Biblia Todo Logo
Bib sou entènèt

- Piblisite -




ପ୍ରେରିତ 7:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ତାହାଙ୍କ ହସ୍ତ ଦ୍ୱାରା ଈଶ୍ବର ଯେ ତାହାଙ୍କ ଭାଇମାନଙ୍କୁ ଉଦ୍ଧାର କରୁଅଛନ୍ତି, ଏହା ସେମାନେ ବୁଝିବେ ବୋଲି ସେ ମନେ କରିଥିଲେ, କିନ୍ତୁ ସେମାନେ ବୁଝିଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ତାଙ୍କ ହସ୍ତ ଦ୍ଵାରା ଈଶ୍ଵର ଯେ ତାଙ୍କ ଭାଇମାନଙ୍କୁ ଉଦ୍ଧାର କରୁଅଛନ୍ତି, ଏହା ସେମାନେ ବୁଝିବେ ବୋଲି ସେ ମନେ କରିଥିଲେ, କିନ୍ତୁ ସେମାନେ ବୁଝିଲେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

25 ତାହାଙ୍କ ହସ୍ତ ଦ୍ୱାରା ଈଶ୍ୱର ଯେ ତାହାଙ୍କ ଭାଇମାନଙ୍କୁ ଉଦ୍ଧାର କରୁଅଛନ୍ତି,ଏହା ସେମାନେ ବୁଝିବେ ବୋଲି ସେ ମନେ କରିଥିଲେ, କିନ୍ତୁ ସେମାନେ ବୁଝିଲେ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

25 (ସେ ଭାବିଥିଲେ, ତାଙ୍କର ନିଜ ଲୋକମାନେ ହୃଦୟଙ୍ଗମ କରିବେ ଯେ, ସେମାନଙ୍କୁ ମୁକ୍ତ କରିବା ପାଇଁ ଈଶ୍ୱର ତାଙ୍କୁ ବ୍ୟବହାର କରୁଛନ୍ତି; କିନ୍ତୁ ସେମାନେ ତାହା ବୁଝିଲେ ନାହିଁ।)

Gade chapit la Kopi

ପବିତ୍ର ବାଇବଲ

25 ମୋଶା ଭାବିଲେ ଯେ, ପରମେଶ୍ୱର ସେମାନଙ୍କର ମୁକ୍ତି ପାଇଁ ତାହାଙ୍କୁ ଏହି କାର୍ଯ୍ୟରେ ଲଗାଇ ଅଛନ୍ତି, ତାହା ତାହାଙ୍କ ଯିହୂଦୀୟ ଭାଇମାନେ ବୁଝିବେ, ମାତ୍ର ସେମାନେ ତାହା ବୁଝିଲେ ନାହିଁ।

Gade chapit la Kopi




ପ୍ରେରିତ 7:25
20 Referans Kwoze  

ଏହି ଉଦ୍ଦେଶ୍ୟରେ ମଧ୍ୟ ତାହାଙ୍କର ଯେଉଁ କାର୍ଯ୍ୟସାଧକ ଶକ୍ତି ମୋʼ ଠାରେ ସବଳେ କାର୍ଯ୍ୟ ସାଧନ କରୁଅଛି, ତଦନୁସାରେ ମୁଁ ପ୍ରାଣପଣରେ ପରିଶ୍ରମ କରୁଅଛି।


ଆହୁରି ମଧ୍ୟ ଈଶ୍ବରଙ୍କ ଅନୁଗ୍ରହ ପ୍ରାପ୍ତି ଯେପରି ତୁମ୍ଭମାନଙ୍କଠାରେ ବୃଥା ନ ହୁଏ, ଏଥିପାଇଁ ତାହାଙ୍କ ସହିତ ଏକତ୍ର କର୍ମ କରୁ କରୁ ଆମ୍ଭେମାନେ ନିବେଦନ କରୁଅଛୁ।


କିନ୍ତୁ ମୁଁ ଯାହା ହୋଇଅଛି, ତାହା ଈଶ୍ବରଙ୍କ ଅନୁଗ୍ରହରେ ହୋଇଅଛି, ଆଉ ମୋʼ ପ୍ରତି ପ୍ରଦତ୍ତ ତାହାଙ୍କର ସେହି ଅନୁଗ୍ରହ ବ୍ୟର୍ଥ ହୋଇ ନାହିଁ, ମାତ୍ର ମୁଁ ସେ ସମସ୍ତଙ୍କ ଅପେକ୍ଷା ଅଧିକ ପରିଶ୍ରମ କରିଅଛି, ତଥାପି ମୁଁ ନୁହେଁ, କିନ୍ତୁ ମୋʼ ସହିତ ଥିବା ଈଶ୍ବରଙ୍କ ଅନୁଗ୍ରହ ତାହା କରିଅଛି।


କାରଣ ଅଣଯିହୁଦୀମାନଙ୍କୁ ଆଜ୍ଞାବହ କରିବା ନିମନ୍ତେ ଖ୍ରୀଷ୍ଟ ମୋʼ ଦ୍ୱାରା ବାକ୍ୟରେ ଓ କର୍ମରେ, ଅର୍ଥାତ୍‍ ନାନା ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମରେ, ପବିତ୍ର ଆତ୍ମାଙ୍କ ଶକ୍ତିରେ ଯାହା ଯାହା ସାଧନ କରି ନାହାନ୍ତି, ଏପରି କୌଣସି ବିଷୟ କହିବାକୁ ମୁଁ ସାହସ କରିବି ନାହିଁ।


ସେ ସେମାନଙ୍କୁ ନମସ୍କାର କଲା ଉତ୍ତାରେ, ଈଶ୍ବର ଅଣଯିହୁଦୀମାନଙ୍କ ମଧ୍ୟରେ ଯେଉଁ ସବୁ କାର୍ଯ୍ୟ ତାହାଙ୍କ ସେବା ଦ୍ୱାରା ସାଧନ କରିଥିଲେ, ଗୋଟି ଗୋଟି କରି ସେହିସବୁ ସେମାନଙ୍କ ନିକଟରେ ବର୍ଣ୍ଣନା କଲେ।


ଅନେକ ତର୍କବିତର୍କ ହେଲା ଉତ୍ତାରେ ପିତର ଉଠି ସେମାନଙ୍କୁ କହିଲେ, ହେ ଭାଇମାନେ, ଆପଣମାନେ ଜାଣନ୍ତି ଯେ, ମୋହର ମୁଖ ଦ୍ୱାରା ଅଣଯିହୁଦୀମାନେ ଯେପରି ସୁସମାଚାର ବାକ୍ୟ ଶୁଣି ବିଶ୍ୱାସ କରନ୍ତି, ଏଥିପାଇଁ ଅନେକ ଦିନ ପୂର୍ବେ ଈଶ୍ବର ଆପଣମାନଙ୍କ ମଧ୍ୟରୁ ମୋତେ ମନୋନୀତ କରିଥିଲେ।


ପରେ ସେମାନେ ଯିରୂଶାଲମ ସହରରେ ଉପସ୍ଥିତ ହୋଇ ମଣ୍ଡଳୀ ପୁଣି, ପ୍ରେରିତ ଓ ପ୍ରାଚୀନମାନଙ୍କ ଦ୍ୱାରା ଅଭ୍ୟର୍ଥନା ପ୍ରାପ୍ତ ହେଲେ, ଆଉ ଈଶ୍ବର ସେମାନଙ୍କ ସାଙ୍ଗରେ ଥାଇ ଯେ ସମସ୍ତ କାର୍ଯ୍ୟ କରିଥିଲେ, ସେହିସବୁ ବର୍ଣ୍ଣନା କଲେ।


ସେମାନେ ପହଞ୍ଚି ମଣ୍ଡଳୀକୁ ଏକତ୍ର କଲେ, ପୁଣି, ଈଶ୍ବର ସେମାନଙ୍କ ସାଙ୍ଗରେ ଥାଇ ଯେ ସମସ୍ତ କାର୍ଯ୍ୟ କରିଥିଲେ ଓ ଅଣଯିହୁଦୀମାନଙ୍କ ପ୍ରତି ବିଶ୍ୱାସର ଦ୍ୱାର ଫିଟାଇ ଦେଇଥିଲେ, ସେହିସବୁ ବର୍ଣ୍ଣନା କଲେ।


କିନ୍ତୁ ଶିଷ୍ୟମାନେ ଏହିସବୁ ବିଷୟ କିଛି ବୁଝିଲେ ନାହିଁ; ଏହି ବାକ୍ୟ ସେମାନଙ୍କଠାରୁ ଗୁପ୍ତ ହୋଇ ରହିଲା, ପୁଣି, ଯାହା କୁହାଯାଉଥିଲା, ସେ ସବୁ ବୁଝୁ ନ ଥିଲେ।


କିନ୍ତୁ ସେମାନେ ସେହି କଥା ବୁଝିଲେ ନାହିଁ, ଆଉ ତାହା ସେମାନଙ୍କଠାରୁ ଗୁପ୍ତ ଥିଲା, ଯେପରି ତାହା ସେମାନେ ବୁଝିପାରିବେ ନାହିଁ, ପୁଣି, ସେମାନେ ସେହି କଥା ବିଷୟରେ ତାହାଙ୍କୁ ପଚାରିବାକୁ ଭୟ କରୁଥିଲେ।


କିନ୍ତୁ ସେମାନେ ସେହି କଥା ବୁଝିଲେ ନାହିଁ ଏବଂ ତାହାଙ୍କୁ ପଚାରିବାକୁ ଭୟ କରୁଥିଲେ।


ଆମ୍ଭମାନଙ୍କ ପିତୃପୁରୁଷମାନେ ମିସରରେ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସବୁ ବୁଝିଲେ ନାହିଁ; ସେମାନେ ତୁମ୍ଭ ଦୟାର ବାହୁଲ୍ୟ ସ୍ମରଣ କଲେ ନାହିଁ; ମାତ୍ର ସମୁଦ୍ର ନିକଟରେ, ସୂଫ ସାଗର ନିକଟରେ ହେଁ ବିଦ୍ରୋହାଚରଣ କଲେ।


ଅରାମୀୟ ରାଜାର ନାମାନ୍‍ ନାମକ ସେନାପତି ଆପଣା ପ୍ରଭୁଙ୍କ ଦୃଷ୍ଟିରେ ମହାନ ଓ ସମ୍ଭ୍ରାନ୍ତ ଲୋକ ଥିଲା, କାରଣ ତାହା ଦ୍ୱାରା ସଦାପ୍ରଭୁ ଅରାମୀୟମାନଙ୍କୁ ଜୟ ପ୍ରଦାନ କରିଥିଲେ; ସେ ମଧ୍ୟ ମହାବିକ୍ରମଶାଳୀ ଲୋକ ଥିଲା, ମାତ୍ର ସେ କୁଷ୍ଠୀ।


କାରଣ ସେ ଆପଣା ପ୍ରାଣ ହସ୍ତରେ ଧରି ସେହି ପଲେଷ୍ଟୀୟକୁ ବଧ କଲା, ତହିଁରେ ସଦାପ୍ରଭୁ ସମୁଦାୟ ଇସ୍ରାଏଲ ନିମନ୍ତେ ମହା ଉଦ୍ଧାର ସାଧନ କଲେ; ଆପଣ ତାହା ଦେଖିଥିଲେ ଓ ଆନନ୍ଦ କରିଥିଲେ; ତେବେ ଆପଣ ବିନା କାରଣରେ ଦାଉଦଙ୍କୁ ବଧ କରି କାହିଁକି ନିର୍ଦ୍ଦୋଷ ରକ୍ତ ବିରୁଦ୍ଧରେ ପାପ କରିବେ?”


ଏଥିରେ ଲୋକମାନେ ଶାଉଲଙ୍କୁ କହିଲେ, “ଇସ୍ରାଏଲ ମଧ୍ୟରେ ଯେ ଏହି ମହା ଉଦ୍ଧାର ସାଧନ କରିଅଛି, ସେହି ଯୋନାଥନ କʼଣ ମରିବ? ଏହା ଦୂରେ ଥାଉ; ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତାହାର ମସ୍ତକର ଗୋଟିଏ କେଶ ହିଁ ତଳେ ପଡ଼ିବ ନାହିଁ; କାରଣ, ସେ ଆଜି ପରମେଶ୍ୱରଙ୍କ ସହିତ କର୍ମ କରିଅଛି;” ଏହିରୂପେ ଲୋକମାନେ ଯୋନାଥନକୁ ମୁକ୍ତ କରିବାରୁ ତାହାର ମୃତ୍ୟୁୁ ହେଲା ନାହିଁ।


କାରଣ ଆମ୍ଭେମାନେ ଈଶ୍ବରଙ୍କ ସହକର୍ମୀ ତୁମ୍ଭେମାନେ ଈଶ୍ବରଙ୍କ କ୍ଷେତ୍ର, ଈଶ୍ବରଙ୍କ ଗୃହ।


ଏହେତୁ ସେ ଏଣେତେଣେ ଅନାଇ କାହାକୁ ନ ଦେଖି ସେହି ମିସରୀୟକୁ ବଧ କରି ବାଲିରେ ପୋତି ଦେଲେ।


ସେତେବେଳେ ଜଣକ ପ୍ରତି ଅନ୍ୟାୟ କରାଯାଉଥିବା ଦେଖି ସେ ତାହାର ସପକ୍ଷ ହେଲେ ଓ ସେହି ମିସରୀୟ ଲୋକକୁ ବଧ କରି ଅତ୍ୟାଚାରିତ ହେଉଥିବା ଲୋକ ପ୍ରତି ଅନ୍ୟାୟର ପ୍ରତିକାର କଲେ।


ପରଦିନ ସେମାନେ ପରସ୍ପର ମଧ୍ୟରେ ମରାମରି ହେଉଥିବା ସମୟରେ ସେ ଦେଖା ଦେଇ ସେମାନଙ୍କୁ ମିଳନ କରିବା ଉଦ୍ଦେଶ୍ୟରେ କହିଲେ, ଆହେ, ତୁମ୍ଭେମାନେ ପରସ୍ପର ଭାଇ, କାହିଁକି ଏକ-ଆରେକ ପ୍ରତି ଅନ୍ୟାୟ କରୁଅଛ?


ତହିଁରେ ସେମାନେ ତାହାକୁ କହିଲେ, “ପଲେଷ୍ଟୀୟମାନଙ୍କ ହସ୍ତରେ ତୁମ୍ଭକୁ ସମର୍ପଣ କରିବା ପାଇଁ ଆମ୍ଭେମାନେ ତୁମ୍ଭକୁ ବାନ୍ଧିବାକୁ ଆସିଅଛୁ।” ତହୁଁ ଶାମ୍‍ଶୋନ୍‍ ସେମାନଙ୍କୁ କହିଲା, “ତୁମ୍ଭେମାନେ ନିଜେ ମୋତେ ଆକ୍ରମଣ ନ କରିବ ବୋଲି ଶପଥ କର।”


Swiv nou:

Piblisite


Piblisite