Biblia Todo Logo
Bib sou entènèt

- Piblisite -




ପ୍ରେରିତ 6:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏହି ସମୟରେ, ଯେତେବେଳେ ଶିଷ୍ୟମାନଙ୍କର ସଂଖ୍ୟା ବୃଦ୍ଧି ପାଉଥିଲା, ସେତେବେଳେ ଗ୍ରୀକ୍‍ ଭାଷାବାଦୀ ଯିହୁଦୀ ବିଶ୍ୱାସୀମାନେ, ଏବ୍ରୀୟ ବିଶ୍ୱାସୀମାନଙ୍କ ବିପକ୍ଷରେ ବଚସା କରିବାକୁ ଲାଗିଲେ, କାରଣ ଦୈନିକ ଖାଦ୍ୟ ବିତରଣ କରିବାରେ ବିଧବାମାନଙ୍କୁ ଅବହେଳା କରାଯାଉଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଏହି ସମୟରେ, ଯେତେବେଳେ ଶିଷ୍ୟମାନଙ୍କର ସଂଖ୍ୟା ବୃଦ୍ଧି ପାଉଥିଲା, ସେତେବେଳେ ଗ୍ରୀକ୍ ଭାଷାବାଦୀ ଯିହୁଦୀମାନେ ଏବ୍ରୀୟମାନଙ୍କ ବିପକ୍ଷରେ ବଚସା କରିବାକୁ ଲାଗିଲେ, କାରଣ ଦୈନିକ ପରିଚର୍ଯ୍ୟାରେ ସେମାନଙ୍କର ବିଧବାମାନଙ୍କୁ ଉପେକ୍ଷା କରାଯାଉଥିଲା।

Gade chapit la Kopi

ଓଡିଆ ବାଇବେଲ

1 ଏହି ସମୟରେ, ଯେତେବେଳେ ଶିଷ୍ୟମାନଙ୍କର ସଂଖ୍ୟା ବୃଦ୍ଧି ପାଉଥିଲା, ସେତେବେଳେ ଗ୍ରୀକ୍ ଭାଷାବାଦୀ ଯିହୂଦୀମାନେ ଏବ୍ରୀୟମାନଙ୍କ ବିପକ୍ଷରେ ବଚସା କରିବାକୁ ଲାଗିଲେ, କାରଣ ଦୈନିକ ଖାଦ୍ୟ ବିତରଣ କରିବାରେ ବିଧବାମାନଙ୍କୁ ଅବହେଳା କରାଯାଉଥିଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 କିଛି ସମୟ ପରେ ଶିଷ୍ୟମାନଙ୍କ ସଂଖ୍ୟା ବଢ଼ିବା ସଙ୍ଗେ ସଙ୍ଗେ ଗ୍ରୀକ୍ଭାଷାବାଦୀ ଇହୁଦୀ ଓ ସ୍ଥାନୀୟ ଇହୁଦୀମାନଙ୍କ ମଧ୍ୟରେ କଳହ ହେଲା। ଦୈନିକ ଆର୍ଥିକ ସାହାଯ୍ୟ ବଣ୍ଟନ ସମୟରେ ସେମାନଙ୍କର ବିଧବାମାନଙ୍କୁ ଅବହେଳିତ କରାଯାଉଛି ବୋଲି ଗ୍ରୀକ୍ ଭାଷାବାଦୀ ଇହୁଦୀମାନେ ଆପତ୍ତି କଲେ।

Gade chapit la Kopi

ପବିତ୍ର ବାଇବଲ

1 ଏହି ସମୟ ମଧ୍ୟରେ ଶିଷ୍ୟମାନଙ୍କ ସଂଖ୍ୟା ବଢ଼ିଗଲା। ସେତେବେଳେ ଗ୍ରୀକ୍ ଭାଷା କହୁଥିବା ଯିହୂଦୀମାନେ ଏବ୍ରୀଭାଷା କହୁଥିବା ଯିହୂଦୀମାନଙ୍କ ବିରୁଦ୍ଧରେ ଅଭିଯୋଗ କଲେ। ସେମାନଙ୍କ ବିଧବାମାନଙ୍କୁ ଉଚିତ୍ ପରିମାଣରେ ଖାଦ୍ୟ ବଣ୍ଟା ନ ଯାଉଥିବା କାରଣରୁ ଏପରି ବଚସା ହେଲା।

Gade chapit la Kopi




ପ୍ରେରିତ 6:1
38 Referans Kwoze  

ଆଉ ପ୍ରତ୍ୟେକ ଜଣକୁ ତାହାର ଅଭାବ ଅନୁସାରେ ତାହା ବିତରଣ କରାଯାଉଥିଲା।


ସେଥିରେ ଯେଉଁମାନେ ତାହାଙ୍କ ବାକ୍ୟ ଗ୍ରହଣ କଲେ, ସେମାନେ ବାପ୍ତିଜିତ ହେଲେ, ଆଉ ସେହି ଦିନ ପ୍ରାୟ ତିନି ସହସ୍ର ଲୋକ ମଣ୍ଡଳୀ ସହିତ ସଂଯୁକ୍ତ ହେଲେ।


ହେ ଭାଇମାନେ, ତୁମ୍ଭେମାନେ ଯେପରି ଦଣ୍ଡପ୍ରାପ୍ତ ନ ହୁଅ, ଏଥିନିମନ୍ତେ ପରସ୍ପର ବିରୁଦ୍ଧରେ ବଚସା ନ କର, ଦେଖ, ବିଚାରକର୍ତ୍ତା ଦ୍ୱାର ନିକଟରେ ଦଣ୍ଡାୟମାନ ହୋଇଅଛନ୍ତି।


ଏଣୁ ପିତର ଉଠି ସେମାନଙ୍କ ସାଙ୍ଗରେ ଗଲେ। ସେ ଆସନ୍ତେ, ସେମାନେ ତାହାଙ୍କୁ ସେହି ଉପର କୋଠରୀକୁ ଘେନିଗଲେ, ଆଉ ବିଧବାମାନେ ସମସ୍ତେ ତାହାଙ୍କୁ ଘେରି ବିଳାପ କରୁ କରୁ, ଦର୍କା ସେମାନଙ୍କ ସାଙ୍ଗରେ ଥିବା ସମୟରେ ଯେଉଁ ସବୁ ଅଙ୍ଗରଖା ଓ ବସ୍ତ୍ରଗୁଡ଼ିକ ବୁଣିଥିଲେ, ସେହିସବୁ ଦେଖାଇବାକୁ ଲାଗିଲେ।


ଏଣୁ ଈଶ୍ବରଙ୍କ ବାକ୍ୟ ଅଧିକ ବ୍ୟାପିଗଲା ଏବଂ ଯିରୂଶାଲମ ସହରରେ ଶିଷ୍ୟମାନଙ୍କ ସଂଖ୍ୟା ଅତିଶୟ ବୃଦ୍ଧି ପାଇବାକୁ ଲାଗିଲା; ଆଉ, ଯାଜକମାନଙ୍କ ମଧ୍ୟରୁ ଅନେକ ଅନେକ ଲୋକ ବିଶ୍ୱାସମାର୍ଗ ଅବଲମ୍ବନ କରିବାକୁ ଲାଗିଲେ।


ଏବଂ ସମସ୍ତ ଲୋକଙ୍କର ପ୍ରିୟପାତ୍ର ହେଉଥିଲେ ପୁଣି, ପ୍ରଭୁ, ପରିତ୍ରାଣ ପ୍ରାପ୍ତ ହେଉଥିବା ଲୋକଙ୍କୁ ପ୍ରତିଦିନ ମଣ୍ଡଳୀ ସହିତ ସଂଯୁକ୍ତ କରିବାକୁ ଲାଗିଲେ।


ମୁଁ ଅଷ୍ଟମ ଦିନରେ ସୁନ୍ନତ ପ୍ରାପ୍ତ, ଇସ୍ରାଏଲ ବଂଶଜାତ, ବିନ୍ୟାମୀନ୍ ଗୋଷ୍ଠୀୟ, ଏବ୍ରୀୟ-ରକ୍ତଜାତ ଜଣେ ଏବ୍ରୀୟ, ମୋଶାଙ୍କ ବ୍ୟବସ୍ଥା ପାଳନ ସମ୍ବନ୍ଧରେ ଜଣେ ଫାରୂଶୀ,


କିନ୍ତୁ ସେମାନଙ୍କ ମଧ୍ୟରୁ କେତେକ ସାଇପ୍ରସ୍ ଓ କୂରୀଣୀୟ ଲୋକ ଆନ୍ତିୟଖିଆକୁ ଗ୍ରୀକ୍‌ମାନଙ୍କ ନିକଟରେ ମଧ୍ୟ କଥା କହି ପ୍ରଭୁ ଯୀଶୁଙ୍କ ସୁସମାଚାର ପ୍ରଚାର କରିବାକୁ ଲାଗିଲେ।


ପୁଣି, ସେ ହାତ ଦେଇ ତାହାଙ୍କୁ ଉଠାଇଲେ ଏବଂ ସାଧୁମାନଙ୍କୁ ଓ ବିଧବାମାନଙ୍କୁ ଡାକି ତାହାଙ୍କୁ ଜୀବିତ ଦେଖାଇଲେ।


ପ୍ରଭୁଙ୍କର ନାମ ସାହସପୂର୍ବକ ପ୍ରଚାର କରିବାକୁ ଲାଗିଲେ, ପୁଣି, ସେ ଗ୍ରୀକ୍‍ ଭାଷାବାଦୀ ଯିହୁଦୀମାନଙ୍କ ସହିତ କଥାବାର୍ତ୍ତା ଓ ତର୍କବିତର୍କ କରୁଥିଲେ, କିନ୍ତୁ ସେମାନେ ତାହାଙ୍କୁ ବଧ କରିବା ନିମନ୍ତେ ଚେଷ୍ଟା କରିବାକୁ ଲାଗିଲେ।


ପୁଣି, ଆହୁରି ଅଧିକ ଅନେକ ପୁରୁଷ ଓ ସ୍ତ୍ରୀ ବିଶ୍ୱାସ କରି ପ୍ରଭୁଙ୍କ ସହିତ ସଂଯୁକ୍ତ ହେବାକୁ ଲାଗିଲେ,


ତଥାପି ବାକ୍ୟ ଶୁଣିବା ଲୋକମାନଙ୍କ ମଧ୍ୟରୁ ଅନେକେ ବିଶ୍ୱାସ କଲେ, ଆଉ ପୁରୁଷମାନଙ୍କର ସଂଖ୍ୟା ପ୍ରାୟ ପାଞ୍ଚ ହଜାର ହେଲା।


ବିଶ୍ୱାସୀମାନଙ୍କ ମଧ୍ୟରେ ପ୍ରେମ ସ୍ଥିର ହୋଇ ରହିଥାଉ।


ସେମାନେ କି ଏବ୍ରୀୟ? ମୁଁ ମଧ୍ୟ ଏବ୍ରୀୟ। ସେମାନେ କି ଇସ୍ରାଏଲୀୟ? ମୁଁ ମଧ୍ୟ ଇସ୍ରାଏଲୀୟ। ସେମାନେ କି ଅବ୍ରହାମଙ୍କ ସନ୍ତାନ? ମୁଁ ମଧ୍ୟ ଅବ୍ରହାମଙ୍କ ସନ୍ତାନ।


ପୁଣି, ସେମାନେ ଆପଣା ଆପଣା ସ୍ଥାବର ଅସ୍ଥାବର ସମ୍ପତ୍ତି ବିକ୍ରୟ କରି, ଯାହାର ଯେପରି ପ୍ରୟୋଜନ ସେହି ଅନୁସାରେ ସମସ୍ତଙ୍କୁ ବାଣ୍ଟିଦେବାକୁ ଲାଗିଲେ।


“କିନ୍ତୁ ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ମନୁଷ୍ୟମାନଙ୍କ ସମ୍ମୁଖରେ ସ୍ୱର୍ଗରାଜ୍ୟ ବନ୍ଦ କରୁଥାଅ; ତୁମ୍ଭେମାନେ ତ ନିଜେ ପ୍ରବେଶ କରୁ ନାହଁ, ପୁଣି, ପ୍ରବେଶ କରିବାକୁ ଇଚ୍ଛୁକ ଲୋକମାନଙ୍କୁ ସୁଦ୍ଧା ପ୍ରବେଶ କରାଇ ଦେଉ ନାହଁ।


“ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ଆଉ, ସେହି ସ୍ଥାନ ମଧ୍ୟରୁ ଧନ୍ୟବାଦ ଓ ଆନନ୍ଦକାରୀମାନଙ୍କର ଧ୍ୱନି ନିର୍ଗତ ହେବ; ପୁଣି, ଆମ୍ଭେ ସେମାନଙ୍କୁ ବୃଦ୍ଧି କରିବା ଓ ସେମାନେ ଅଳ୍ପସଂଖ୍ୟକ ହେବେ ନାହିଁ; ଆହୁରି, ଆମ୍ଭେ ସେମାନଙ୍କୁ ଗୌରବାନ୍ୱିତ କରିବା ଓ ସେମାନେ କ୍ଷୁଦ୍ର ହେବେ ନାହିଁ।


ଭବିଷ୍ୟତ କାଳରେ ଯାକୁବ ଚେର ବାନ୍ଧିବ; ଇସ୍ରାଏଲ ମୁକ୍ତ ଓ ପ୍ରଫୁଲ୍ଲ ହେବ ଓ ସେମାନେ ଭୂମଣ୍ଡଳକୁ ଫଳରେ ପରିପୂର୍ଣ୍ଣ କରିବେ।


ସୁକ୍ରିୟା କରିବାକୁ ଶିଖ; ନ୍ୟାୟବିଚାର ଚେଷ୍ଟା କର, ଉପଦ୍ରବଗ୍ରସ୍ତମାନଙ୍କର ସାହାଯ୍ୟ କର, ପିତୃହୀନମାନଙ୍କର ନ୍ୟାୟବିଚାର କର, ବିଧବାମାନଙ୍କ ପକ୍ଷରେ ପ୍ରତିବାଦ କର।”


ଦେଶ ମଧ୍ୟରେ ପର୍ବତଗଣର ଶିଖରରେ ପ୍ରଚୁର ଶସ୍ୟ ହେବ; ତହିଁର ଫଳ ଲିବାନୋନ ତୁଲ୍ୟ ହଲିବ; ପୁଣି, ନଗରବାସୀମାନେ ପୃଥିବୀର ତୃଣ ତୁଲ୍ୟ ବର୍ଦ୍ଧିଷ୍ଣୁ ହେବେ।


ନା ତୁମ୍ଭେମାନେ କଅଣ ଧର୍ମଶାସ୍ତ୍ରର ଏହି ବାକ୍ୟକୁ ବ୍ୟର୍ଥ ବୋଲି ମନେ କରୁଅଛ; ଯେଉଁ ପବିତ୍ର ଆତ୍ମାଙ୍କୁ ସେ ଆମ୍ଭମାନଙ୍କ ମଧ୍ୟରେ ବାସ କରିବାକୁ ଦେଇଅଛନ୍ତି, ସେ ଆମ୍ଭମାନଙ୍କୁ ସମ୍ପୂର୍ଣ୍ଣ ଅଧିକାର କରିବା ନିମନ୍ତେ ଏକାନ୍ତ କାମନା କରନ୍ତି?


ଅନାଥ ଓ ବିଧବାମାନଙ୍କୁ ସେମାନଙ୍କ ଦୁଃଖାବସ୍ଥାରେ ସଂଖୋଳିବା ପୁଣି, ସଂସାରରୁ ଆପଣାକୁ ନିଷ୍କଳଙ୍କ ରୂପେ ରକ୍ଷା କରିବା, ଏହା ଆମ୍ଭମାନଙ୍କ ଈଶ୍ବର ଓ ପିତାଙ୍କ ଛାମୁରେ ବିଶୁଦ୍ଧ ଓ ନିର୍ମଳ ଧର୍ମପରାୟଣତା ଅଟେ।


ଯେଉଁ ବିଧବାର ବୟସ ଷାଠିଏ ବର୍ଷରୁ କମ୍ ନୁହେଁ,


ଯେପରି ସେମାନଙ୍କ ମଧ୍ୟରେ କେତେକ ଲୋକ ବଚସା କରି ସଂହାରକ ଦ୍ୱାରା ବିନଷ୍ଟ ହେଲେ, ସେପରି ତୁମ୍ଭେମାନେ ବଚସା କର ନାହିଁ।


ଆମ୍ଭେମାନେ ତୁମ୍ଭମାନଙ୍କୁ ଏହି ନାମରେ ଶିକ୍ଷା ଦେବାକୁ ଅତି ଦୃଢ଼ରୂପେ ନିଷେଧ କରିଥିଲୁ, ତଥାପି ଦେଖ, ତୁମ୍ଭେମାନେ ସମସ୍ତ ଯିରୂଶାଲମ ସହରରେ ଆପଣା ଶିକ୍ଷାରେ ପୂର୍ଣ୍ଣ କରି ସେହି ଲୋକର ରକ୍ତପାତର ଦୋଷ ଆମ୍ଭମାନଙ୍କ ଉପରେ ବର୍ତ୍ତାଇବାକୁ ଚାହୁଁଅଛ।


ତୁମ୍ଭ ମଧ୍ୟରେ ଲୋକମାନେ ପିତାମାତାଙ୍କୁ ଅବଜ୍ଞା କରିଅଛନ୍ତି; ତୁମ୍ଭ ମଧ୍ୟରେ ଲୋକମାନେ ବିଦେଶୀ ପ୍ରତି ଉପଦ୍ରବ କରିଅଛନ୍ତି; ତୁମ୍ଭ ମଧ୍ୟରେ ଲୋକମାନେ ପିତୃହୀନ ଓ ବିଧବା ପ୍ରତି ଅନ୍ୟାୟ କରିଅଛନ୍ତି।


ତୁମ୍ଭ ପରାକ୍ରମର ଦିନରେ ତୁମ୍ଭ ଲୋକମାନେ ସ୍ୱେଚ୍ଛାରେ ଆପଣାମାନଙ୍କୁ ଉତ୍ସର୍ଗ କରନ୍ତି; ପବିତ୍ରତାର ସୌନ୍ଦର୍ଯ୍ୟରେ ଅରୁଣର ଗର୍ଭରୁ ତୁମ୍ଭର ଯୁବକଗଣ ଶିଶିର ତୁଲ୍ୟ ଉତ୍ପନ୍ନ।


ଯଦି ମୁଁ ଦରିଦ୍ରମାନଙ୍କୁ ସେମାନଙ୍କ ବାଞ୍ଛିତ ବିଷୟରୁ ଅଟକାଇଥାଏ, ଅବା ବିଧବାର ଦୃଷ୍ଟି ମ୍ଳାନ କରିଥାଏ;


ନଷ୍ଟକଳ୍ପ ଲୋକର କଲ୍ୟାଣ ମୋʼ ଉପରେ ବର୍ତ୍ତିଲା ଓ ମୁଁ ବିଧବାର ହୃଦୟକୁ ଆନନ୍ଦରେ ଗାନ କରାଇଲି।


ତୃତୀୟ ବର୍ଷରେ, ଅର୍ଥାତ୍‍, ଦଶମାଂଶ-ବର୍ଷରେ ତୁମ୍ଭେ ଆପଣା ଉତ୍ପନ୍ନ ଶସ୍ୟାଦିର ଦଶମାଂଶ ଦେବାର ସମାପ୍ତ କଲା ଉତ୍ତାରେ ତୁମ୍ଭେ ଲେବୀୟକୁ, ବିଦେଶୀକୁ, ପିତୃହୀନକୁ ଓ ବିଧବାକୁ ତାହା ଦେବ, ତହିଁରେ ସେମାନେ ତୁମ୍ଭ ନଗର-ଦ୍ୱାର ମଧ୍ୟରେ ଭୋଜନ କରି ତୃପ୍ତ ହେବେ।


ସେଥିରେ ବାର ଜଣ ପ୍ରେରିତମାନେ ଶିଷ୍ୟସମୁହକୁ ନିକଟକୁ ଡାକି କହିଲେ, ଈଶ୍ବରଙ୍କର ବାକ୍ୟ ପ୍ରଚାର ପରିତ୍ୟାଗ କରି ଖାଦ୍ୟ ପରିବେଷଣରେ ଆମ୍ଭମାନଙ୍କର ବ୍ୟସ୍ତ ରହିବା ଉପଯୁକ୍ତ ନୁହେଁ।


ପୁଣି, ସେ ତାହାଙ୍କୁ ପାଇ ଆନ୍ତିୟଖିଆକୁ ଘେନି ଆସିଲେ। ସେମାନେ ସମ୍ପୂର୍ଣ୍ଣ ଏକ ବର୍ଷ ପର୍ଯ୍ୟନ୍ତ ମଣ୍ଡଳୀର ସହିତ ରହି ଅନେକ ଲୋକଙ୍କୁ ଶିକ୍ଷା ଦେଲେ, ପୁଣି, ଆନ୍ତିୟଖିଆରେ ଶିଷ୍ୟମାନେ ପ୍ରଥମରେ ଖ୍ରୀଷ୍ଟିୟାନ ବୋଲି ନାମିତ ହେଲେ।


ସେଥିରେ ଶିଷ୍ୟମାନେ ପ୍ରତ୍ୟେକ ଜଣ ଆପଣା ଶକ୍ତି ଅନୁସାରେ ଯିହୂଦିୟା ପ୍ରଦେଶ ନିବାସୀ ଭାଇମାନଙ୍କ ନିମନ୍ତେ ସାହାଯ୍ୟ ପ୍ରେରଣ କରିବାକୁ ସ୍ଥିର କଲେ,


କିମ୍ବା ତାହା ଯଦି ସେବକ କର୍ମ ହୁଏ, ତାହାହେଲେ ଆସ, ଆମ୍ଭମାନଙ୍କ ସେବକ କର୍ମରେ ନିବିଷ୍ଟ ରହୁ;


ନିରାଶ୍ରୟ ବିଧବାମାନଙ୍କୁ ସମ୍ମାନ କର।


Swiv nou:

Piblisite


Piblisite