Biblia Todo Logo
Bib sou entènèt

- Piblisite -




ପ୍ରେରିତ 5:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ସେମାନେ ସେମାନଙ୍କୁ ଆଣି ମହାସଭା ସମ୍ମୁଖରେ ଠିଆ କରାଇଲେ। ସେଥିରେ ମହାଯାଜକ ସେମାନଙ୍କୁ ପଚାରିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ସେମାନେ ସେମାନଙ୍କୁ ଆଣି ମହାସଭା ସମ୍ମୁଖରେ ଠିଆ କରାଇଲେ। ସେଥିରେ ମହାଯାଜକ ସେମାନଙ୍କୁ ପଚାରିଲେ,

Gade chapit la Kopi

ଓଡିଆ ବାଇବେଲ

27 ସେମାନେ ସେମାନଙ୍କୁ ଆଣି ମହାସଭା ସମ୍ମୁଖରେ ଠିଆ କରାଇଲେ । ସେଥିରେ ମହାଯାଜକ ସେମାନଙ୍କୁ ପଚାରିଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

27 ସେମାନେ ପ୍ରେରିତ ଶିଷ୍ୟମାନଙ୍କୁ ଭିତରକୁ ଆଣି ମହାସଭା ସମ୍ମୁଖରେ ଠିଆ କରାଇଲେ ଓ ମହାଯାଜକ ସେମାନଙ୍କୁ କହିଲେ,

Gade chapit la Kopi

ପବିତ୍ର ବାଇବଲ

27 ସେମାନେ ପ୍ରେରିତମାନଙ୍କୁ ଭିତରକୁ ଆଣି ମହାସଭାରେ ଉପସ୍ଥିତ କରାଇଲେ। ତା'ପରେ ମହାଯାଜକ ସେମାନଙ୍କୁ ପଗ୍ଭରିଲେ,

Gade chapit la Kopi




ପ୍ରେରିତ 5:27
8 Referans Kwoze  

କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଆପଣା ଭାଇ ଉପରେ କ୍ରୋଧ କରେ, ସେ ବିଚାରସ୍ଥାନରେ ଦଣ୍ଡନୀୟ ହେବ। ପୁଣି, ଯେ କେହି ଆପଣା ଭାଇ କି ‘ମୂର୍ଖ’ ବୋଲି କହେ, ସେ ମହାସଭାରେ ଦଣ୍ଡିତ ହେବ; ଆଉ ଯେ କେହି ‘ପାଷାଣ୍ଡ’ ବୋଲି କହେ, ସେ ଅଗ୍ନିମୟ ନର୍କରେ ଦଣ୍ଡନୀୟ ହେବ।


କିନ୍ତୁ କାହିଁକି ସେ ଯିହୁଦୀମାନଙ୍କ ଦ୍ୱାରା ଅଭିଯୁକ୍ତ ହୋଇଅଛନ୍ତି, ତାହା ନିଶ୍ଚୟରୂପେ ଜାଣିବା ଇଚ୍ଛାରେ ସେ ପରଦିନ ତାହାଙ୍କର ବନ୍ଧନ ଫିଟାଇ ପ୍ରଧାନ ଯାଜକ ଓ ସମସ୍ତ ମହାସଭାକୁ ଏକତ୍ର ଆସିବା ପାଇଁ ଆଜ୍ଞା ଦେଲେ, ପୁଣି, ପାଉଲଙ୍କୁ ନେଇ ସେମାନଙ୍କ ସମ୍ମୁଖରେ ଠିଆ କରାଇଲେ।


ଆଉ, ସେମାନେ ଜନସାଧାରଣଙ୍କୁ, ପୁଣି, ପ୍ରାଚୀନ ଓ ଶାସ୍ତ୍ରୀମାନଙ୍କୁ ଉତ୍ତେଜିତ କରି ତାହାଙ୍କୁ ଆକ୍ରମଣ କଲେ ଓ ତାହାଙ୍କୁ ବଳରେ ଧରି ମହାସଭାକୁ ଆଣିଲେ,


ସେମାନେ ପ୍ରେରିତମାନଙ୍କୁ ମଧ୍ୟ ସ୍ଥାନରେ ଠିଆ କରାଇ ପଚାରିବାକୁ ଲାଗିଲେ, କି ଶକ୍ତିରେ ବା କେଉଁ ନାମରେ ତୁମ୍ଭେମାନେ ଏହା କରିଅଛ?


ସକାଳ ହେଲାକ୍ଷଣି ଲୋକମାନଙ୍କର ପ୍ରାଚୀନବର୍ଗ ପୁଣି, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଏକତ୍ର ହୋଇ ଆପଣାମାନଙ୍କ ମହାସଭାକୁ ତାହାଙ୍କୁ ଘେନିଯାଇ କହିଲେ, ତୁମ୍ଭେ ଯଦି ଖ୍ରୀଷ୍ଟ, ତେବେ ଆମ୍ଭମାନଙ୍କୁ କୁହ।


ଏହା ଶୁଣି ସେମାନେ ପ୍ରଭାତ ସମୟରେ ମନ୍ଦିରରେ ପ୍ରବେଶ କରି ଶିକ୍ଷା ଦେବାକୁ ଲାଗିଲେ। ଇତିମଧ୍ୟରେ ମହାଯାଜକ ଓ ତାହାଙ୍କ ସଙ୍ଗୀମାନେ ଆସି ମହାସଭା ଓ ଇସ୍ରାଏଲ ସନ୍ତାନମାନଙ୍କର ପ୍ରାଚୀନବର୍ଗଙ୍କୁ ଡାକି ଏକତ୍ର କଲେ, ପୁଣି, ସେମାନଙ୍କୁ ଆଣିବା ନିମନ୍ତେ କାରାଗାରକୁ ଲୋକ ପଠାଇଲେ।


କିନ୍ତୁ ଗମଲୀୟେଲ ନାମକ ଜଣେ ଫାରୂଶୀ, ଯେ କି ବ୍ୟବସ୍ଥାଶାସ୍ତ୍ରଜ୍ଞ ଓ ସମସ୍ତଙ୍କ ନିକଟରେ ସମ୍ମାନପାତ୍ର ଥିଲେ, ସେ ମହାସଭାରେ ଠିଆ ହୋଇ ପ୍ରେରିତମାନଙ୍କୁ କିଛି ସମୟ ନିମନ୍ତେ ବାହାର କରିଦେବାକୁ ଆଜ୍ଞା ଦେଲେ,


Swiv nou:

Piblisite


Piblisite