Biblia Todo Logo
Bib sou entènèt

- Piblisite -




ପ୍ରେରିତ 5:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ପୁଣି, ଆମ୍ଭେମାନେ ଏହି ସମସ୍ତ ବିଷୟର ସାକ୍ଷୀ, ଆଉ ଯେଉଁ ପବିତ୍ର ଆତ୍ମାଙ୍କୁ ଈଶ୍ବର ଆପଣା ଆଜ୍ଞା ପାଳନକାରୀମାନଙ୍କୁ ଦେଇଅଛନ୍ତି, ସେ ମଧ୍ୟ ସାକ୍ଷୀ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

32 ପୁଣି, ଆମ୍ଭେମାନେ ଏହିସମସ୍ତ ବିଷୟର ସାକ୍ଷୀ, ଆଉ ଯେଉଁ ପବିତ୍ର ଆତ୍ମାଙ୍କୁ ଈଶ୍ଵର ଆପଣା ଆଜ୍ଞା-ପାଳନକାରୀମାନଙ୍କୁ ଦେଇଅଛନ୍ତି, ସେ ମଧ୍ୟ ସାକ୍ଷୀ।

Gade chapit la Kopi

ଓଡିଆ ବାଇବେଲ

32 ପୁଣି, ଆମ୍ଭେମାନେ ଏହି ସମସ୍ତ ବିଷୟର ସାକ୍ଷୀ, ଆଉ ଯେଉଁ ପବିତ୍ର ଆତ୍ମାଙ୍କୁ ଈଶ୍ୱର ଆପଣା ଆଜ୍ଞା ପାଳନକାରୀମାନଙ୍କୁ ଦେଇଅଛନ୍ତି, ସେ ମଧ୍ୟ ସାକ୍ଷୀ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

32 ଆମ୍ଭେମାନେ ଏ ସମସ୍ତ ବିଷୟର ସାକ୍ଷୀ ଅଟୁ। ପୁଣି ଯେଉଁ ପବିତ୍ରଆତ୍ମାଙ୍କୁ ଈଶ୍ୱର ତାଙ୍କର ଆଜ୍ଞାକାରୀମାନଙ୍କୁ ଦାନ କରିଛନ୍ତି, ସେ ମଧ୍ୟ ଏହାର ସାକ୍ଷୀ।”

Gade chapit la Kopi

ପବିତ୍ର ବାଇବଲ

32 ଆମ୍ଭେ ସମସ୍ତେ ଏ ଘଟଣାଗୁଡ଼ିକର ସାକ୍ଷୀ। ପବିତ୍ରଆତ୍ମା ମଧ୍ୟ ଏ ଘଟଣାଗୁଡ଼ିକର ସାକ୍ଷୀ। ପରମେଶ୍ୱର ନିଜର ଆଜ୍ଞା ମାନୁଥିବା ଲୋକମାନଙ୍କୁ ପବିତ୍ରଆତ୍ମାଙ୍କୁ ଦେଇଛନ୍ତି। ସେମାନେ ମଧ୍ୟ ଏହାର ସାକ୍ଷୀ।”

Gade chapit la Kopi




ପ୍ରେରିତ 5:32
17 Referans Kwoze  

କିନ୍ତୁ ପବିତ୍ର ଆତ୍ମା ତୁମ୍ଭମାନଙ୍କ ଉପରେ ଅବତୀର୍ଣ୍ଣ ହୁଅନ୍ତେ, ତୁମ୍ଭେମାନେ ଶକ୍ତି ପ୍ରାପ୍ତ ହେବ, ଆଉ ଯିରୂଶାଲମ, ସମସ୍ତ ଯିହୂଦିୟା ପ୍ରଦେଶ ଓ ଶମିରୋଣ, ପୁଣି, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ସୁଦ୍ଧା ମୋହର ସାକ୍ଷୀ ହେବ।”


ଏହି ସମସ୍ତ ବିଷୟରେ ସେମାନେ ଯେ ଆପଣା ଆପଣାର ସେବା ନ କରି ତୁମ୍ଭମାନଙ୍କର ସେବା କରୁଥିଲେ, ଏହା ସେମାନଙ୍କ ନିକଟରେ ପ୍ରକାଶିତ ହୋଇଥିଲା, ଆଉ, ସେହି ସମସ୍ତ ବିଷୟ ସ୍ୱର୍ଗରୁ ପ୍ରେରିତ ପବିତ୍ର ଆତ୍ମାଙ୍କ ଶକ୍ତିରେ ତୁମ୍ଭମାନଙ୍କ ନିକଟରେ ସୁସମାଚାର ପ୍ରଚାରକମାନଙ୍କ ଦ୍ୱାରା ଏବେ ତୁମ୍ଭମାନଙ୍କୁ ଜଣାଇ ଦିଆଯାଇଅଛି; ସେହିସବୁ ବିଷୟ ଦୂତମାନେ ମଧ୍ୟ ନିରୀକ୍ଷଣ କରିବାକୁ ଇଚ୍ଛା କରନ୍ତି।


ପୁଣି, ଯେଉଁମାନେ ତାହାଙ୍କ ସହିତ ଗାଲିଲୀରୁ ଯିରୂଶାଲମ ସହରକୁ ଆସିଥିଲେ, ସେମାନେ ଅନେକ ଦିନ ପର୍ଯ୍ୟନ୍ତ ତାହାଙ୍କ ଦର୍ଶନ ପାଇଲେ; ସେମାନେ ବର୍ତ୍ତମାନ ଲୋକମାନଙ୍କ ନିକଟରେ ତାହାଙ୍କର ସାକ୍ଷୀ।


କିନ୍ତୁ ପିତର ଓ ଅନ୍ୟ ପ୍ରେରିତମାନେ ଉତ୍ତର ଦେଲେ, ମନୁଷ୍ୟମାନଙ୍କର ଆଜ୍ଞା ଅପେକ୍ଷା ବରଂ ଈଶ୍ବରଙ୍କ ଆଜ୍ଞା ପାଳନ କରିବା କର୍ତ୍ତବ୍ୟ।


କାରଣ ପ୍ରତିମା ନିକଟରେ ଉତ୍ସର୍ଗୀକୃତ ପ୍ରସାଦ, ରକ୍ତ, ଶ୍ୱାସରୋଧ ଦ୍ୱାରା ମୃତ ପ୍ରାଣୀର ମାଂସ ଓ ଯୌନକ୍ରିୟାଠାରୁ ପୃଥକ୍ ରହିବା, ଏହି କେତୋଟି ଆବଶ୍ୟକୀୟ ବିଷୟ ବ୍ୟତୀତ ଆପଣମାନଙ୍କ ଉପରେ ଆଉ ଅଧିକ ଭାର ନ ଦେବାକୁ, ପବିତ୍ର ଆତ୍ମା ଓ ଆମ୍ଭମାନଙ୍କ ଦୃଷ୍ଟିରେ ଉତ୍ତମ ଦେଖାଗଲା;


ସେଥିରେ ସମସ୍ତେ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ହେଲେ, ପୁଣି, ଆତ୍ମା ସେମାନଙ୍କୁ ଯେପରି କହିବାକୁ ଶକ୍ତି ଦେଲେ, ତଦନୁସାରେ ସେମାନେ ଅନ୍ୟାନ୍ୟ ଭାଷାରେ କଥା କହିବାକୁ ଲାଗିଲେ।


ତାହାଙ୍କଠାରେ ବିଶ୍ୱାସକାରୀମାନେ ଯେଉଁ ଆତ୍ମା ପାଇବାକୁ ଯାଉଥିଲେ, ତାହାଙ୍କ ବିଷୟରେ ସେ ଏହା କହିଲେ, କାରଣ ଯୀଶୁ ସେପର୍ଯ୍ୟନ୍ତ ମହିମାପ୍ରାପ୍ତ ହୋଇ ନ ଥିବାରୁ ପବିତ୍ର ଆତ୍ମା ପ୍ରଦତ୍ତ ହୋଇ ନ ଥିଲେ।


ଏହି ତୃତୀୟ ଥର ମୁଁ ତୁମ୍ଭମାନଙ୍କ ନିକଟକୁ ଯାଉଅଛି। “ଦୁଇ ବା ତିନି ସାକ୍ଷୀଙ୍କ ମୁଖରେ ସମସ୍ତ କଥା ସ୍ଥିର କରାଯିବ।”


ପିତର ଏହିସବୁ କଥା କହୁଥିବା ସମୟରେ ଯେତେ ଲୋକ ବାକ୍ୟ ଶୁଣୁଥିଲେ, ସେହି ସମସ୍ତଙ୍କ ଉପରେ ପବିତ୍ର ଆତ୍ମା ଅବତରଣ କଲେ।


ଏହି ଯୀଶୁଙ୍କୁ ଈଶ୍ବର ଉଠାଇଅଛନ୍ତି, ସେହି ବିଷୟରେ ଆମ୍ଭେମାନେ ସମସ୍ତେ ସାକ୍ଷୀ।


ଆମ୍ଭେମାନେ ଈଶ୍ବରଙ୍କ ସନ୍ତାନ ବୋଲି ସେହି ପବିତ୍ର ଆତ୍ମା ସ୍ୱୟଂ ଆମ୍ଭମାନଙ୍କ ଆତ୍ମା ସହିତ ସାକ୍ଷ୍ୟ ପ୍ରଦାନ କରନ୍ତି,


Swiv nou:

Piblisite


Piblisite