Biblia Todo Logo
Bib sou entènèt

- Piblisite -




ପ୍ରେରିତ 7:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ଆମ୍ଭେ ତୁମ୍ଭ ପିତୃ-ପୁରୁଷମାନଙ୍କ ଈଶ୍ବର, ଅବ୍ରହାମ, ଇସ୍‌ହାକ ଓ ଯାକୁବର ଈଶ୍ବର। ସେଥିରେ ମୋଶା କମ୍ପି ଉଠି, ଭଲ ରୂପେ ଦେଖିବାକୁ ସାହସ କଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

32 ଆମ୍ଭେ ତୁମ୍ଭ ପିତୃପୁରୁଷମାନଙ୍କ ଈଶ୍ଵର, ଅବ୍ରହାମ, ଯିସ୍‍ହାକ ଓ ଯାକୁବର ଈଶ୍ଵର। ସେଥିରେ ମୋଶା କମ୍ପି ଉଠି ଭଲ ରୂପେ ଦେଖିବାକୁ ସାହସ କଲେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

32 ଆମ୍ଭେ ତୁମ୍ଭ ପିତୃପୁରୁଷମାନଙ୍କ ଈଶ୍ୱର, ଅବ୍ରହାମ, ଇସ୍‌ହାକ ଓ ଯାକୁବର ଈଶ୍ୱର । ସେଥିରେ ମୋଶା କମ୍ପି ଉଠି, ଭଲରୂପେ ଦେଖିବାକୁ ସାହାସ କଲେ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

32 ‘ମୁଁ ତୁମ ପୂର୍ବପୁରୁଷ ଅବ୍ରହାମ, ଇସ୍‌ହାକ ଓ ଯାକୁବଙ୍କ ଈଶ୍ୱର।’ ମୋଶା ଭୟରେ କମ୍ପିତ ହୋଇ ଅନାଇବାକୁ ସାହସ କଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

32 ‘ମୁଁ ତୁମ୍ଭ ପୂର୍ବପୁରୁଷମାନଙ୍କର ପରମେଶ୍ୱର। ଅବ୍ରହାମ, ଇ‌ସ୍‌ହାକ ଓ ଯାକୁବର ପରମେଶ୍ୱର।’ ଏହା ଶୁଣି ମୋଶା ଭୟରେ ଥରିଲେ ଓ ଆଉ ଦେଖିବା ପାଇଁ ସାହସ କଲେ ନାହିଁ।

Gade chapit la Kopi




ପ୍ରେରିତ 7:32
23 Referans Kwoze  

ସେ ଆହୁରି କହିଲେ, “ଆମ୍ଭେ ତୁମ୍ଭର ପୈତୃକ ପରମେଶ୍ୱର, ଅର୍ଥାତ୍‍, ଅବ୍ରହାମର ପରମେଶ୍ୱର ଓ ଇସ୍‌ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର।” ତହିଁରେ ମୋଶା ଆପଣା ମୁଖ ଆଚ୍ଛାଦନ କଲେ, କାରଣ ସେ ପରମେଶ୍ୱରଙ୍କ ପ୍ରତି ଦୃଷ୍ଟି କରିବାକୁ ଭୀତ ହେଲେ।


‘ଆମ୍ଭେ ଅବ୍ରହାମଙ୍କ ଈଶ୍ବର, ଇସ୍‌ହାକଙ୍କ ଈଶ୍ବର ଓ ଯାକୁବଙ୍କ ଈଶ୍ବର।’ ସେ ମୃତମାନଙ୍କ ଈଶ୍ବର ନୁହଁନ୍ତି, ମାତ୍ର ଜୀବିତମାନଙ୍କର।”


ତାହାଙ୍କୁ ଦେଖି ମୁଁ ମୃତ ପରି ତାହାଙ୍କ ପାଦ ତଳେ ପଡ଼ିଗଲି। ସେଥିରେ ସେ ମୋ ଉପରେ ଆପଣା ଦକ୍ଷିଣ ହସ୍ତ ଥୋଇ କହିଲେ,


କିନ୍ତୁ ସେମାନେ ଗୋଟିଏ ଉତ୍କୃଷ୍ଟତର, ଅର୍ଥାତ୍‍, ସ୍ୱର୍ଗୀୟ ଦେଶର ଆକାଂକ୍ଷା କରୁଥିଲେ; ଏହେତୁ ଈଶ୍ବର ସେମାନଙ୍କ ଈଶ୍ବର ବୋଲି ଖ୍ୟାତ ହେବାକୁ ସେମାନଙ୍କ ସମ୍ବନ୍ଧରେ ଲଜ୍ଜିତ ନୁହଁନ୍ତି, କାରଣ ସେ ସେମାନଙ୍କ ନିମନ୍ତେ ଗୋଟିଏ ନଗର ପ୍ରସ୍ତୁତ କରିଅଛନ୍ତି।


ଅବ୍ରହାମ, ଇସ୍‌ହାକ ଓ ଯାକୁବଙ୍କ ଈଶ୍ବର, ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ଈଶ୍ବର, ଆପଣା ଦାସ ଯୀଶୁଙ୍କୁ ଗୌରବାନ୍ୱିତ କରିଅଛନ୍ତି; ସେହି ଯୀଶୁଙ୍କୁ ଆପଣମାନେ ସମର୍ପଣ କଲେ, ପୁଣି, ଯେତେବେଳେ ପୀଲାତ ତାହାଙ୍କୁ ମୁକ୍ତ କରିବାକୁ ମନସ୍ଥ କରିଥିଲେ, ସେତେବେଳେ ତାହାଙ୍କୁ ଆପଣମାନେ ତାହାଙ୍କ ସାକ୍ଷାତରେ ଅସ୍ୱୀକାର କଲେ।


କିନ୍ତୁ ଶିମୋନ ପିତର ଏହା ଦେଖି ଯୀଶୁଙ୍କ ଚରଣ ତଳେ ପଡ଼ି କହିଲେ, ହେ ପ୍ରଭୁ, ମୋ ନିକଟରୁ ଚାଲିଯାଅ, ଯେଣୁ ମୁଁ ଜଣେ ପାପୀ ମନୁଷ୍ୟ।


ଏହା ଶୁଣି ଶିଷ୍ୟମାନେ ମୁହଁ ମାଡ଼ି ପଡ଼ିଗଲେ ଓ ଅତିଶୟ ଭୀତ ହେଲେ।


ଓ ଆପଣା ଚତୁର୍ଦ୍ଦିଗସ୍ଥ ସମସ୍ତଙ୍କ ଉପରେ ଭୟଯୋଗ୍ୟ, ସେହି ସଦାପ୍ରଭୁଙ୍କ ତୁଲ୍ୟ ବିକ୍ରମୀ-ସନ୍ତାନଗଣ ମଧ୍ୟରେ କିଏ ଅଛି?


ମୋହର ଭୟ ଓ କମ୍ପ ହେଲା, ତଦ୍ଦ୍ୱାରା ମୋହର ଅସ୍ଥିସବୁ ଥରହର ହେଲା।


ତହୁଁ ଏଲୀୟ ତାହା ଶୁଣନ୍ତେ, ଆପଣା ବସ୍ତ୍ରରେ ମୁଖ ଆଚ୍ଛାଦନ କରି ବାହାରେ ଯାଇ ଗହ୍ୱର-ମୁଖ ନିକଟରେ ଠିଆ ହେଲେ। ତହିଁରେ ଦେଖ, ଏକ ରବ ତାଙ୍କ ନିକଟରେ ଉପସ୍ଥିତ ହୋଇ କହିଲା, “ଏଲୀୟ, ତୁମ୍ଭେ ଏଠାରେ କଅଣ କରୁଅଛ?”


ସେ ଆହୁରି କହିଲେ, “ତୁମ୍ଭେ ଆମ୍ଭର ମୁଖ ଦେଖି ପାରିବ ନାହିଁ; କାରଣ ମନୁଷ୍ୟ ଆମ୍ଭଙ୍କୁ ଦେଖି ବଞ୍ଚିବ ନାହିଁ।”


“ଏଥିପାଇଁ ତୁମ୍ଭେ ଆପଣା ହସ୍ତ ବଢ଼ାଇ ତାହାର ଲାଞ୍ଜ ଧର,” ତହିଁରେ ସେ ହସ୍ତ ବଢ଼ାଇ ତାକୁ ଧରନ୍ତେ, ତାଙ୍କ ହସ୍ତରେ ସେ ଯଷ୍ଟି ହେଲା।


ପରମେଶ୍ୱର ମୋଶାଙ୍କୁ ଆହୁରି କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି କଥା କହିବ, ‘ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ଅର୍ଥାତ୍‍, ଅବ୍ରହାମର ପରମେଶ୍ୱର, ଇସ୍‌ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର ଯେ ସଦାପ୍ରଭୁ (ସ୍ୱୟମ୍ଭୂ), ସେ ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇଅଛନ୍ତି; ଆମ୍ଭର ଏହି ନାମ ଅନନ୍ତକାଳସ୍ଥାୟୀ, ପୁଣି, ପୁରୁଷାନୁକ୍ରମେ ସ୍ମରଣୀୟ ଅଟେ।’


ଏଥିଉତ୍ତାରେ ଯୋଷେଫ ଭାଇମାନଙ୍କୁ କହିଲେ, “ମୁଁ ମରୁଅଛି, ମାତ୍ର ପରମେଶ୍ୱର ଅବଶ୍ୟ ତୁମ୍ଭମାନଙ୍କର ତତ୍ତ୍ୱାବଧାନ କରିବେ, ପୁଣି, ଏହି ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଯେଉଁ ଦେଶ ଦେବା ପାଇଁ ଅବ୍ରହାମ, ଇସ୍‌ହାକ ଓ ଯାକୁବଙ୍କ ନିକଟରେ ଶପଥ କରିଅଛନ୍ତି, ସେହି ଦେଶକୁ ତୁମ୍ଭମାନଙ୍କୁ ନେଇଯିବେ।”


ସେହି ରାତ୍ରରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ତୁମ୍ଭ ପିତା ଅବ୍ରହାମର ପରମେଶ୍ୱର ଅଟୁ; ଭୟ କର ନାହିଁ, କାରଣ ଆମ୍ଭେ ଆପଣା ଦାସ ଅବ୍ରହାମ ସକାଶୁ ତୁମ୍ଭର ସହାୟ ଅଟୁ ଓ ତୁମ୍ଭକୁ ଆଶୀର୍ବାଦ କରି ତୁମ୍ଭର ବଂଶ ବୃଦ୍ଧି କରିବା।”


ସେଥିରେ କେହି ତାହାଙ୍କୁ ପଦେ ହେଲେ ଉତ୍ତର ଦେଇ ପାରିଲେ ନାହିଁ, ପୁଣି, ସେହି ଦିନଠାରୁ କେହି ତାହାଙ୍କୁ ପ୍ରଶ୍ନ ପଚାରିବାକୁ ସାହସ କଲେ ନାହିଁ।


ମୋଶା ସେହି ଦୃଶ୍ୟ ଦେଖି ଚମତ୍କୃତ ହେଲେ, ପୁଣି, ଭଲ ରୂପେ ଦେଖିବା ନିମନ୍ତେ ନିକଟକୁ ଯାଉଥିବା ସମୟରେ ପ୍ରଭୁଙ୍କର ଏହି ବାଣୀ ହେଲା,


Swiv nou:

Piblisite


Piblisite