Biblia Todo Logo
Bib sou entènèt

- Piblisite -




ପ୍ରେରିତ 5:40 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

40 ସେମାନେ ତାହାଙ୍କ କଥାରେ ସମ୍ମତ ହେଲେ, ପୁଣି, ପ୍ରେରିତମାନଙ୍କୁ ନିକଟକୁ ଡାକି ସେମାନଙ୍କୁ ପ୍ରହାର କଲେ ଓ ଯୀଶୁଙ୍କ ନାମରେ କଥା ନ କହିବାକୁ ଆଜ୍ଞା ଦେଇ ଛାଡ଼ିଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

40 ସେମାନେ ତାଙ୍କ କଥାରେ ସମ୍ମତ ହେଲେ, ପୁଣି ପ୍ରେରିତମାନଙ୍କୁ ନିକଟକୁ ଡାକି ସେମାନଙ୍କୁ ପ୍ରହାର କଲେ ଓ ଯୀଶୁଙ୍କ ନାମରେ କଥା ନ କହିବାକୁ ଆଜ୍ଞା ଦେଇ ଛାଡ଼ିଦେଲେ।

Gade chapit la Kopi

ଓଡିଆ ବାଇବେଲ

40 ସେମାନେ ତାହାଙ୍କ କଥାରେ ସମ୍ମତ ହେଲେ, ପୁଣି, ପ୍ରେରିତମାନଙ୍କୁ ନିକଟକୁ ଡାକି ସେମାନଙ୍କୁ ପ୍ରହାର କଲେ ଓ ଯୀଶୁଙ୍କ ନାମରେ କଥା ନ କହିବାକୁ ଆଜ୍ଞା ଦେଇ ଛାଡ଼ି ଦେଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

40 ସେମାନେ ପ୍ରେରିତ ଶିଷ୍ୟମାନଙ୍କୁ ଭିତରକୁ ଡାକି, ସେମାନଙ୍କୁ ଚାବୁକ ପ୍ରହାର କରାଇଲେ ଏବଂ ଯୀଶୁଙ୍କ ନାମରେ କୌଣସି କଥା ନ କହିବାକୁ ଆଦେଶ ଦେଇ ଛାଡ଼ି ଦେଲେ।

Gade chapit la Kopi

ପବିତ୍ର ବାଇବଲ

40 ସେମାନେ ପ୍ରେରିତମାନଙ୍କୁ ଭିତରକୁ ଡାକି ନେଇ ପ୍ରହାର କଲେ। ସେମାନଙ୍କୁ ଯୀଶୁଙ୍କ ନାମରେ କିଛି ନ କହିବା ପାଇଁ ଆଦେଶ ଦେଲେ। ତା'ପରେ ସେମାନଙ୍କୁ ଛାଡ଼ି ଦେଲେ।

Gade chapit la Kopi




ପ୍ରେରିତ 5:40
13 Referans Kwoze  

ମାତ୍ର ମନୁଷ୍ୟମାନଙ୍କଠାରୁ ସାବଧାନ ହୋଇଥାଅ, କାରଣ ସେମାନେ ତୁମ୍ଭମାନଙ୍କୁ ବିଚାରସଭାମାନଙ୍କରେ ସମର୍ପଣ କରିବେ ଓ ସେମାନଙ୍କ ସମାଜଗୃହ ସମୂହରେ କୋରଡ଼ା ମାରିବେ,


ମୁଁ ଯିହୁଦୀମାନଙ୍କଠାରୁ ପାଞ୍ଚ ଥର ଅଣଚାଳିଶ ପ୍ରହାର ପାଇଅଛି,


ଆମ୍ଭେମାନେ ତୁମ୍ଭମାନଙ୍କୁ ଏହି ନାମରେ ଶିକ୍ଷା ଦେବାକୁ ଅତି ଦୃଢ଼ରୂପେ ନିଷେଧ କରିଥିଲୁ, ତଥାପି ଦେଖ, ତୁମ୍ଭେମାନେ ସମସ୍ତ ଯିରୂଶାଲମ ସହରରେ ଆପଣା ଶିକ୍ଷାରେ ପୂର୍ଣ୍ଣ କରି ସେହି ଲୋକର ରକ୍ତପାତର ଦୋଷ ଆମ୍ଭମାନଙ୍କ ଉପରେ ବର୍ତ୍ତାଇବାକୁ ଚାହୁଁଅଛ।


କିନ୍ତୁ ତୁମ୍ଭେମାନେ ଆପଣା ଆପଣା ବିଷୟରେ ସାବଧାନ ହୋଇଥାଅ; ଲୋକେ ତୁମ୍ଭମାନଙ୍କୁ ବିଚାରସଭାମାନଙ୍କରେ ସମର୍ପଣ କରିବେ, ଆଉ ତୁମ୍ଭେମାନେ ସମାଜଗୃହଗୁଡ଼ିକରେ ପ୍ରହାରିତ ହେବ ଏବଂ ମୋ ସକାଶେ ଶାସନକର୍ତ୍ତା ଓ ରାଜାମାନଙ୍କ ଛାମୁରେ ସେମାନଙ୍କ ପ୍ରତି ସାକ୍ଷ୍ୟ ଦେବା ନିମନ୍ତେ ଠିଆ କରାଯିବ।


ଧାର୍ମିକ ମନୁଷ୍ୟ ଆପଣା ପଶୁର ପ୍ରାଣକୁ ଆଦର କରେ, ମାତ୍ର ଦୁଷ୍ଟମାନଙ୍କର କରୁଣା ନିଷ୍ଠୁର।


ଆଉ କୃଷକମାନେ ଯେପରି ତାହାଙ୍କୁ ଦ୍ରାକ୍ଷାକ୍ଷେତ୍ରର ଫଳରୁ ଭାଗ ଦିଅନ୍ତି, ଏଥିନିମନ୍ତେ ସେ ଜଣେ ଦାସକୁ ଉପଯୁକ୍ତ ସମୟରେ ସେମାନଙ୍କ ନିକଟକୁ ପଠାଇଲେ, କିନ୍ତୁ ସେହି କୃଷକମାନେ ତାହାକୁ ପ୍ରହାର କରି ଶୂନ୍ୟ ହସ୍ତରେ ଫେରାଇଦେଲେ।


ଏଣୁ ଦେଖ, ମୁଁ ତୁମ୍ଭମାନଙ୍କ ନିକଟକୁ ଭାବବାଦୀ, ଜ୍ଞାନୀ ଓ ଶାସ୍ତ୍ରୀମାନଙ୍କୁ ପ୍ରେରଣ କରୁଅଛି; ସେମାନଙ୍କ ମଧ୍ୟରୁ କାହା କାହାକୁ ତୁମ୍ଭେମାନେ ହତ୍ୟା କରିବ ଓ କ୍ରୁଶରେ ବଧ କରିବ, ଆଉ କାହା କାହାକୁ ତୁମ୍ଭମାନଙ୍କ ସମାଜଗୃହରେ କୋରଡ଼ା ମାରିବ ଓ ନଗରକୁ ନଗର ତାଡ଼ନା କରିବ,


ତୁମ୍ଭେମାନେ ବାକ୍ୟ ପ୍ରଚାର ନ କର, “ସେମାନେ ଏପରି ପ୍ରଚାର କରନ୍ତି। ଯଦି ଏମାନଙ୍କ ନିକଟରେ ସେମାନେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବେ ନାହିଁ” ତେବେ ଅପମାନ ଘୁଞ୍ଚିବ ନାହିଁ।


ମାତ୍ର ତୁମ୍ଭେମାନେ ନାସରୀୟ ଲୋକମାନଙ୍କୁ ଦ୍ରାକ୍ଷାରସ ପାନ କରିବାକୁ ଦେଲ ଓ ଭବିଷ୍ୟଦ୍‍ବକ୍ତାମାନଙ୍କୁ ଆଜ୍ଞା ଦେଇ କହିଲ, ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର ନାହିଁ।


ସେମାନେ ଦର୍ଶକଗଣକୁ କହନ୍ତି, “ତୁମ୍ଭେମାନେ ଦର୍ଶନ କର ନାହିଁ ଓ ଭବିଷ୍ୟଦ୍‍ବକ୍ତାଗଣଙ୍କୁ କହନ୍ତି, ତୁମ୍ଭେମାନେ ଆମ୍ଭମାନଙ୍କ ନିକଟରେ ଯଥାର୍ଥ ବାକ୍ୟ ପ୍ରଚାର କର ନାହିଁ, ଆମ୍ଭମାନଙ୍କୁ କୋମଳ କଥା କୁହ ଓ ଭ୍ରାନ୍ତିଜନକ ବାକ୍ୟ ପ୍ରଚାର କର;


ପୁଣି, ସେମାନେ ତାହାଙ୍କୁ ପ୍ରାଣ ଦଣ୍ଡାଜ୍ଞା ଦେଇ ପରିହାସ, କୋରଡ଼ା ପ୍ରହାର ଓ କ୍ରୁଶରେ ବଧ କରିବା ନିମନ୍ତେ ଅଣଯିହୁଦୀମାନଙ୍କ ହସ୍ତରେ ସମର୍ପଣ କରିବେ, ଆଉ ତୃତୀୟ ଦିବସରେ ସେ ଉଠିବେ।”


Swiv nou:

Piblisite


Piblisite