିଆ ହେବା ପାଇଁ କେହିହେଲେ ସାହସ କଲେ ନାହିଁ। ସବୁଲୋକ ପ୍ରେରିତମାନଙ୍କର ଖୁବ୍ ପ୍ରଶଂସା କଲେ।

Gade chapit la Kopi




ପ୍ରେରିତ 5:13
19 Referans Kwoze  

ଏବଂ ସମସ୍ତ ଲୋକଙ୍କର ପ୍ରିୟପାତ୍ର ହେଉଥିଲେ ପୁଣି, ପ୍ରଭୁ, ପରିତ୍ରାଣ ପ୍ରାପ୍ତ ହେଉଥିବା ଲୋକଙ୍କୁ ପ୍ରତିଦିନ ମଣ୍ଡଳୀ ସହିତ ସଂଯୁକ୍ତ କରିବାକୁ ଲାଗିଲେ।


ସେଥିରେ ସେମାନେ ଲୋକମାନଙ୍କ ହେତୁ ସେମାନଙ୍କୁ ଦଣ୍ଡ ଦେବାର କୌଣସି ବାଟ ନ ପାଇବାରୁ ସେମାନଙ୍କୁ ଅଧିକ ଭୟ ଦେଖାଇ ଛାଡ଼ିଦେଲେ, ଯେଣୁ ଯାହା ଘଟିଥିଲା, ସେଥିନିମନ୍ତେ ଲୋକ ସମସ୍ତେ ଈଶ୍ବରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲେ,


ଏହି କଥା ଏଫିସ ନିବାସୀ ଯିହୁଦୀ ଓ ଗ୍ରୀକ୍‍ ସମସ୍ତେ ଜାଣିଲେ। ସେଥିରେ ସମସ୍ତେ ଭୀତ ହେଲେ, ଆଉ ପ୍ରଭୁ ଯୀଶୁଙ୍କ ନାମ ମହିମାନ୍ୱିତ ହେବାକୁ ଲାଗିଲା।


ଏହିସବୁ କଥା ଶୁଣି ହନନୀୟ କଚାଡ଼ି ହୋଇ ପଡ଼ି ପ୍ରାଣତ୍ୟାଗ କଲା। ସେଥିରେ ଯେତେ ଲୋକ ଏହା ଶୁଣିଲେ, ସମସ୍ତେ ଅତିଶୟ ଭୟ କଲେ।


ଏହି ସମସ୍ତ ଘଟଣା ପରେ, ଯେଉଁ ହାରାମାଥୀୟାର ଯୋଷେଫ ଯୀଶୁଙ୍କର ଜଣେ ଶିଷ୍ୟ ଥିଲେ, କିନ୍ତୁ ଯିହୁଦୀମାନଙ୍କ ଭୟରେ ଗୁପ୍ତ ଭାବରେ ଥିଲେ, ସେ ଯୀଶୁଙ୍କ ଶରୀର ଘେନିଯିବା ନିମନ୍ତେ ପୀଲାତଙ୍କୁ ଅନୁରୋଧ କଲେ। ସେଥିରେ ପୀଲାତ ଅନୁମତି ଦେଲେ। ତେଣୁ ସେ ଆସି ତାହାଙ୍କ ଶରୀର ଘେନିଗଲେ।


ତଥାପି ଯିହୁଦୀ ନେତାମାନଙ୍କ ମଧ୍ୟରୁ ସୁଦ୍ଧା ଅନେକେ ତାହାଙ୍କଠାରେ ବିଶ୍ୱାସ କଲେ, କିନ୍ତୁ କାଳେ ସେମାନେ ସମାଜଗୃହରୁ ବାହାର ହୁଅନ୍ତି, ଏଥିପାଇଁ ଫାରୂଶୀମାନଙ୍କ ହେତୁ ତାହା ସ୍ୱୀକାର କରୁ ନ ଥିଲେ,


ତାହାର ପିତାମାତା ଯିହୁଦୀମାନଙ୍କୁ ଭୟ କରୁଥିବାରୁ ଏହି ସମସ୍ତ କଥା କହିଲେ, କାରଣ ଯଦି କେହି ତାହାଙ୍କୁ ଖ୍ରୀଷ୍ଟ ବୋଲି ସ୍ୱୀକାର କରେ, ତାହାହେଲେ ସେ ସମାଜଗୃହରୁ ବାହାର କରାଯିବ ବୋଲି ସେଥିପୂର୍ବେ ଯିହୁଦୀମାନେ ଏକମତ ହୋଇଥିଲେ।


କିନ୍ତୁ ଲୋକ ସମସ୍ତେ ଆଗ୍ରହରେ ତାହାଙ୍କ ଶିକ୍ଷା ଶୁଣୁଥିବାରୁ ସେମାନେ କଅଣ କରିବେ ବୋଲି ସ୍ଥିର କରିପାରୁ ନ ଥିଲେ।


ସିୟୋନରେ ପାପୀମାନେ ଭୀତ ଅଟନ୍ତି; ଅଧାର୍ମିକମାନଙ୍କୁ କମ୍ପ ହଠାତ୍‍ ଆକ୍ରମଣ କରିଅଛି। ଆମ୍ଭମାନଙ୍କ ମଧ୍ୟରୁ କିଏ ସର୍ବଗ୍ରାସକ ଅଗ୍ନିରେ ବାସ କରିପାରେ? ଆମ୍ଭମାନଙ୍କ ମଧ୍ୟରୁ କିଏ ଅନନ୍ତକାଳସ୍ଥାୟୀ ଜ୍ୱଳନରେ ବାସ କରିପାରେ?


ତହିଁରେ ସେ ସ୍ତ୍ରୀ ଏଲୀୟଙ୍କୁ କହିଲା, “ହେ ପରମେଶ୍ୱରଙ୍କ ଲୋକ, ତୁମ୍ଭ ସଙ୍ଗେ ମୋହର କଅଣ ଅଛି? ତୁମ୍ଭେ ମୋହର ପାପ ସ୍ମରଣ କରାଇବାକୁ ଓ ମୋʼ ପୁତ୍ରକୁ ବଧ କରିବାକୁ ଆସିଅଛ!”


ସେତେବେଳେ ସେନାପତି କର୍ମଚାରୀମାନଙ୍କ ସହିତ ଯାଇ ସେମାନଙ୍କୁ ଆଣିଲେ, କିନ୍ତୁ ବଳପୂର୍ବକ ନୁହେଁ, କାରଣ କାଳେ ଲୋକେ ସେମାନଙ୍କୁ ପଥର ଫୋପାଡ଼ିବେ, ଏହା ଭୟ କରୁଥିଲେ।


ଆମ୍ଭେମାନେ ପରିମାଣ ଅତିକ୍ରମ କରି ଅନ୍ୟର ପରିଶ୍ରମ ବିଷୟରେ ଦର୍ପ କରୁ ନାହୁଁ, ମାତ୍ର ତୁମ୍ଭମାନଙ୍କ ବିଶ୍ୱାସର ବୃଦ୍ଧି ସଙ୍ଗେ ସଙ୍ଗେ ଆମ୍ଭମାନଙ୍କ ପରିମାଣ ଅନୁସାରେ ଆମ୍ଭମାନଙ୍କ କାର୍ଯ୍ୟ ତୁମ୍ଭମାନଙ୍କ ଦ୍ୱାରା ଯେପରି ଅଧିକରୁ ଅଧିକତର ବିସ୍ତାରିତ ହେବ,


Swiv nou:

Piblisite


Piblisite