Biblia Todo Logo
Bib sou entènèt

- Piblisite -




ପ୍ରେରିତ 7:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତୁମ୍ଭେ ସ୍ୱଦେଶରୁ ଓ ଆପଣା ଆତ୍ମୀୟମାନଙ୍କ ମଧ୍ୟରୁ ବାହାରି ଆସ, ପୁଣି, ଆମ୍ଭେ ତୁମ୍ଭକୁ ଯେଉଁ ଦେଶ ଦେଖାଇବା, ସେହି ଦେଶକୁ ଯାଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ତୁମ୍ଭେ ସ୍ଵଦେଶରୁ ଓ ଆପଣା ଆତ୍ମୀୟମାନଙ୍କ ମଧ୍ୟରୁ ବାହାରିଆସ, ପୁଣି ଆମ୍ଭେ ତୁମ୍ଭକୁ ଯେଉଁ ଦେଶ ଦେଖାଇବା, ସେହି ଦେଶକୁ ଯାଅ।

Gade chapit la Kopi

ଓଡିଆ ବାଇବେଲ

3 ତୁମ୍ଭେ ସ୍ୱଦେଶରୁ ଓ ଆପଣା ଆତ୍ମୀୟମାନଙ୍କ ମଧ୍ୟରୁ ବାହାରି ଆସ, ପୁଣି, ଆମ୍ଭେ ତୁମ୍ଭକୁ ଯେଉଁ ଦେଶ ଦେଖାଇବା, ସେହି ଦେଶକୁ ଯାଅ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ‘ତୁମର ପରିବାର ଓ ଦେଶ ପରିତ୍ୟାଗ କରି ମୁଁ ଯେଉଁ ଦେଶ ଦେଖାଇବି, ସେଠାକୁ ଯାଅ।’

Gade chapit la Kopi

ପବିତ୍ର ବାଇବଲ

3 ‘ତୁମ୍ଭେ ନିଜ ଦେଶ ଓ ବନ୍ଧୁବର୍ଗଙ୍କୁ ଛାଡ଼ି ମୁଁ ତୁମ୍ଭକୁ ଯେଉଁ ଦେଶ ଦେଖାଇବି, ସେ ଦେଶକୁ ଗ୍ଭଲିଯାଅ।’

Gade chapit la Kopi




ପ୍ରେରିତ 7:3
11 Referans Kwoze  

ଏଥିଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ତୁମ୍ଭେ ଆପଣା ଦେଶ ଓ ଜ୍ଞାତି କୁଟୁମ୍ବ ଓ ପୈତୃକ ଗୃହ ପରିତ୍ୟାଗ କରି, ଆମ୍ଭେ ଯେଉଁ ଦେଶ ତୁମ୍ଭକୁ ଦେଖାଇବା, ସେହି ଦେଶକୁ ଯାଅ।


ବିଶ୍ୱାସ ଦ୍ୱାରା ଅବ୍ରହାମ ଆହ୍ୱାନ ପ୍ରାପ୍ତ ହୁଅନ୍ତେ, ଯେଉଁ ଦେଶ ସେ ଅଧିକାରସ୍ୱରୂପେ ପାଇବାକୁ ଯାଉଥିଲେ, ଆଜ୍ଞାବହ ହୋଇ ସେଠାକୁ ବାହାରିଗଲେ, ପୁଣି, ସେ କେଉଁଠାକୁ ଯାଉଅଛନ୍ତି, ତାହା ନ ଜାଣି ସୁଦ୍ଧା ବାହାରିଗଲେ।


ତହିଁରେ ଆମ୍ଭେ ତୁମ୍ଭମାନଙ୍କ ପୂର୍ବପୁରୁଷ ଅବ୍ରହାମଙ୍କୁ ସେହି ନଦୀ ସେପାରିରୁ ନେଇ କିଣାନ ଦେଶର ସର୍ବତ୍ର ଭ୍ରମଣ କରାଇଲୁ ଓ ତାହାର ବଂଶକୁ ବହୁପ୍ରଜ କଲୁ ଓ ତାହାକୁ ଇସ୍‌ହାକ ଦେଲୁ।


ଏଥିଉତ୍ତାରେ ସଦାପ୍ରଭୁ ତାଙ୍କୁ କହିଲେ, “ଯେ ତୁମ୍ଭର ଅଧିକାର ନିମନ୍ତେ ଏହି ଦେଶ ଦେବା ପାଇଁ କଲ୍‍ଦୀୟମାନଙ୍କ ଊରଠାରୁ ଆଣିଲେ, ସେହି ସଦାପ୍ରଭୁ ଆମ୍ଭେ।”


ଏଣୁ ପ୍ରଭୁ ଏହା କହନ୍ତି, “ତୁମ୍ଭେମାନେ ସେମାନଙ୍କ ମଧ୍ୟରୁ ବାହାରି ଆସ, ଆଉ ପୃଥକ ହୁଅ, ଆଉ, ଅଶୁଚି ପଦାର୍ଥ ସ୍ପର୍ଶ କର ନାହିଁ; ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଗ୍ରହଣ କରିବା”


ସେହି ପ୍ରକାରେ ତୁମ୍ଭମାନଙ୍କ ମଧ୍ୟରୁ ଯେ କେହି ଆପଣାର ସବୁ କିଛି ତ୍ୟାଗ ନ କରେ, ସେ ମୋହର ଶିଷ୍ୟ ହୋଇପାରେ ନାହିଁ।”


ଯେ ପିତା କି ମାତାକୁ ମୋʼଠାରୁ ଅଧିକ ପ୍ରିୟ ଜ୍ଞାନ କରେ, ସେ ମୋହର ଯୋଗ୍ୟ ନୁହେଁ, ପୁଣି, ଯେ ପୁତ୍ର କି କନ୍ୟାକୁ ମୋʼଠାରୁ ଅଧିକ ପ୍ରେମ କରେ, ସେ ମୋହର ଯୋଗ୍ୟ ନୁହେଁ।


ତୁମ୍ଭେ ଆପଣା ସାକ୍ଷାତରେ ତାହାର ଅନ୍ତଃକରଣ ବିଶ୍ୱସ୍ତ ଦେଖିଲ, ପୁଣି କିଣାନୀୟ, ହିତ୍ତୀୟ, ଇମୋରୀୟ ଓ ପରିଷୀୟ ଓ ଯିବୂଷୀୟ ଓ ଗିର୍ଗାଶୀୟ ଲୋକମାନଙ୍କ ଦେଶ ଦେବାକୁ, ଅର୍ଥାତ୍‍, ତାହାର ବଂଶକୁ ଦେବା ପାଇଁ ତାହା ସଙ୍ଗେ ନିୟମ କଲ, ପୁଣି ଆପଣା ବାକ୍ୟ ସଫଳ କରିଅଛ; କାରଣ ତୁମ୍ଭେ ଧର୍ମମୟ।


ସେଥିରେ କଲଦୀୟମାନଙ୍କ ଦେଶରୁ ବାହାରି ସେ ହାରଣରେ ବାସ କଲେ, ପୁଣି, ତାହାଙ୍କ ପିତାଙ୍କ ମୃତ୍ୟୁ ଉତ୍ତାରେ ସେଠାରୁ, ଆପଣମାନେ ଏବେ ଯେଉଁ ଦେଶରେ ବାସ କରୁଅଛନ୍ତି, ଏହି ଦେଶକୁ ଈଶ୍ବର ତାହାଙ୍କୁ ନେଇ ଆସିଲେ,


ଯେତେବେଳେ ପରମେଶ୍ୱର ମୋତେ ପୈତୃକ ଗୃହରୁ ଭ୍ରମଣ କରାଇଲେ, ସେତେବେଳେ ମୁଁ ତାହାକୁ କହିଲି, ‘ତୁମ୍ଭେ ମୋʼ ପ୍ରତି ଏହି ଅନୁଗ୍ରହ କରିବ, ଆମ୍ଭେମାନେ ଯେଉଁ ଯେଉଁ ସ୍ଥାନକୁ ଯିବୁ, ସେହି ସେହି ସ୍ଥାନରେ ତୁମ୍ଭେ ମୋତେ ଭାଇ ବୋଲି ପରିଚୟ ଦେବ।’”


Swiv nou:

Piblisite


Piblisite