Biblia Todo Logo
Bib sou entènèt

- Piblisite -




ପ୍ରେରିତ 5:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଏହିସବୁ କଥା ଶୁଣି ହନନୀୟ କଚାଡ଼ି ହୋଇ ପଡ଼ି ପ୍ରାଣତ୍ୟାଗ କଲା। ସେଥିରେ ଯେତେ ଲୋକ ଏହା ଶୁଣିଲେ, ସମସ୍ତେ ଅତିଶୟ ଭୟ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଏହିସବୁ କଥା ଶୁଣି ହନନୀୟ କଚାଡ଼ି ହୋଇ ପଡ଼ି ପ୍ରାଣତ୍ୟାଗ କଲା। ସେଥିରେ ଯେତେ ଲୋକ ଏହା ଶୁଣିଲେ, ସମସ୍ତେ ଅତିଶୟ ଭୟ ପାଇଲେ।

Gade chapit la Kopi

ଓଡିଆ ବାଇବେଲ

5 ଏହି ସବୁ କଥା ଶୁଣି ହନନୀୟ କଚାଡ଼ି ହୋଇ ପଡ଼ି ପ୍ରାଣତ୍ୟାଗ କଲା । ସେଥିରେ ଯେତେ ଲୋକ ଏହା ଶୁଣିଲେ, ସମସ୍ତେ ଅତିଶୟ ଭୟ କଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ହନନୀୟ ଏହି କଥା ଶୁଣିବାକ୍ଷଣି ତଳେ ପଡ଼ି ପ୍ରାଣ ହରାଇଲା; ଆଉ ଯେଉଁମାନେ ଏହି କଥା ଶୁଣିଲେ, ମୋନେ ସମସ୍ତେ ଭୟଭୀତ ହେଲେ।

Gade chapit la Kopi

ପବିତ୍ର ବାଇବଲ

5 ଏ କଥା ଶୁଣିବା ମାତ୍ରେ ହନନିୟ ଭୂମିରେ ପଡ଼ି ମରିଗଲା। ଏ କଥା ଶୁଣି ଲୋକମାନେ ବହୁତ ଡରିଗଲେ।

Gade chapit la Kopi




ପ୍ରେରିତ 5:5
26 Referans Kwoze  

ଆଉ, ଲୋକ ସମସ୍ତେ ଭୀତ ହେବାକୁ ଲାଗିଲେ; ପ୍ରେରିତମାନଙ୍କ ଦ୍ୱାରା ମଧ୍ୟ ଅନେକ ଅଦ୍ଭୁତ କର୍ମ ଓ ଲକ୍ଷଣ ସାଧିତ ହେବାକୁ ଲାଗିଲା।


ସେହି ସମୟରେ ମହା ଭୂମିକମ୍ପ ହେଲା ଓ ନଗରୀର ଦଶମାଂଶ ଭୂମିସାତ୍‍ ହେଲା, ପୁଣି, ଭୂମିକମ୍ପରେ ସାତ ହଜାର ଲୋକ ନିହତ ହେଲେ ଏବଂ ଅବଶିଷ୍ଟ ଲୋକ ଭୀତ ହୋଇ ସ୍ୱର୍ଗସ୍ଥ ଈଶ୍ବରଙ୍କ ମହିମା କୀର୍ତ୍ତନ କଲେ।


କେହି ଯଦି ସେମାନଙ୍କର କ୍ଷତି କରିବାକୁ ଇଚ୍ଛା କରେ, ତେବେ ସେମାନଙ୍କ ମୁଖରୁ ଅଗ୍ନି ନିର୍ଗତ ହୋଇ ସେମାନଙ୍କ ଶତ୍ରୁମାନଙ୍କୁ ଗ୍ରାସ କରେ; କେହି ଯଦି ସେମାନଙ୍କର କ୍ଷତି କରିବାକୁ ଇଚ୍ଛା କରିବ, ତାହାକୁ ଏହିପରି ଭାବେ ହତ ହେବାକୁ ହେବ।


ଯେଉଁମାନେ ପୂର୍ବରେ ପାପ କରିଥିଲେ, ସେମାନଙ୍କୁ ଓ ଅବଶିଷ୍ଟ ସମସ୍ତଙ୍କୁ ମୁଁ ଯେପରି ପୂର୍ବେ ଦ୍ୱିତୀୟ ଥର ଉପସ୍ଥିତ ଥିବା ସମୟରେ କହିଥିଲି, ଏବେ ଅନୁପସ୍ଥିତ ଥାଇ ସେହିପରି ପୂର୍ବରୁ କହୁଅଛି ଯେ, ଯଦି ମୁଁ ପୁନର୍ବାର ଯାଏ, ତାହାହେଲେ ସେମାନଙ୍କୁ ଛାଡ଼ିବି ନାହିଁ;


ଯେଣୁ ଦେଖ, ଈଶ୍ବରଙ୍କ ଇଚ୍ଛାନୁସାରେ ତୁମ୍ଭେମାନେ ଏହି ଯେଉଁ ଦୁଃଖ ପାଇଲ, ତାହା ତୁମ୍ଭମାନଙ୍କଠାରେ କେତେ ଉତ୍ସାହ, ହଁ, କେତେ ଅଭିଯୋଗ ଖଣ୍ଡନ, ହଁ, କେତେ ବିରକ୍ତି, ହଁ, କେତେ ଭୟ, ହଁ କେତେ ଆଗ୍ରହ, ହଁ, କେତେ ଉଦ୍‌ଯୋଗ, ହଁ, କେତେ ପ୍ରତିକାର ଜନ୍ମାଇଅଛି। ଏହି ବିଷୟରେ ତୁମ୍ଭେମାନେ ସମ୍ପୂର୍ଣ୍ଣ ନିର୍ଦ୍ଦୋଷ ବୋଲି ପ୍ରମାଣ ଦେଇଅଛ।


ତୁମ୍ଭମାନଙ୍କର ଇଚ୍ଛା କଅଣ? ମୁଁ ବେତ ଘେନି ତୁମ୍ଭମାନଙ୍କ ପାଖକୁ ଆସିବି ନା ପ୍ରେମ ଓ ମୃଦୁତାର ଆତ୍ମା ଘେନି ଆସିବି?


ଆଉ ଏବେ ଦେଖ, ପ୍ରଭୁଙ୍କର ହସ୍ତ ତୁମ୍ଭ ଉପରେ ରହିଅଛି, ତୁମ୍ଭେ ଅନ୍ଧ ହୋଇ କେତେକ ସମୟ ପର୍ଯ୍ୟନ୍ତ ସୂର୍ଯ୍ୟ ଦେଖିବ ନାହିଁ। ସେହିକ୍ଷଣି କୁହୁଡ଼ି ଓ ଅନ୍ଧକାର ତାହାକୁ ଘୋଡ଼ାଇ ପକାଇଲା, ତେଣୁ ତାହାକୁ ହାତ ଧରି ବାଟ କଢ଼ାଇବା ନିମନ୍ତେ ସେ ଏଣେ-ତେଣେ ଦରାଣ୍ଡି ଲୋକ ଖୋଜିବାକୁ ଲାଗିଲା।


କିନ୍ତୁ ଅନ୍ୟ ଲୋକମାନଙ୍କ ମଧ୍ୟରୁ କେହିହେଲେ ସେମାନଙ୍କ ସହିତ ଯୋଗ ଦେବାକୁ ସାହସ କରୁ ନ ଥିଲେ; ତଥାପି ଲୋକମାନେ ସେମାନଙ୍କର ପ୍ରଶଂସା କରୁଥିଲେ,


ପୁଣି, ମୁଁ ଏହି ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲା ବେଳେ ବନାୟର ପୁତ୍ର ପ୍ଲଟୀୟ ମଲା। ତହିଁରେ ମୁଁ ଉବୁଡ଼ ହୋଇ ପଡ଼ି ଉଚ୍ଚସ୍ୱରରେ କ୍ରନ୍ଦନ କରି କହିଲି, “ଆହା, ପ୍ରଭୁ, ସଦାପ୍ରଭୁ! ତୁମ୍ଭେ କି ଇସ୍ରାଏଲର ଅବଶିଷ୍ଟାଂଶକୁ ସମ୍ପୂର୍ଣ୍ଣ ରୂପେ ଶେଷ କରିବ?”


ତୁମ୍ଭେମାନେ ଏହି କଥା କହିବା ହେତୁରୁ ସୈନ୍ୟାଧିପତି ପରମେଶ୍ୱର, ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ତୁମ୍ଭର ମୁଖସ୍ଥିତ ଆମ୍ଭର ବାକ୍ୟକୁ ଅଗ୍ନି ତୁଲ୍ୟ ଓ ଏହି ଲୋକମାନଙ୍କୁ କାଷ୍ଠ ତୁଲ୍ୟ କରିବା, ତାହା ଏମାନଙ୍କୁ ଗ୍ରାସ କରିବ।


ତୁମ୍ଭ ଭୟ ସକାଶୁ ମୋʼ ଶରୀର କମ୍ପିତ ହୁଏ ଓ ତୁମ୍ଭ ଶାସନ ବିଷୟରେ ମୁଁ ଭୀତ ହୁଏ। ଅଇନ୍‍।


ପୁଣି, ସକଳ ମନୁଷ୍ୟ ଭୟ କରିବେ, ସେମାନେ ପରମେଶ୍ୱରଙ୍କ କର୍ମ ପ୍ରକାଶ କରିବେ ଓ ତାହାଙ୍କର କ୍ରିୟା ସୁବିବେଚନା କରିବେ।


କାରଣ ପ୍ରଥମ ଥର ତୁମ୍ଭେମାନେ ତାହା ନ ବୋହିବାରୁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଆକ୍ରମଣ କଲେ, ଯେଣୁ ଆମ୍ଭେମାନେ ବିଧିମତେ ତାହାଙ୍କର ଅନ୍ୱେଷଣ ନ କଲୁ।


ଆଉ ଦାଉଦ ସେହି ଦିନ ପରମେଶ୍ୱରଙ୍କ ବିଷୟରେ ଭୟ ପାଇ କହିଲେ, “ମୁଁ କିପରି ପରମେଶ୍ୱରଙ୍କ ସିନ୍ଦୁକ ମୋʼ ନିକଟକୁ ଗୃହକୁ ଆଣିବି?”


ଏଥିରେ ସେ ଆପଣା ପଛକୁ ଅନାଇ ସେମାନଙ୍କୁ ଦେଖିଲେ ଓ ସଦାପ୍ରଭୁଙ୍କ ନାମରେ ସେମାନଙ୍କୁ ଅଭିଶାପ ଦେଲେ। ସେତେବେଳେ ବନରୁ ଦୁଇ ଭଲ୍ଲୁକୀ ବାହାରି ଆସି ସେମାନଙ୍କ ମଧ୍ୟରୁ ବୟାଳିଶ ଜଣ ବାଳକଙ୍କୁ ବିଦୀର୍ଣ୍ଣ କଲେ।


ସେରହର ପୁତ୍ର ଆଖନ୍‍ ବର୍ଜିତ ବସ୍ତୁ ବିଷୟରେ ସତ୍ୟ-ଲଙ୍ଘନ କରନ୍ତେ, ଇସ୍ରାଏଲର ସମଗ୍ର ମଣ୍ଡଳୀ ଉପରେ କି କ୍ରୋଧ ପଡ଼ିଲା ନାହିଁ? ଆଉ ସେ ବ୍ୟକ୍ତି ଆପଣା ଅପରାଧରେ ଏକାକୀ ବିନଷ୍ଟ ହେଲା ନାହିଁ?’”


ତହିଁରେ ତାହାର ନଗରସ୍ଥ ସମସ୍ତ ପୁରୁଷ ତାହାକୁ ପଥର ପକାଇ ବଧ କରିବେ; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ, ତହିଁରେ ସମୁଦାୟ ଇସ୍ରାଏଲ ଶୁଣିବେ ଓ ଭୟ କରିବେ।


ତହିଁରେ ସମୁଦାୟ ଇସ୍ରାଏଲ ତାହା ଶୁଣିବେ ଓ ଭୟ କରିବେ, ପୁଣି ତୁମ୍ଭ ମଧ୍ୟରେ ଆଉ ଏପରି ଦୁଷ୍ଟତା କରିବେ ନାହିଁ।


ତହୁଁ ମୋଶା ହାରୋଣଙ୍କୁ କହିଲେ, “ସଦାପ୍ରଭୁ ଏହି କଥା କହିଲେ, ‘ଯେଉଁମାନେ ଆମ୍ଭ ନିକଟକୁ ଆସନ୍ତି, ସେମାନଙ୍କ ମଧ୍ୟରେ ଆମ୍ଭେ ପବିତ୍ର ରୂପେ ମାନ୍ୟ ହେବା; ଓ ସମସ୍ତ ଲୋକଙ୍କ ସମ୍ମୁଖରେ ଆମ୍ଭେ ଗୌରବାନ୍ୱିତ ହେବା।’” ତହିଁରେ ହାରୋଣ ମୌନ ହେଲେ।


ଏଥିନିମନ୍ତେ ଅନୁପସ୍ଥିତ ହୋଇ ମୁଁ ଏହିସବୁ ଲେଖୁଅଛି, ଯେପରି ଉପସ୍ଥିତ ହୋଇ, ପ୍ରଭୁ ମୋତେ ଯେଉଁ ଅଧିକାର ଭଗ୍ନ କରିବା ନିମନ୍ତେ ନ ଦେଇ ଗଠନ କରିବା ନିମନ୍ତେ ଦେଇଅଛନ୍ତି, ସେହି ଅଧିକାର ଅନୁସାରେ କଠୋର ବ୍ୟବହାର କରିବାକୁ ମୋତେ ନ ହୁଏ।


Swiv nou:

Piblisite


Piblisite