Biblia Todo Logo
Bib sou entènèt

- Piblisite -




ପ୍ରେରିତ 5:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 କିନ୍ତୁ ପିତର ଓ ଅନ୍ୟ ପ୍ରେରିତମାନେ ଉତ୍ତର ଦେଲେ, ମନୁଷ୍ୟମାନଙ୍କର ଆଜ୍ଞା ଅପେକ୍ଷା ବରଂ ଈଶ୍ବରଙ୍କ ଆଜ୍ଞା ପାଳନ କରିବା କର୍ତ୍ତବ୍ୟ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 କିନ୍ତୁ ପିତର ଓ ଅନ୍ୟ ପ୍ରେରିତମାନେ ଉତ୍ତର ଦେଲେ, ମନୁଷ୍ୟମାନଙ୍କ ଆଜ୍ଞା ଅପେକ୍ଷା ବରଂ ଈଶ୍ଵରଙ୍କ ଆଜ୍ଞା ପାଳନ କରିବା କର୍ତ୍ତବ୍ୟ।

Gade chapit la Kopi

ଓଡିଆ ବାଇବେଲ

29 କିନ୍ତୁ ପିତର ଓ ଅନ୍ୟ ପ୍ରେରିତମାନେ ଉତ୍ତର ଦେଲେ , ମନୁଷ୍ୟମାନଙ୍କର ଆଜ୍ଞା ଅପେକ୍ଷା ବରଂ ଈଶ୍ୱରଙ୍କ ଆଜ୍ଞା ପାଳନ କରିବା କର୍ତ୍ତବ୍ୟ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

29 ପିତର ଓ ଅନ୍ୟ ଶିଷ୍ୟମାନେ ଉତ୍ତର ଦେଲେ, “ଆମେ ଈଶ୍ୱରଙ୍କୁ ମାନିବୁ, ମନୁଷ୍ୟକୁ ନୁହେଁ।

Gade chapit la Kopi

ପବିତ୍ର ବାଇବଲ

29 ପିତର ଓ ଅନ୍ୟ ପ୍ରେରିତମାନେ ଉତ୍ତର ଦେଲେ, “ଆମ୍ଭେମାନେ ମନୁଷ୍ୟମାନଙ୍କ ଆଜ୍ଞା ଅପେକ୍ଷା ପରମେଶ୍ୱରଙ୍କ ଆଜ୍ଞା ନିଶ୍ଚୟ ମାନିବୁ।

Gade chapit la Kopi




ପ୍ରେରିତ 5:29
10 Referans Kwoze  

ଏଥିରେ ଶାଉଲ ଶାମୁୟେଲଙ୍କୁ କହିଲେ, “ମୁଁ ପାପ କରିଅଛି; କାରଣ ମୁଁ ସଦାପ୍ରଭୁଙ୍କର ଆଜ୍ଞା ଓ ତୁମ୍ଭ ବାକ୍ୟ ଲଙ୍ଘନ କରିଅଛି; ମୁଁ ଲୋକମାନଙ୍କୁ ଭୟ କରି ସେମାନଙ୍କ ରବ ଶୁଣିଲି।


କିନ୍ତୁ ପିତର ଓ ଯୋହନ ସେମାନଙ୍କୁ ଉତ୍ତର ଦେଲେ, ଈଶ୍ବରଙ୍କ କଥା ଶୁଣିବା ଅପେକ୍ଷା ଆପଣମାନଙ୍କ କଥା ଶୁଣିବା ଈଶ୍ବରଙ୍କ ଦୃଷ୍ଟିରେ ଯଥାର୍ଥ କି ନା, ତାହା ଆପଣମାନେ ବିଚାର କରନ୍ତୁ


ଆଉ ସେ ଆଦମଙ୍କୁ କହିଲେ, “ଯେଉଁ ବୃକ୍ଷର ଫଳ ଖାଇବା ବିଷୟରେ ଆମ୍ଭେ ତୁମ୍ଭକୁ ଆଜ୍ଞା ଦେଇ କହିଥିଲୁ, ତାହା ଖାଇବ ନାହିଁ, ତୁମ୍ଭେ ଆପଣା ଭାର୍ଯ୍ୟାର କଥା ଶୁଣି ତାହା ଖାଇଅଛ; ଏଣୁ ତୁମ୍ଭ ସକାଶୁ ଭୂମି ଶାପଗ୍ରସ୍ତ ହେଲା; ତୁମ୍ଭେ ଯାବଜ୍ଜୀବନ କ୍ଳେଶରେ ତହିଁରୁ ଭକ୍ଷ୍ୟ ପାଇବ।


ମାତ୍ର ସେହି ଧାତ୍ରୀମାନେ ପରମେଶ୍ୱରଙ୍କୁ ଭୟ କରିବାରୁ ମିସରୀୟ ରାଜାଙ୍କର ଆଜ୍ଞା ଅନୁସାରେ ନ କରି ପୁତ୍ରସନ୍ତାନମାନଙ୍କୁ ଜୀବିତ ରଖିଲେ।


ତହୁଁ ଯିରିମୀୟ ସକଳ ଅଧିପତି ଓ ସକଳ ଲୋକଙ୍କୁ ଏହି କଥା କହିଲେ, “ତୁମ୍ଭେମାନେ ଯେସବୁ କଥା ଶୁଣିଅଛ, ସେହି ସମସ୍ତ ଭବିଷ୍ୟଦ୍‍ବାକ୍ୟ ଏହି ଗୃହ ଓ ଏହି ନଗର ବିରୁଦ୍ଧରେ ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ପ୍ରେରଣ କଲେ।


ତହିଁରେ ସେମାନେ ରାଜାଙ୍କ ଛାମୁରେ ଉତ୍ତର କରି କହିଲେ, “ହେ ମହାରାଜ, ନିର୍ବାସିତ ଯିହୁଦୀ-ସନ୍ତାନଗଣ ମଧ୍ୟରେ ଜଣେ ଯେ ଦାନିୟେଲ, ସେ ଆପଣଙ୍କୁ କିଅବା ଆପଣଙ୍କ ସ୍ୱାକ୍ଷରିତ ନିଷେଧ ପତ୍ରକୁ ମାନ୍ୟ କରେ ନାହିଁ, ମାତ୍ର ଦିନ ମଧ୍ୟରେ ତିନି ଥର ପ୍ରାର୍ଥନା କରେ।”


ତଥାପି ଯୋୟାବ ଉପରେ ଓ ସେନାପତିମାନଙ୍କ ଉପରେ ରାଜାଙ୍କ ବାକ୍ୟ ପ୍ରବଳ ହେଲା। ତହୁଁ ଯୋୟାବ ଓ ସେନାପତିମାନେ ଇସ୍ରାଏଲ ଲୋକମାନଙ୍କୁ ଗଣନା କରିବା ପାଇଁ ରାଜାଙ୍କ ସାକ୍ଷାତରୁ ଗମନ କଲେ।


ଏହିରୂପେ ଊରୀୟ ଯାଜକ ଆହସ୍‌ ରାଜାଙ୍କର ଆଜ୍ଞା ପ୍ରମାଣେ ସବୁ କର୍ମ କଲା।


Swiv nou:

Piblisite


Piblisite